ପ୍ରଥମଥର ୟୁଏନ୍‌ଏସ୍‌ସିରେ ଭାରତର ସ୍ଥାୟୀ ସଦସ୍ୟତାକୁ ସମର୍ଥନ କଲା ବ୍ରିଟେନ୍‌

ଲଣ୍ଡନ,୧୪।୩: ପ୍ରଥମଥର ମିଳିତ ଜାତିସଂଘ ସୁରକ୍ଷା ପରିଷଦ (ୟୁଏନ୍‌ଏସ୍‌ସି)ରେ ଭାରତର ସ୍ଥାୟୀ ସଦସ୍ୟତାକୁ ସମର୍ଥନ କରିଛି ବ୍ରିଟେନ୍‌। ବ୍ରିଟେନ ସରକାର ସଂସଦରେ ଉପସ୍ଥାପିତ କରିଥିବା ପ୍ରତିରକ୍ଷା ଏବଂ ବୈଦେଶିକ ନୀତି ସମୀକ୍ଷା ରିପୋର୍ଟ ‘ଇଣ୍ଟିଗ୍ରେଟେଡ ରିଭ୍ୟୁ ରିଫ୍ରେସ ୨୦୨୩’ ରେ ମିଳିତ ଜାତିସଂଘ ସୁରକ୍ଷା ପରିଷଦ (ୟୁଏନଏସ୍‌ସି)ରେ ଭାରତର ସ୍ଥାୟୀ ସଦସ୍ୟତା ଏବଂ ୟୁଏନଏସ୍‌ସିରେ ସଂସ୍କାର ଆଣିବାକୁ ଯୁକ୍ତି ବାଢିଛନ୍ତି। ସୁରକ୍ଷା ପରିଷଦରେ ଭାରତର ସଦସ୍ୟତାକୁ ସମର୍ଥନ କରିବା ପାଇଁ ବ୍ରିଟେନ ସରକାରଙ୍କ ଏହା ହେଉଛି ପ୍ରଥମ ପ୍ରମୁଖ ପ୍ରତିବଦ୍ଧତା। ବ୍ରିଟିଶ ପ୍ରଧାନମନ୍ତ୍ରୀ ଋଷି ସୁନକଙ୍କ ବୈଦେଶିକ ବ୍ୟାପାର ମୁଖପାତ୍ର ଏହି ସୂଚନା ଦେଇଛନ୍ତି।
ଏହି ରିପୋର୍ଟରେ ଦୁଇ ଦେଶ ମଧ୍ୟରେ ଦ୍ୱିପାକ୍ଷିକ ବ୍ୟାପକ ରଣନୀତିକ ଭାଗିଦାରୀ, ୨୦୩୦ ରୋଡମ୍ୟାପର କାର୍ଯ୍ୟକାରିତା, ଭାରତର ଜି-୨୦ ଅଧ୍ୟକ୍ଷତାର ସମର୍ଥନ, ମୁକ୍ତ ବାଣିଜ୍ୟ ସଂଳାପ, ପ୍ରତିରକ୍ଷା ଏବଂ ସୁରକ୍ଷା ସହଭାଗିତାକୁ ଦୃଢକରିବା, ଭାରତ-ପ୍ରଶାନ୍ତ ମହାସାଗରରେ ଟେକ୍ନୋଲୋଜି ଏବଂ ସାମୁଦ୍ରିକ ସୁରକ୍ଷା ଉପରେ ସହଯୋଗ ବୃଦ୍ଧି ବିଷୟରେ ଆଲୋକପାତ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ନଦୀରେ ଭାସିଯାଇ ଯୁବକଙ୍କ ମୃତ୍ୟୁ: ଅଞ୍ଚଳରେ ଶୋକର ଛାୟା

ବଞ୍ଚୋ, ୩୧।୩: (ପ୍ରଦୋଷ କୁମାର ବିଶ୍ୱାଳ ): କେନ୍ଦୁଝର ଜିଲା ହାଟଡିହି ବ୍ଲକ ଅନ୍ତର୍ଗତ ବଞ୍ଚୋ ଗ୍ରାମରେ ଏକ ଦୁଃଖଦ ଘଟଣା ଘଟିଛି। ଗ୍ରାମର ଚିନ୍ମୟ ସେଠୀ…

ଥାନାରେ ପହଞ୍ଚିଲେ ନର୍ଲ୍ଲା ବିଧାୟିକା: କେସିଙ୍ଗା ଏସଡିପିଓ, ଦୁଇ ପୋଲିସ ନାଁରେ

ଭୁବନେଶ୍ୱର,୩୧।୧: ବଢ଼ୁଛି ମାମଲା। ଖାରବେଳ ନଗର ଥାନାରେ ପହଞ୍ଚିଲେ ନର୍ଲ୍ଲା ବିଧାୟିକା ମନୋରମା ମହାନ୍ତି। ସେଠାରେ ସେ କେସିଙ୍ଗା ପୋଲିସ ବିରୋଧରେ ଅଭିଯୋଗ ଆଣିଛନ୍ତି। କେସିଙ୍ଗା ଏସଡିପିଓ…

ସଇତାନ ସାଜିଲା ସ୍ବାମୀ: ଟଙ୍କା ପାଇଁ ସ୍ତ୍ରୀଙ୍କୁ ହତ୍ୟା କରି ନିଜ ଚାଷ ଜମିରେ ପୋତିଦେଲେ, ଆଜି ମିଳିଲା…

ଭବାନୀପାଟଣା,୩୧।୩(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଜୁନାଗଡ଼ ଥାନା ଅନ୍ତର୍ଗତ ସନ୍ୟାସୀ କୁଣ୍ଡାମାଲ ଗ୍ରାମରୁ ମଙ୍ଗଳବାର ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ସାମାନ୍ୟ ଟଙ୍କା ପାଇଁ…

ସରିଲା ମାଓବାଦୀଙ୍କ ଆତ୍ମସମର୍ପଣ ସମୟସୀମା: ଆଉ ମିଳିବ ନାହିଁ ସୁଯୋଗ

ଭୁବନେଶ୍ୱର,୩୧।୩: ଓଡ଼ିଶାରେ ମାଓବାଦୀ ଦମନ ଟାର୍ଗେଟ୍‌ ସଫଳ ହୋଇଛି ବୋଲି ADG ସଞ୍ଜୀବ ପଣ୍ଡା ମଙ୍ଗଳବାର ଗଣମାଧ୍ୟମକୁ କହିଛନ୍ତି। ଓଡ଼ିଶାକୁ ଆଉ ମାଓବାଦୀ ବିପଦ ନାହିଁ ବୋଲି…

ମାସରେ ୩୦ ଦିନରୁ ୧୪ ଦିନ ବ୍ୟାଙ୍କ୍ ସେବା ବନ୍ଦ; ଜାଣି ନିଅନ୍ତୁ କେମିତି କରିବେ ଟଙ୍କା ଜମା..

ନୂଆଦିଲ୍ଲୀ,୩୧।୩: ଯଦି ଆପଣଙ୍କର ବ୍ୟାଙ୍କ କାମ ବାକି ଅଛି ଏବଂ ଆପଣ ଏହାକୁ ଆସନ୍ତା ମାସରେ ସମାପ୍ତ କରିବାକୁ ଚିନ୍ତା କରୁଛନ୍ତି, ତେବେ ଅପେକ୍ଷା କରନ୍ତୁନାହିଁ! ଏପ୍ରିଲ…

ବୈଭବ ସୂର୍ଯ୍ୟବଂଶୀ କାହିଁକି ତାଙ୍କ ଜନ୍ମଦିନର କେକ କାଟିଲେ ନାହିଁ? CSK ହାରିବା ପରେ କହିଲେ ପ୍ରକୃତ କାରଣ

ନୂଆଦିଲ୍ଲୀ,୩୧।୩: ୨୦୨୬ ଆଇପିଏଲ ସିଜିନରେ, ରାଜସ୍ଥାନ ରୟାଲ୍ସ CSK ବିପକ୍ଷରେ ସେମାନଙ୍କର ପ୍ରଥମ ମ୍ୟାଚ ୮ ୱିକେଟରେ ଜିତିଥିଲା। ଏହି ଖେଳରେ, RR ର ଯୁବ ସେନସେସନ,…

ବାଇକରେ ଘରକୁ ଫେରିବା ବେଳେ ଧକ୍କା ଦେଲା ପଥର ବୋଝେଇ ଟ୍ରାକ୍ଟର, ଅକାଳରେ ୨ଯୁବକଙ୍କ ମୃତ୍ୟୁ

ଦିଗପହଣ୍ଡି,୩୧।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି – ଘୋଡ଼ାହାଡ଼ ଡ଼୍ୟାମ ମୁଖ୍ୟରାସ୍ତାର ଭୁଶୁଣ୍ଡା ଗ୍ରାମ ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ମଙ୍ଗଳବାର ମଧ୍ୟାହ୍ନ ପ୍ରାୟ…

ଭାଜପାରେ ଯୋଗଦେଲେ ଲିଆଣ୍ଡର ପେସ: ଟିଏମସିକୁ ବଡ଼ ଝଟ୍‌କା

କୋଲକାତା,୩୧।୩:ପଶ୍ଚିମବଙ୍ଗରେ ବିଧାନସଭା ନିର୍ବାଚନକୁ ନେଇ ରାଜନୀତି ସରଗରମ ରହିଛି। ଏହି ସମୟରେ ଟିଏମସିକୁ ଏକ ଝଟ୍‌କା ଲାଗିଛି। ପୂର୍ବତନ ଟେନିସ ତାରକା ତଥା ଟିଏମ୍‌ସି ନେତା ଲିଆଣ୍ଡର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri