ମା’ ହେବାକୁ ଯାଉଛନ୍ତି ବ୍ରିଟନି ସ୍ପିୟର୍ସ

ପ୍ରସିଦ୍ଧ ଆମେରିକୀୟ ଗାୟିକା ବ୍ରିଟନି ସ୍ପିୟର୍ସ ତୃତୀୟ ସନ୍ତାନର ମା’ ହେବାକୁ ଯାଉଛନ୍ତି। ଏନେଇ ସେ ଇନ୍‌ଷ୍ଟାଗ୍ରାମ ଯୋଗେ ସୂଚନା ଦେଇଛନ୍ତି। ନିକଟରେ ପ୍ରେମିକ ସାମ ଅସଘରୀଙ୍କ ସହ ମାଓ୍ବି ଟ୍ରିପ୍‌ରୁ ଫେରିବା ପରେ ସେ ଏହି ଖୁସି ଖବର ପ୍ରଶଂସକଙ୍କ ସହ ଶେୟାର କରିଛନ୍ତି। ଯଦିଓ ସେ ତୃତୀୟଥର ମା’ ହେବେ,କିନ୍ତୁ ସାମଙ୍କ ସହ ଏହା ତାଙ୍କର ପ୍ରଥମ ସନ୍ତାନ ହେବ। ପୂର୍ବରୁ ବ୍ରିଟନିଙ୍କ ପୂର୍ବତନ ସ୍ବାମୀ କେଭିନ ଫେଡେରଲାଇନଙ୍କ ପକ୍ଷରୁ ତାଙ୍କର ଦୁଇଟି ସନ୍ତାନ ଅଛନ୍ତି।
ଏହି ଖୁସି ଖବର ପ୍ରଶଂସକଙ୍କ ସହ ବାଣ୍ଟିବାକୁ ୪୧ ବର୍ଷୀୟା ସ୍ପିୟର୍ସ ଏକ ଲମ୍ବା ନୋଟ ଲେଖିଛନ୍ତି। ସେ କହିଛନ୍ତି, ପ୍ରେମିକ ସାମ ଅସଘରୀଙ୍କ ସହ ମୁଁ ପ୍ରଥମ ସନ୍ତାନ ଜନ୍ମ ଦେବାକୁ ଯାଉଛନ୍ତି। ମାଓ୍ବିରୁ ଛୁଟି ସାରି ପରେ ମୋର ଓଜନ ବଢିବାକୁ ଲାଗିଥିଲା। ପରୀକ୍ଷା କରିବାରୁ ଜାଣିବାକୁ ପାଇଲି ଯେ ମୁଁ ମା’ ହେବାକୁ ଯାଉଛି। ଗର୍ଭାବସ୍ଥାରେ ନିଜକୁ ଏବଂ ଶିଶୁକୁ ସୁସ୍ଥ ରଖିବା ପାଇଁ ଯୋଗ କରୁଛି।
ପୂର୍ବରୁ ପିତାଙ୍କ ସହ ଚାଲିଥିବା ବିବାଦକୁ ନେଇ ବ୍ରିଟନି ଚର୍ଚ୍ଚାକୁ ଆସିଥିଲେ। ବ୍ରିଟନିଙ୍କ ମାନସିକ ସ୍ବାସ୍ଥ୍ୟ ସମସ୍ୟା ସାର୍ବଜନୀନ ହେବା ପରେ ପିତା ଝିଅର ବ୍ୟକ୍ତିଗତ, ବୃତ୍ତିଗତ ଏବଂ ଆର୍ଥିକ ସମ୍ପତ୍ତି ସହିତ ଜଡିତ ସମସ୍ତ ବିଷୟ ଉପରେ ନିଷ୍ପତ୍ତି ନେଉଥିଲେ। ଏପରିକି ପିତା ବ୍ରିଟନିଙ୍କୁ ଜନ୍ମ ନିୟନ୍ତ୍ରଣ ପାଇଁ ପ୍ରବର୍ତ୍ତାଇ ଥିଲେ। ଏହି କାରଣରୁ ସେ ମା’ ହୋଇପାରୁ ନ ଥିଲେ। ବ୍ରିଟନି ତାଙ୍କ ପିତାଙ୍କ ଠାରୁ ମୁକ୍ତ ହେବା ପାଇଁ ସ୍ବର ଉତ୍ତୋଳନ କଲେ ଏବଂ ତାଙ୍କ ପ୍ରଶଂସକମାନେ ମଧ୍ୟ ତାଙ୍କୁ ଖୋଲାଖୋଲି ସମର୍ଥନ କରିଥିଲେ। ପିତାଙ୍କ ବିରୋଧରେ ସେ କୋର୍ଟର ଦ୍ୱାରସ୍ଥ ହୋଇଥିଲେ। ଦୀର୍ଘ ୧୩ ବର୍ଷ ପରେ ନଭେମ୍ବର ୨୦୨୧ରେ କୋର୍ଟ ବ୍ରିଟନିଙ୍କ ସମ୍ପତ୍ତିରେ ପିତାଙ୍କ ଅଧିକାର ନାହିଁ ବୋଲି ରାୟ ଶୁଣାଇବାର ୫ ମାସ ପରେ ବ୍ରିଟନୀ ମା’ ହେବା ଖବର ପ୍ରଶଂସକଙ୍କୁ ଜଣାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୧୬ ବର୍ଷୀୟା ଶାଳୀଙ୍କୁ ବଳାତ୍କାର କରି ହତ୍ୟା କରିଥିଲେ ଭିଣୋଇ, ଆସିଲା ମାମଲାର ରାଏ…

ବ୍ରହ୍ମପୁର,୨୬।୩(ସୁବାସ ଚନ୍ଦ୍ର ପାଢ଼ୀ): ଫାଷ୍ଟଟ୍ରାକ୍‌ ପୋକ୍‌ସୋ ଜଜ୍‌ ପ୍ରଣତି ପଟ୍ଟନାୟକ ଗୁରୁବାର ଏକ ନାବାଳିକା ବଳାତ୍କାର ଓ ହତ୍ୟା ମାମଲାର ବିଚାର କରି ଦୋଷୀଙ୍କୁ ଆଜୀବନ କାରାଦଣ୍ଡରେ…

ମାଙ୍କଡ଼ ମାରି ଇନ୍‌ଷ୍ଟାଗ୍ରାମରେ କରିଥିଲେ ପୋଷ୍ଟ, ଏବେ…

ବାଲିଗୁଡ଼ା, ୨୬ା୩(ସଞ୍ଜୟ କୁମାର ପାଣିଗ୍ରାହୀ):ମାଙ୍କଡ଼ ମାରି ଇନ୍‌ଷ୍ଟାଗ୍ରାମରେ ଫଟୋ ପୋଷ୍ଟ କରିବା ମହଙ୍ଗା ପଡିଛି। ବନ ବିଭାଗ ସମ୍ପୃକ୍ତ ୨ଜଣ ଯୁବକଙ୍କୁ ଗିରଫ କରି କୋର୍ଟ ଚାଲାଣ…

West Asia Conflict: ‘ପରିସ୍ଥିତି କରୋନା ପରି ହେବାକୁ ଯାଉଛି’ – ଯୁଦ୍ଧ ଲଢୁଥିବା ଦେଶଗୁଡ଼ିକ ଏହାର ପ୍ରଭାବକୁ ଅନୁଭବ କରୁନାହାଁନ୍ତି

ମସ୍କୋ,୨୬।୩: ରୁଷିଆ ରାଷ୍ଟ୍ରପତି ପୁଟିନ ପଶ୍ଚିମ ଏସିଆରେ ଚାଲିଥିବା ଯୁଦ୍ଧ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଦେଇଛନ୍ତି। ସେ କହିଛନ୍ତି ଯେ ଏହି ସଂଘର୍ଷର ପ୍ରଭାବ ପୂର୍ବାନୁମାନ…

ଦୁଃସାହସ! ଯୁଦ୍ଧ ଭିତରେ ଟ୍ରମ୍ପଙ୍କ ଭାଷା କହିଲାଣି ପାକିସ୍ତାନ! ଇସାକ ଦାରଙ୍କ ବୟାନକୁ ନେଇ ନିଆଁବାଣ ଇରାନ

ଇସଲାମାବାଦ,୨୬।୩: ପାକିସ୍ତାନର ବୈଦେଶିକ ମନ୍ତ୍ରୀ ଇସାକ ଦାର ଗୁରୁବାର (୨୬ ମାର୍ଚ୍ଚ, ୨୦୨୬) କହିଛନ୍ତି ଯେ ଆମେରିକା ଏବଂ ଇରାନ ମଧ୍ୟରେ ପରୋକ୍ଷ ଶାନ୍ତି ଆଲୋଚନା ଚାଲିଛି।…

ପଟ୍ଟାମୁଣ୍ଡାଇରେ ଚାଞ୍ଚଲ୍ୟ: କଳିଙ୍ଗାଘାଟ ନଦୀପଠାରୁ ଅଖାରେ ଭର୍ତ୍ତି ମଣିଷ କଙ୍କାଳ ଉଦ୍ଧାର, ହତ୍ୟା କରି ଫିଙ୍ଗି ଦେଇଥିବା ସନ୍ଦେହ…

ପଟ୍ଟାମୁଣ୍ଡାଇ,୨୬।୩(କଳ୍ପତରୁ ନାୟକ): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଗ୍ରାମାଞ୍ଚଳ ଥାନା ଅନ୍ତର୍ଗତ ଗୁଣୁପୁର କଳିଙ୍ଗାଘାଟ ନଦୀପଠାରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ନଦୀପଠାରୁ ମଣିଷ ଖପୁରୀ ଓ…

RCBର ବିକ୍ରି ପରେ ମୁହଁ ଖୋଲିଲେ ମାଲ୍ୟା: ସମାଲୋଚକଙ୍କୁ କହିଲେ…

ନୂଆଦିଲ୍ଲୀ,୨୬ା୩: ଆଇପିଏଲ୍‌ ଫ୍ରାଞ୍ଚାଇଜ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (ଆର୍‌ସିବି) ୧୮,୭୭୬ କୋଟି ଟଙ୍କାରେ ବିକ୍ରି ହେବା ପରେ ଏହାର ମୂଳ ମାଲିକ ତଥା ପଳାତକ ବ୍ୟବସାୟୀ ବିଜୟ…

ରୋହିତ ଶର୍ମା-ବିରାଟ କୋହଲି ଆଗାମୀ ଗୋଟିଏ ବର୍ଷ ମଧ୍ୟରେ କେତେ ମ୍ୟାଚ ଖେଳିବେ, ସିଡ୍ୟୁଲ ଜାରିକଲା BCCI

ନୂଆଦିଲ୍ଲୀ,୨୬।୩: ଆଗାମୀ ବର୍ଷ ପାଇଁ ଟିମ ଇଣ୍ଡିଆର ଘରୋଇ ସିରିଜ ସୂଚୀ ପ୍ରକାଶ ପାଇଛି। ଅଷ୍ଟ୍ରେଲିଆ, ୱେଷ୍ଟଇଣ୍ଡିଜ, ଶ୍ରୀଲଙ୍କା ଏବଂ ଜିମ୍ବାୱେ ଆଗାମୀ ୧୨ ମାସ ବା…

ଡିପଫେକ୍‌ରେ ଗମ୍ଭୀର: ଆପତ୍ତିଜନକ ପୋଷ୍ଟ ହଟାଇବାକୁ ହାଇକୋର୍ଟଙ୍କ ନିର୍ଦ୍ଦେଶ

ନୂଆଦିଲ୍ଲୀ,୨୬ା୩: ଦିଲ୍ଲୀ ହାଇକୋର୍ଟ ଗୁଗଲ, ମେଟା ଓ ଆମାଜନ ଭଳି ଅଗ୍ରଣୀ ଟେକ୍‌ ପ୍ଲାଟଫର୍ମକୁ ପୂର୍ୱତନ କ୍ରିକେଟର ତଥା ବର୍ତ୍ତମାନ ଭାରତୀୟ ଦଳର ମୁଖ୍ୟ କୋଚ୍‌ ଗୌତମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri