Posted inଜାତୀୟ

ଖାଲିସ୍ତାନୀଙ୍କ ସହ ମୁକାବିଲା କରିବାକୁ ବ୍ରିଟେନ ପ୍ରସ୍ତୁତ…

ନୂଆଦିଲ୍ଲୀ,୧୩।୮ : ଭାରତୀୟମାନେ କ୍ରମାଗତ ଭାବେ ଖାଲିସ୍ତାନୀଙ୍କର ଟାର୍ଗେଟ ହେବାରେ ଲାଗିଛନ୍ତି। ଏଭଳି ପରିସ୍ଥିତିରେ ବ୍ରିଟିଶ ସୁରକ୍ଷା ମନ୍ତ୍ରୀ ଟମ ଟୁଗେନହାଟ ସ୍ପଷ୍ଟ କରିଛନ୍ତି ଲଣ୍ଡନରେ ଭାରତୀୟ ଉଚ୍ଚ ଆୟୋଗ ଏବଂ ଏହାର କର୍ମଚାରୀଙ୍କ ସୁରକ୍ଷା ପାଇଁ ବ୍ରିଟେନ ଆବଶ୍ୟକ ପଦକ୍ଷେପ ନେଉଛି।

ଉଲ୍ଲେଖନୀୟ କଥା ହେଉଛି, ବ୍ରିଟିଶ ସୁରକ୍ଷା ମନ୍ତ୍ରୀ ଟୁଗେନହାଟ ଅଗଷ୍ଟ ୧୦ରୁ ୧୨ରୁ ତିନି ଦିନିଆ ଗସ୍ତରେ ଆସି କୋଲକାତାରେ ଜି-୨୦ ଦୁର୍ନୀତି ନିବାରଣ ମନ୍ତ୍ରୀ ବୈଠକରେ ଭାଗ ନେଇଥିଲେ। ସେ ଦିଲ୍ଲୀରେ ବହିର୍ବ୍ୟାପାର ମନ୍ତ୍ରୀ ଏସ ଜୟଶଙ୍କର ଏବଂ ଜାତୀୟ ସୁରକ୍ଷା ପରାମର୍ଶଦାତା ଅଜିତ ଡୋଭାଲଙ୍କ ସହ ଆଲୋଚନା କରିଥିଲେ।

ବର୍ତ୍ତମାନ ବରିଷ୍ଠ ମନ୍ତ୍ରୀ ଟୁଗେନହାଉଟ କହିଛନ୍ତି ଖାଲିସ୍ତାନ ସମର୍ଥକ ଉପାଦାନଗୁଡ଼ିକର କାର୍ଯ୍ୟକଳାପ ଉପରେ ବ୍ରିଟିଶ ସରକାର ଭାରତର ଚିନ୍ତାକୁ ହୃଦୟଙ୍ଗମ କରିଛନ୍ତି। ବ୍ରିଟେନରେ ଏଭଳି ଦଳଙ୍କୁ ମୂଳୋତ୍ପାଟନ କରାଯିବ। ସେ କହିଛନ୍ତି ମୁଁ ସ୍ପଷ୍ଟ କରିବାକୁ ଚାହୁଁଛି ଯଦି ବ୍ରିଟେନରେ କୌଣସି ନାଗରିକଙ୍କର କିଛି ସମସ୍ୟା ଥାଏ, ତେବେ ଏହା ଅନ୍ୟ କେଉଁ ଦେଶର ଚିନ୍ତା ନୁହେଁ ବରଂ ବ୍ରିଟେନ ସମସ୍ୟା। ସରକାର ଏନେଇ କଠୋର ପଦକ୍ଷେପ ଗ୍ରହଣ କରିବେ।

ଲଣ୍ଡନରେ ଭାରତୀୟ ଲୋକମାନେ ନିରାପଦରେ ଅଛନ୍ତି। ଖାଲିସ୍ତାନ ସମର୍ଥକଙ୍କ ସହ ମୁକାବିଲା କରିବା ପାଇଁ ବ୍ରିଟେନର କ୍ଷମତା ବୃଦ୍ଧି ପାଇଁ ସରକାର ୯୫ ହଜାର ପାଉଣ୍ଡର ସହାୟତା ଘୋଷଣା କରିଛନ୍ତି ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୬ ବଲ୍‌ରେ ୫ ଉଇକେଟ…ଇତିହାସ ରଚିଲେ ୨୮ ବର୍ଷୀୟ ଏହି ବୋଲର୍‌; ପ୍ରଥମ ଥର…

ନୂଆଦିଲ୍ଲୀ,୨୩।୧୨: ଟି୨୦ଆଇ କ୍ରିକେଟ୍‌ରେ ଏକ ଓଭରରେ ୫ ଉଇକେଟ୍ ନେବା ପ୍ରତ୍ୟେକ ବୋଲରଙ୍କ ସ୍ୱପ୍ନ ଅଟେ। ୪ ଓଭରର ସ୍ପେଲ୍‌ରେ ଏହି କାରନାମା କରିବା ବହୁତ...

ଦିଲ୍ଲୀ କ୍ୟାପିଟାଲ୍ସର ବଡ଼ ଘୋଷଣା: ୨୫ ବର୍ଷୀୟ ଏହି ଖେଳାଳି ହେଲେ ନୂଆ ଅଧିନାୟକ

ନୂଆଦିଲ୍ଲୀ,୨୩।୧୨: ଦିଲ୍ଲୀ କ୍ୟାପିଟଲ୍ସ ଏକ ବଡ଼ ଘୋଷଣା କରିଛି। ମହିଳା ପ୍ରିମିୟର ଲିଗ୍ (WPL) ୨୦୨୬ ସିଜନ୍ ପୂର୍ବରୁ ଟିମ୍‌କୁ ନୂଆ ଅଧିନାୟକ ମିଳିଛି। ଅକ୍ସନ୍...

Gotra Matching for Marriage: ସମାନ ଗୋତ୍ରରେ ବିବାହ କରିବା ଶୁଭ ନା ଅଶୁଭ? ଜାଣନ୍ତୁ କ’ଣ କୁହେ…

ହିନ୍ଦୁ ଧର୍ମରେ ବିବାହ ପୂର୍ବରୁ କୁଣ୍ଡଳୀ ମିଳନ ସହିତ ଗୋତ୍ରର ପରୀକ୍ଷା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ବୋଲି ବିବେଚନା କରାଯାଏ। ଏକ ଗୋତ୍ରରେ ବିବାହକୁ ସାଧାରଣତଃ ଅଶୁଭ...

ବନ୍ଦେ ଭାରତ ଏକ୍ସପ୍ରେସ ଆଗକୁ ଡେଇଁ ଯୁବକଙ୍କ ଆତ୍ମହତ୍ୟା: ପାଖରେ ପଡ଼ିଛି ମୋବାଇଲ, ବ୍ୟାଗ୍‌; ମିଳିନି ପରିଚୟ…

ଛତ୍ରପୁର, ୨୩।୧୨(ଦିଲ୍ଲୀପ ସାମଲ): ବିଶାଖାପାଟଣାରୁ ଭୁବନେଶ୍ୱର ଯାଉଥିବା ବନ୍ଦେ ଭାରତ ଏକ୍ସପ୍ରେସ ଆଗକୁ ଡେଇଁ ଜଣେ ଯୁବକ ଆତ୍ମହତ୍ୟା କରିଛନ୍ତି। ମୃତକଙ୍କ ପରିଚୟ ଜଣା ପଡ଼ିନାହିଁ।...

SCBରେ ନିର୍ମାଣ ହେବ ୧୭ ମହଲା ବିଶିଷ୍ଟ ମଲ୍‌ଟି ଲେଭଲ୍ ପାର୍କିଂ

ଭୁବନେଶ୍ୱର,୨୩।୧୨: ରାଜ୍ୟର ସ୍ୱାସ୍ଥ୍ୟ ଭିତ୍ତିଭୂମିକୁ ସୁଦୃଢ଼ କରିବା ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମଙ୍ଗଳବାର ଲୋକସେବା ଭବନଠାରେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର...

୨୦୨୬ ତାମିଲନାଡୁ ନିର୍ବାଚନ: ୩୦%ରୁ ଅଧିକ ଭୋଟ୍ ପାଇବା ନେଇ ବିଜୟଙ୍କ ଦାବି

ଚେନ୍ନାଇ,୨୩।୧୨: ୨୦୨୬ ତାମିଲନାଡୁ ବିଧାନସଭା ନିର୍ବାଚନକୁ ନେଇ ଏବେଠାରୁ ରାଜନୀତି ସରଗରମ ହେବାରେ ଲାଗିଛି। ସୁପରଷ୍ଟାର ବିଜୟଙ୍କ ନୂତନ ରାଜନୈତିକ ଦଳ ‘ତାମିଲଗା ଭେଟ୍ରି କାଝାଗାମ’...

ଫସିଗଲେ କପିଲ ଶର୍ମା: ମାମଲା ରୁଜୁ

ଫସିଯାଇଛନ୍ତି କମେଡି କିଙ୍ଗ କପିଲ ଶର୍ମା। ତାଙ୍କ ଶୋ ‘ଦି ଗ୍ରେଟ ଇଣ୍ଡିଆନ କପିଲ ଶୋ’ ପୁଣିଥରେ ଚର୍ଚ୍ଚାରେ। ନୂତନ ସିଜିନର ପ୍ରଥମ ଏପିସୋଡରେ ପ୍ରିୟଙ୍କା...

ଶୀତଦିନେ ବ୍ରଏଲର କୁକୁଡ଼ାର ନିଅନ୍ତୁ ବିଶେଷ ଯତ୍ନ: ଅବହେଳା କଲେ ହୋଇପାରେ ବଡ଼ ଆର୍ଥିକ କ୍ଷତି

ଭୁବନେଶ୍ୱର,୨୩।୧୨: ଓଡ଼ିଶାରେ ଶୀତର ପ୍ରକୋପ ବଢ଼ୁଥିବା ବେଳେ ବ୍ରଏଲର କୁକୁଡ଼ା ଚାଷୀଙ୍କ ପାଇଁ ସତର୍କତା ଜାରି କରାଯାଇଛି। ଅତ୍ୟଧିକ ଥଣ୍ଡା ଯୋଗୁଁ କୁକୁଡ଼ାଙ୍କ ଶାରୀରିକ ଅଭିବୃଦ୍ଧି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri