୧୩୦ କୋଟି ଭାରତବାସୀଙ୍କ ଶୁଭକାମନା ଆଣିଛି, ଯବାନଙ୍କୁ କହିଲେ ପ୍ରଧାନମନ୍ତ୍ରୀ…

ନୂଆଦିଲ୍ଲୀ,୪।୧୧: ଆଲୋକର ପର୍ବ ଦୀପାବଳି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗୁରୁବାର ପ୍ରତିବର୍ଷ ଭଳି ଚଳିତ ବର୍ଷ ମଧ୍ୟ ସୁରକ୍ଷା ବାହିନୀ ସହିତ ତାଙ୍କର ଦିୱାଲୀ ପାଳନ କରିଛନ୍ତି। ପ୍ରଧାନମନ୍ତ୍ରୀ ଜମ୍ମୁ-କଶ୍ମୀରର ରାଜୌରୀ ଜିଲାର ନୋଶେରା ସେକ୍ଟରରେ ପହଞ୍ଚି ସୈନିକମାନଙ୍କ ସହିତ ପ୍ରାୟ ଏକ ଘଣ୍ଟା ବିତାଇବା ସହିତ ସେମାନଙ୍କୁ ମିଠା ଖାଇବାକୁ ଦେଇଛନ୍ତି।

ମୋଦି କହିଛନ୍ତି, “ମୁଁ ପ୍ରଧାନମନ୍ତ୍ରୀ ଭାବରେ ନୁହେଁ, ବରଂ ଆପଣଙ୍କ ପରିବାର ସଦସ୍ୟ ଭାବରେ ଏଠାକୁ ଆସିଛି। ୧୩୦ କୋଟି ଭାରତବାସୀଙ୍କ ଶୁଭକାମନା ସାଥିରେ ଆଣିଛି। ଯେତେବେଳେ ଆପଣ ନିଜ ପରିବାରକୁ ଯାଆନ୍ତି ସେତେବେଳେ ଆପଣ ଅନୁଭବ କରୁଥିବା ସମାନ ଅଭିଜ୍ଞତା ମୁଁ ମଧ୍ୟ ଅନୁଭବ କରୁଛି ବୋଲି ପ୍ରଧାନମନ୍ତ୍ରୀ କହିଛନ୍ତି। ସୀମାରେ ମୁତୟନ ହୋଇଥିବା ଯବାନମାନଙ୍କ ସହିତ ମୁଁ ପ୍ରତିବର୍ଷ ଦିୱାଲୀ ପାଳନ କରିବାକୁ ନିଷ୍ପତ୍ତି ନେଇଥିବା ପ୍ରଧାନମନ୍ତ୍ରୀ ଏହି ଅବସରରେ କହିଛନ୍ତିି।

ଯବାନମାନେ ଭାରତ ମାତାଙ୍କର ସୁରକ୍ଷା କବଚ ସାଜିଛନ୍ତି। ମୋଦି କହିଛନ୍ତି ଯେ ପୂର୍ବରୁ ପରିସ୍ଥିତି ଥିଲା ଯେ ଆବଶ୍ୟକ ସମୟରେ ଅସ୍ତ୍ରଶସ୍ତ୍ର କ୍ରୟ କରାଯାଉଥିଲା। ତେବେ ଏବେ ପ୍ରତିରକ୍ଷା କ୍ଷେତ୍ରରେ ଆତ୍ମନିର୍ଭରଶୀଳତା ବଢୁଛି। ବର୍ତ୍ତମାନ ୨୦୦ରୁ ଅଧିକ ଅସ୍ତ୍ରଶସ୍ତ୍ର, ଉପକରଣ ସ୍ବଦେଶୀ କମ୍ପାନୀଙ୍କ ଠାରୁ କ୍ରୟ କରାଯିବ ବୋଲି ନିଷ୍ପତ୍ତି ଗ୍ରହଣ କରାଯାଇଛି ବୋଲି ପ୍ରଧାନମନ୍ତ୍ରୀ କହିଛନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

ରାହୁଲଙ୍କ ବଡ଼ ଚେତାବନୀ, ଦେଶରେ ଆସିବ ‘Economic Earthquake’, ମୋଦି କହିଲେ…

ନୂଆଦିଲ୍ଲୀ,୧।୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀଙ୍କ ଭାଷଣରେ ପଶ୍ଚିମ ଏସିଆର ସଙ୍କଟ କେନ୍ଦ୍ରବିନ୍ଦୁ ପାଲଟିଥିଲା। ଉଭୟ ନେତା ଭାରତ ଉପରେ…

ନା ଖୋଲିଲା ହର୍ମୁଜ, ନା ହେଲା କୌଣସି ଚୁକ୍ତି… ଏହାପରେ ବି କାହିଁକି ଯୁଦ୍ଧ ବନ୍ଦ କରିବାକୁ ଚାହୁଁଛନ୍ତି ଟ୍ରମ୍ପ୍‌? ଜାଣନ୍ତୁ କ’ଣ ରହିଛି ଏହାର ବଡ଼ କାରଣ

ଓ୍ବାଶିଂଟନ,୧।୪: ଇରାନ ଏବଂ ଆମେରିକା ମଧ୍ୟରେ ସଂଘର୍ଷ ଏକ ନୂତନ ମୋଡ଼ ନେଇଛି। ଇରାନ ସହିତ ଯୁଦ୍ଧ ଏବେ ଯେକୌଣସି ମୁହୂର୍ତ୍ତରେ ଶେଷ ହୋଇପାରେ। ଆମେରିକା ମଧ୍ୟ…

ସଂଜ୍ଞା ବଦଳିପାରେ

ଧାର୍ଯ୍ୟ ସମୟସୀମାର ଦିନକ ପୂର୍ବରୁ ଅର୍ଥାତ୍‌ ୩୦ ମାର୍ଚ୍ଚରେ ଭାରତ ‘ମାଓବାଦୀ ମୁକ୍ତ’ ବୋଲି ସଂସଦରେ ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା ଘୋଷଣା କରିଦେଇଛନ୍ତି। ଏହା ନିଶ୍ଚିତ ଭାବେ…

ଓଲଟିଲା ମାଛ ବୋଝେଇ ମିନି ଟ୍ରକ: ଆଉ ତା’ପରେ ଘଟିଲା…

ଗଞ୍ଜାମ,୧।୪(ଅନାଥ ତରାଇ): ଗଞ୍ଜାମ ଥାନା ଅନ୍ତର୍ଗତ ବିଞ୍ଚଣାପଲି ଛକ ୧୬ ନମ୍ବର ଜାତୀୟ ରାଜପଥଠାରେ ଗତକାଲି ବିଳମ୍ବିତ ରାତି ପ୍ରାୟ ୧୨ଟା ୩୦ ମିନିଟ ସମୟରେ ଏକ…

ଗଞ୍ଜାମ ଜିଲାକୁ ୩ ଜାତୀୟ ପୁରସ୍କାର: ଚାରିଆଡ଼ୁ ଛୁଟିଲା ଶୁଭେଚ୍ଛାର ସୁଅ

ଛତ୍ରପୁର, ୧/୪(ଦିଲ୍ଲୀପ ସାମଲ): ପୁଣି ରାଜ୍ୟରେ ଗଞ୍ଜାମ ଜିଲା ସୁନାମ ଆଣିଛି । ଜିଲାକୁ ୩ଟି ଜାତୀୟ ପୁରସ୍କାର ମିଳିଛି । ଦୀନଦୟାଲ ଉପାଧ୍ୟାୟ ପଞ୍ଚାୟତ ସତତ…

ବଡ଼ ଦୁର୍ଘଟଣା, ସେନା ବିମାନ ଦୁର୍ଘଟଣାଗ୍ରସ୍ତ, ୨୯ ମୃତ

ମସ୍କୋ,୧।୪: ରୁଷିଆରେ ଏକ ବଡ଼ ବିମାନ ଦୁର୍ଘଟଣାର ରିପୋର୍ଟ ସାମ୍ନାକୁ ଆସିଛି। ରୁଷିଆ ପ୍ରତିରକ୍ଷା ମନ୍ତ୍ରଣାଳୟକୁ ଉଦ୍ଧୃତ କରି, ସମ୍ବାଦ ସଂସ୍ଥା TASS ବୁଧବାର ରିପୋର୍ଟ କରିଛି…

ବଦଳିଛି ମାନଚିତ୍ର, ବାଟବଣା ବିକାଶ ପଥ: ଜିଲା ଗଠନକୁ ପୂରିଲା ୩୩ବର୍ଷ

ବରଗଡ଼,୧।୪(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ଗଠନକୁ ୩୩ବର୍ଷ ପୂରିଛି। ନୂତନ ଜିଲା ମନ୍ୟତା ପାଇବା ପରେ ୧୯୯୩ ଅପ୍ରେଲ ୧ ତାରିଖ ପୂର୍ବତନ ମୁଖ୍ୟମନ୍ତ୍ରୀ ପ୍ରବାଦ ପୁରୁଷ ସ୍ବର୍ଗତ…

ଆଜି ସମଲେଶ୍ବରୀଙ୍କ ମହାସ୍ନାନ: ମନ୍ଦିରରେ ଶ୍ରଦ୍ଧାଳୁଙ୍କ ସମାଗମ

ବରଗଡ଼,୧।୪(ପ୍ରେମାନନ୍ଦ ଖମାରୀ)- ବରଗଡ଼ର ଅଧିଷ୍ଠାତ୍ରୀ ଗ୍ରାମ୍ୟଦେବୀ ମା’ ସମଲେଶ୍ବରୀଙ୍କ ବୁଧବାର ମହାସ୍ନାନ ହୋଇଛି। ଏହି କ୍ରମରେ ଶୀତଳଧାରା ଅର୍ପଣ ପୂର୍ବକ ପ୍ରାତଃ ୪ଟା ୫୧ମିନିଟରୁ ଭକ୍ତମାନଙ୍କ ଦ୍ୱାରା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri