ଗୀତା ଧରି ଶପଥ ନେଲେ ବ୍ରିଟେନ୍‌ ଏମ୍‌ପି ଶିବାନୀ

ଲଣ୍ଡନ୍‌,୧୦ା୭: ଜୁଲାଇ ୪ରେ ଅନୁଷ୍ଠିତ ବ୍ରିଟେନ୍‌ ନିର୍ବାଚନରେ ଭାରତୀୟ ବଂଶୋଦ୍ଭବ ଶିବାନୀ ରାଜା ଲିସେଷ୍ଟର ଇଷ୍ଟ୍‌ ସଂସଦୀୟ ଆସନରେ ବିଜୟୀ ହୋଇଛନ୍ତି। କଞ୍ଜରଭେଟିଭ୍‌ ପାର୍ଟିରୁ ଲଢ଼ିଥିବା ଗୁଜରାଟୀ ମୂଳର ୧୯ ବର୍ଷୀୟା ବିଜିନେସ୍‌ଓମେନ୍‌ ଶିବାନୀ ଲେବର ପାର୍ଟିର ଭାରତୀୟ ବଂଶୋଦ୍ଭବ ରାଜେଶ ଅଗ୍ରଓ୍ବାଲଙ୍କୁ ୧୪,୫୨୬ ଭୋଟରେ ହରାଇଛନ୍ତି।

ଏହି ଆସନରେ ଲେବର ପାର୍ଟି ୩୭ ବର୍ଷ ଧରି ପ୍ରତିନିଧିତ୍ୱ କରିଆସିଥିଲା। ଶିବାନୀ ପାର୍ଲାମେଣ୍ଟରେ ଗୀତା ଧରି ଏମ୍‌ପି ଭାବେ ଶପଥ ନେଇ ଚର୍ଚ୍ଚାକୁ ଆସିଛନ୍ତି। ଶିବାନୀଙ୍କ ବ୍ୟତୀତ ଅନ୍ୟ ୨୭ ଜଣ ଭାରତୀୟ ବଂଶୋଦ୍ଭବ ହାଉସ୍‌ ଅଫ୍‌ କମନ୍ସକୁ ନିର୍ବାଚିତ ହୋଇଛନ୍ତି। ୬୫୦ ଆସନ ମଧ୍ୟରୁ ଋଷି ସୁନକଙ୍କ କଞ୍ଜରଭେଟିଭ୍‌ ପାର୍ଟିକୁ ୧୨୧ (ପୂର୍ବାପେକ୍ଷା ୨୫୦ କମ୍‌) ଆସନ ମିଳିଥିବାବେଳେ ଲେବର ପାର୍ଟିକୁ ୪୧୨ ସିଟ୍‌ରେ ସଫଳତା ମିଳିଛି। ଲେବର ପାର୍ଟି ଲିଡର କିର୍‌ ଷ୍ଟର୍ମର ନୂଆ ପ୍ରଧାନମନ୍ତ୍ରୀ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀ ବିଜୟଙ୍କ ବିରୋଧରେ DMKର ଆବେଦନକୁ ଖାରଜ କଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୭।୭: ତାମିଲନାଡୁର କରୁରରେ ଏକ ଦୁର୍ଘଟଣାରେ ୪୧ ଜଣ ପ୍ରାଣ ହରାଇଲେ। କ୍ଷମତାସୀନ ଟିଭିକେ (ତାମିଜାଗା ଭେଟ୍ରି କାଝାଗମ) ସରକାରଙ୍କ ବିରୁଦ୍ଧରେ DMK ଏକ ଆବେଦନ ଦାଖଲ…

ଚନ୍ଦ୍ରକାନ୍ତ ମୃତ୍ୟୁ ଘଟଣା: ନ୍ୟାୟ ଦାବିରେ ରାସ୍ତା ଅବରୋଧ

ଧୂଷୁରୀ, ୭।୭( ଦୀପ୍ତି ରଞ୍ଜନ ନାୟକ ) : ଧୂଷୁରୀ ଥାନା ଅଧୀନ ମଠଡିହ ବଜାରରେ ମଙ୍ଗଳବାର ପୂର୍ବାହ୍ନରେ ନିକଟସ୍ଥ ସାଠିବାଙ୍କୁଡା ଗ୍ରାମର ମହିଳା,ପୁରୁଷ,ଯୁବତୀ, ଯୁବକ ପ୍ଲାଏ…

ସମୁଦ୍ର ଉପକୂଳ ଅଞ୍ଚଳ ବୁଲି ଦେଖିଲେ ସିପିଆଇଏମ ନେତା, ତଟବର୍ତ୍ତୀ ଅଞ୍ଚଳବାସୀଙ୍କ ସହ କଲେ ଆଲୋଚନା

ଗଞ୍ଜାମ,୭।୭ (ବିଦ୍ୟାଧର ସାହୁ ): ଗଞ୍ଜାମ ଜିଲାର ଗଞ୍ଜାମ ବ୍ଲକ ଅନ୍ତର୍ଗତ ଋଷିକୁଲ୍ୟା ମୁହାଣ ପୁରୁଣାବନ୍ଧ ଠାରୁ ପ୍ରୟାଗି ପର୍ଯ୍ୟନ୍ତ ଗତ କିଛି ଦିନ ହେଲା ବେଳାଭୂମି…

ହାତକୁ ଦି’ ହାତ ହେଲେ ଅଂଶୁଲା: ଝୁମିଲେ ୨ ଭଉଣୀ

ପ୍ରଯୋଜକ ବୋନି କପୁର ତଥା ବଲିଉଡ ଅଭିନେତା ଅର୍ଜୁନ କପୁରଙ୍କ ଭଉଣୀ ଅଂଶୁଲା କପୁର ବିବାହ ବନ୍ଧନରେ ଆବଦ୍ଧ ହୋଇଛନ୍ତି। ସେ ମୁମ୍ବାଇର ତାଜ ହୋଟେଲରେ ତାଙ୍କ…

ଅଙ୍ଗନବାଡ଼ି କେନ୍ଦ୍ରରୁ ଖସିଲା କଂକ୍ରିଟ,୩ ଶିଶୁ ଆହତ

କଣ୍ଟାବାଞ୍ଜି,୭।୭: ବଲାଙ୍ଗୀର ଜିଲା ତୁରେକେଲା ବ୍ଲକ କୁର୍ଲ୍ଲୀ ଗାଁ ଅଙ୍ଗନବାଡ଼ି କେନ୍ଦ୍ରରେ ମଙ୍ଗଳବାର ଏକ ଅଘଟଣ ଘଟିଛି। ଅଙ୍ଗନବାଡ଼ି କେନ୍ଦ୍ର ଛାତରୁ କଂକ୍ରିଟ ଖସି ୩ଜଣ ଶିଶୁ…

MS Dhoni Net Worth: କୋଟି କୋଟି ଟଙ୍କା ରୋଜଗାର, ହେଲେ କ୍ରିକେଟ ବ୍ୟତୀତ ଧୋନୀଙ୍କ ଆଉ କ’ଣ ରହିଛି ରୋଜଗାର? ଜାଣନ୍ତୁ…

ନୂଆଦିଲ୍ଲୀ,୭।୭: ପୂର୍ବତନ ଭାରତୀୟ ଅଧିନାୟକ ମହେନ୍ଦ୍ର ସିଂହ ଧୋନୀ ଜୁଲାଇ ୭ରେ ୪୫ ବର୍ଷ ବୟସରେ ପାଦ ଥାପିଛନ୍ତି। ‘କ୍ୟାପ୍ଟେନ କୁଲ’ ଭାବରେ ଜଣାଶୁଣା – କ୍ରିକେଟ…

ସୌମ୍ୟ ହତ୍ୟା ମାମଲା: ଝାରପଡ଼ା ଜେଲ୍‌ରେ ୨୦ ଅଭିଯୁକ୍ତଙ୍କୁ କ୍ରାଇମବ୍ରାଞ୍ଚର ଜେରା

ଭୁବନେଶ୍ୱର, ୭।୭: ବହୁଚର୍ଚ୍ଚିତ ସୌମ୍ୟ ହତ୍ୟା ମାମଲାର ତଦନ୍ତକୁ ଆହୁରି ଜୋରଦାର କରିଛି କ୍ରାଇମବ୍ରାଞ୍ଚ। ଏହି କ୍ରମରେ କ୍ରାଇମବ୍ରାଞ୍ଚର ଦୁଇଜଣିଆ ଟିମ୍‌ ଆଜି ଭୁବନେଶ୍ୱର ଝାରପଡ଼ା ସ୍ପେସିଆଲ୍‌…

ଗୁଜରାଟ ସିରିଏଲ ବିସ୍ଫୋରଣ ମାମଲାରେ ବଡ଼ ରାୟ: ୩୮ଙ୍କୁ ଫାଶୀ, ୧୧ଙ୍କୁ ଆଜୀବନ କାରାଦଣ୍ଡ

ଅହମଦାବାଦ,୭।୭: ୨୦୦୮ ଅହମଦାବାଦ ସିରିଏଲ ବିସ୍ଫୋରଣ ମାମଲା ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ରାୟରେ, ଗୁଜରାଟ ହାଇକୋର୍ଟ ନିମ୍ନ ଅଦାଲତର ନିଷ୍ପତ୍ତିକୁ ବଜାୟ ରଖିଛନ୍ତି। ହାଇକୋର୍ଟ ୩୮ ଜଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri