Posted inଜାତୀୟ

ବ୍ରିଟିଶ୍‌ କମ୍ପାନୀର ୩୬ ଉପଗ୍ରହ ଉତ୍‌କ୍ଷେପଣ କରିବ ଇସ୍ରୋର ସ୍ବଦେଶୀ ଏଲଭିଏମ୍‌-୩, ଅକ୍ଟୋବର ୨୩ ପାଇଁ ପ୍ରସ୍ତୁତି…

ଶ୍ରୀହରିକୋଟା,୧୬।୧୦ : ଦେଶର ସବୁଠାରୁ ଶକ୍ତିଶାଳୀ ରକେଟ ଲଞ୍ଚ ଭେଇକିଲ ମାର୍କ -୩(ଏଲଭିଏମ୍‌-୩) ୨୩ ଅକ୍ଟୋବରରେ ବ୍ରିଟିଶ କମ୍ପାନୀର ୩୬ ଟି ଉପଗ୍ରହ ଉତକ୍ଷେପଣ କରିବ । ପ୍ରଥମ ଥର ପାଇଁ ଆନ୍ଧ୍ରପ୍ରଦେଶର ଶ୍ରୀହରିକୋଟା ଠାରୁ ସ୍ବଦେଶୀ ଏଲଭିଏମ୍‌-୩ ମାଧ୍ୟମରେ ଇସ୍ରୋ ଦ୍ୱାରା ଏହି ବିଦେଶୀ ବାଣିଜି୍ୟକ ଉପଗ୍ରହକୁ ମଧ୍ୟରାତି ୧୨ଟା ୭ ରେ ଉତ୍‌କ୍ଷେପଣ କରାଯିବ। ଏହି ରକେଟକୁ ପୂର୍ବରୁ ଜିଓସିଙ୍କ୍ରୋନସ ସାଟେଲାଇଟ ଲଞ୍ଚ ଯାନ ମାର୍କ-୩ ଅର୍ଥାତ୍‌ ଜିଏସଏଲଭି ଏମ୍‌-୩ କୁହାଯାଉଥିଲା।

ଇସ୍ରୋ କହିଛି ଯେ ରକେଟର କ୍ୟାପସୁଲରେ ଉତକ୍ଷେପଣ ହେବାକୁ ଥିବା ଉପଗ୍ରହଗୁଡ଼ିକୁ ସ୍ଥାନିତ କରି ଏହି ମିଶନ ପାଇଁ ଆସେମ୍ବିଲ ସମାପ୍ତ ହୋଇଛି। ରକେଟର କ୍ରିଓ ଷ୍ଟେଜ ଏବଂ ଉପକରଣ ଏବଂ କାର୍ଗୋର ସମାବେଶ ମଧ୍ୟ ସମାପ୍ତ ହୋଇଛି।

ପିଏସଏଲଭି ରକେଟ ମାଧ୍ୟମରେ ଭାରତ ଜୁନ୍‌ ୨୦୨୨ ପର୍ଯ୍ୟନ୍ତ ୩୬ ଦେଶ ପାଇଁ ୩୪୬ ଉପଗ୍ରହ ଉତକ୍ଷେପଣ କରିଛି। ୧୯୯୦ ଦଶକରେ ଏହା ଆରମ୍ଭ ହୋଇଥିଲା, କିନ୍ତୁ ଗତ ଦଶନ୍ଧିରେ ଏହା ବେଶ୍‌ ବିକଶିତ ହୋଇଛି। ୧୫ ଫେବୃଆରୀ ୨୦୧୭ରେ, ୧୦୪ ଉପଗ୍ରହ ଏକାସାଙ୍ଗରେ ଉତକ୍ଷେପଣ କରାଯାଇଥିଲା। ସେଥିମଧ୍ୟରୁ ଅଧିକାଂଶ ଆମେରିକା, ଇସ୍ରାଏଲ, ୟୁଏଇ, ଜର୍ମାନୀ ଆଦି ଦେଶର ଥିଲା। ଏଥି ସହିତ ୧୯୭୫ ରୁ ଫେବୃଆରୀ ୨୦୨୨ ପର୍ଯ୍ୟନ୍ତ ଭାରତ ପାଇଁ ୧୨୯ ଉପଗ୍ରହ ଉତକ୍ଷେପଣ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବୈଭବ ସୂର୍ଯ୍ୟବଂଶୀଙ୍କ ବଡ଼ ଗୁମର ଖୋଲିଲେ ଆୟର, ସମୟ ଆସିଲେ….

ନୂଆଦିଲ୍ଲୀ,୪।୧୦: ୱେଷ୍ଟଇଣ୍ଡିଜ୍ ବିପକ୍ଷ ଟି-୨୦ ସିରିଜ୍‌ ପୂର୍ବରୁ ଭାରତୀୟ ଟି-୨୦ ଦଳର ଅଧିନାୟକ ଶ୍ରେୟସ ଆୟର ଦଳର ଖେଳ ରଣନୀତି ଓ ଯୁବ ଖେଳାଳି ବୈଭବ ସୂର୍ଯ୍ୟବଂଶୀଙ୍କୁ…

ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଟେକାମାଡ଼, ବୈଠକ ସାରି ବାହାରିଲା ବେଳେ …

ଭୁବନେଶ୍ବର,୪।୧୦: ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଟେକାମାଡ଼ ହୋଇଛି । ବୈଠକ ସାରି ଫେରୁଥିବା ବେଳେ କିଛି ବ୍ୟକ୍ତି ତାଙ୍କ ଗାଡି ଉପରକୁ ଟେକା ଫିଙ୍ଗିଥିବା…

ବୀରେନ୍ଦ୍ର ସେହୱାଗଙ୍କ ପୁଅଙ୍କୁ ମିଳିଲା ବଡ଼ ଦାୟିତ୍ବ, ଏହି ଦଳର ହେବେ ଅଧିନାୟକ

ନୂଆଦିଲ୍ଲୀ,୪।୧୦: ଭାରତୀୟ କ୍ରିକେଟ୍‌ ଟିମ୍‌ର ପୂର୍ବତନ ଓପନର୍‌ ବୀରେନ୍ଦ୍ର ସେହୱାଗଙ୍କ ୧୮ ବର୍ଷୀୟ ପୁଅ ଆର୍ଯ୍ୟବୀର ସେହୱାଗଙ୍କୁ ଘରୋଇ କ୍ରିକେଟ୍‌ରେ ବଡ଼ ଦାୟିତ୍ୱ ମିଳିଛି । ଆଗାମୀ…

FSSAI ର ବଡ଼ କାର୍ଯ୍ୟାନୁଷ୍ଠାନ: ‘କ୍ରିଏଟିଭ୍ ବେକର୍ସ’ର ଲାଇସେନ୍ସ ନିଲମ୍ବିତ, ‘ଏଭରେଷ୍ଟ ଜିରା ପାଉଡର’ ବଜାରରୁ ପ୍ରତ୍ୟାହାର ନିର୍ଦ୍ଦେଶ

ନୂଆଦିଲ୍ଲୀ,୪।୧୦: ଖାଦ୍ୟ ସୁରକ୍ଷା ନିୟମର କଡ଼ା ଉଲ୍ଲଂଘନ ଅଭିଯୋଗରେ ଫୁଡ୍ ସେଫ୍ଟି ଆଣ୍ଡ ଷ୍ଟାଣ୍ଡାର୍ଡସ ଅଥରିଟି ଅଫ୍ ଇଣ୍ଡିଆ (FSSAI) ଦୁଇଟି ପ୍ରମୁଖ ଖାଦ୍ୟ ପ୍ରସ୍ତୁତକାରୀ କମ୍ପାନୀ…

ମିଳିଲାନି ଷ୍ଟ୍ରେଚର, ଦିବ୍ୟାଙ୍ଗ ଭାଇଙ୍କୁ ପିଠିରେ ବୋହି ୱାର୍ଡକୁ ନେଲେ ଭଉଣୀ, ଭିଡିଓ ଦେଖିଲେ ଥରିଉଠିବ….

ଭୋପାଳ,୪ା୧୦: ସରକାରୀ ହସ୍ପିଟାଲରେ ରୋଗୀଙ୍କୁ ମିଳୁଥିବା ସୁବିଧାକୁ ନେଇ ପୁଣି ପ୍ରଶ୍ନ ଉଠିଛି । ମଧ୍ୟପ୍ରଦେଶର ଗୁନା ଜିଲାରୁ ଏଭଳି ଏକ ଭିଡିଓ ସାମ୍ନାକୁ ଆସିଛି, ଯାହା…

ନୟାପଲ୍ଲୀ ବଳାତ୍କାର ମାମଲା: ମୁଖ୍ୟ ଅଭିଯୁକ୍ତଙ୍କ ୨ ସହଯୋଗୀଙ୍କୁ ଗିରଫ କଲା ପୋଲିସ

ଭୁବନେଶ୍ୱର,୪ା୧୦: ରାଜଧାନୀରେ ଚର୍ଚ୍ଚାର ବିଷୟ ପାଲଟିଥିବା ନୟାପଲ୍ଲୀ ବଳାତ୍କାର ମାମଲାରେ ପୋଲିସକୁ ମିଳିଛି ଆଉ ଏକ ବଡ଼ ସଫଳତା। ବଳାତ୍କାର ମାମଲାର ମୁଖ୍ୟ ଅଭିଯୁକ୍ତ ଶ୍ରୀଧର ପଣ୍ଡାର…

ଦିବ୍ୟାଙ୍ଗ ନାବାଳକଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପାଣ୍ଠିରୁ ମିଳିଲା ସହାୟତା

ଗଞ୍ଜାମ,୪ା୧୦(ବିଦ୍ୟାଧର ସାହୁ): ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନିଜସ୍ବ ପାଣ୍ଠିରୁ ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ଲକ୍ଷ୍ମୀପୁର ଗ୍ରାମର ଦିବ୍ୟାଙ୍ଗ ନାବାଳକ ଏନ ନୀଳାଞ୍ଚଳ…

ଆଦିତ୍ୟଙ୍କ ସହ ମୁମ୍ବାଇ ଛାଡ଼ିଲେ ୟାମି ଗୌତମ? କାହିଁକି ଏତେ ବଡ଼ ନିଷ୍ପତ୍ତି ନେଲେ ଏହି ଦମ୍ପତ୍ତି? ଜାଣନ୍ତୁ…

ମୁମ୍ବାଇ: ଆଦିତ୍ୟ ଧର ହେଉଛନ୍ତି ବଲିଉଡର ଜଣେ ପ୍ରତିଷ୍ଠିତ ନିର୍ଦ୍ଦେଶକ, ଯିଏ ‘ଉରି: ଦ ସର୍ଜିକାଲ ଷ୍ଟ୍ରାଇକ’ (Uri: The Surgical Strike) ଭଳି ଲୋକପ୍ରିୟ ଚଳଚ୍ଚିତ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?