ସାଧାରଣ ଲୋକଙ୍କ ପାଖରେ ସ୍ବଚ୍ଛ ପ୍ରଶାସନ ପହଞ୍ଚାଇବା ସରକାରଙ୍କ ପ୍ରାଥମିକତା: କନକ ବର୍ଦ୍ଧନ ସିଂଦେଓ

ବଲାଙ୍ଗୀର, ୨୫।୧୨: (ସୁନିଲ କୁମାର ମହାନ୍ତି): ପୂର୍ବତନ ପ୍ରଧାନମନ୍ତ୍ରୀ ଅଟଳ ବିହାରୀ ବାଜପେୟୀଙ୍କ ଜୟନ୍ତୀ ଅବସରରେ ବଲାଙ୍ଗୀର ଭୀମଭୋଇ ମେଡିକାଲ କଲେଜ ହସ୍ପିଟାଲ ଅଡିଟୋରିୟମରେ ଜିଲାସ୍ତରୀୟ ସୁଶାସନ ଦିବସ ପାଳିତ ହୋଇଛି। ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂଦେଓ ଯୋଗଦେଇ ପୂର୍ବତନ ପ୍ରଧାନମନ୍ତ୍ରୀ ସ୍ବର୍ଗତ ବାଜପେୟୀଙ୍କ ସହ ତାଙ୍କର ବ୍ୟକ୍ତିଗତ ଅନୁଭୂତି ବର୍ଣ୍ଣନା କରି ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି। ସେ କହିଛନ୍ତି, ସାଧାରଣ ଲୋକଙ୍କ ପାଖରେ ସ୍ବଚ୍ଛ ପ୍ରଶାସନ ପହଞ୍ଚାଇବା ସରକାରଙ୍କ ପ୍ରାଥମିକତା। ଏହି କାର୍ଯ୍ୟକ୍ରମରେ ଜିଲାପାଳ ଗୌରବ ଶିଓ୍ବାଜୀ ଇସଲଓ୍ବାର ପ୍ରାରମ୍ଭିକ ବକ୍ତବ୍ୟ ଦେଇଛନ୍ତି। ଏହି କାର୍ଯ୍ୟକ୍ରମରେ କଣ୍ଟାବାଞ୍ଜି ବିଧାୟକ ଲକ୍ଷ୍ମଣ ବାଗ, ଜିଲା ପରିଷଦ ସଭାପତି ଦେବକୀ ସାହୁ, ପୌରାଧ୍ୟକ୍ଷା ଲିକା ସାହୁ, ଅତିରିକ୍ତ ଜିଲାପାଳ ଡ଼. ବିଜୟାନନ୍ଦ ସେଠୀ, ପବିତ୍ର ବେହେରା, ଜିଲା ପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ପ୍ରଭାତ କୁମାର ମହାପାତ୍ର, ଡିଏଫଓ ସୁଦର୍ଶନ ବେହେରା ଅତିଥି ଭାବେ ମଞ୍ଚାସୀନ ହୋଇଥିଲେ। ଏହି କାର୍ଯ୍ୟକ୍ରମରେ ଜିଲାର ଶ୍ରେଷ୍ଠ ବ୍ଳକ, ଶ୍ରେଷ୍ଠ ତହସିଲ ଓ କବିମାନଙ୍କୁ ସମ୍ମାନିତ କରିଥିଲେ। ଏହି କାର୍ଯ୍ୟକ୍ରମରେ ଜିଲାର ବିଭିନ୍ନ ସରକାରୀ ଅଧିକାରୀ, ମହିଳା ସ୍ବୟଂ ସହାୟକ ଗୋଷ୍ଠୀ ସଦସ୍ୟା, ବିଭିନ୍ନ ସ୍ବେଚ୍ଛାସେବୀ ସଙ୍ଗଠନ ପ୍ରତିନିଧି ଉପସ୍ଥିତ ଥିଲେ। ସଭା ପ୍ରାରମ୍ଭରେ ଅନେକ କବି ସ୍ବରଚିତ କବିତା ମାଧ୍ୟମରେ ପୂର୍ବ ପ୍ରଧାନମନ୍ତ୍ରୀ ସ୍ବର୍ଗତ ବାଜପେୟୀଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଥିଲେ। ଶେଷରେ ଅତିରିକ୍ତ ଜିଲାପାଳ ପବିତ୍ର ବେହେରା ଧନ୍ୟବାଦ ଦେଇଥିଲେ।

 


Enter your email to get our daily news in your inbox.

All Right Reserved By Dharitri.Com

ଛେଳି ଖାଇଲା ଟମାଟୋ ଗଛ: ମାଡ଼ ଖାଇଲେ ଦମ୍ପତି, ମାମଲା ଏବେ…

ଦିଗପହଣ୍ଡି,୩।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ବଜାପଲ୍ଲୀ ଗ୍ରାମ ନିକଟରେ ଜି.ଦୁର୍ଯ୍ୟ ରେଡ୍ଡୀଙ୍କ ଜମିରେ ଲାଗିଥିବା ଟମାଟୋ ଗଛ ଗୁଡ଼ିକୁ ଶୁକ୍ରବାର ମଧ୍ୟାହ୍ନରେ କିଛି…

ଆଦେଶ ପାଳନ କଲେ ଜିଲାପାଳ, ପିଛିଲା ତାରିଖ ପକାଇ ୨୧ ଦିନ ପରେ ଅର୍ଡର ପ୍ରେରଣ

କେନ୍ଦୁଝର/ହାଟଡିହୀ,୩l୪(ନରେଶ ଚନ୍ଦ୍ର ପଟ୍ଟନାୟକ/ଶୁଭକାନ୍ତ ନାୟକ):ଓଡ଼ିଶା ହାଇକୋର୍ଟଙ୍କ ନିର୍ଦ୍ଦେଶ ଧାର୍ଯ୍ୟ ସମୟରେ ପାଳନ ନ କରିବା ଫଳରେ ଅଦାଲତ ଅବମାନନା ମାମଲା ଦାୟର ହେବା ଏବଂ ଏ ନେଇ…

ନମ୍ବର ସେଭ୍‌ ନ କରି କରିପାରିବେ WhatsAppରେ ଚାଟ୍‌, ଅନେକେ ଜାଣନ୍ତି ନାହିଁ ଏହି ସିକ୍ରେଟ୍‌…

ନୂଆଦିଲ୍ଲୀ,୩।୪: ସାଧାରଣତଃ ହାଟ୍ସଆପରେ କାହା ସହିତ କଥା ହେବାକୁ ହେଲେ ଆମକୁ ପ୍ରଥମେ ସେହି ବ୍ୟକ୍ତିଙ୍କ ନମ୍ବର ନିଜ ଫୋନରେ ସେଭ କରିବାକୁ ପଡ଼ିଥାଏ। କିନ୍ତୁ ଅନେକ…

କାଳବୈଶାଖୀ ତାଣ୍ଡବ: ଭାଙ୍ଗିଲା ଗଛ, ଉଡ଼ିଲା ଆଜ୍‌ବେଷ୍ଟସ୍‌

କୋରାପୁଟ,୩।୪(ଅମିତାଭ ବେହେରା): କୋରାପୁଟ ସହରରେ ଶୁକ୍ରବାର ସନ୍ଧ୍ୟାରେ କାଳବୈଶାଖୀ ତାଣ୍ଡବ ରଚିଛି। କାଳବୈଶାଖୀ ପ୍ରଭାବରେ ଅଞ୍ଚଳର ବିଭିନ୍ନ ସ୍ଥାନରେ ଝଡ଼ତୋଫାନ ହୋଇଛି। ଝଡ଼ତୋଫାନରେ କୋରାପୁଟ-ରାୟଗଡ଼ା ସଂଯୋଗ କରୁଥିବା…

ଦିଗପହଣ୍ଡିରେ ଚାଞ୍ଚଲ୍ୟ: ପୋଖରୀରେ ମାଛଧରୁଥିବା ବେଳେ ଜାଲରେ କୁମ୍ଭୀର…

ଦିଗପହଣ୍ଡି,୩।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ଘୋଡ଼ାହାଡ଼ ଡ୍ୟାମ ରାସ୍ତାର ସନ୍ଥ ଅରକ୍ଷିତ ଛକରେ ଥିବା ପୋଖରୀରୁ କୈବର୍ତ୍ତମାନେ ଶୁକ୍ରବାର ସକାଳେ ମାଛ ଧରୁଥିବା ବେଳେ ଜାଲରେ…

ତାମିଲନାଡୁ ବିଧାନସଭା ନିର୍ୱାଚନ: ଭାଜପା ପ୍ରାର୍ଥୀ ତାଲିକାରେ ଆନ୍ନାମଲାଇଙ୍କ ନାମ ନାହିଁ

ଚେନ୍ନାଇ,୩ା୪: ତାମିଲନାଡୁ ବିଧାନସଭା ନିର୍ୱାଚନ ପାଇଁ ଭାଜପା ଶୁକ୍ରବାର ପ୍ରାର୍ଥୀ ତାଲିକା ପ୍ରକାଶ କରିଛି। ହେଲେ ଦଳର ପୂର୍ୱତନ ରାଜ୍ୟ ସଭାପତି କେ. ଆନ୍ନାମଲାଇଙ୍କ ନାମ ଉକ୍ତ…

ପ୍ରପର୍ଟି କାଗଜପତ୍ର ନାହିଁ, ତଥାପି ମିଳିପାରିବ ହୋମ୍‌ ଲୋନ୍‌? ଜାଣନ୍ତୁ କ’ଣ କହୁଛି ବ୍ୟାଙ୍କ ନିୟମ

ନୂଆଦିଲ୍ଲୀ,୩।୪: ନିଜର ଏକ ସୁନ୍ଦର ଘରଟିଏ କରିବା ସମସ୍ତଙ୍କର ସ୍ବପ୍ନ ଥାଏ। ଏହି ସ୍ବପ୍ନକୁ ସାକାର କରିବାରେ ‘ହୋମ ଲୋନ୍‌’ ବା ଗୃହ ଋଣ ଏକ ମୁଖ୍ୟ…

କାଳବୈଶାଖୀ ତାଣ୍ଡବ: ଟଳିପଡ଼ିଲେ ଗୋଟିଏ ପରେ ଗୋଟିଏ ଗୋରୁ…

ମୋହନା,୪।୩(ମନ୍ମଥ ମିଶ୍ର): କାଳବୈଶାଖୀରେ ଆଖି ବୁଜିଲେ ୪ ଗୋରୁ। ଏଭଳି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ଗଜପତି ଜିଲା ମୋହନା ବ୍ଲକ ମେରାପଲ୍ଲୀ ପଞ୍ଚାୟତ ବନ୍ଧାଗୁଡା ଗାଁରେ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri