ଗର୍ବ ନ ଆଣି ମନରେ କୃତଜ୍ଞତା ଆଣନ୍ତୁ : ତଥାଗତ

ଢେଙ୍କାନାଳ,୧୨ା୧ (ରତନ ନାୟାର):ଆମେ ଗର୍ବ ନ ଆଣି ମନରେ କୃତଜ୍ଞତା ଆଣିବା ଉଚିତ ବୋଲି ‘ଧରିତ୍ରୀ’ ଏବଂ ‘ଓଡ଼ିଶା ପୋଷ୍ଟ’ର ସମ୍ପାଦକ ତଥାଗତ ସତପଥୀ କହିଛନ୍ତି। ଢେଙ୍କାନାଳର ଅଗ୍ରଣୀ ସାମାଜିକ ଅନୁଷ୍ଠାନ ବଜରଙ୍ଗ କ୍ଲବର ବାର୍ଷିକ ଉତ୍ସବ ‘ଆଗ୍ନେୟ-୨୦୨୫’ର ଦ୍ୱିତୀୟ ସନ୍ଧ୍ୟା ଶନିବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ମୁଖ୍ୟ ଅତିଥି ଭାବେ ଯୋଗଦେଇ ତଥାଗତ କହିଛନ୍ତି, ଆମେ କାହିଁକି ଗର୍ବିତ ହେଉ। ପ୍ରକୃତରେ କିଏ ଗର୍ବିତ ହୋଇପାରେ। ସିଆଚେନ୍‌ରେ ସୁରକ୍ଷା ଦେଉଥିବା ସୈନିକଟିଏ ଯୁଦ୍ଧ ହେଉ ନ ଥିବା ସମୟରେ ଶୀତ କାକରରେ ରହୁଥିବାବେଳେ ଚାଷ କରୁଥିବା ଚାଷୀ ସାମାଜିକ ସ୍ତରରେ ସବୁଠୁ ତଳେ ରହିଛି ା ଚାଖଣ୍ଡେ ପେଟ ଯଦି କିଏ ପୂରାଇଥାଏ, ସେ ହେଉଛି ଚାଷୀ। ତେଣୁ ଆମେ ଗୌରବାନ୍ବିତ ନ ହୋଇ ଏ ମାଟି ପାଇଁ କୃତଜ୍ଞ ହେବା ଦରକାର ବୋଲି ସେ କହିଛନ୍ତି।
ସମ୍ମାନିତ ଅତିଥି ଭାବେ ଯୋଗଦେଇ ପୂର୍ବତନ ବିଧାୟକ ସୁଧୀର କୁମାର ସାମଲ କହିଛନ୍ତି, ପ୍ରାକୃତିକ ବିପର୍ଯ୍ୟୟ ସମୟରେ ବଜରଙ୍ଗ କ୍ଲବ ଲୋକମାନଙ୍କୁ ସହାୟତାର ହାତ ବଢ଼ାଇଥାଏ। ଏହା ଏକ ରାଜନୈତିକ ଦଳର ଅନୁଷ୍ଠାନ ନୁହେଁ। ଏହା ସାମାଜିକ ଅନୁଷ୍ଠାନ, ଯିଏକି ସମସ୍ତଙ୍କର ସୁଖଦୁଃଖର ସାଥୀ ବୋଲି ସାମଲ କହିଛନ୍ତି। ଅନ୍ୟତମ ସମ୍ମାନିତ ଅତିଥି ଜିଲା ପରିଷଦ ସଭାପତି ଅର୍ଚ୍ଚନା ପୁହାଣ କହିଛନ୍ତି, ସୁସ୍ଥ ସମାଜରେ ଯୁବକଙ୍କ ଭୂମିକା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ। ବଜରଙ୍ଗ କ୍ଲବର ଆଗ୍ନେୟ ଉତ୍ସବ ଢେଙ୍କାନାଳର ଯୁବପିଢ଼ିଙ୍କୁ ଉତ୍ସାହିତ କରିଛି ବୋଲି ସେ କହିଛନ୍ତି। ଏହି ଅବସରରେ ଆମେରିକାରେ ବସବାସ କରୁଥିବା କଳିଙ୍ଗ ହସ୍ପିଟାଲ ଲିମିଟେଡ୍‌ର ଅଧ୍ୟକ୍ଷ ଡା. ସୀତାକାନ୍ତ ଦାଶଙ୍କୁ ବଜରଙ୍ଗ ସେବା ସମ୍ମାନରେ ସମ୍ମାନିତ କରାଯାଇଛି। ସୀତାକାନ୍ତଙ୍କ ସହିତ ତାଙ୍କ ସ୍ତ୍ରୀ କଳ୍ପନା ଦାଶ ମଧ୍ୟ ଉପସ୍ଥିତ ଥିଲେ। ସୀତାକାନ୍ତ କହିଛନ୍ତି, ସେ ପ୍ରବାସୀ ହେଲେ ମଧ୍ୟ ଜଣେ ଓଡ଼ିଆ ଭାବେ ନିଜକୁ ଗର୍ବ କରନ୍ତି। ଆମର ଶିକ୍ଷା, ସଂସ୍କୃତି, ଐତିହ୍ୟ ମହାନ୍‌ ବୋଲି ସେ ମତ ଦେଇଛନ୍ତି। ଅନୁଷ୍ଠାନର କାର୍ଯ୍ୟକାରୀ ସମ୍ପାଦକ ସନ୍ଦୀପ ଷଡ଼ଙ୍ଗୀ ସ୍ବାଗତ ଭାଷଣ ଏବଂ ସଭାପତି ମାନସ ରାଉତ ଧନ୍ୟବାଦ ଦେଇଛନ୍ତି। ଏହି ଅବସରରେ ଓଡ଼ିଆ ଚଳଚ୍ଚିତ୍ର ଜଗତର କଳାକାରମାନଙ୍କ ଦ୍ୱାରା ବିଭିନ୍ନ ପ୍ରକାର ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷିତ ହୋଇଛି।

 


Enter your email to get our daily news in your inbox.

All Right Reserved By Dharitri.Com

ତତ୍ପରତା ଦେଖାଇଲା ଜିଲା ପ୍ରଶାସନ, ଜେସିବି ମେଶିନ ସାହାଯ୍ୟରେ ହଟାଗଲା ହମ୍ପସ

ବଞ୍ଚୋ,୫ା୨(ପ୍ରଦୋଷ କୁମାର ବିଶ୍ୱାଳ): କେନ୍ଦୁଝର ଜିଲାର ଜୀବନରେଖା କୁହାଯାଉଥିବା ୨୦ ନମ୍ବର ଜାତୀୟ ରାଜପଥର କୋଳିମାଟି ଛକ ଦୁର୍ଘଟଣାର ହଟ୍‌ସ୍ପଟ୍‌ ପାଲଟିଛି। ଉକ୍ତ ସ୍ଥାନରେ ବାରମ୍ବାର ଦୁର୍ଘଟଣା…

ଚାଇନା-ରୁଷିଆ-ଆମେରିକାକୁ ପଛରେ ପକାଇ ଏହି ଲିଷ୍ଟ୍‌ରେ ଆଗକୁ ଗଲା ଭାରତ, ଜାଣନ୍ତୁ ପାକିସ୍ତାନ ସ୍ଥିତି କ’ଣ

ନୂଆଦିଲ୍ଲୀ,୫।୨: ବିଶ୍ୱ ବୌଦ୍ଧିକ ଫାଉଣ୍ଡେସନ (WIF) ଦ୍ୱାରା ପ୍ରକାଶିତ ଦାୟିତ୍ୱବାନ ରାଷ୍ଟ୍ର ସୂଚକାଙ୍କ ଦେଶଗୁଡ଼ିକ ଉପରେ ଏକ ନୂତନ ଦୃଷ୍ଟିକୋଣ ପ୍ରଦାନ କରେ। ଏହି ତାଲିକା ଏକ…

ବଲାଙ୍ଗୀର ସହର ପରିକ୍ରମା କଲେ ଆୟୁର୍ବେଦ ଛାତ୍ରୀଛାତ୍ର, ସୁବର୍ଣ୍ଣ ଜୟନ୍ତୀ ଗେଟକୁ କଳିକେଶ…

ବଲାଙ୍ଗୀର,୫।୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସରକାରୀ ଆୟୁର୍ବେଦିକ କଲେଜ ଏବଂ ହସ୍ପିଟାଲର ସୁବର୍ଣ୍ଣ ଜୟନ୍ତୀ ସମାରୋହ ଗୁରୁବାର ଉଦଘାଟିତ ହୋଇଛି । ଏହି ଅବସରରେ ବଲାଙ୍ଗୀର ବିଧାୟକ…

୧ ବଲ୍‌ ୯ ରନ୍‌: ବିନା ଓ୍ବାଇଡ୍‌-ନୋ ବଲ୍‌ରେ କେମିତି ହେଲା ସମ୍ଭବ, ଜାଣନ୍ତୁ କ୍ରିକେଟ୍‌ ପଡ଼ିଆରେ ରୋଚକ ଘଟଣା

ହରାରେ,୫।୨: ଭାରତ ଏବଂ ଆଫଗାନିସ୍ତାନ ମଧ୍ୟରେ ୧୯ ବର୍ଷରୁ କମ ବିଶ୍ୱକପ ସେମିଫାଇନାଲ ମ୍ୟାଚ କ୍ରିକେଟ ପଡ଼ିଆରେ ଏକ ଅସାଧାରଣ ଘଟଣା ଦେଖିବାକୁ ମିଳିଥିଲା। ଆଫଗାନିସ୍ତାନ ବ୍ୟାଟିଂ…

ଟି-୨୦ ବିଶ୍ୱକପ ପୂର୍ବରୁ ଭାରତକୁ ଜୋରଦାର୍‌ ଝଟ୍‌କା: ଯନ୍ତ୍ରଣାରେ ଛଟ୍‌ପଟ୍‌ ହୋଇ…

ନୂଆଦିଲ୍ଲୀ,୫।୨: ICC ଟି-୨୦ ବିଶ୍ୱକପ ୨୦୨୬ ପୂର୍ବରୁ ଟିମ ଇଣ୍ଡିଆର ଖେଳାଳିଙ୍କ ଆଘାତର ଧାରା ଜାରି ରହିଛି। ଦ୍ରୁତ ବୋଲର ହର୍ଷିତ ରାଣା ଏବେ ଏହି ତାଲିକାରେ…

ସାଙ୍ଗ ନେଲା ସାଙ୍ଗର ଜୀବନ, ହତ୍ୟା କରି ଜରିରେ କରିଦେଲେ ପ୍ୟାକ୍‌, ୫ ଦିନ ପରେ ମିଳିଲା…

ବ୍ରଜରାଜନଗର, ୫।୨(ବିଜୟ ବରାଡ଼): ଝାରସୁଗୁଡା ବ୍ରଜରଜନଗର ଥାନା ରାମପୁର ଫାଣ୍ଡି ଆନ୍ତର୍ଗତ କୁକୁରିକାନୀ ପଡ଼ାର ଟାଙ୍ଗର ଘାଟ ଜଙ୍ଗଲରେ ଏକ ଯୁବକଙ୍କ ମୃତଦେହ ପୋଲିସ ଉଦ୍ଧାର କରିଛି…

ଗୋବିନ୍ଦାଙ୍କ ପତ୍ନୀ ସୁନିତାଙ୍କ ଚମକିଲା ଭାଗ୍ୟ, ୫୮ ବର୍ଷ ବୟସରେ…

ମୁମ୍ବାଇ: ଗୋବିନ୍ଦାଙ୍କ ପତ୍ନୀ ସୁନିତା ଆହୁଜା, ଯିଏ ପ୍ରାୟତଃ ତାଙ୍କ ବୟାନ ପାଇଁ ଶିରୋନାମାରେ ଥାନ୍ତି। ଏବ ପୁଣି ଥରେ ଖବରରେ ଅଛନ୍ତି। ଏଥର, ତାଙ୍କର ବିବାଦୀୟ…

ଏହି କାରଣକୁ ନେଇ ୧୨ ଘଣ୍ଟିଆ ଲାଞ୍ଜିଗଡ ବନ୍ଦ ଡାକରା: ସ୍କୁଲ, କଲେଜ, ଦୋକାନ ବଜାର ସବୁ ଠପ୍‌

ଲାଞ୍ଜିଗଡ,୫।୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଲାଞ୍ଜିଗଡ ସବ-ରେଜିଷ୍ଟାର କାର୍ଯ୍ୟାଳୟକୁ ଜିଲା ପ୍ରଶାସନ ପକ୍ଷରୁ ବିଶ୍ୱନାଥପୁରଠାରେ ସ୍ଥାପନ ନେଇ ଲାଞ୍ଜିଗଡ ଅଞ୍ଚଳବାସୀ ବିରୋଧ କରିଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri