ତେଲ ଟ୍ୟାଙ୍କର ଚଲାଇବ ବ୍ରିଟିଶ୍‌ ସେନା

ଲଣ୍ଡନ, ୩୦ା୯: ଟ୍ରକ୍‌ ଚାଳକଙ୍କ ଅଭାବରୁ ବ୍ରିଟେନରେ ଯୋଗାଣ ଶୃଙ୍ଖଳ ବାଧାପ୍ରାପ୍ତ ହେବାଯୋଗୁ ସପ୍ତାହେ ହେଲା ଲାଗି ରହିଥିବା ତୈଳ ସଙ୍କଟ ଦୂର କରିବା ପାଇଁ ସେନା ନିୟୋଜିତ ହେବେ। ଅଧିକାଂଶ ସହରରେ ପେଟ୍ରୋଲ ଟାଙ୍କିଗୁଡ଼ିକ ଖାଲି ହୋଇଯାଇଥିବାରୁ ସେଠାକୁ ବ୍ରିଟିଶ ସୈନ୍ୟ ଟ୍ୟାଙ୍କର ଚଳାଇ ପେଟ୍ରୋଲ ଡିଜେଲ ଯୋଗାଣ କରିବେ ବୋଲି ଜଣାଯାଇଛି। ପେଟ୍ରୋଲ ଟାଙ୍କିରେ ତେଲ ନ ଥିବାରୁ ଲୋକେ ନାହିଁ ନ ଥିବା ଅସୁବିଧା ଭୋଗୁଛନ୍ତି। ଯେଉଁ କେତେକ ଟାଙ୍କିରେ ତେଲ ରହିଛି, ସେଠାରେ ଅସମ୍ଭବ ଭିଡ଼ ଲାଗି ରହୁଛି। ତେଲ ଦର ଆକାଶଛୁଆଁ ହୋଇଥିବାବେଳେ ବହୁ ସଂଖ୍ୟାରେ ଲୋକ ବୋତଲ ଧରି ଟାଙ୍କି ବାହାରେ ଲମ୍ବା ଧାଡ଼ିରେ ଛିଡ଼ା ହୋଇଥିବାର ଦୃଶ୍ୟ ମଧ୍ୟ ଦେଖିବାକୁ ମିଳିଛି।
ଚାଳକ ନ ଥିବାରୁ ତେଲ କମ୍ପାନୀଗୁଡ଼ିକ ପେଟ୍ରୋଲ, ଡିଜେଲ ଟ୍ରାନ୍ସପୋର୍ଟ ସମ୍ଭବ ନୁହେଁ ବୋଲି କହୁଛନ୍ତି। ୧୫୦ ସୈନ୍ୟ କିଛି ଦିନ ମଧ୍ୟରେ ଟ୍ୟାଙ୍କର ଚଳାଇ ତେଲ ପରିବହନ କରିବେ ବୋଲି ବାଣିଜ୍ୟ ମନ୍ତ୍ରୀ କ୍ୱାସି କ୍ୱାର୍ଟେଙ୍ଗ ସୂଚନା ଦେଇଛନ୍ତି। ସୂଚନାଯୋଗ୍ୟ, ବ୍ରିଟେନ୍‌ରେ ୧ ଲକ୍ଷରୁ ଊର୍ଦ୍ଧ୍ୱ ଟ୍ରକ୍‌, ଟ୍ୟାଙ୍କର ଚାଳକଙ୍କ ଅଭାବ ଯୋଗୁ ପରିବହନ କାର୍ଯ୍ୟ ବାଧାପ୍ରାପ୍ତ ହୋଇଛି। ଏଥିଯୋଗୁ ବହୁ ଅତ୍ୟାବଶ୍ୟକ ସାମଗ୍ରୀ ଦରଦାମ୍‌ ହଠାତ୍‌ ଅନିୟନ୍ତ୍ରିତ ଭାବେ ବୃଦ୍ଧି ପାଇଛି। ଇନ୍ଧନ ତୈଳ ପହଞ୍ଚିପାରୁ ନ ଥିବାରୁ ବହୁ କମ୍ପାନୀରେ ପ୍ରଡକ୍ସନ ବନ୍ଦ ରହିଛି। ତେଣୁ ପରିବହନ କାର୍ଯ୍ୟରେ ସେନା ମୁତୟନ କରିବାକୁ ଏବଂ ପଡୋଶୀ ଦେଶର ୫ ହଜାର ଚାଳକଙ୍କୁ ଅସ୍ଥାୟୀ ଶ୍ରମ ଭିଜା ପ୍ରଦାନ ନିମନ୍ତେ ବ୍ରିିଟେନ ସରକାର ସ୍ଥିର କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନେପାଳ ବନ୍ୟା: ବଢୁଛି ଜଳସ୍ତର, ସତର୍କ କରାଇଲେ ସରକାର

କାଠମାଣ୍ଡୁ,୩୦।୮: ବୁଧବାର ହୋଇଥିବା ଭୟଙ୍କର ବନ୍ୟା ପରେ ନେପାଳର ପରିସ୍ଥିତି ଗମ୍ଭୀର ରହିଛି। ମଧ୍ୟ ନେପାଳରେ ହଠାତ ବନ୍ୟାରେ ମୃତ୍ୟୁ ସଂଖ୍ୟା ୭୩୪ ରେ ପହଞ୍ଚିଛି, ଯେତେବେଳେ…

ଅଧରାତିରେ ଘର ଉପରକୁ ମାଡ଼ିଗଲା ଟ୍ରକ୍, ପରିବାର ଲୋକେ…

ପଦ୍ମପୁର,୩୦ା୮(ପ୍ରଦୀପ୍ତ ଦାଶ): ପଦ୍ମପୁର-ପାଟଣାଗଡ଼ ରାସ୍ତାର ରଜାପଡ଼ାଠାରେ ଏକ ବଡ଼ ଅଘଟଣ ଘଟିଯାଇଛି । ରବିବାର ରାତି ପ୍ରାୟ ୧ଟା ସମୟରେ ଏକ ମାଲବୋଝେଇ ଟ୍ରକ ଭାରସାମ୍ୟ ହରାଇ…

ଗୁଟଖା ପ୍ରେମୀଙ୍କୁ ଝଟକା; ହାଇକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ରାୟ, ବ୍ୟବସାୟ ବନ୍ଦ….

କଟକ,୩୦ା୮(ପ୍ରଭୁକଲ୍ୟାଣ ପାଲ୍): ଗୁଟଖା ପ୍ରେମୀଙ୍କୁ ଝଟକା। ରାଜ୍ୟରେ ଗୁଟଖା ବ୍ୟବସାୟ ବନ୍ଦ ହେବ । ରାଜ୍ୟରେ ଚିୱିଙ୍ଗ୍ ଟବାକୋ ବନ୍ଦ ବିଜ୍ଞପ୍ତି ଉପରେ ହାଇକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ରାୟ…

ପାଟଣାରେ ଚାଞ୍ଚଲ୍ୟ: କାଠ ଫାଳିଆରେ ପିଟି ସ୍ତ୍ରୀଙ୍କୁ ହତ୍ୟା, ସ୍ୱାମୀ ଅଟକ

ପାଟଣା, ୨୯/୮ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ଅଧୀନ ମଲ୍ଲିପଶି ଭୂମିଜ ସାହିରେ ଶନିବାର ବିଳମ୍ବିତ ରାତିରେ ଜଣେ ମହିଳାଙ୍କୁ ତାଙ୍କ ସ୍ୱାମୀ…

ନେପାଳ ପରେ, ଚାଇନାରେ ବିପର୍ଯ୍ୟୟ; ୪୯ ଭାରତୀୟ ନିଖୋଜ, ହେଲ୍ପଲାଇନ ନମ୍ବର ଜାରି

ବେଜିଂ,୩୦।୮: ଅଗଷ୍ଟ ୨୬ ରେ ଚାଇନା-ନେପାଳ ସୀମାରେ ଥିବା ଗାଇରୋଙ୍ଗ ବନ୍ଦରରେ ହୋଇଥିବା ଭୂସ୍ଖଳନ ପରେ ପରିସ୍ଥିତି ଜଟିଳ ରହିଛି। ଦକ୍ଷିଣ-ପଶ୍ଚିମ ଚାଇନାର ଜିଜାଙ୍ଗ ସ୍ବୟଂଶାସିତ ଅଞ୍ଚଳର…

ନବାଗତ ଛାତ୍ରୀଛାତ୍ରଙ୍କୁ ସ୍ୱାଗତ: ସାମ୍ବାଦିକତା କେବଳ ଏକ ବିଷୟ ନୁହେଁ, ଏହା ସମାଜ ପ୍ରତି ଦାୟିତ୍ୱବୋଧ ସହ…

ଭଞ୍ଜନଗର, ୩୦/୮ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ କବିସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟର ସାମ୍ବାଦିକତା ଓ ଗଣଯୋଗାଯୋଗ ବିଭାଗ ପକ୍ଷରୁ ଯୁକ୍ତ ୩ର ନବାଗତ ଛାତ୍ରୀଛାତ୍ରଙ୍କୁ…

ସେକ୍ଟର ମିଟିଂ ଚାଲିଥିବା ବେଳେ ଅଙ୍ଗନବାଡ଼ି କେନ୍ଦ୍ର ଉପରେ ବଜ୍ରପାତ, ୯ କର୍ମୀ…

ପାଟଣା,୩୦ା୮(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ମଲ୍ଲିପୋଷି ଅଙ୍ଗନୱାଡ଼ି କେନ୍ଦ୍ରରେ ବୈଠକ ଚାଲିଥିବା ବେଳେ ବଜ୍ରପାତ ହୋଇଛି । ଶନିବାର ୨୩ ଜଣ ଅଙ୍ଗନୱାଡ଼ି…

ଆଜି ମେଷ-ସିଂହ ରାଶି ଉପରେ ବର୍ଷିବ କୃପା: ଧନଲାଭ ସହ ମିଳିବ ବଡ଼ ଖୁସି ଖବର

୩୦ ଅଗଷ୍ଟ, ରବିବାର ଦିନ ଗ୍ରହ-ନକ୍ଷତ୍ରମାନଙ୍କର ଚାଲ ଦୃଷ୍ଟିରୁ ଅନେକ ରାଶି ପାଇଁ ବିଶେଷ ରହିବାକୁ ଯାଉଛି। ଆଜି କିଛି ଜାତକଙ୍କୁ କ୍ୟାରିୟର ଏବଂ ବ୍ୟବସାୟରେ ଅଗ୍ରଗତିର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri