Posted inଖେଳ

ପେନାଲ୍‌ କଲୋନୀରେ ବ୍ରିଟନୀ ଗ୍ରୀନର

ମସ୍କୋ,୧୦ା୧୧(ପି.ଟି): ଡ୍ରଗ୍ସ ଚାଲାଣ ମାମଲାରେ ରୁଷିଆରେ ଗିରଫ ହୋଇଥିବା ଆମେରିକୀୟ ବାସ୍କେଟବଲ ଷ୍ଟାର ବ୍ରିଟନୀ ଗ୍ରୀନରଙ୍କୁ ପେନାଲ କଲୋନୀ(ସ୍ବତନ୍ତ୍ର କାରାଗାର)କୁ ପଠାଇ ଦିଆଯାଇଛି। ୮ଥର ଅଲଷ୍ଟାର ସେଣ୍ଟର ଓ ୨ ଥର ଅଲିମ୍ପିକ୍ସ ପଦକ ହାସଲ କରିଥିବା ଗ୍ରୀନରଙ୍କୁ ଅଗଷ୍ଟ ୪ ତାରିଖରେ ମସ୍କୋର ଶେରେମେଟ୍ୟୋଭୋ ବିମାନବନ୍ଦରରୁ ଗିରଫ କରାଯାଇଥିଲା। ବୁଧବାର ବ୍ରିଟନୀଙ୍କ ଲିଗାଲ ଟିମ୍‌ ଏ ସମ୍ପର୍କରେ ସୂଚନା ଦେଇଛି। ରଷୀୟ ଫେଡେରାଲ କୋର୍ଟ ତାଙ୍କୁ ୯ ବର୍ଷର ଜେଲ ଦଣ୍ଡାଦେଶ ଶୁଣାଇଥିବା ବେଳେ ଏହା ବିରୋଧରେ ଗ୍ରୀନର ଆବେଦନ କରିଥିଲେ।

ଏହି ଆବେଦନ ଖାରଜ ହୋଇ ଯାଇଥିବା ବେଳେ କାରାଗାରର ଭିଡକୁ ଏଡାଇବା ପାଇଁ ଗ୍ରୀନରଙ୍କୁ ସ୍ବତନ୍ତ୍ର କାରାଗାରକୁ ପଠାଯାଇଛି। ନଭେମ୍ବର ୪ ତାରିଖ ଯାଏଁ ଗ୍ରୀନରଙ୍କୁ ଡିଟେନସନ୍‌ ସେଣ୍ଟରରେ ରଖା ଯାଇଥିବା ବେଳେ ପରେ ତାଙ୍କୁ ପେନାଲ କଲୋନୀକୁ ସ୍ଥାନାନ୍ତର କରାଯାଇଥିଲା। ତେବେ ତାଙ୍କୁ କେଉଁ ସ୍ଥାନକୁ ସ୍ଥାନାନ୍ତର କରାଯାଇଛି ସେ ସମ୍ପର୍କରେ କୌଣସି ସୂଚନା ମିଳିନାହିଁ। ଏପରି ସ୍ଥାନାନ୍ତର ପାଇଁ ୪-୫ ଦିନ ସମୟ ଲାଗୁଥିବା ବେଳେ ପେନାଲ କଲୋନୀରେ ପହଞ୍ଚିବା ପରେ ସମସ୍ତ ସୂଚନା ମିଳିପାରିବ ବୋଲି କହିଛି ଗ୍ରୀନରଙ୍କ ଲିଗାଲ ଟିମ୍‌। ୩୨ ବର୍ଷୀୟ ଗ୍ରୀନର ଦୋଷ ସ୍ବୀକାର କରିଥିଲେ। ତରବରରେ ସେ ଏହି ଡ୍ରଗ୍ସ ପ୍ୟାକ କରିଥିଲେ ଓ ଏହା ପଛରେ କୌଣସି ଅପରାଧିକ ଷଡଯନ୍ତ୍ର ନଥିବା ମଧ୍ୟ ସେ କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବିଜୟ ସହିତ ମୁମ୍ବାଇର ଅଭିଯାନ ଆରମ୍ଭ

ମୁମ୍ବାଇ,୨୯ା୩: ରୋହିତ ଶର୍ମା ଓ ରିୟାନ ରିକଲଟନଙ୍କ ବିସ୍ଫୋରକ ବ୍ୟାଟିଂ ବଳରେ ମୁମ୍ବାଇ ଇଣ୍ଡିଆନ୍ସ (ଏମ୍‌ଆଇ) ରବିବାର ଖେଳାଯାଇଥିବା ଆଇପିଏଲ୍‌ ମ୍ୟାଚ୍‌ରେ କୋଲକାତା ନାଇଟ୍‌ ରାଇଡର୍ସ(କେକେଆର୍‌)କୁ ୬…

ପାକିସ୍ତାନରେ ହେବ ଲକ୍‌ଡାଉନ୍‌

ଇସ୍‌ଲାମାବାଦ,୨୯ା୩: ମଧ୍ୟପ୍ରାଚ୍ୟ ଯୁଦ୍ଧ ଯୋଗୁ ପାକିସ୍ତାନରେ ଇନ୍ଧନ ସଙ୍କଟ ଗୁରୁତର ହୋଇପଡିଛି। ଦେଶରେ ଶକ୍ତି ଏବଂ ଇନ୍ଧନ ବ୍ୟବହାର କମାଇବା ଉଦ୍ୟମ ସ୍ବରୂପ ପାକ୍‌ ସରକାର ପ୍ରତି…

ଭିମ୍‌ସାରରେ ପିଜି ଛାତ୍ରୀଙ୍କ ଆତ୍ମହତ୍ୟା ଉଦ୍ୟମ, ନିର୍ଯାତନା ଅଭିଯୋଗ ନେଇ ଚର୍ଚ୍ଚା

ସମ୍ବଲପୁର,୨୯ା୩(ପ୍ରମୋଦ ବହିଦାର): ସମ୍ବଲପୁର ଜିଲା ବୁର୍ଲାସ୍ଥିତ ବୀର ସୁରେନ୍ଦ୍ର ସାଏ ଆୟୁର୍ବିଜ୍ଞାନ ଓ ଗବେଷଣା ପ୍ରତିଷ୍ଠାନ(ଭିମ୍‌ସାର)ର ଜଣେ ପିଜି ଛାତ୍ରୀ ଆତ୍ମହତ୍ୟା ଉଦ୍ୟମ କରି ଗୁରୁତର ହୋଇଛନ୍ତି।…

ଇସ୍ରାଏଲ ଉପରେ ବଡ଼ ଆକ୍ରମଣ କଲା ଇରାନ; କେମିକାଲ୍ ଲିକ୍ ନେଇ ଚେତାବନୀ, ଝରକା ବନ୍ଦ ରଖିବାକୁ…

ନୂଆଦିଲ୍ଲୀ,୨୯।୩: ଇରାନ ଇସ୍ରାଏଲର ଏକ ପ୍ରମୁଖ ରାସାୟନିକ କେନ୍ଦ୍ର ଉପରେ ବାଲିଷ୍ଟିକ୍ ମିଶାଇଲ୍ ହମଲା କରିଛି । ଏହା ଫଳରେ ସେହି ସ୍ଥାନରେ ଏକ ବଡ଼ ଅଗ୍ନିକାଣ୍ଡ ଘଟିଛି…

 ଓହରିଯାଉଥିବା ବିଦେଶୀ ଖେଳାଳିଙ୍କୁ କଠୋର ଦଣ୍ଡ ଦେବାକୁ ଦାବି କଲେ ଗାଭାସ୍କର

ନୂଆଦିଲ୍ଲୀ,୨୯ା୩: କିମ୍ବଦନ୍ତୀ ଭାରତୀୟ କ୍ରିକେଟର ସୁନୀଲ ଗାଭାସ୍କର ଆଇପିଏଲ୍‌ରୁ ଅନ୍ତିମ ସମୟରେ ଓହରିଯାଉଥିବା ବିଦେଶୀ ଖେଳାଳିଙ୍କ ପାଇଁ କଠୋର ଦଣ୍ଡ ଲାଗି ଦାବି କରିଛନ୍ତି। ଏଥିସହିତ ବର୍ତ୍ତମାନ…

ଅଭିଯୋଗର ୧୨ ଘଣ୍ଟା ମଧ୍ୟରେ ନିଖୋଜ ନାବାଳିକାଙ୍କୁ ଖୋଜିଲା ପାଟପୁର ପୋଲିସ, ଗାଁରୁ….

ଦିଗପହଣ୍ଡି,୨୯।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଧିନ ଏକ ଗାଁରୁ ଆକସ୍ମିକ ଭାବେ ନିଖୋଜ ହୋଇଯାଇଥିବା ଜଣେ ୧୭ ବର୍ଷୀୟା ନାବାଳିକାଙ୍କୁ ଉଦ୍ଧାର କଲା…

ଆମେରିକାକୁ ଧମକ ଦେଲା ତେହେରାନ, ‘ସାର୍କର ଖାଦ୍ୟ ହେବେ…..’

ନୂଆଦିଲ୍ଲୀ,୨୯।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷର ଅନ୍ତ ପାଇଁ ପ୍ରୟାସ ଚାଲିଥିବା ବେଳେ ଉଭୟ ପକ୍ଷ ପରସ୍ପର ଉପରେ ନିରନ୍ତର ଆକ୍ରମଣ ଜାରି ରଖିଛନ୍ତି । ଆମେରିକାର ସ୍ଥଳ…

ଗାଧୋଇବାକୁ ଯାଇ ମହାନଦୀରେ ବୁଡ଼ିଗଲେ ନାବାଳକ

ବାଙ୍କୀ,୨୯।୩(ଶୁଭେନ୍ଦୁ ମହାପାତ୍ର): ବାଙ୍କୀ ବୈଦେସ୍ବର ଥାନା ଅଧୀନ ମହାନଦୀରେ ଗାଧୋଉଥିବା ବେଳେ ପାଣିରେ ବୁଡି ଜଣେ ନାବାଳକଙ୍କ ମୃତ୍ୟୁ ଘଟିଛି। ସେ ହେଲେ ଶୁଭମ୍‌ କୁମାର ରାଉତ(୧୫)।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri