ବ୍ରିଟେନରେ ପ୍ରଫେଟ ମହମ୍ମଦଙ୍କ ଝିଅଙ୍କ ଉପରେ ନିର୍ମାଣ କରାଯାଇଥିବା ଫିଲ୍ମକୁ ବିରୋଧ

ଲଣ୍ଡନ,୧୬ ।୬: ବ୍ରିଟିଶ ଚଳଚ୍ଚିତ୍ର ‘ଦ ଲେଡି ଅଫ୍ ହେଭେନ’କୁ ନେଇ ବିବାଦ ମୁଣ୍ଡ ଟେକିଛି । ଏହି ଫିଲ୍ମକୁ ନେଇ ଏବେ ସେଠାରେ ବିରୋଧ ପ୍ରଦର୍ଶନ କରାଯାଉଛି । ଚଳଚ୍ଚିତ୍ର ଉପରେ ନିନ୍ଦା କରାଯାଇଥିବା ଅଭିଯୋଗ ଆସିଛି । ତେଣୁ ‘ଦ ଲେଡି ଅଫ୍ ହେଭେନ’ ଉପରେ ପ୍ରତିବନ୍ଧକ ଲଗାଯିବା ଉଚିତ ବୋଲି ବିକ୍ଷୋଭକାରୀମାନେ କହିଛନ୍ତି । ଚଳଚ୍ଚିତ୍ରଟିକୁ ବିରୋଧ କରୁଥିବା ବ୍ୟକ୍ତିଙ୍କ ମଧ୍ୟରେ ଅନ୍ୟତମ ହେଉଛନ୍ତି ମକ୍କା ମସଜିଦର ମୁଖ୍ୟ ଇମାମ କାରୀ ମହମ୍ମଦ ଅସୀମ । ଯେତେବେଳେ ସେ ଏହାକୁ ବିରୋଧ କରିଥିଲେ ସେତେବେଳେ ସରକାର ଇମାମଙ୍କୁ ପରାମର୍ଶଦାତା ପଦରୁ ବହିଷ୍କାର କରିଥିଲେ ।
ଲିଡ୍ସରେ ଥିବା ମକ୍କା ମସଜିଦର ଇମାମ କାରୀ ଅସୀମ ଇସଲାମୋଫୋବିୟା ଉପରେ ବ୍ରିଟେନ ସରକାରଙ୍କ ସ୍ୱାଧିନ ପରମର୍ଶଦାତା ଭାବେ କାମ କରୁଥିଲେ । ଏବେ ସେ ଫିଲ୍ମ ‘ଦ ଲେଡି ଅଫ୍ ହେଭେନ’କୁ ବିରୋଧ କରିବାରୁ ଗତ ଶନିବାର ତାଙ୍କୁ ତାଙ୍କୁ ପଦରୁ ହଟାଇ ଦିଆଯାଇଛି । ପ୍ରଫେଟ ମହମ୍ମଦଙ୍କ ଝିଅଙ୍କ ଉପରେ ନିର୍ମାଣ କରାଯାଇଥିବା ଫିଲ୍ମ ‘ଦ ଲେଡି ଅଫ୍ ହେଭେନ’ ଉପରେ ପ୍ରତିବନ୍ଧକ ଲଗାଇବାକୁ ଯେଉଁ ଆନ୍ଦୋଳନ କରାଯାଉଥିଲା ଇମାମ ତାକୁ ସମର୍ଥନ କରିଥିଲେ । ଏହାପରେ ସରକାର ଏହି ବିରୋଧକୁ ନେଇ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଛାତ୍ର ସଂସଦ ନିର୍ବାଚନ, କଲେଜ କ୍ୟାମ୍ପସ୍‌ ସରଗରମ: ନାମାଙ୍କନ ନାକଚ୍‌, ଆଶାୟୀ ଅସନ୍ତୋଷ

ବରଗଡ଼,10।୧୦(ପ୍ରେମାନନ୍ଦ ଖମାରୀ):ଆସନ୍ତା ୧୫ତାରିଖ ଛାତ୍ର ସଂସଦ ନିର୍ବାଚନ। ଏହି ନିର୍ବାଚନ ଯେତିକି ପାଖେଇ ଆସୁଛି, କଲେଜ କ୍ୟାମ୍ପସ୍‌ ଗୁଡ଼ିକରେ ନିର୍ବାଚନୀ ବାତାବରଣ ସେତିକି ସରଗରମ ହୋଇ ପଡୁଛି।…

ହାରିବା ସତ୍ତ୍ୱେ ୩ ବଡ଼ ରେକର୍ଡ ଭାଙ୍ଗିଲା ଟିମ୍‌ ଇଣ୍ଡିଆ: ୩ ବ୍ୟାଟ୍‌ରଙ୍କ ବିସ୍ଫୋରକ ଇନିଂସ

ରାଞ୍ଚି,୧୦।୧୦: ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଟି-୨୦ ମ୍ୟାଚ୍‌ରେ ଟିମ ଇଣ୍ଡିଆ ଦମ୍‌ଦାର ବ୍ୟାଟିଂ କରିଥିଲେ ମଧ୍ୟ ପରାଜୟବରଣ କରିଛି। ଭାରତୀୟ ବ୍ୟାଟରମାନେ ଚୌକା ଓ ଛକା ବର୍ଷା…

ଲଜ୍ଜାଜନକ ପରାଜୟ ପରେ ମୁହଁ ଖୋଲିଲେ ଶ୍ରେୟସ ଆୟର: ସୁଯୋଗ ହାତଛଡ଼ା…

ରାଞ୍ଚି,୧୦।୧୦: ଭାରତ-ୱେଷ୍ଟଇଣ୍ଡିଜ ଦ୍ୱିତୀୟ ଟି-୨୦ ମ୍ୟାଚ୍‌ରେ ୨୪୯ ରନ କରି ମଧ୍ୟ ହାରିଯାଇଛି ଟିମ ଇଣ୍ଡିଆ। ରାଞ୍ଚିରେ ଖେଳାଯାଇଥିବା ଏହି ମ୍ୟାଚ୍‌ରେ ଭାରତ ପ୍ରଥମେ ବ୍ୟାଟିଂ କରି…

ସମଲେଶ୍ଵରୀଙ୍କ ଧବଳମୁଖୀ ବେଶ: ଦର୍ଶନ ପାଇଁ ଭକ୍ତଙ୍କ ଭିଡ଼

ବରଗଡ଼,୧୦।୧୦(ପ୍ରେମାନନ୍ଦ ଖମାରୀ)- ଆଜି ମହାଳୟା । ଏହି ଅବସରରେ ବରଗଡର ଅଧିଷ୍ଠାତ୍ରୀ ଗ୍ରାମ୍ୟଦେବୀ ଭଗବତୀ ମାଁ ସମଲେଶ୍ବରୀ ଧବଳମୁଖୀ ବେଶରେ ଦର୍ଶନ ଦେଇଛନ୍ତି। ଏହି ବେଶରେ ଦେବୀଙ୍କୁ…

ଜୀବଜନ୍ତୁଙ୍କ ରଙ୍ଗ ପଛର ରହସ୍ୟ: ଖାଦ୍ୟରୁ ମିଳୁଛି ଆକର୍ଷଣୀୟ ରୂପ

ୱାଶିଂଟନ,୧୦ା୧୦:ଅନେକ ଜୀବଜନ୍ତୁ, ପକ୍ଷୀ ଓ ମାଛ ସେମାନଙ୍କର ନାଲି, ହଳଦିଆ, ନୀଳ, କମଳା ଆଦି ରଙ୍ଗ ପାଇଁ ବେଶ୍‌ ଆକର୍ଷଣୀୟ ହୋଇଥାନ୍ତି। କିନ୍ତୁ ଏହି ଜୀବମାନେ ଏତେ…

ସକାଳୁ ସକାଳୁ ଶକ୍ତିଶାଳୀ ଭୂକମ୍ପ: ୫ ଦେଶକୁ ସୁନାମୀ ଚେତାବନୀ

ପାନାମା,୧୦।୧୦: ମଧ୍ୟ ଆମେରିକୀୟ ଦେଶ ପାନାମାର ଦକ୍ଷିଣ ଉପକୂଳ ନିକଟରେ ଶୁକ୍ରବାର ୭.୬ ତୀବ୍ରତାର ଏକ ଶକ୍ତିଶାଳୀ ଭୂକମ୍ପ ଅନୁଭୂତ ହୋଇଛି। ଏହାର ଝଟକା ରାଜଧାନୀ ପାନାମା…

‘ଭାଜପା ସରକାର ଅଢ଼େଇ ବର୍ଷରେ ଓଡ଼ିଶା ଛବିକୁ ମଳିନ କରିସାରିଲେଣି’

ଭୁବନେଶ୍ୱର, ୯।୧୦(ସୁନିତ୍‌ ମିଶ୍ର): ବିଜେଡି ସବୁବେଳେ ସେବା ଓ ବିକାଶରେ ବିଶ୍ୱାସ କରେ। ବିଜେଡି ସରକାର ସମୟରେ ଦ୍ରୁତ ବିକାଶ ପାଇଁ ଓଡ଼ିଶା ସାରା ଦେଶରେ ଏକ…

ଆସନ୍ତା ୧୨ ତାରିଖରେ ଗୁଡ଼ାରୀ ବ୍ଲକର ସମସ୍ତ ଅଙ୍ଗନବାଡ଼ି କେନ୍ଦ୍ର ବନ୍ଦ ରହିବ

ଗୁଡ଼ାରୀ, ୯/୧୦ (ପ୍ରମୋଦ କୁମାର ପତି): ଆସନ୍ତା ୧୨ ତାରିଖରେ ଗୁଡ଼ାରୀ ବ୍ଲକର ସମସ୍ତ ଅଙ୍ଗନବାଡ଼ି କେନ୍ଦ୍ର ବନ୍ଦ ରହିବ। ଏହି ଦିନ ସମସ୍ତ ଅଙ୍ଗନବାଡ଼ି କର୍ମୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?