Posted inଜାତୀୟ

ବ୍ରିଟିଶ ସମୟ ପୋଲ ହେଲା ଦୁଇ ଭାଗ: ସମ୍ଭାଳି ପାରିଲାନି ୬୦ ଟନ ଲରିର ଓଜନ…

ବିଶାଖାପଟ୍ଟନମ,୩।୫ : ବୁଧବାର ଆନ୍ଧ୍ରପ୍ରଦେଶର ଶ୍ରୀକାକୁଲମରେ ଏକ ବଡ଼ ଦୁର୍ଘଟଣା ଘଟିଛି। ଶ୍ରୀକାକୁଲମ ଜିଲାର ଇଚ୍ଛାପୁରମ ନିକଟ ବାହୁଡା ନଦୀ ଉପରେ ନିର୍ମିତ ଏକ ପୋଲ ଭୁଶୁଡି ପଡିଛି। ପୋଲ ଉପରୁ ୭୦ ଟନ ଓଜନର ଏକ ପଥର ଲରି ବାହାରକୁ ଆସୁଥିଲା, ଯାହାର ଓଜନ ବ୍ରିଜ ସମ୍ଭାଳି ପାରିଲା ନାହିଁ ଏବଂ ପରେ ଭୁଶୁଡି ପଡିଲା। ତେବେ ଆନ୍ଧ୍ରପ୍ରଦେଶରେ ହୋଇଥିବା ଏହି ପୋଲ ଦୁର୍ଘଟଣାରେ ଧନଜୀବନ ହାନୀ କୌଣସି ସୂଚନା ନାହିଁ। ତେବେ ପୋଲ ଭୁଶୁଡ଼ିବା କାରଣରୁ ଟ୍ରାଫିକ ବ୍ୟବସ୍ଥା ନେଇ ସମସ୍ୟା ଉପୁଜିଛି।

ଗଣମାଧ୍ୟମ ରିପୋର୍ଟ ଅନୁଯାୟୀ, ଏହି ପୋଲ ବ୍ରିଟିଶ ସମୟରେ ନିର୍ମିତ ହୋଇଥିଲା। ଏହା ୧୯୨୯ ମସିହାରେ ନିର୍ମିତ ହୋଇଥିବା କୁହାଯାଇଛି। ଭାଙ୍ଗିଥିବା ଏହି ପୋଲ ପ୍ରାୟ ୯୪ ବର୍ଷ ପୁରୁଣା ଥିଲା। ବ୍ରିଟିଶ ସମୟରେ ଏହି ପୋଲ ଏକ ପ୍ରମୁଖ ମାର୍ଗ ଥିଲା। କାରଣ ଇଚ୍ଛାପୁରମ ସହର ଏହା ଦେଇ ଜାତୀୟ ରାଜପଥ ସହିତ ସଂଯୁକ୍ତ ଥିଲା।

ବୁଧବାର ସକାଳ ୬ ଟାରେ ବାହୁଡା ନଦୀ ଉପରେ ନିର୍ମିତ ଏହି ପୋଲ ଭାଙ୍ଗିଯାଇଥିବା କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମଇଁଷିର କ୍ଷୀରରେ ତିଆରି ହେଲା ରାଇତା.. ଏବେ ରାବିଜ ଟିକା ପାଇଁ ହସ୍ପିଟାଲରେ ପୁରା ଗ୍ରାମବାସୀ, ଜାଣନ୍ତୁ କାରଣ

ନୂଆଦିଲ୍ଲୀ,୨୮ା୧୨:  ଉତ୍ତର ପ୍ରଦେଶର ବଦାଉନରୁ ଏକ ଆଶ୍ଚର୍ଯ୍ୟଜନକ ଖବର ସାମ୍ନାକୁ ଆସିଛି। କୁକୁର କାମୁଡ଼ାରେ ମୃତ୍ୟୁବରଣ କରିଥିବା ଏକ ମଇଁଷି ଏବେ ସମଗ୍ର ଗାଁ ପାଇଁ...

ପାଟପୁରରେ କଂଗ୍ରେସର ପ୍ରତିଷ୍ଠା ଦିବସ ପାଳିତ, ସଙ୍ଗଠନ ସୁଦୃଢ ପାଇଁ ଆହ୍ବାନ ଦେଲେ ବିଧାୟକ

ଦିଗପହଣ୍ଡି,୨୮|୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ସାରଙ୍ଗ ପଡିଆ ଠାରେ ରବିବାର ଭାରତୀୟ ଜାତୀୟ କଂଗ୍ରେସ ଦଳର ୧୪୦ ତମ ପ୍ରତିଷ୍ଠା...

ଦାରିଙ୍ଗବାଡିର ଗର୍ବ ଓ ଗୌରବ, ଓପିଏସ୍‌ସି ପରୀକ୍ଷାରେ ୧୬ତମ ସ୍ଥାନରେ ମାନସ

ଦାରିଙ୍ଗବାଡି, ୨୮/୧୨ (ଅରୁଣ ସାହୁ): ଓପିଏସସିର ଫଳାଫଳ ବାହାରି ସାରିଥିବା ବେଲେ ଏଥିରେ କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁ ଥାନା ମେରାମାହା ଗ୍ରାମର ମାନସ...

୨୦୨୫ରେ ବଦଳିଲା ଚାକିରିର ରୂପରେଖ: ଜାଣନ୍ତୁ କେଉଁ କ୍ୟାରିୟରକୁ ଅଧିକ ବାଛିଲେ ଜେନ ଜି?

ନୂଆଦିଲ୍ଲୀ,୨୮ା୧୨: ଆର୍ଟିଫିସିଆଲ୍ ଇଣ୍ଟେଲିଜେନ୍ସ (AI) ର ପ୍ରଭାବ ଏବଂ ଅର୍ଥନୈତିକ ଅସ୍ଥିରତା ଯୋଗୁଁ ୨୦୨୫ ମସିହାରେ ନୂତନ ଗ୍ରାଜୁଏଟମାନେ ନିଜର କର୍ମକ୍ଷେତ୍ର ବାଛିବା ଶୈଳୀରେ ବ୍ୟାପକ...

ଗଟାମାହା ଜଙ୍ଗଲରେ ଅତର୍କିତ ଚଢ଼ାଉ, ଗଞ୍ଜେଇ ଗଛ ପୋଡ଼ିଦେଲା ପୋଲିସ

ଜି.ଉଦୟଗିରି,୨୮/୧୨( ଚିନ୍ମୟ କୁମାର ସେଠୀ): କନ୍ଧମାଳ ଜିଲ୍ଲା ଜି.ଉଦୟଗିରି ପୋଲିସ ଥାନା ଅନ୍ତର୍ଗତ ଗଟାମାହା ଗ୍ରାମ ନିକଟସ୍ଥ ଜଙ୍ଗଲରେ ଗଞ୍ଜେଇ ଚାଷ ହେଉଥିବା ଖବର ପାଇ...

ବାଲେଶ୍ୱରରେ କାଠ ମାଫିଆଙ୍କ ଆତଙ୍କ: ବନ ବିଭାଗ ଗାଡ଼ି ଭଙ୍ଗାରୁଜା ସହ ଜବତ ଗାଡ଼ି ଛଡ଼ାଇ ନେଲେ

ବାଲେଶ୍ୱର,୨୮ା୧୨: ନୀଳଗିରି ବନଖଣ୍ଡରେ କାଠ ମାଫିଆଙ୍କ ଦୌରାତ୍ମ୍ୟ ଚରମ ସୀମାରେ ପହଞ୍ଚିଛି। ବନବିଭାଗ କର୍ମଚାରୀଙ୍କ ଉପରେ ଆକ୍ରମଣ କରି ନେଇଗଲେ ଜବତ ହୋଇଥିବା କାଠ ବୋଝେଇ...

ପିକନିକ୍ ବେଳେ ପାଇନ୍ ବଣରେ ଦୁଇ ଯୁବ ଗୋଷ୍ଠୀ ପିଟାପିଟି, ଲାଠି ଚାଳନା କଲା ପୋଲିସ

ଦାରିଙ୍ଗବାଡି, ୨୮/୧୨ (ଅରୁଣ ସାହୁ ): ବର୍ଷର ଶେଷ ରବିବାର ରହିଥିବାରୁ ଦାରିଙ୍ଗବାଡିରେ ପର୍ଯ୍ୟଟକଙ୍କ ଭିଡ଼ ଦେଖିବାକୁ ମିଳିଛି । ତେବେ ଦାରିଙ୍ଗବାଡିର ଡ଼ୁଲୁରୀ ପାଇନ...

ସ୍କୁଟି ଆରୋହୀଙ୍କ ଉପରେ ଚଢ଼ିଗଲା ୧୦ ଚକିଆ ଟ୍ରକ, ଟାୟାର ଜାଳି ରାସ୍ତାକୁ ଓହ୍ଲାଇଲେ ଲୋକେ

ବଲାଙ୍ଗିର,୨୮ା୧୨: – ବଲାଙ୍ଗିର ୨୬ନମ୍ୱର୍ ଜାତୀୟ ରାଜପଥ ଶାସ୍ତ୍ରୀ ନଗର ଛକରେ ସଡ଼କ ଦୁର୍ଘଟଣା ହୋଇଛି ।୧୦ଚକିଆ ମାଲ ବୋଝେଇ ଟ୍ରକ ଜଣେ ସ୍କୁଟି ଆରୋହୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri