Posted inଖେଳ

୫୮ ବର୍ଷ ପ୍ରତୀକ୍ଷାର ଅନ୍ତ ଲକ୍ଷ୍ୟରେ ବ୍ରିଟେନ୍‌

ବର୍ଲିନ୍‌,୧୪।୭(ପି.ଟି.): ଜର୍ମାନୀରେ ଅନୁଷ୍ଠିତ ୟୁରୋ କପ ଫୁଟବଲ ୨୦୨୪ର ଫାଇନାଲ ମ୍ୟାଚ୍‌ ଇଂଲଣ୍ଡ ଓ ସ୍ପେନ୍‌ ମଧ୍ୟରେ ଖେଳାଯିବ। ସ୍ପେନ ଦଳ ଚତୁର୍ଥ ୟୁରୋ କପ୍‌ ଲକ୍ଷ୍ୟରେ ରହିଥିବା ବେଳେ ଇଂଲଣ୍ଡ ୫୮ ବର୍ଷ ପ୍ରତୀକ୍ଷାର ଅବସାନ ଘଟାଇବା ଲକ୍ଷ୍ୟରେ ରହିଛି। ଶେଷ ଥର ପାଇଁ ଇଂଲଣ୍ଡ ୧୯୬୬ରେ ବିଶ୍ୱକପ ଜିତିଥିଲା। ଏହା ପରଠାରୁ ଇଂଲଣ୍ଡ କୌଣସି ମେଜର ଟ୍ରଫି ହାସଲ କରିବାରେ ଅସମର୍ଥ ରହିଛି। ଏପରିକି ୨୦୨୦ ୟୁରୋରେ ଦଳ ଇଟାଲୀ ଠାରୁ ହାରି ରନର୍‌ଅପ୍‌ ରହିଥିଲା।
ଫାଇନାଲ ମ୍ୟାଚ୍‌ ପାଇଁ ସ୍ପେନକୁ ଫେଭରିଟ୍‌ ବିବେଚନା କରାଯାଉଛି। ସ୍ପେନ୍‌ ଦଳ ଏହାର ସମସ୍ତ ୬ ମ୍ୟାଚ୍‌ ବିଜୟୀ ହୋଇ ଫାଇନାଲରେ ପହଞ୍ଚିଛି। ଅନ୍ୟ ପକ୍ଷରେ ଦଳରେ ତାରକା ଖେଳାଳିଙ୍କ ମଧ୍ୟରେ ନିଜର ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଛନ୍ତି ଲାମିନ୍‌ ୟାମାଲ। ୧୭ ବର୍ଷୀୟ ଏହି ଖେଳାଳି ଜଣଙ୍କ ୟୁରୋ କପ୍‌ ଇତିହାସର ସର୍ବକନିଷ୍ଠ ଗୋଲ ସ୍କୋରର ପାଲଟିଥିବା ବେଳେ ଫାଇନାଲ ମ୍ୟାଚ୍‌ରେ ସମସ୍ତଙ୍କ ନଜର ତାଙ୍କ ଉପରେ ରହିବ। ସେହିପରି ମିଡଫିଲ୍ଡର ଡାନି ଓଲମୋ ମଧ୍ୟ ଚମତ୍କାର ଫର୍ମରେ ଅଛନ୍ତି। ଇଂଲଣ୍ଡ ଦଳର ପ୍ରଦର୍ଶନ ମୁଖ୍ୟତଃ ହ୍ୟାରି କେନ୍‌ ଓ ଜୁଡ୍‌ ବେଲିଙ୍ଗହାମଙ୍କ ଉପରେ ନିର୍ଭରଶୀଳ। ସେହିପରି ମିଡଫିଲ୍ଡରେ ବୁକାୟୋ ସାକା ସମସ୍ତଙ୍କୁ ପ୍ରଭାବିତ କରିଛନ୍ତି। ଦଳର କୋଚ୍‌ ଗ୍ୟାରେଥ୍‌ ସାଉଥଗେଟ୍‌ ଫାଇନାଲ ପାଇଁ କଣ ରଣନୀତି ପ୍ରସ୍ତୁତ କରୁଛନ୍ତି ଏହା ଉପରେ ନଜର ରହିବ।


Enter your email to get our daily news in your inbox.

All Right Reserved By Dharitri.Com

ଦିଲ୍ଲୀରୁ ଘରକୁ ଫେରୁଥିଲେ, ଜାତୀୟ ପାରା ଆଥ୍‌ଲେଟଙ୍କୁ ହତ୍ୟା,:ରକ୍ତ ଜୁଡ଼ୁବୁଡ଼ୁ…

ଗାଜିଆବାଦ, ୩୦।୫: ଉତ୍ତର ପ୍ରଦେଶର ଗାଜିଆବାଦ ଅଞ୍ଚଳରୁ ଏକ ଅଭାବନୀୟ ତଥା ଦୁଃଖଦ ଖବର ସାମ୍ନାକୁ ଆସିଛି। ଜାତୀୟ ସ୍ତରର ପାରା ଖେଳାଳୀ ଚିରାଗ ତ୍ୟାଗୀଙ୍କୁ ନିର୍ମମ…

ଯାତ୍ରାରେ ସୁଯୋଗ ପ୍ରତିଶ୍ରୁତି ଦେଇ ଯୁବତୀଙ୍କୁ ଗଣବଳାତ୍କାର, ବନ୍ଧା ହେଲେ ଯାତ୍ରାପାର୍ଟିର ୨ ମ୍ୟାନେଜର

ପଟ୍ଟାମୁଣ୍ଡାଇ,୩୦।୫ କେନ୍ଦ୍ରାପଡ଼ା ପଟ୍ଟାମୁଣ୍ଡାଇ ଅଞ୍ଚଳରୁ ଏକ ଲଜ୍ଜା ଜନକ ଘଟଣା ସାମ୍ନାକୁ ଆସିଛି। ଯାତ୍ରାପାର୍ଟିରେ ସୁଯୋଗ ଦେବାର ପ୍ରତିଶ୍ରୁତି ଦେଇ ଚଉଦକୁଲାଟ ଅଞ୍ଚଳର ଜଣେ ଯୁବତୀଙ୍କୁ ମୃଦୁପାନୀୟରେ…

୩ରୁ କୋରାପୁଟରେ ରବିଧାନ କିଣା ଆରମ୍ଭ

ଜୟପୁର,୩୦।୫(ପବନ ପାଣିଗ୍ରାହୀ): କୋରାପୁଟ ଜିଲାରେ ଆସନ୍ତା ଜୁନ ୩ରୁ ଚାଷୀଙ୍କ ଅମଳ ରବିଧାନ କ୍ରୟ ନେଇ ମଣ୍ଡି ଶୁଭାରମ୍ଭ ହେବ। ଏହା ପୂର୍ବରୁ ଶନିବାର ଜୟପୁର ଉପଖଣ୍ଡର…

ଆଫଗାନ ଶରଣାର୍ଥୀଙ୍କୁ ନେଇଯାଉଥିବା ଟ୍ରକ୍‌ ଦୁର୍ଘଟଣା, ଆଉ ତା’ପରେ…

କାବୁଲ,୩୦ା୫: ପାକିସ୍ତାନରୁ ଆଫଗାନ୍‌ ଶରଶାର୍ଥୀମାନଙ୍କୁ ନେଇ ଯାଉଥିବା ଏକ ଟ୍ରକ୍‌ ଶନିବାର ପୂର୍ବ ଆଫଗାନିସ୍ତାନର ଜାତୀୟ ରାଜପଥରେ ଓଲଟିପଡ଼ି ଦୁର୍ଘଟଣଗ୍ରସ୍ତ ହୋଇଛି। ଫଳରେ ୨୨ଜଣଙ୍କ ମୃତ୍ୟୁ ଘଟିବା…

୩ରେ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ ଶିବକୁମାର

ବେଙ୍ଗାଲୁରୁ,୩୦ା୫: କର୍ନାଟକ ପ୍ରଦେଶ କଂଗ୍ରେସ ସଭାପତି ଡି.କେ. ଶିବକୁମାର ଶନିବାର ବିଧାୟକ ଦଳ ନେତା ନିର୍ବାଚିତ ହୋଇଛନ୍ତି। ଜୁନ୍‌ ୩ରେ ସେ କର୍ନାଟକର ନୂଆ ମୁଖ୍ୟମନ୍ତ୍ରୀ ଭାବେ…

ତୁମୁଡିବନ୍ଧରେ କାଳବୈଶାଖୀର ଭୟଙ୍କର ତାଣ୍ଡବ: ପତ୍ର ଭଳି ଉଡ଼ିଲା ଆଜବେଷ୍ଟସ, ଭାଙ୍ଗିଲା ବିଦ୍ୟୁତ ଖୁଣ୍ଟ

ତୁମୁଡିବନ୍ଧ, ୩୦।୫ (ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକ ଅଞ୍ଚଳରେ କାଳବୈଶାଖୀର କରାଳ କୋପ ଦେଖିବାକୁ ମିଳିଛି। ଶନିବାର ସନ୍ଧ୍ୟା ପ୍ରାୟ ୫ଟା ୩୦…

ଫାଇନାଲରେ ପହଞ୍ଚିଲେ ସାତ୍ତ୍ୱିକ-ଚିରାଗ ଯୋଡ଼ି

ସିଙ୍ଗାପୁର,୩୦ା୫: ଭାରତର ତାରକା ଯୋଡ଼ି ସାତ୍ତ୍ୱିକସାଇରାଜ ରାଙ୍କିରେଡ୍ଡୀ ଓ ଚିରାଗ ଶେଟ୍ଟି ସିଙ୍ଗାପୁର ଓପନ ସୁପର ୭୫୦ ବ୍ୟାଡ୍‌ମିଣ୍ଟନ ଟୁର୍ନାମେଣ୍ଟର ଫାଇନାଲରେ ପ୍ରବେଶ କରିଛନ୍ତି। ଶନିବାର ଅନୁଷ୍ଠିତ…

ରେସଲିଂ ଫେରିବା ଆଶା ଧୂଳିସାତ

ନୂଆଦିଲ୍ଲୀ,୩୦ା୫- ଅଲିମ୍ପିଆନ ଭିନେଶ ଫୋଗତଙ୍କ ପ୍ରତିଦ୍ୱନ୍ଦ୍ୱିତାମୂଳକ ରେସଲିଂକୁ ଫେରିବା ଆଶା ଧୂଳିସାତ ହୋଇଛି। ଶନିବାର ଏସିଆନ ଗେମ୍ସ ଚୟନ ପ୍ରକ୍ରିୟାରେ ୫୩ କେଜି ସେମିଫାଇନାଲରେ ସେ ମୀନାକ୍ଷୀଙ୍କଠାରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri