ଏହି ଯୁବତୀଙ୍କୁ ତୃତୀୟଥର ବିବାହ କରିବାକୁ ଯାଉଛନ୍ତି ବ୍ରିଟେନ ପ୍ରଧାନମନ୍ତ୍ରୀ

ଲଣ୍ଡନ,୨୪।୫: ବ୍ରିଟେନ ପ୍ରଧାନମନ୍ତ୍ରୀ ବୋରିଶ ଜନସନ ଆସନ୍ତାବର୍ଷ ତୃତୀୟଥର ବିବାହ କରିବାକୁ ଯାଉଛନ୍ତି। ସେ ନିଜର ପ୍ରେମିକା କ୍ୟାରୀ ସାଇମଣ୍ଡ୍‌ସଙ୍କୁ ବିବାହ କରିବେ। ୨୦୨୨ ଜୁଲାଇ ୨୨ରେ ଜନସନ ଏବଂ ସାଇମଣ୍ଡସ ବିବାହ ବନ୍ଧନରେ ଆବଦ୍ଧ ହେବେ। ଉଭୟ ନିଜ ସମ୍ପର୍କୀୟ, ବନ୍ଧୁ ଏବଂ ପରିବାର ଲୋକଙ୍କୁ ଏନେଇ ନିମନ୍ତ୍ରଣ ପଠାଇ ସାରିଲେଣି। କିନ୍ତୁ ଏପର୍ଯ୍ୟନ୍ତ ବିବାହ ସ୍ଥାନ ବିଷୟରେ ଖୁଲାସା କରାଯାଇ ନାହିଁ। ୨୦୨୦ ଫେବୃଆରୀରେ ଜନସନ ଏବଂ ସାଇମଣ୍ଡସଙ୍କ ନିର୍ବନ୍ଧ ସମ୍ପନ୍ନ ହୋଇଥିଲା। ସେତେବେଳେ ଦୁହେଁ ଖୁବ୍‌ଶୀଘ୍ର ବିବାହ କରିବେ ବୋଲି କହିଥିଲେ। ବୋରିଶଙ୍କ ବୟସ ୫୬ ହୋଇଥିବାବେଳେ ତାଙ୍କୁ ପ୍ରେମିକାଙ୍କ ବୟସ ୩୩ ବର୍ଷ। ୨୦୧୯ରେ ପ୍ରଧାନମନ୍ତ୍ରୀ ହେବା ପରଠାରୁ ଜନସନ ଏବଂ ସାଇମଣ୍ଡସ ଡାଉନିଂ ଷ୍ଟ୍ରିଟରେ ଏକାଠି ରହୁଛନ୍ତି। ଦୁହିଁଙ୍କର ୱିଲଫ୍ରେଡ ରୋରୀ ନିକୋଲସ ନାମକ ଏକ ପୁଅ ମଧ୍ୟ ଅଛି। ଗତବର୍ଷ ସାଇମଣ୍ଡସ ୱିଲଫ୍ରେଡଙ୍କୁ ଜନ୍ମ ଦେଇଥିଲେ। ଜନସନ ପ୍ରଥମେ ମାରିନା ହ୍ବିଲର୍‌ ନାମକ ଜଣେ ମହିଳାଙ୍କୁ ବିବାହ କରିଥିଲେ। ତାଙ୍କୁ ୪ଟି ସନ୍ତାନ ଅଛି। ବିବାହର ୨୫ ବର୍ଷ ପରେ ଜନସନ ୨୦୧୮ ସେପ୍ଟେମ୍ବରରେ ମାରିନାଙ୍କୁ ଛାଡପତ୍ର ଦେଇଥିଲେ। ଏହାପରେ ଆଲେଗ୍ରା ମୋଷ୍ଟିନ୍‌ ଓ୍ବେନ୍‌ଙ୍କୁ ବିବାହ କରିଥିଲେ। ଆଲେଗ୍ରା ଜନସନଙ୍କ ବ୍ୟକ୍ତିଗତ ପରାମର୍ଶଦାତା ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ରାଷ୍ଟ୍ରପତିଙ୍କୁ ଭେଟିଲେ ବିରୋଧୀ MPଙ୍କ ପ୍ରତିନିଧିମଣ୍ଡଳୀ, ରାହୁଲ କହିଲେ- ଆମ କଥା ଶୁଣାଗଲା, ହୃଦୟରୁ ଧନ୍ୟବାଦ

ନୂଆଦିଲ୍ଲୀ,୯।୧୦: ମୁଖ୍ୟ ନିର୍ବାଚନ କମିଶନର (CEC) ଜ୍ଞାନେଶ କୁମାରଙ୍କ ଇସ୍ତଫା ଦାବିରେ ବିରୋଧୀ ଦଳ ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ ଜାରି ରହିଛି। ଏହି କ୍ରମରେ ‘ଇଣ୍ଡିଆ’ (INDIA)…

୨୨ ପ୍ରାର୍ଥୀଙ୍କ ପ୍ରାର୍ଥିପତ୍ର କାଏମ: କ୍ୟାମ୍ପସ୍‌ରେ ରାଜନୈତିକ ଉଷ୍ମତା

ପାଟଣା, ୯/୧୦ (ବୀର କିଶୋର ଦାଶ): କେନ୍ଦୁଝର ଜିଲାର ସ୍ୱାମପାଟଣାସ୍ଥିତ ଆଞ୍ଚଳିକ ମହାବିଦ୍ୟାଳୟରେ ଛାତ୍ର ସଂସଦ ନିର୍ବାଚନ ପାଇଁ ଶୁକ୍ରବାର ପ୍ରାର୍ଥିପତ୍ର ଯାଞ୍ଚ ଶେଷ ହୋଇଛି। ନାମାଙ୍କନ…

ସୁପରଷ୍ଟାର ସଲମାନଙ୍କ ନୂଆ ଇନିଂସ, କିଛି ଏଭଳି ଘୋଷଣା କରି ଚମକାଇଲେ

ମୁମ୍ବାଇ: ବଲିଉଡ୍‌ ସୁପରଷ୍ଟାର ସଲମାନ ଖାନଙ୍କ ନୂଆ ଇନିଂସ। ଆପଣ ଯଦି ଭାବୁଛନ୍ତି ସେ ବୋଧହୁଏ ବିବାହ କରିବାକୁ ଯାଉଛନ୍ତି, ତେବେ ନା। କେତେବେଳେ ସିନେମା ତ…

ପ୍ରଥମେ ସୋସିଆଲ ମିଡିଆରେ ପୋଷ୍ଟ, ଏବେ ଭାଜପାରୁ ଇସ୍ତଫା ଦେଇ ଚମକାଇଲେ ଧର୍ମେନ୍ଦ୍ର

ଲକ୍ଷ୍ନୌ, ୯।୧୦: ଉତ୍ତର ପ୍ରଦେଶରେ ରାଜ୍ୟ ସଭା ନିର୍ବାଚନ ପାଇଁ ଟିକେଟ ନ ମିଳିବାରୁ ଅସନ୍ତୁଷ୍ଟ ହୋଇ ଭାରତୀୟ ଜନତା ପାର୍ଟିର ପୂର୍ବତନ MP ଧର୍ମେନ୍ଦ୍ର କଶ୍ୟପ…

ବାଲିଯାତ୍ରାରେ ରକ୍ତପାତ: ଛୁରାମାଡ଼ରେ ଜଣେ ମୃତ, ଅନ୍ୟଜଣେ ଗୁରୁତର

କଲ୍ୟାଣସିଂହପୁର, ୯।୧୦ (ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ ଶିଖରପାଇ ବାଲିଯାତ୍ରାରେ ଘଟିଛି ଏକ ଅଭାବନୀୟ ଘଟଣା। ସାମାନ୍ୟ ବଚସାକୁ କେନ୍ଦ୍ର କରି…

କେତେ ପଢ଼ିଛନ୍ତି ଫେମସ ୟୁଟ୍ୟୁବର ଧ୍ରୁବ ରାଠୀ? ନେଟ୍ ୱର୍ଥ ଶୁଣିଲେ ଉଡ଼ିଯିବ ହୋସ୍

ଗତ କିଛି ବର୍ଷ ମଧ୍ୟରେ ଧ୍ରୁବ ରାଠିଙ୍କ ନାମ ଭାରତୀୟ ସୋସିଆଲ ମିଡିଆ ଜଗତରେ ଅଧିକ ଲୋକପ୍ରିୟ ହୋଇଛି। ପ୍ରାରମ୍ଭିକ ଦିନରେ ଟ୍ରାଭେଲ ଭିଡିଓ ଯୋଗୁଁ ଫେମସ…

ସୌରାଷ୍ଟ୍ରରୁ ଖେଳିବେ ଜାଡେଜା

ରାଜକୋଟ,୯ା୧୦: ରଣଜୀ ଟ୍ରଫି ୨୦୨୬-୨୭ ସିଜନରେ ଛତିଶଗଡ଼ ବିପକ୍ଷ ଓପନିଂ ମ୍ୟାଚରେ ସୌରାଷ୍ଟ୍ର ପକ୍ଷରୁ ଭାରତ ଅଲ୍‌ରାଉଣ୍ଡର ରବୀନ୍ଦ୍ର ଜାଡେଜା ଖେଳିବେ। ଜୟଦେବ ଉନାଡକଟ ତାଙ୍କ ଅଧିନାୟକ…

୧୦୦ରୁ ଊର୍ଦ୍ଧ୍ୱ ଅଫିସକୁ ଅଗ୍ନିଶମ ବିଭାଗର କଡ଼ା ନୋଟିସ

ପାରଳାଖେମୁଣ୍ଡି,୯ା୧୦(ଗିରିଧାରୀ ପରିଚ୍ଛା): ଗଜପତି ଜିଲାର କେତେକ ପ୍ରମୁଖ ସରକାରୀ କାର୍ଯ୍ୟାଳୟରେ ଅଗ୍ନି ର୍ନିବାପକ ଯନ୍ତ୍ର ନ ଥିବା ଅଭିଯୋଗ ହୋଇଛି। ତହସିଲ, ଜିଲା କୋଷାଗାର ଓ ନିବନ୍ଧକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?