ଯୋଗୀ ଆଦିତ୍ୟନାଥଙ୍କୁ ପ୍ରଶଂସା କଲେ ବ୍ରିଟିଶ ସାଂସଦ

ଲଣ୍ଡନ/ଲକ୍ଷ୍ପୌ,୨।୧୦:ବ୍ରିଟେନ ମଧ୍ୟ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କ ପ୍ରଶଂସକ ପାଲଟିଛି। ସେଠାକାର ସଂସଦର ସଦସ୍ୟ ଉତ୍ତରପ୍ରଦେଶର ଆଇନ ଶୃଙ୍ଖଳା ବ୍ୟବସ୍ଥା ଯୋଗୁ ରାଜ୍ୟରେ ଆସିଥିବା ଶାନ୍ତି ପାଇଁ ପ୍ରଶଂସା କରୁଛନ୍ତି। ଏହି କ୍ରମରେ ବ୍ରିଟିଶ ସାଂସଦ ବିରେନ୍ଦ୍ର ଶର୍ମା ଉତ୍ତର ପ୍ରଦେଶର ପରିବର୍ତ୍ତିତ ଧାରଣା ପାଇଁ ମୁଖ୍ୟମନ୍ତ୍ରୀ ଯୋଗୀଙ୍କୁ ଅଭିନନ୍ଦନ ଜଣାଇଛନ୍ତି। ପୋଷ୍ଟ କାର୍ଡରେ ବ୍ରିଟିଶ ସାଂସଦ ଲେଖିଛନ୍ତି ଯେ, ମାନ୍ୟବର ଯୋଗୀ ଆଦିତ୍ୟନାଥ, ୟୁପିରେ ବଡ଼ ସଫଳତା ହାସଲ କରି ରାଜ୍ୟରେ ଶାନ୍ତି ଆଣିଥିବାରୁ ମୁଁ ଆପଣଙ୍କୁ ଅଭିନନ୍ଦନ ଜଣାଉଛି।
ସୂଚନାଯୋଗ୍ୟ, ଗତ ସପ୍ତାହରେ ୟୁପି ମୁଖ୍ୟମନ୍ତ୍ରୀଙ୍କ ଜୀବନୀ ଲେଖକ ଶାନ୍ତନୁ ଗୁପ୍ତାଙ୍କୁ ବ୍ରିଟିଶ ସଂସଦର ହାଉସ ଅଫ କମନ୍ସରେ ଆୟୋଜିତ ଅନ୍ତର୍ଜାତୀୟ କନକ୍ଲେଭକୁ ନିମନ୍ତ୍ରଣ କରାଯାଇଥିଲା ଏବଂ ଗ୍ଲୋବାଲ ଗାନ୍ଧୀ ପୁରସ୍କାର ୨୦୨୩ରେ ସମ୍ମାନିତ କରାଯାଇଥିଲା। ଏହି ଅବସରରେ ଶାନ୍ତନୁ ତାଙ୍କର ବେଷ୍ଟସେଲର ଗ୍ରାଫିକ ଉପନ୍ୟାସ – ‘ଅଜୟ ଟୁ ଯୋଗୀ ଆଦିତ୍ୟନାଥ” କୁ ବ୍ରିଟିଶ ସାଂସଦ ବିରେନ୍ଦ୍ର ଶର୍ମାଙ୍କୁ ଉପହାର ଦେଇଥିଲେ। ତାଙ୍କର ପ୍ରତ୍ୟେକ ଗ୍ରାଫିକ ଉପନ୍ୟାସରେ ୟୁପି ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କୁ ଏକ ବାର୍ତ୍ତା ପଠାଇବା ପାଇଁ ଏକ ପୋଷ୍ଟ କାର୍ଡ ରହିଛି, ଯେଉଁଥିରେ ବ୍ରିଟିଶ ସାଂସଦ ବିରେନ୍ଦ୍ର ଶର୍ମା ୟୁପି ମୁଖ୍ୟମନ୍ତ୍ରୀଙ୍କୁ ପ୍ରଶଂସା କରି ଏକ ବାର୍ତ୍ତା ଲେଖିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଇରାନ ଯୁଦ୍ଧରେ ରୁଷିଆର ଏଣ୍ଟ୍ରି? ଟ୍ରମ୍ପଙ୍କ ହଜିଲା ନିଦ, ଭୟଙ୍କର ହୋଇପାରେ…

ନୂଆଦିଲ୍ଲୀ/ତେହେରାନ, ୨୬।୩: ପଶ୍ଚିମ ଏସିଆରେ ଜାରି ରହିଥିବା ଯୁଦ୍ଧ ମଧ୍ୟରେ ରୁଷିଆ ଏବଂ ଇରାନର ବଢୁଥିବା ନିକଟତରତା ବିଶ୍ୱ ପାଇଁ ଚିନ୍ତାର କାରଣ ପାଲଟିଛି। ପଶ୍ଚିମା ଗୋଇନ୍ଦା…

ନଦୀକୁ ଖସିଲା ବସ୍‌: ୨୪ ମୃତ, ଏବେ ବି ଅନେକ ନିଖୋଜ

ଢାକା,୨୬ା୩: ବାଂଲାଦେଶରେ ଏକ ବସ୍‌ ନଦୀ ମଧ୍ୟକୁ ଖସିପଡ଼ିବାରୁ ଅନୂ୍ୟନ ୨୪ ଜଣଙ୍କ ମୃତ୍ୟୁ ଘଟିବା ସହ ଅନେକ ନିଖୋଜ ଅଛନ୍ତି। ସେମାନଙ୍କୁ ଉଦ୍ଧାର ପାଇଁ ଉଦ୍ୟମ…

ବସଷ୍ଟାଣ୍ଡରେ OSRTC ବସ୍‌ରେ ଲାଗିଲା ନିଆଁ: ଜୀବନ ବଞ୍ଚାଇବାକୁ କିଏ ଝରକା ପଟେ ଡେଇଁଲେ ତ କିଏ… VIDEO 

କୋରାପୁଟ, ୨୬।୩ (ଅମିତାଭ ବେହେରା): କୋରାପୁଟ ବସଷ୍ଟାଣ୍ଡରେ ଏକ ବଡ଼ ଧରଣର ଅଘଟଣ ଟଳିଯାଇଛି। ଗୁରୁବାର ସଂନ୍ଧ୍ୟାରେ ଏକ ସରକାରୀ (OSRTC) ବସ୍‌ରେ ହଠାତ ନିଆଁ ଲାଗିଯିବା…

ରାମ ନବବୀ ପାଇଁ ହାଇଆଲର୍ଟରେ ସମ୍ୱଲପୁର ସହର, ଜାରି ହେଲା ମ୍ୟାପ୍‌

ସମ୍ୱଲପୁର,୨୬ା୩(ପ୍ରମୋଦ ବହିଦାର): ଶୁକ୍ରବାର ଶ୍ରୀରାମ ନବମୀ ଉପଲକ୍ଷେ ପାଳିତ ହେବାକୁ ଥିବା ଶ୍ରୀରାମ ଜନ୍ମୋତ୍ସବ ଓ ଶୋଭାଯାତ୍ରା ପାଇଁ ହାଇଆଲର୍ଟରେ ରହିଛି ସମଗ୍ର ସମ୍ୱଲପୁର ସହର। ସମଗ୍ର…

ଏମିତି ପ୍ରଶ୍ନରେ ରାଗିଗଲେ ଶୁବମନ ଗିଲ, T20 ଟିମରୁ…

ନୂଆଦିଲ୍ଲୀ,୨୬।୩: ଭାରତୀୟ ଦିନିକିଆ ଏବଂ ଟେଷ୍ଟ ଅଧିନାୟକ ଶୁବମନ ଗିଲ ଗୁରୁବାର କହିଛନ୍ତି ଯେ ୨୦୨୬ ଟି୨୦ ବିଶ୍ୱକପ ପୂର୍ବରୁ ଭାରତୀୟ ଦଳରୁ ବାଦ ପଡ଼ିବା ପରେ…

ଚକ୍‌ମା ଦେଉଛନ୍ତି ଟ୍ରମ୍ପ! ପୁଣି ଓଲଟିଲେ, କହିଲେ ‘ଡିଲ ପାଇଁ ଭିକ୍ଷା କରୁଥିଲା ଇରାନ, ମୁଁ ନୁହେଁ’, ସାରା ବିଶ୍ୱ ଆଶ୍ଚର୍ଯ୍ୟ

ଓ୍ବାଶିଂଟନ,୨୬।୩: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣି ଥରେ ଇରାନ ସହିତ ଶାନ୍ତି ଚୁକ୍ତିର ସମ୍ଭାବନା ଉପରେ ସନ୍ଦେହ ପ୍ରକାଶ କରି କହିଛନ୍ତି ଯେ ଇରାନ ଯୁଦ୍ଧ…

ରାମ ନବମୀ ପୂର୍ୱରୁ ପୋଲିସର ଫ୍ଲାଗ୍‌ ମାର୍ଚ୍ଚ, ବଢ଼ିଲା ସୁରକ୍ଷା…

କୋରାପୁଟ,୨୬ା୩(ଅମିତାଭ ବେହେରା): ରାମ ନବମୀ ଅବ୍ୟହିତ ପୂର୍ୱରୁ କୋରାପୁଟ ପୋଲିସ ପକ୍ଷରୁ ସହରରେ ଗୁରୁବାର ଫ୍ଲାଗ ମାର୍ଚ୍ଚ କରାଯାଇଛି। ରାମ ନବମୀରେ ଶୁକ୍ରବାର ସହରରେ ୧୦ହଜାର ଊର୍ଦ୍ଧ୍ୱ…

ଗଜପତିରେ ଗଞ୍ଜେଇ କାରବାର ଉପରେ ପୋଲିସର ଶକ୍ତ ପ୍ରହାର: ୪.୦୬ ଟନ୍‌ର ଗଞ୍ଜେଇ ଜବତ, ମୂଲ୍ୟ…

ପାରଳାଖେମୁଣ୍ଡି/ମୋହନା, ୨୬।୩ (ଗିରିଧାରୀ ପରିଚ୍ଛା/ମନ୍ମଥ ମିଶ୍ର): ଗଜପତି ଜିଲାରେ ଅବାଧ ଗଞ୍ଜେଇ ଚାଷ ଓ ଚାଲାଣକୁ ରୋକିବା ପାଇଁ ପୋଲିସ ପ୍ରଶାସନ ପକ୍ଷରୁ ଚଢାଉକୁ ଜୋରଦାର କରାଯାଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri