ମୋଦିଙ୍କ ଟୁଇଟ୍‌ର ଉତ୍ତର ଦେଲେ ସୁନକ

ଲଣ୍ଡନ/ନୂଆଦିଲ୍ଲୀ,୨୮ ।୧୦: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗୁରୁବାର ବ୍ରିଟେନର ନବ ନିର୍ବାଚିତ ପ୍ରଧାନମନ୍ତ୍ରୀ ଋଷି ସୁନକଙ୍କୁ ଫୋନ ଯୋଗେ ଶୁଭେଚ୍ଛା ଜଣାଇବା ସହ । କିଛି ଗୁରୂତ୍ୱପୂର୍ଣ୍ଣ ପ୍ରସଙ୍ଗକୁ ନେଇ ଉଭୟ ନେତା ଆଲୋଚନା କରିଛନ୍ତି । ଏହାପରେ ମୋଦି ଟୁଇଟ କରି କହିଥିଲେ ଯେ ବ୍ରିଟେନ ପ୍ରଧାନମନ୍ତ୍ରୀ ଋଷି ସୁନକଙ୍କ ସହ କଥା ହୋଇ ଖୁସି ଲାଗିଲା । ନୂଆ ପ୍ରଧାନମନ୍ତ୍ରୀ ଭାବେ କାର୍ଯ୍ୟଭାର ସମ୍ଭାଳିବାକୁ ନେଇ ଶୁଭେଚ୍ଛା ଜଣାଇଲି । ଆମେ ଆମର ବ୍ୟାପକ ରଣନୀତିକ ଭାଗିଦାରୀକୁ ଆହୁରି ମଜଭୁତ କରିବାକୁ ଯାଉଛୁ । ଆମେ ସନ୍ତୁଳିତ ବ୍ୟାପର ଚୁକ୍ତି(ଏଫଟିଏ)ର ତୁରନ୍ତ ନିଷ୍କର୍ଷର ମହତ୍ୱ ଉପରେ ରାଜି ହୋଇଛୁ ।
ଏବେ ମୋଦିଙ୍କ ଏହି ଟୁଇଟ୍‌ର ଉତ୍ତର ରଖିଛନ୍ତି ସୁନକ । ସେ ମୋଦିଙ୍କୁ ଧନ୍ୟବାଦ ଦେଇଛନ୍ତି । ସେ କହିଛନ୍ତି ବ୍ରିଟେନ ଓ ଭାରତ ମଧ୍ୟରେ ବହୁତ କିଛି ରହିଛି । ମୁଁ ଏହାକୁ ନେଇ ଉତ୍ସାହିତ ରହିଛି । ଆମର ଦୁଇ ମହାନ ଲୋକତନ୍ତ୍ର ଆଗାମୀ ଦିନ ଓ ବର୍ଷରେ ନିଜର ସୁରକ୍ଷା, ପ୍ରତିରକ୍ଷା ଓ ଆର୍ଥିକ ଭାଗିଦାରୀକୁ ମଜଭୁତ କରିବାକୁ ଯାଉଛୁ । ବ୍ରିଟେନର ନୂଆ ପ୍ରଧାନମନ୍ତ୍ରୀ ତଥା ମୂଳ ଭାରତୀୟ ଋଷି ସୁନକଙ୍କ ଘର ଏବେ ୧୦ ଡାଉନିଂଗ ଷ୍ଟ୍ରିଟ ହେବ । ସୁନକଙ୍କ ପ୍ରବକ୍ତାଙ୍କ ସୂଚନା ଅନୁଯାୟୀ, ସେ ଏବେ ବେଶ ଖୁସି ଅଛନ୍ତି । ୧୦ ଡାଉନିଂଗ ଷ୍ଟ୍ରିଟ ବ୍ରିଟିଶ ପ୍ରଧାନମନ୍ତ୍ରୀଙ୍କ ବାସସ୍ଥାନ ଭାବେ ପରିଚିତ । ଏଠାରେ ପ୍ରଧାନମନ୍ତ୍ରୀଙ୍କ ଅଫିସିଆଲ ବାସଗୃହ ସହ କାର୍ଯ୍ୟାଳୟ ବି ରହିଛି । ଏଠାରେ ବିଶ୍ୱ ନେତାଙ୍କଠାରୁ ଆରମ୍ଭ କରି ରାଜପରିବାରର ଅତିଥିଙ୍କର ମଧ୍ୟ ସ୍ୱାଗତ ସତ୍କାର କରାଯାଇଥାଏ ।


Enter your email to get our daily news in your inbox.

All Right Reserved By Dharitri.Com

କୋକସରାରେ ବର୍ଷା ବିତ୍ପାତ, ଘରେ ପଶିଲା ପାଣି

କୋକସରା,୨୩।୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ଶନିବାରଠାରୁ ଲାଗି ରହିଥିବା ଲଗାଣ ବର୍ଷା ଯୋଗୁ କଳାହାଣ୍ଡି ଜିଲା କୋକସରା ଅଞ୍ଚଳରେ ବେହାଳ ପରିସ୍ଥିତି ସୃଷ୍ଟି ହୋଇଛି। ପ୍ରାୟ ୩୦ ଘଣ୍ଟାରୁ…

ଇମ୍ରାନ୍ ଖାନଙ୍କ ପାଇଁ ଆଗକୁ ଆସିଲେ ଗାଭାସ୍କର-କପିଲ ଦେବ, ପ୍ରଧାନମନ୍ତ୍ରୀଙ୍କୁ ଲେଖିଲେ ଚିଠି

ଇସଲାମବାଦ,୨୩।୮: ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତା ପ୍ରକାଶ କରିଛନ୍ତି ଆନ୍ତର୍ଜାତୀୟ କ୍ରିକେଟର ୨୨ ଜଣ ପୂର୍ବତନ ଅଧିନାୟକ। ଇମ୍ରାନ ଖାନଙ୍କୁ ଉନ୍ନତ ଚିକିତ୍ସା ସୁବିଧା…

ଲୋକଙ୍କୁ ବିକୁଥିଲେ ନକଲି ବ୍ରାଣ୍ଡ୍‌ ଘଣ୍ଟା, ୪ଜଣଙ୍କୁ ବାନ୍ଧିଲା ପୋଲିସ

ରାଉରକେଲା,୨୩।୮(ସଙ୍ଗୀତା ଜେନା): ନକଲି ବ୍ରାଣ୍ଡ୍‌ ଘଣ୍ଟା ବିକ୍ରି ଅଭିଯୋଗରେ ପ୍ଲାଣ୍ଟସାଇଟ୍‌ ଥାନା ପୋଲିସ ୪ ଜଣଙ୍କୁ ରବିବାର ଗିରଫ କରିଛି। ଗିରଫ ଅଭିଯୁକ୍ତମାନେ ହେଲେ ବିଶ୍ରା ଜିନତ…

ବସ୍‌ଷ୍ଟାଣ୍ଡରେ ବିକୁଥିଲେ କଫ୍‌ସିରପ୍‌, ମାଡ଼ି ବସିଲା ପୋଲିସ

ବରଗଡ଼,୨୩।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ଥାନା ପୋଲିସ ଶନିବାର ରାତିରେ ବେଆଇନ ଭାବେ ଚାଲିଥିବା କଫସିରପ୍‌ କାରବାରକୁ ଠାବ କରିଛି। ପୋଲିସ ଏହି କାରବାରରେ ୨ଜଣ…

ଅନଲାଇନ ପେମେଣ୍ଟ କଲେ ଦିଗପହଣ୍ଡି ଚାଷୀଙ୍କୁ ମିଳୁଛି ସାର, ହନ୍ତସନ୍ତ ହେଉଛନ୍ତି….

ଦିଗପହଣ୍ଡି,୨୩।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳରେ ଥିବା ପ୍ରାଥମିକ ସେବା ସମବାୟ ସମିତିରେ ଚଳିତବର୍ଷ ଅନଲାଇନ୍ ଜରିଆରେ ଚାଷୀଙ୍କୁ ସାର ବିକ୍ରୀ ବ୍ୟବସ୍ଥାକୁ ନେଇ…

ଅବ୍ୟବସ୍ଥାରେ ବଡ଼ଛତ୍ରଙ୍ଗ ହାଇସ୍କୁଲ, ଛାତରୁ ଝରୁଛି ପାଣି, ନାହାନ୍ତି ଶିକ୍ଷକ

ଥୁଆମୂଳ ରାମପୁର,୨୩।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ଐତିହାସିକ ସରକାରୀ ଉଚ୍ଚ ବିଦ୍ୟାଳୟ ବଡ଼ଛତ୍ରଙ୍ଗରେ ଶିକ୍ଷାବ୍ୟବସ୍ଥା ବିପର୍ଯ୍ୟସ୍ତ ହୋଇପଡ଼ିଛି। ୧୯୬୬ରୁ ସ୍ଥାପିତ ଏହି…

କଲମ୍ବୋ ଟେଷ୍ଟରେ ଗିଲଙ୍କ ରେକର୍ଡ: ଭାଙ୍ଗିଲେ କୋହଲି-ଧୋନିଙ୍କ ରେକର୍ଡ

ନୂଆଦିଲ୍ଲୀ,୨୩।୮: ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ଚାଲିଥିବା ଟେଷ୍ଟ ସିରିଜର ଦ୍ୱିତୀୟ ମୁକାବିଲା କଲମ୍ବୋର SSC ଗ୍ରାଉଣ୍ଡରେ ଖେଳାଯାଉଛି । ଟସ୍ ଜିତି ଭାରତୀୟ ଅଧିନାୟକ ଶୁଭମନ…

ଲଗାଣ ବର୍ଷାରେ ପାପଡ଼ାହାଣ୍ଡିରେ ବନ୍ୟା, ଭାଙ୍ଗିଲା ୩୮ ଘର, ୧୦୦ଜଣଙ୍କୁ ସ୍ଥାନାନ୍ତର

ପାପଡ଼ାହାଣ୍ଡି, ୨୩।୮(ସ୍ବପ୍ନଜିତ ପଟ୍ଟନାୟକ): ଗତ ୨ ଦିନ ଧରି ଲାଗି ରହିଥିବା ଲଗାଣ ବର୍ଷାରେ ରବିବାର ପାପଡ଼ାହାଣ୍ଡି ବ୍ଲକରେ ବନ୍ୟା ପରିସ୍ଥିତି ଉପୁଜିଛି। ପାପଡ଼ାହାଣ୍ଡି ସଦର ସମେତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri