ସୁରକ୍ଷା ପରିଷଦରେ ଭାରତର ସ୍ଥାୟୀ ସଦସ୍ୟତାକୁ ବ୍ରିଟେନର ସମର୍ଥନ…

ଜେନେଭା,୪।୭ : ଜାତିସଂଘ ସୁରକ୍ଷା ପରିଷଦର ସମ୍ପ୍ରସାରଣକୁ ବ୍ରିଟେନ ସମର୍ଥନ କରିଛି ଏବଂ କହିଛି ଜାତିସଂଘ ସୁରକ୍ଷା ପରିଷଦରେ ଭାରତ, ଜାପାନ, ଜର୍ମାନୀ, ବ୍ରାଜିଲ ଏବଂ ଆଫ୍ରିକୀୟ ଦେଶମାନଙ୍କୁ ସ୍ଥାୟୀ ଆସନ ଦିଆଯିବା ଉଚିତ। ବ୍ରିଟେନର ପ୍ରତିନିଧୀ କହିଛନ୍ତି ନୂଆ ସମୟରେ ପାଦ ଦେବାର ବେଳ ଆସିଛି। ପାଞ୍ଚଟି ଦେଶ ମିଳିତ ଜାତିସଂଘର ସୁରକ୍ଷା ପରିଷଦର ସ୍ଥାୟୀ ସଦସ୍ୟ, ଯେଉଁଥିରେ ଆମେରିକା, ବ୍ରିଟେନ, ଚୀନ, ଫ୍ରାନ୍ସ ଏବଂ ରୁଷିଆ ଅନ୍ତର୍ଭୁକ୍ତ। ପ୍ରତି ଦୁଇ ବର୍ଷରେ ଏହାର ୧୦ ଟି ଦେଶ ଅସ୍ଥାୟୀ ସଦସ୍ୟ ହୁଅନ୍ତି, କିନ୍ତୁ ଭାରତ ମିଳିତ ଜାତିସଂଘ ସୁରକ୍ଷା ପରିଷଦରେ ସ୍ଥାୟୀ ଆସନ ଦାବି କରୁଛି। ସୁରକ୍ଷା ପରିଷଦରେ ଭାରତର ସ୍ଥାୟୀ ସଦସ୍ୟତାକୁ ବ୍ରିଟେନ ସମର୍ଥନ କରିଛି।

ମିଳିତ ଜାତିସଂଘରେ ବ୍ରିଟେନର ସ୍ଥାୟୀ ପ୍ରତିନିଧୀ ବାର୍ବାରା କାଠୱାର୍ଡ କହିଛନ୍ତି ସୁରକ୍ଷା ପରିଷଦର ସମ୍ପ୍ରସାରଣ କରାଯାଉ ଏବଂ ଏଥିରେ ଭାରତ, ବ୍ରାଜିଲ, ଜର୍ମାନୀ, ଜାପାନ ଏବଂ ଆଫ୍ରିକୀୟ ପ୍ରତିନିଧିତ୍ୱକୁ ସ୍ଥାୟୀ ସ୍ଥାନ ଦିଆଯାଉ। ଜୁଲାଇ ମାସରେ ମିଳିତ ଜାତିସଂଘ ସୁରକ୍ଷା ପରିଷଦ ବ୍ରିଟେନର ଅଧ୍ୟକ୍ଷତାରେ ଅଛି।

ବାର୍ବାରା କାଠୱାର୍ଡଙ୍କ ଏହି ବିବୃତ୍ତି ଏପରି ଏକ ସମୟରେ ଆସିଛି ଯେତେବେଳେ ବ୍ରିଟିଶ ବୈଦେଶିକ ମନ୍ତ୍ରୀ ଜେମ୍ସ କ୍ଲିଭରଲି ମଧ୍ୟ ଗତ ସପ୍ତାହରେ ମିଳିତ ଜାତିସଂଘ ସୁରକ୍ଷା ପରିଷଦରେ ସଂସ୍କାର ଆଣିବାକୁ ପ୍ରୋତ୍ସାହିତ କରିଥିଲେ। କାଠୱାର୍ଡ କହିଥିଲେ ସୁରକ୍ଷା ପରିଷଦର ସଭାପତି ହେବା ସେହି ଦିଗରେ ପ୍ରଥମ ପଦକ୍ଷେପ। ବାରବାରା କହିଛନ୍ତି ସୁରକ୍ଷା ପରିଷଦରେ ଭାରତ ଏବଂ ବ୍ରାଜିଲ ପ୍ରତିନିଧିତ୍ୱ କରିବା ଆବଶ୍ୟକ। ଉଭୟ ଦେଶର ଜନସଂଖ୍ୟା ବହୁତ ଏବଂ ଉଭୟ ଦେଶ ଦ୍ରୁତ ଅର୍ଥନୈତିକ ବିକାଶ କରୁଛନ୍ତି। ବ୍ରିଟେନର ସ୍ଥାୟୀ ପ୍ରତିନିଧୀ ସୁରକ୍ଷା ପରିଷଦର ସମ୍ପ୍ରସାରଣକୁ ସମର୍ଥନ କରୁଥିବାବେଳେ ଏହା ମଧ୍ୟ କହିଥିଲେ୧୯୪୫ ତୁଳନାରେ ବିଶ୍ୱରେ ଏହି ଦୁଇ ଦେଶର ପ୍ରଭାବ ବହୁତ ବୃଦ୍ଧି ପାଇଛି। ଏଭଳି ପରିସ୍ଥିତିରେ ସେମାନଙ୍କୁ ସୁରକ୍ଷା ପରିଷଦରେ ଅନ୍ତର୍ଭୁକ୍ତ କରିବା ସ୍ବାଭାବିକ।


Enter your email to get our daily news in your inbox.

All Right Reserved By Dharitri.Com

ଗ୍ୟାସ ସିଲିଣ୍ଡର ଖୋଲି ଘରେ ନିଆଁ ଲଗାଇଦେଲେ ସ୍ବାମୀ, ଥାନାରେ ପହଞ୍ଚିଲେ ସ୍ତ୍ରୀ; ଗିରଫ ପରେ ଜେଲ…

ଦିଗପହଣ୍ଡି,୧୭|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ୭ ନଂ ୱାର୍ଡ ବଜାର ସାହି ଗୁଣ୍ଡିଚା ଛକ ରେ ରହୁଥିବା ଏ.ରାଜୁଙ୍କୁ ମଙ୍ଗଳବାର ପୋଲିସ ଗିରଫ କରି…

ପାକିସ୍ତାନ ପାଇଁ BCCI ସହିବ କ୍ଷତି! ଭାରତରୁ ଛଡ଼ାଇ ନିଆଯାଇପାରେ ବଡ଼ ଟୁର୍ଣ୍ଣାମେଣ୍ଟ

ନୂଆଦିଲ୍ଲୀ,୧୭।୨: କ୍ରିକେଟ୍ ପ୍ରେମୀଙ୍କ ପାଇଁ ଏକ ଚିନ୍ତାଜନକ ଖବର। ଭାରତ ଓ ପାକିସ୍ତାନ ମଧ୍ୟରେ ଲାଗି ରହିଥିବା ସୀମା ବିବାଦର ପ୍ରଭାବ ଏବେ କ୍ରିକେଟ୍ ମୈଦାନ ଉପରେ…

ଦୁଇ ଦିନ ପରେ ଦେଇଥାନ୍ତେ ମାଟ୍ରିକ୍‌ ପରୀକ୍ଷା, ବାଇକ୍‌ ସହ ଦୁର୍ଘଟଣା ପରେ ଟ୍ରକ୍‌ ଚାପି ଦେବାରୁ ଚାଲିଗଲା ଛାତ୍ରଙ୍କ ଜୀବନ

ରାୟଗଡ଼ା,୧୭।୨(ଆଶିଷ ରଞ୍ଜନ ପଣ୍ଡା)- ରାୟଗଡ଼ା ସହରରେ ଚିନ୍ତାଜନକ ହୋଇପଡ଼ିଛି ଟ୍ରାଫିକ ସମସ୍ୟା । ସହର ଦେଇ ଯାଇଥିବା ୩୨୬ନଂ ଜାତୀୟ ରାଜପଥ କଡ଼ରେ ବେଆଇନ ପାର୍କିଂ ଯୋଗୁ…

ବ୍ରହ୍ମପୁର-ରେଢ଼ାଖୋଲ ରେଳ ପ୍ରକଳ୍ପ: ୩୩୨ କିମି ହେବ ରେଳ ଲାଇନ୍‌, ଅର୍ଥ ଅନୁମୋଦନ କେବେ…?

ଭଞ୍ଜନଗର,୧୭।୨(ବାବୁଲା ପ୍ରଧାନ)- ସରକାର ପରେ ସରକାର ବଦଳୁଛି, କିନ୍ତୁ ବ୍ରହ୍ମପୁର ଭାୟା ଭଞ୍ଜନଗର, ଫୁଲବାଣୀ ରେଢ଼ାଖୋଲ ରେଳ ପ୍ରକଳ୍ପ ଅଗ୍ରଗତି ହୋଇପାରୁନାହିଁ। କନ୍ଧମାଳ ଜିଲାବାସୀଙ୍କ ପାଇଁ ରେଳ…

କଲେଜ ଯାଇଥିବା ବେଳେ ଛାତ୍ରୀଙ୍କୁ ଅପହରଣ କରି ୫ ଦିନ ଧରି ବଳାତ୍କାର, ଜେଲ ହାଜତକୁ ଗଲେ …

ଦିଗପହଣ୍ଡି,୧୭।୨(ଅଶେଷ  ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳର ଏକ କଲେଜରେ ଯୁକ୍ତ ୨ ଦିତୀୟ ବର୍ଷ କଳା ଶ୍ରେଣୀରେ ପଢୁଥିବା ୧୭ ବର୍ଷର ଛାତ୍ରୀଙ୍କୁ ଅପହରଣ…

ଏହିଦିନ ଓଡ଼ିଶା ଆସିବେ ଅମିତ ଶାହା: କଟକରେ ରହିଛି ବଡ କାର୍ଯ୍ୟକ୍ରମ

ଭୁବନେଶ୍ୱର,୧୭।୨: କେନ୍ଦ୍ର ସ୍ୱରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଆସନ୍ତା ମାର୍ଚ୍ଚ ୭ ତାରିଖରେ ଓଡ଼ିଶା ଗସ୍ତରେ ଆସୁଛନ୍ତି। ଏହି ଏକଦିବସୀୟ ଗସ୍ତ କାଳରେ ସେ କଟକ ଜିଲା…

ଦୁର୍ବ୍ୟବହାର ଅଭିଯୋଗ ଆଣିଥିଲେ ଅତିରିକ୍ତ ତହସିଲଦାର, ଆଖି ବୁଜିଲେ ବିଷ ପିଇଥିବା ଚିକିଟି ପିଇଓ 

ଚିକିଟି,୧୭।୨(ପ୍ରକାଶ ଚନ୍ଦ୍ର ସାହୁ): ଚିକିଟି ଅତିରିକ୍ତ ତହସିଲଦାରଙ୍କ ଦ୍ୱାରା ଦୁର୍ବ୍ୟବହାର କରିଥିବା ଅଭିଯୋଗ ଆସିବା ପରେ ଗଞ୍ଜାମ ଜିଲା ରାମଚନ୍ଦ୍ରପୁର ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀ(ପିଇଓ) ଦଣ୍ଡପାଣି ପାତ୍ର…

ଟି-୨୦ ବିଶ୍ୱକପ୍‌ରୁ ଅଷ୍ଟ୍ରେଲିଆ ଆଉଟ୍: ବର୍ଷା ସାଜିଲା ବାଧକ, ସୁପର-୮ରେ ଜିମ୍ବାୱେ

ନୂଆଦିଲ୍ଲୀ,୧୭।୨: ଟି-୨୦ ବିଶ୍ୱକପ୍‌ରେ ଏକ ବଡ଼ ବିପର୍ଯ୍ୟୟ ଦେଖିବାକୁ ମିଳିଛି। ପାଲେକେଲେରେ ଜିମ୍ବାୱେ ଏବଂ ଆୟରଲାଣ୍ଡ ମଧ୍ୟରେ ହେବାକୁ ଥିବା ମ୍ୟାଚ୍ ବର୍ଷା ଯୋଗୁ ବାତିଲ ହୋଇଯାଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri