ଓଡ଼ିଶାରେ ‘ଓ୍ବିକ୍‌ ଅଫ୍‌ ଓ୍ବେଲ୍‌ସ’ ପାଳିବ ବ୍ରିଟେନ

ଭୁବନେଶ୍ୱର, ୧୫।୧(ବ୍ୟୁରୋ): ଓଡ଼ିଶାରେ ଏଫ୍‌ଆଇଏଚ୍‌ ପୁରୁଷ ହକି ବିଶ୍ୱକପ୍‌-୨୦୨୩ ଅବସରରେ କୋଲକାତାସ୍ଥିତ ବ୍ରିଟିଶ ଡେପୁଟି ହାଇ କମିଶନ ‘ଓ୍ବିକ୍‌ ଅଫ୍‌ ଓ୍ବେଲ୍‌ସ’ ପାଳନ କରିବ। ଏହାଦ୍ୱାରା କ୍ରୀଡ଼ା, ଶିକ୍ଷା ଓ ପ୍ରଯୁକ୍ତି ଜରିଆରେ ବ୍ରିଟେନ-ଓଡ଼ିଶା ସମ୍ପର୍କ ଆହୁରି ସୁଦୃଢ଼ ହୋଇପାରିବ। ବ୍ରିଟେନର ଓ୍ବେଲ୍‌ସ ଦେଶର ସରକାର ଆସନ୍ତା ୧୭ରୁ ୧୯ତାରିଖ ପର୍ଯ୍ୟନ୍ତ ଭୁବନେଶ୍ୱରରେ ଏକାଧିକ କାର୍ଯ୍ୟକ୍ରମ ଆୟୋଜନ କରିବେ। ଓ୍ବେଲ୍‌ସ ପୁରୁଷ ହକି ଟିମ୍‌ ପ୍ରଥମଥର ପାଇଁ ଚଳିତବର୍ଷ ଏଫ୍‌ଆଇଏଚ୍‌ ହକି ବିଶ୍ୱକପ୍‌ରେ ଭାଗ ନେଇଛି। ଏହାକୁ ‘ଷ୍ଟଡି ଇନ୍‌ ଓ୍ବେଲ୍‌ସ’ ପ୍ରାୟୋଜକ ଭାବେ ସମର୍ଥନ କରିଛି। ଏହାକୁ ଦୃଷ୍ଟିରେ ରଖି ଓ୍ବେଲ୍‌ସ ସରକାର ଓଡ଼ିଶାରେ ‘ଓ୍ବିକ୍‌ ଅଫ୍‌ ଓ୍ବେଲ୍‌ସ’ ପାଳନ କରିବ। ୧୭ତାରିଖରେ ଷ୍ଟଡି ଇନ୍‌ ଓ୍ବେଲ୍‌ସରେ ଓ୍ବେଲ୍‌ସ ପୁରୁଷ ହକି ଟିମ୍‌ ଓ କିଟ୍‌ ଛାତ୍ରୀଛାତ୍ରଙ୍କ ମଧ୍ୟରେ ଏକ ଭାବବିନିମୟ କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ। ୧୯ ତାରିଖରେ ଓ୍ବେଲ୍‌ସ ପୁରୁଷ ହକି ଟିମ୍‌ କଳିଙ୍ଗ ଷ୍ଟାଡିୟମରେ ଭାରତ ସହିତ ମୁକାବିଲା କରିବ। ଏ ସମ୍ପର୍କରେ ଓ୍ବେଲ୍‌ସ ଫାଷ୍ଟ ମିନିଷ୍ଟର ମାର୍କ ଡ୍ରେକ୍‌ଫୋର୍ଡ କହିଛନ୍ତି, ହକି ବିଶ୍ୱକପ୍‌ରେ ଓ୍ବେଲ୍‌ସ ଟିମ୍‌ ପହଞ୍ଚତ୍ବା ଆମ ପାଇଁ ଏକ ବଡ଼ ସଫଳତା। ଓ୍ବେଲ୍‌ସ ହକି ଟିମ୍‌କୁ ସମର୍ଥନ ଜଣାଇବା ପାଇଁ ବ୍ରିଟିଶ ଡେପୁଟି ହାଇ କମିଶନ କାର୍ଯ୍ୟାଳୟର କର୍ମକର୍ତ୍ତା, ଷ୍ଟଡି ଇନ୍‌ ଓ୍ବେଲ୍‌ସର କର୍ମକର୍ତ୍ତା ଏବଂ ଓ୍ବେଲ୍‌ସ ସରକାରଙ୍କ ପ୍ରତିନିଧି ଏହି ମ୍ୟାଚ୍‌ ଦେଖିବେ ବୋଲି ପୂର୍ବ ଓ ଉତ୍ତରପୂର୍ବ ଭାରତର ବ୍ରିଟିଶ ଡେପୁଟି ହାଇ କମିଶନର ନିକ୍‌ ଲୋ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

ରାଜ୍ୟରେ ସକାଳୁଆ ହେଲା ସ୍କୁଲ, ଗଣଶିକ୍ଷା ବିଭାଗର ନିର୍ଦ୍ଦେଶ ଅନୁଯାୟୀ ଏଣିକି…

ଭୁବନେଶ୍ୱର,୨।୪: ରାଜ୍ୟରେ  ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଏଣିକି ରାଜ୍ୟର ସମସ୍ତ ସ୍କୁଲରେ…

ମା’ ଦକ୍ଷିଣ କାଳୀଙ୍କ ୧୩ଦିନିଆ ଦଣ୍ଡ ଯାତ୍ରା ଆରମ୍ଭ, ଢହଢହ ଖରାରେ ଭୋକତା ଭୋଗିବେ….

ଗଞ୍ଜାମ,୧।୪(ବିଦ୍ୟାଧର ସାହୁ ): ଗଞ୍ଜାମ ସହର କଲେଜ ରୋଡ଼ ସ୍ଥିତ ମା’ ଦକ୍ଷିଣ କାଳୀଙ୍କ ତେର ଦିନିଆ ଦଣ୍ଡଯାତ୍ରା ଗୁରୁବାର ଶୁଭାରମ୍ଭ ହୋଇଛି । ମା’ ଦକ୍ଷିଣ…

ବଡ଼ ଘୋଷଣା କଲେ ଉପମୁଖ୍ୟମନ୍ତ୍ରୀ, ଝିଅ ଜନ୍ମ ହେବାର ବର୍ଷକ ଭିତରେ ଟଙ୍କା ପଠାଇବେ ସରକାର

ଭୁବନେଶ୍ବର,୨ା୪: ଖୁଵ୍‌ ଶୀଘ୍ର ଆସିବ କନ୍ୟା ସୁମଙ୍ଗଳ ଯୋଜନାର ଏସ୍‌ଓପି । ସୂଚନା ଦେଲେ ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା । ଝିଅ ଜନ୍ମ ହେବାର ବର୍ଷକ…

ଚତୁର୍ଥ ଥର ପାଇଁ ସମ୍ବଲପୁର କୋର୍ଟକୁ ବୋମା ଧମକ, ନେଦରଲାଣ୍ଡ ଓ ଜର୍ମାନୀରେ ଆଇପି ଆଡ୍ରେସ ଚିହ୍ନଟ

ସମ୍ବଲପୁର,୨।୪(ପ୍ରମୋଦ ବହିଦାର): ସମ୍ବଲପୁର ସହରର ଗୁରୁତ୍ୱପୂର୍ଣ୍ଣ କୋର୍ଟ ପରିସରକୁ ବୋମା ବିସ୍ଫୋରଣ ଉଡ଼ାଇବାର ଧମକପୂର୍ଣ୍ଣ ଇ-ମେଲ ଜିଲା ପୋଲିସ ପ୍ରଶାସନ ପାଇଁ ମୁଣ୍ଡବିନ୍ଧାର କାରଣ ସାଜିଛି। ଏହା…

ମଦ ବନ୍ଦ ଦାବିରେ ଅବକାରୀ ଥାନା ଘେରିଲେ ମହିଳା

ପାଟଣା,୨ା୪(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣାବ୍ଲକ ବଡ଼ ପାଟଣା ପଞ୍ଚାୟତ ଓ ଟାଙ୍ଗରପଡ଼ା ପଞ୍ଚାୟତ ବିଭିନ୍ନ ଗ୍ରାମର ଶତାଧିକ ମହିଳା କେନ୍ଦୁଝର ଏମ୍‌ପି ଅନନ୍ତ ନାୟକଙ୍କ ଅବକାରୀ…

ଏପ୍ରିଲ ୨୦ରେ ଐତିହାସିକ ଚନ୍ଦନ ଯାତ୍ରା, ଠାକୁରଙ୍କ ନୌବିହାର ପାଇଁ ଆସିଲା ଡ଼ଙ୍ଗା

ଗଞ୍ଜାମ,୨ା୪(ବିଦ୍ୟାଧର ସାହୁ ): ଗଞ୍ଜାମ ଏନଏସି ଅନ୍ତର୍ଗତ କରଣ ସାହି ସ୍ଥିତ ଶ୍ରୀଶ୍ରୀ ମଦନ ମୋହନ ଗୋପାଳ ସ୍ୱାମୀଙ୍କ ପୀଠରେ ଚଳିତ ମାସ ରୁ ଆରମ୍ଭ ହେବ…

ମୁହାଁମୁହିଁ ଧକ୍କା ହୋଇ ଓଲଟିପଡିଲା ଅଟୋ, ଦୁଇ ଯାତ୍ରୀ….

ନନ୍ଦପୁର,୨।୪(ତୁଷାର କାନ୍ତ ମହାନ୍ତି): ନନ୍ଦପୁର ହାଣ୍ଡିପୁଟ ସଂଯୋଗୀ ଏମଡିଆର ୫୫ ରାସ୍ତାର ହିକିମପୁଟ-ମାରଡା ଛକ ମଧ୍ୟରେ ଗୁରୁବାର ସକାଳେ ଏପି୩୯ ଟିଏମ ୦୦୬୫ ଓ ଓଡ଼ି ୧୦…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri