Posted inଖେଳ

ପ୍ରଥମ ଟେଷ୍ଟରୁ ବ୍ରଡ୍‌ ବାଦ୍‌ ପଡ଼ିବା ସମ୍ଭାବନା

ସାଉଥାମ୍ପଟନ, ୭।୭(ପି.ଟି.): ବୁଧବାରଠାରୁ ଆରମ୍ଭ ହେବାକୁ ଯାଉଛି ଇଂଲଣ୍ଡ-ଓ୍ବେଷ୍ଟଇଣ୍ଡିଜ ପ୍ରଥମ କ୍ରିକେଟ ଟେଷ୍ଟ। ଘରୋଇ ଇଂଲଣ୍ଡ ଦଳ ୩ ଫାଷ୍ଟ ବୋଲର ଜେମ୍ସ ଆଣ୍ଡରସନ, ଜୋଫ୍ରା ଆର୍ଚର ଓ ମାର୍କ ଉଡ୍‌ଙ୍କୁ ନେଇ ପଡ଼ିଆକୁ ଓହ୍ଲାଇବା ସମ୍ଭାବନା ରହିଛି। ଏ କ୍ଷେତ୍ରରେ ଅଭିଜ୍ଞ ପେସର ଷ୍ଟୁଆର୍ଟ ବ୍ରଡ୍‌ ଚୂଡ଼ାନ୍ତ ଏକାଦଶରୁ ବାଦ୍‌ ପଡ଼ିବେ। ‘ଦି ଗାର୍ଡିଆନ’ର ରିପୋର୍ଟ ଅନୁସାରେ ୮ ବର୍ଷ ମଧ୍ୟରେ ବ୍ରଡ୍‌ ପ୍ରଥମଥରପାଇଁ ଘରୋଇ ପରିବେଶରେ ଟେଷ୍ଟ ଖେଳିବାକୁ ବଞ୍ଚତ୍ତ ହେବା ସମ୍ଭାବନା ସୃଷ୍ଟି ହୋଇଛି। କାରଣ ଇଂଲଣ୍ଡ ମ୍ୟାନେଜମେଣ୍ଟ ପେସ୍‌ ବିଭାଗରେ ଆଣ୍ଡରସନଙ୍କ ସହ ଆର୍ଚର ଓ ଉଡ୍‌ ଏବଂ ଏକମାତ୍ର ଅଫ୍‌ ସ୍ପିନର ଡମ୍‌ ବେସ୍‌ଙ୍କୁ ନେଇ ପଡ଼ିଆକୁ ଓହ୍ଲାଇବାକୁ ଚିନ୍ତା କରୁଛି। ଅଧିନାୟକ ଦାୟିତ୍ୱ ସମ୍ଭାଳିବାକୁ ଯାଉଥିବା ବେନ୍‌ ଷ୍ଟୋକ୍ସ ଜଣେ ଅଲରାଉଣ୍ଡର। ସେ ଆବଶ୍ୟକ ସମୟରେ ବୋଲିଂ କରି ପେସରଙ୍କ ଉପରୁ ଚାପ ହଟାଇବା ଦକ୍ଷତା ରଖିଛନ୍ତି। ଉଭୟ ଆର୍ଚର ଓ ଉଡ୍‌ ଆହତ ସମସ୍ୟାରୁ ମୁକୁଳି ଏବେ ଫିଟ୍‌ ଅଛନ୍ତି। ନିକଟରେ ଶେଷ ହୋଇଥିବା ଓ୍ବାର୍ମଅପ୍‌ ଗେମ୍‌ରେ ଅନ୍ୟତମ ଅଲରାଉଣ୍ଡର କ୍ରିସ୍‌ ଓ୍ବକ୍ସ ଭଲ ଖେଳିଥିଲେ ହେଁ ପ୍ରଥମ ଟେଷ୍ଟରେ ସୁଯୋଗ ପାଇବା ସମ୍ଭାବନା କମ୍‌। ବ୍ରଡ୍‌ ଶେଷଥରପାଇଁ ୨୦୧୨ରେ ଓ୍ବେଷ୍ଟଇଣ୍ଡିଜ ବିପକ୍ଷରେ ଘରୋଇ ଗେମ୍‌ ମିସ୍‌ କରିଥିଲେ। ସେତେବେଳେ ତାଙ୍କୁ ବିଶ୍ରାମ ଦିଆ ଯାଇଥିଲା। କ୍ୟାରିୟରରେ ସେ ୪୮୫ଟି ଉଇକେଟ ନେଇ ଇଂଲଣ୍ଡର ସର୍ବାଧିକ ଉଇକେଟ ହାସଲକାରୀଙ୍କ ମଧ୍ୟରେ ଆଣ୍ଡରସନଙ୍କ ପଛକୁ ଦ୍ୱିତୀୟ ସ୍ଥାନରେ ରହିଛନ୍ତି। ଇଂଲଣ୍ଡ ନିକଟ ଭବିଷ୍ୟତରେ ଓ୍ବେଷ୍ଟଇଣ୍ଡିଜ ଓ ପାକିସ୍ତାନ ବିପକ୍ଷରେ ୩ଟି ଟେଷ୍ଟ ଖେଳିବ। ତେଣୁ ପେସରଙ୍କ କ୍ଷେତ୍ରରେ ଦଳ ରୋଟେଶନ ପଦ୍ଧତି ଅବଲମ୍ବନ କରିବ ବୋଲି ରିପୋର୍ଟରୁ ପ୍ରକାଶ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

IPL 2026: ଚେପକ୍‌ରେ ପଞ୍ଜାବ କିଙ୍ଗସର ଐତିହାସିକ ବିଜୟ; ଚେନ୍ନାଇକୁ ୫ ୱିକେଟରେ ହରାଇ ରଚିଲା ଇତିହାସ

ଚେନ୍ନାଇ,୩/୪ : ଆଇପିଏଲ୍ ୨୦୨୬ର ସପ୍ତମ ମ୍ୟାଚ୍‌ରେ ପଞ୍ଜାବ କିଙ୍ଗସ ଏକ ଚମତ୍କାର ପ୍ରଦର୍ଶନ କରି ଚେନ୍ନାଇ ସୁପର କିଙ୍ଗସକୁ ତା’ର ଘରୋଇ ଗ୍ରାଉଣ୍ଡ୍ ଏମ୍.ଏ. ଚିଦାମ୍ବରମ୍…

ଧୋନୀ, କପିଲଙ୍କୁ କ୍ଷମା ମାଗିଲେ ଯୁବରାଜ, କାହିଁକି ଜାଣନ୍ତୁ…

ନୂଆଦିଲ୍ଲୀ,୩ା୪: କିମ୍ୱଦନ୍ତୀ ଅଲରାଉଣ୍ଡର ଯୁବରାଜ ସିଂଙ୍କ ବାପା ଯୋଗରାଜ ସିଂ କିଛି ବର୍ଷ ତଳେ ଦେଶର ଦୁଇ ମହାନ୍‌ କ୍ରିକେଟ ଅଧିନାୟକ ମହେନ୍ଦ୍ର ସିଂ ଧୋନୀ ଓ…

ସଞ୍ଜୁ ସାମସନଙ୍କୁ ଭୁରି ଭୁରି ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ମୋଦି, ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ,୩।୪: ଟିମ ଇଣ୍ଡିଆ ନିକଟରେ ICC ଟି୨୦ ବିଶ୍ୱକପ ୨୦୨୬ ଜିତି ଇତିହାସ ରଚିଛି। ଷ୍ଟାର ଭାରତୀୟ ଉଇକେଟ୍‌କିପର-ବ୍ୟାଟ୍ସମ୍ୟାନ ସଞ୍ଜୁ ସାମସନ ଏହି ଟାଇଟଲ ବିଜୟର ହିରୋ…

IPL ନିଲାମରେ ମୁହଁମୋଡ଼ି ଦେଇଥିଲେ ସବୁ ଦଳ: ବଦଳ ଭାବେ ଆସି ଚମତ୍କାର କଲେ ଏହି କ୍ରିକେଟର୍‌

କୋଲକାତା,୩।୪: IPL 2026ର ଷଷ୍ଠ ମ୍ୟାଚରେ ସନରାଇଜର୍ସ ହାଇଦ୍ରାବାଦ ଇଡେନ ଗାର୍ଡେନରେ ଏକ ଧମାକାଦାର ବ୍ୟାଟିଂ ପ୍ରଦର୍ଶନ କରି ୨୦ ଓଭରରେ ୨୨୬ ରନର ବିଶାଳ ସ୍କୋର…

ଅଭିଷେକ ଶର୍ମାଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନେଲା ବିସିସିଆଇ, ଜାଣନ୍ତୁ କାହିଁକି ମିଳିଲା ଦଣ୍ଡ

ନୂଆଦିଲ୍ଲୀ,୩।୪: କୋଲକାତା ନାଇଟ ରାଇଡର୍ସ ବିପକ୍ଷରେ ଅଭିଷେକ ଶର୍ମା ଗୁରୁବାର ୪୮ ରନର ଏକ ବିସ୍ଫୋରକ ଇନିଂସ ଖେଳିଥିଲେ। ଏହି ଇନିଂସରେ ସେ ମାତ୍ର ୨୧ ବଲ…

LSG ମାଲିକ ସଞ୍ଜିବ ଗୋଏଙ୍କାଙ୍କ ଉପରେ ରାଗିଲେ ଲଳିତ ମୋଦି; ପନ୍ତଙ୍କୁ କଲେ ସମର୍ଥନ

ନୂଆଦିଲ୍ଲୀ,୩।୪: ଦିଲ୍ଲୀ କ୍ୟାପିଟାଲ୍ସ ବିପକ୍ଷରେ ପରାଜୟ ପରେ, ଲକ୍ଷ୍ନୌ ସୁପର ଜାଏଣ୍ଟସ ମାଲିକ ସଞ୍ଜିବ ଗୋଏଙ୍କା, ଅଧିନାୟକ ରିଷଭ ପନ୍ତ ଏବଂ ମୁଖ୍ୟ ପ୍ରଶିକ୍ଷକ ଜଷ୍ଟିନ ଲାଙ୍ଗରଙ୍କ…

୨୦୨୭ ରୁ ଆଇପିଏଲ ମ୍ୟାଚ ସଂଖ୍ୟା ବୃଦ୍ଧି ପାଇବ? ଅଧ୍ୟକ୍ଷଙ୍କ ଗୁରୁତ୍ୱପୂର୍ଣ୍ଣ ବୟାନ

ନୂଆଦିଲ୍ଲୀ,୩।୪: ଇଣ୍ଡିଆନ ପ୍ରିମିୟର ଲିଗର ୧୯ତମ ସଂସ୍କରଣ ବର୍ତ୍ତମାନ ଚାଲିଛି; ଛଅଟି ମ୍ୟାଚ ଖେଳାଯାଇସାରିଛି, ଏବଂ ଶୁକ୍ରବାର ଚେନ୍ନାଇ ସୁପର କିଙ୍ଗସ ଏବଂ ପଞ୍ଜାବ କିଙ୍ଗସ ମଧ୍ୟରେ…

IPLରେ ଅଭିଷେକଙ୍କ ବଡ଼ କାରନାମା: ୪ ଛକା ମାରି କଲେ ଅନନ୍ୟ ରେକର୍ଡ

କୋଲକାତା,୩।୪: ଇଡେନ ଗାର୍ଡେନ୍ସରେ କୋଲକାତା ନାଇଟ ରାଇଡର୍ସ ବିପକ୍ଷରେ ଅଭିଷେକ ଶର୍ମା ୪୮ ରନର ଏକ ବିସ୍ଫୋରକ ଇନିଂସ ଖେଳିଥିଲେ। ୨୨୮.୫୭ ଷ୍ଟ୍ରାଇକ ରେଟରେ ଖେଳି ଅଭିଷେକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri