Posted inଜାତୀୟ

ଖାଲିସ୍ତାନୀଙ୍କ ସହ ମୁକାବିଲା କରିବାକୁ ବ୍ରିଟେନ ପ୍ରସ୍ତୁତ…

ନୂଆଦିଲ୍ଲୀ,୧୩।୮ : ଭାରତୀୟମାନେ କ୍ରମାଗତ ଭାବେ ଖାଲିସ୍ତାନୀଙ୍କର ଟାର୍ଗେଟ ହେବାରେ ଲାଗିଛନ୍ତି। ଏଭଳି ପରିସ୍ଥିତିରେ ବ୍ରିଟିଶ ସୁରକ୍ଷା ମନ୍ତ୍ରୀ ଟମ ଟୁଗେନହାଟ ସ୍ପଷ୍ଟ କରିଛନ୍ତି ଲଣ୍ଡନରେ ଭାରତୀୟ ଉଚ୍ଚ ଆୟୋଗ ଏବଂ ଏହାର କର୍ମଚାରୀଙ୍କ ସୁରକ୍ଷା ପାଇଁ ବ୍ରିଟେନ ଆବଶ୍ୟକ ପଦକ୍ଷେପ ନେଉଛି।

ଉଲ୍ଲେଖନୀୟ କଥା ହେଉଛି, ବ୍ରିଟିଶ ସୁରକ୍ଷା ମନ୍ତ୍ରୀ ଟୁଗେନହାଟ ଅଗଷ୍ଟ ୧୦ରୁ ୧୨ରୁ ତିନି ଦିନିଆ ଗସ୍ତରେ ଆସି କୋଲକାତାରେ ଜି-୨୦ ଦୁର୍ନୀତି ନିବାରଣ ମନ୍ତ୍ରୀ ବୈଠକରେ ଭାଗ ନେଇଥିଲେ। ସେ ଦିଲ୍ଲୀରେ ବହିର୍ବ୍ୟାପାର ମନ୍ତ୍ରୀ ଏସ ଜୟଶଙ୍କର ଏବଂ ଜାତୀୟ ସୁରକ୍ଷା ପରାମର୍ଶଦାତା ଅଜିତ ଡୋଭାଲଙ୍କ ସହ ଆଲୋଚନା କରିଥିଲେ।

ବର୍ତ୍ତମାନ ବରିଷ୍ଠ ମନ୍ତ୍ରୀ ଟୁଗେନହାଉଟ କହିଛନ୍ତି ଖାଲିସ୍ତାନ ସମର୍ଥକ ଉପାଦାନଗୁଡ଼ିକର କାର୍ଯ୍ୟକଳାପ ଉପରେ ବ୍ରିଟିଶ ସରକାର ଭାରତର ଚିନ୍ତାକୁ ହୃଦୟଙ୍ଗମ କରିଛନ୍ତି। ବ୍ରିଟେନରେ ଏଭଳି ଦଳଙ୍କୁ ମୂଳୋତ୍ପାଟନ କରାଯିବ। ସେ କହିଛନ୍ତି ମୁଁ ସ୍ପଷ୍ଟ କରିବାକୁ ଚାହୁଁଛି ଯଦି ବ୍ରିଟେନରେ କୌଣସି ନାଗରିକଙ୍କର କିଛି ସମସ୍ୟା ଥାଏ, ତେବେ ଏହା ଅନ୍ୟ କେଉଁ ଦେଶର ଚିନ୍ତା ନୁହେଁ ବରଂ ବ୍ରିଟେନ ସମସ୍ୟା। ସରକାର ଏନେଇ କଠୋର ପଦକ୍ଷେପ ଗ୍ରହଣ କରିବେ।

ଲଣ୍ଡନରେ ଭାରତୀୟ ଲୋକମାନେ ନିରାପଦରେ ଅଛନ୍ତି। ଖାଲିସ୍ତାନ ସମର୍ଥକଙ୍କ ସହ ମୁକାବିଲା କରିବା ପାଇଁ ବ୍ରିଟେନର କ୍ଷମତା ବୃଦ୍ଧି ପାଇଁ ସରକାର ୯୫ ହଜାର ପାଉଣ୍ଡର ସହାୟତା ଘୋଷଣା କରିଛନ୍ତି ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନୂଆଖାଇ ପୂର୍ବରୁ ନିଆରା କାର୍ଯ୍ୟକ୍ରମ, ଅସହାୟଙ୍କୁ ଅଢିଆ ପ୍ରଦାନ

ବରଗଡ଼,୧୩।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ସ୍ଥିତ ଗାନ୍ଧୀ ପାଠାଗାରରେ ସମ୍ବିଧାନ ସୁରକ୍ଷା ମଞ୍ଚ ତରଫରୁ ରବିବାର ନୂଆଁଖାଇ ଜୋଟଜାଟ୍ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇ ଯାଇଛି । ମହାନ କୃଷିଭିତ୍ତିକ ଗଣ…

କଟକରେ ମହିଳାଙ୍କୁ ହତ୍ୟା; ବନ୍ଦ ଘର ଭିତରେ ପଥର ଛେଚି….

କଟକ,୧୩।୯(ପ୍ରଭୁକଲ୍ୟାଣ ପାଲ୍): କଟକ ସିଡିଏ ସେକ୍ଟର ୧୩ ନମ୍ବରରେ ଛାତିଥରା ହତ୍ୟାକାଣ୍ଡ ହୋଇଛି । ଫେଜ ୨ ଥାନା ଅନ୍ତର୍ଗତ କାଠଯୋଡ଼ି ନଦୀ କୂଳ ବସ୍ତିରେ ମହିଳାଙ୍କୁ…

ଦବିଲା ଋଷିକୁଲ୍ୟା ନଦୀର ପଥର ବାଜ, ବିପଦରେ ଦାମୋଦରପୁର

ଗଞ୍ଜାମ,୧୩।୯(ବିଦ୍ୟାଧର ସାହୁ ): ନଦୀକୂଳ ତଟବର୍ତ୍ତୀ ଅଞ୍ଚଳକୁ ବନ୍ୟା ଜଳରୁ ସୁରକ୍ଷା ଦେବା ପାଇଁ ପଦକ୍ଷେପ ଗ୍ରହଣ କରାଯାଇଥିଲା । ଗଞ୍ଜାମ ଏନଏସି ଅନ୍ତର୍ଗତ ଦାମୋଦରପୁର ଗ୍ରାମ…

ଛାତ୍ରଙ୍କୁ ହୋଟେଲକୁ ଡାକି ଅପ୍ରାକୃତିକ ଯୌନ ସମ୍ପର୍କ ରଖିଥିଲେ ଅଧ୍ୟକ୍ଷ, ମେସେଜ୍‌ କରି ପରିବାର ଲୋକଙ୍କୁ ଜଣାଇବାରୁ…

ବରଗଡ଼,୧୩ା୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହର ଉପକଣ୍ଠ ବରଡୋଲସ୍ଥିତ ଏକ ଘରୋଇ ଯୁକ୍ତଦୁଇ କଲେଜର ଅଧ୍ୟକ୍ଷ ଜଣେ ନାବାଳକ ଛାତ୍ର(୧୫)ଙ୍କ ସହିତ ଅପ୍ରାକୃତିକ ଯୌନ ସମ୍ପର୍କ ରଖିବା ସହିତ…

ବଡ଼ ଘୋଷଣା କଲେ ସ୍ବରାଷ୍ଟ୍ର ମନ୍ତ୍ରୀ, ମୋଦିଙ୍କ ଜନ୍ମଦିନ ଠାରୁ ଆରମ୍ଭ ହେବ….

ନୂଆଦିଲ୍ଲୀ,୧୩।୯ : ୨୦୨୯ ପୂର୍ବରୁ ଭାଜପା ନେତୃତ୍ୱାଧୀନ NDA ସରକାର ୨୧ଟି ରାଜ୍ୟରେ ୟୁନିଫର୍ମ ସିଭିଲ୍ କୋଡ୍‌ (UCC) ଲାଗୁ କରାଯିବ । ଏଭଳି ଦାବି କରିଛନ୍ତି…

ବିଧାନସଭା ନିର୍ବାଚନ ପୂର୍ବରୁ AAPର ବଡ଼ ଘୋଷଣା; ଏହି ଦଳ ସହ କଲା ମେଣ୍ଟ

ନୂଆଦିଲ୍ଲୀ,୧୩।୯: ଆମ ଆଦମୀ ପାର୍ଟି (AAP) ଗୋଆ ବିଧାନସଭା ନିର୍ବାଚନକୁ ନେଇ ଏକ ଗୁରୁତ୍ୱପୂର୍ଣ୍ଣ ରାଜନୈତିକ ଘୋଷଣା କରିଛି। ଗୋଆରେ ଆୟୋଜିତ ଏକ ସାମ୍ବାଦିକ ସମ୍ମିଳନୀରେ ଦଳର…

ଆମେରିକା ପ୍ରସଙ୍ଗରେ କଠୋର ଆଭିମୁଖ୍ୟ ଗ୍ରହଣ କଲେ ସି ଜିନପିଙ୍ଗ, ପ୍ରଧାନମନ୍ତ୍ରୀ ମୋଦିଙ୍କୁ କହିଲେ…

ନୂଆଦିଲ୍ଲୀ,୧୩।୯: ଦିଲ୍ଲୀରେ ଅନୁଷ୍ଠିତ BRICS ସମ୍ମିଳନୀ ୨୦୨୬ରେ, ଚାଇନା ରାଷ୍ଟ୍ରପତି ସି ଜିନପିଙ୍ଗ ଭାରତ ସହିତ ସମ୍ପର୍କ ଉନ୍ନତ କରିବାର ଗୁରୁତ୍ୱ ଉପରେ ଆଲୋକପାତ କରିବା ସହ…

ଭାରତମାତାଙ୍କ ପ୍ରତିମୂର୍ତ୍ତି ଭାଙ୍ଗିଲେ ଦୁର୍ବୃତ୍ତ, ସ୍ଥାନୀୟ ଅଞ୍ଚଳରେ ତୀବ୍ର ଉତ୍ତେଜନା

କଲ୍ୟାଣସିଂହପୁର,୧୩ା୯(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ ଶିକରପାଇ ପଞ୍ଚାୟତ ସଦର ପ୍ରବେଶ ପଥରେ ଥିବା ଭାରତ ମାତାଙ୍କ ପ୍ରତିମୂର୍ତ୍ତିକୁ କିଛି ଦୁର୍ବୃତ୍ତ ଭାଙ୍ଗି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?