ଓଡ଼ିଶାରେ ବ୍ରିଟେନ ଷ୍ଟ୍ରେନ୍‌

ଭୁବନେଶ୍ୱର, ୨୫।୩(ବ୍ୟୁରୋ):ରାଜ୍ୟରେ କରୋନା ସଂକ୍ରମଣ ବଢ଼ିବାରେ ଲାଗିଛି। ଏ ପରିସ୍ଥିତିରେ ଓଡ଼ିଶାରେ ବ୍ରିଟେନ ଷ୍ଟ୍ରେନ୍‌ ଚିହ୍ନଟ ହୋଇଥିବା ଜଣାପଡିବା ପରେ ଲୋକଙ୍କ ମଧ୍ୟରେ ଭୟର ବାତାବରଣ ଦେଖାଦେଇଛି। ଦେଶର ୧୮ ରାଜ୍ୟରେ କରୋନାର ୭୭୧ ଷ୍ଟ୍ରେନ୍‌ ଚିହ୍ନଟ ହୋଇଛି। ୭୩୭ ବ୍ରିଟେନ ଷ୍ଟ୍ରେନ୍‌, ୩୪ ଦକ୍ଷିଣ ଆଫ୍ରିକା ଷ୍ଟ୍ରେନ୍‌ ଓ ଗୋଟିଏ ବ୍ରାଜିଲ ଷ୍ଟ୍ରେନ ରହିଛି। ଏଥିମଧ୍ୟରୁ ଓଡ଼ିଶାରେ ୩ ବ୍ରିଟେନ ଷ୍ଟ୍ରେନ୍‌ ଚିହ୍ନଟ ହୋଇଥିବା ସଂକ୍ରାନ୍ତରେ ବୁଧବାର ନ୍ୟାଶନାଲ ସେଣ୍ଟର ଫର୍‌ ଡିଜିଜ୍‌ କଣ୍ଟ୍ରୋଲ ନିର୍ଦ୍ଦେଶକ ଏସ୍‌.କେ. ସିଂହ ସୂଚନା ଦେଇଛନ୍ତି। କେନ୍ଦ୍ର ସରକାରଙ୍କ ପକ୍ଷରୁ ଏହି ସୂଚନା ମିଳିବା ପରେ ରାଜ୍ୟରେ ଭାଳେଣି ପଡ଼ିଛି। ତେବେ ଏହାକୁ ନେଇ ସ୍ବାସ୍ଥ୍ୟ ବିଭାଗର କାର୍ଯ୍ୟଧାରା ଲୋକଙ୍କ ଚିନ୍ତାକୁ ଆହୁରି ବଢ଼ାଇ ଦେଇଛି। ଓଡ଼ିଶାରେ ବ୍ରିଟେନ ଷ୍ଟ୍ରେନ୍‌ ସମ୍ପର୍କରେ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ ପ୍ରଦୀପ୍ତ କୁମାର ମହାପାତ୍ର କହିଛନ୍ତି, ଯେଉଁ ୩ ବ୍ରିଟେନ ଷ୍ଟ୍ରେନ୍‌ ଚିହ୍ନଟ ହୋଇଛି ତାହା ଆମେ ଜାଣିଥିଲୁ। ଗତ ଡିସେମ୍ବରରୁ ଆମ ପାଖରେ ଖବର ଥିଲା। ବ୍ରିଟେନ୍‌ ଫେରନ୍ତାଙ୍କ ପାଖରେ ଏହି ଷ୍ଟ୍ରେନ୍‌ ରହିଥିଲା। ଆଇସିଏମ୍‌ଆର୍‌ରେ ଜିନୋମ୍‌ ସିକ୍ୱେନ୍ସିଂବେଳେ ଏହା ଜଣାପଡ଼ିଥିଲା। ତେବେ ଲୋକେ ଭୟଭୀତ ହେବେ ବୋଲି ପ୍ରକାଶ କରାଯାଇ ପାରୁ ନ ଥିଲା। ଏବେ ବି ଲୋକେ ଭୟଭୀତ ନ ହେବା ପାଇଁ ସେ ପରାମର୍ଶ ଦେଇଛନ୍ତି। ତେବେ ୪ ମାସ ହେବ ଏଭଳି ଏକ ସ୍ପର୍ଶକାତର ସୂଚନାକୁ ସ୍ବାସ୍ଥ୍ୟ ବିଭାଗ ଲୁଚାଇ ରଖିଥିବାରୁ ଏବେ ନାନା ପ୍ରଶ୍ନ ଉଠୁଛି।
ସେପଟେ କୋଭିଶିଲ୍ଡ ଟିକାର ଦ୍ୱିତୀୟ ଡୋଜ୍‌ କିପରି ନିଆଯିବ, ସେଥିପାଇଁ ରାଜ୍ୟ ସରକାର ନୂଆ ମାର୍ଗଦର୍ଶିକା ଜାରି କରିଛନ୍ତି। ବୁଧବାର ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ସମସ୍ତ ଜିଲାପାଳ, ମହାନଗର କମିଶନର, ସମସ୍ତ ଜିଲା ମୁଖ୍ୟ ଚିକିତ୍ସାଧିକାରୀଙ୍କୁ ଚିଠି ଲେଖିଛନ୍ତି। ପୂର୍ବରୁ କୋଭିଶିଲ୍ଡ ପ୍ରଥମ ଡୋଜ୍‌ର ୪ରୁ ୬ ସପ୍ତାହ ପରେ ୨ୟ ଡୋଜ୍‌ ନେବା ନିୟମ ଥିଲା। ଏବେ କିନ୍ତୁ ୪ରୁ ୮ ସପ୍ତାହ ମଧ୍ୟରେ ୨ୟ ଡୋଜ୍‌ ନେବାକୁ ନିୟମ କରାଯାଇଛି। ଏନେଇ ଜନସଚେତନତା ସୃଷ୍ଟି କରିବାକୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଭାଇରାଲ୍ ହେଉଛି ଟ୍ରମ୍ପଙ୍କ ହାତର ଫଟୋ; ଗଭୀର ଚିହ୍ନଙ୍କୁ ନେଇ ବଢ଼ିଲା ଚର୍ଚ୍ଚା

ଓ୍ବାଶିଂଟନ,୬।୯: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଡାହାଣ ହାତରେ ଦେଖାଯାଉଥିବା ଚିହ୍ନର ନୂଆ ଫଟୋ ସାମ୍ନାକୁ ଆସିଛି । ଏହାପରେ ତାଙ୍କ ସ୍ୱାସ୍ଥ୍ୟକୁ ନେଇ ପୁଣିଥରେ ଚର୍ଚ୍ଚା…

ଚଳନ୍ତା କାର୍‌ରେ ନିଆଁ

ଝାରସୁଗୁଡ଼ା,୬।୯(ଆଶିଷ ରଞ୍ଜନ ଦାଶ): ଝାରସୁଗୁଡ଼ା ସହରର ମୁଖ୍ୟ ରାସ୍ତା ମନମୋହନ ସ୍କୁଲ ନିକଟରେ ରବିବାର ସନ୍ଧ୍ୟାରେ ଏକ ଚଳନ୍ତା କାରରେ ହଠାତ୍‌ ନିଆଁ ଲାଗିଯାଇଥିଲା। ଦେଖୁ ଦେଖୁ…

ବାହାରିଲା ମା’ ମାଣିକେଶ୍ୱରୀଙ୍କ ନବାନ୍ନ ଲଗ୍ନ, ଏହିଦିନ ନୂଆଁ ଖାଇବେ ଗଡ଼ଜାତବାସୀ

ଭବାନୀପାଟଣା,୬ା୯(ଉତ୍ତମ କୁମାର ଦାଶ): ନୂଆଁଖାଇ ପାଇଁ ସଜବାଜ ହେଉଛି କଳାହାଣ୍ଡି ଜିଲା । ପଶ୍ଚିମ ଓଡ଼ିଶାର ଏହା ଏକ ମୁଖ୍ୟ ପର୍ବ ହୋଇଥିଲେ ହେଁ କଳାହାଣ୍ଡିରେ ଟିକେ…

ପାକ୍‌ ଖେଳାଳିଙ୍କ ଫୋନ୍‌ ଜବତ କଲା ପିସିବି, କାହିଁକି ଜାଣନ୍ତୁ…

ଲଣ୍ଡନ,୬ା୯: ପାକିସ୍ତାନର ସମସ୍ୟାପୂର୍ଣ୍ଣ ଇଂଲଣ୍ଡ ଟୁର ଏକ ଅପ୍ରତ୍ୟାଶିତ ମୋଡ଼ ନେଇଛି। ଏଜବାଷ୍ଟନଠାରେ ଇଂଲଣ୍ଡ ବିପକ୍ଷ ଅନ୍ତିମ ତଥା ତୃତୀୟ ଟେଷ୍ଟ ପୂର୍ବରୁ ଜାତୀୟ ଦଳର କିଛି…

ଟିମ୍‌ରୁ ବାଦ ପଡ଼ିବାର ରହସ୍ୟ ଖୋଲିଲେ ରାଇନା, କୋହଲିଙ୍କ ଅଧିନାୟକତ୍ୱକୁ ନେଇ କହିଲେ ବଡ଼ କଥା

ନୂଆଦିଲ୍ଲୀ,୬।୯: ଭାରତୀୟ କ୍ରିକେଟ୍ ଦଳର ପୂର୍ବତନ ଷ୍ଟାର୍ ବ୍ୟାଟର ସୁରେଶ ରାଇନା ଟିମ୍ ଇଣ୍ଡିଆରୁ ବାଦ ପଡ଼ିବାକୁ ନେଇ ବଡ଼ ବୟାନ ଦେଇଛନ୍ତି। ବିରାଟ କୋହଲି ଭାରତୀୟ…

ଯନ୍ତ୍ରୀ ଅନୁପମା ସାହୁ ଗିରଫ, ଗାଡ଼ିରୁ ବାହାରିଥିଲା ବିଡ଼ାବିଡ଼ା ଟଙ୍କା, ଭୁବନେଶ୍ୱରରେ ଫ୍ଲାଟ୍‌ ସହ ଅନେକ ସହରରେ ରହିଛି…

କଟକ,୬ା୯(ପ୍ରଭୁକଲ୍ୟାଣ ପାଲ): ଲାଞ୍ଚ ଟଙ୍କାରେ ଫସିଲେ ଲେଡି ଅଫିସର। ଗିରଫ ହୋଇ କୋର୍ଟ ଚାଲାଣ ହୋଇଛନ୍ତି କେନ୍ଦ୍ରାପଡ଼ା ଡ୍ରେନେଜ ଡିଭିଜନର ସହକାରୀ ନିର୍ବାହୀ ଯନ୍ତ୍ରୀ ଅନୁପମା ସାହୁ।…

ଜଳି ଶଙ୍ଖ ନିକଟରେ ମର୍ମନ୍ତୁଦ ଦୁର୍ଘଟଣା, ଟ୍ରକ ଧକ୍କାରେ ଓଲଟି ପଡ଼ିଲା ଅଟୋ

ଖଲ୍ଲିକୋଟ,୬।୯(ପ୍ରଶାନ୍ତ କୁମାର ମିଶ୍ର): ଖଲ୍ଲିକୋଟ ବ୍ଳକ ଅନ୍ତର୍ଗତ ୧୬ ନମ୍ବର ଜାତୀୟ ରାଜପଥର ଜଳି ଶଙ୍ଖ ନିକଟରେ ମର୍ମନ୍ତୁଦ ଦୁର୍ଘଟଣା ହୋଇଛି । ରବିବାର ଅପରାହ୍ନରେ ଟ୍ରକ୍…

ଫୁଟବଲ ଖେଳ ଚାଲିଥିବା ବେଳେ ଆକାଶରୁ ଖସିଲା ମୃତ୍ୟୁ

କୁଆଁରମୁଣ୍ଡା,୬।୯(ମହେନ୍ଦ୍ର କୁମାର ସାହୁ): ସୁନ୍ଦରଗଡ଼ ଜିଲା ବୀରମିତ୍ରପୁର ଥାନା କୁଆଁରମୁଣ୍ଡା ଫାଣ୍ଡି ଅନ୍ତର୍ଗତ କାଲୋଷିହିରିଆ ଗେଲ୍‌ଇଣ୍ଡିଆ ଖଡିଆବସ୍ତି ଫୁଟବଲ ପଡ଼ିଆରେ ରବିବାର ଏକ ଅଘଟଣ ଘଟିଛି। ପଡ଼ିଆରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri