Posted inଖେଳ

ପ୍ରଥମ ଟେଷ୍ଟରୁ ବ୍ରଡ୍‌ ବାଦ୍‌ ପଡ଼ିବା ସମ୍ଭାବନା

ସାଉଥାମ୍ପଟନ, ୭।୭(ପି.ଟି.): ବୁଧବାରଠାରୁ ଆରମ୍ଭ ହେବାକୁ ଯାଉଛି ଇଂଲଣ୍ଡ-ଓ୍ବେଷ୍ଟଇଣ୍ଡିଜ ପ୍ରଥମ କ୍ରିକେଟ ଟେଷ୍ଟ। ଘରୋଇ ଇଂଲଣ୍ଡ ଦଳ ୩ ଫାଷ୍ଟ ବୋଲର ଜେମ୍ସ ଆଣ୍ଡରସନ, ଜୋଫ୍ରା ଆର୍ଚର ଓ ମାର୍କ ଉଡ୍‌ଙ୍କୁ ନେଇ ପଡ଼ିଆକୁ ଓହ୍ଲାଇବା ସମ୍ଭାବନା ରହିଛି। ଏ କ୍ଷେତ୍ରରେ ଅଭିଜ୍ଞ ପେସର ଷ୍ଟୁଆର୍ଟ ବ୍ରଡ୍‌ ଚୂଡ଼ାନ୍ତ ଏକାଦଶରୁ ବାଦ୍‌ ପଡ଼ିବେ। ‘ଦି ଗାର୍ଡିଆନ’ର ରିପୋର୍ଟ ଅନୁସାରେ ୮ ବର୍ଷ ମଧ୍ୟରେ ବ୍ରଡ୍‌ ପ୍ରଥମଥରପାଇଁ ଘରୋଇ ପରିବେଶରେ ଟେଷ୍ଟ ଖେଳିବାକୁ ବଞ୍ଚତ୍ତ ହେବା ସମ୍ଭାବନା ସୃଷ୍ଟି ହୋଇଛି। କାରଣ ଇଂଲଣ୍ଡ ମ୍ୟାନେଜମେଣ୍ଟ ପେସ୍‌ ବିଭାଗରେ ଆଣ୍ଡରସନଙ୍କ ସହ ଆର୍ଚର ଓ ଉଡ୍‌ ଏବଂ ଏକମାତ୍ର ଅଫ୍‌ ସ୍ପିନର ଡମ୍‌ ବେସ୍‌ଙ୍କୁ ନେଇ ପଡ଼ିଆକୁ ଓହ୍ଲାଇବାକୁ ଚିନ୍ତା କରୁଛି। ଅଧିନାୟକ ଦାୟିତ୍ୱ ସମ୍ଭାଳିବାକୁ ଯାଉଥିବା ବେନ୍‌ ଷ୍ଟୋକ୍ସ ଜଣେ ଅଲରାଉଣ୍ଡର। ସେ ଆବଶ୍ୟକ ସମୟରେ ବୋଲିଂ କରି ପେସରଙ୍କ ଉପରୁ ଚାପ ହଟାଇବା ଦକ୍ଷତା ରଖିଛନ୍ତି। ଉଭୟ ଆର୍ଚର ଓ ଉଡ୍‌ ଆହତ ସମସ୍ୟାରୁ ମୁକୁଳି ଏବେ ଫିଟ୍‌ ଅଛନ୍ତି। ନିକଟରେ ଶେଷ ହୋଇଥିବା ଓ୍ବାର୍ମଅପ୍‌ ଗେମ୍‌ରେ ଅନ୍ୟତମ ଅଲରାଉଣ୍ଡର କ୍ରିସ୍‌ ଓ୍ବକ୍ସ ଭଲ ଖେଳିଥିଲେ ହେଁ ପ୍ରଥମ ଟେଷ୍ଟରେ ସୁଯୋଗ ପାଇବା ସମ୍ଭାବନା କମ୍‌। ବ୍ରଡ୍‌ ଶେଷଥରପାଇଁ ୨୦୧୨ରେ ଓ୍ବେଷ୍ଟଇଣ୍ଡିଜ ବିପକ୍ଷରେ ଘରୋଇ ଗେମ୍‌ ମିସ୍‌ କରିଥିଲେ। ସେତେବେଳେ ତାଙ୍କୁ ବିଶ୍ରାମ ଦିଆ ଯାଇଥିଲା। କ୍ୟାରିୟରରେ ସେ ୪୮୫ଟି ଉଇକେଟ ନେଇ ଇଂଲଣ୍ଡର ସର୍ବାଧିକ ଉଇକେଟ ହାସଲକାରୀଙ୍କ ମଧ୍ୟରେ ଆଣ୍ଡରସନଙ୍କ ପଛକୁ ଦ୍ୱିତୀୟ ସ୍ଥାନରେ ରହିଛନ୍ତି। ଇଂଲଣ୍ଡ ନିକଟ ଭବିଷ୍ୟତରେ ଓ୍ବେଷ୍ଟଇଣ୍ଡିଜ ଓ ପାକିସ୍ତାନ ବିପକ୍ଷରେ ୩ଟି ଟେଷ୍ଟ ଖେଳିବ। ତେଣୁ ପେସରଙ୍କ କ୍ଷେତ୍ରରେ ଦଳ ରୋଟେଶନ ପଦ୍ଧତି ଅବଲମ୍ବନ କରିବ ବୋଲି ରିପୋର୍ଟରୁ ପ୍ରକାଶ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଟି୨୦ ଲିଗ୍ ଇତିହାସରେ ନୂଆ ରେକର୍ଡ କଲା ସନରାଇଜର୍ସ ହାଇଦ୍ରାବାଦ

ନୂଆଦିଲ୍ଲୀ,୨୦ା୪: ଦିଲ୍ଲୀ କ୍ୟାପିଟାଲ୍ସ ବିପକ୍ଷରେ ସନରାଇଜର୍ସ ହାଇଦ୍ରାବାଦ ଟି୨୦ ଲିଗ୍ ଇତିହାସରେ ପାୱାର୍ ପ୍ଲେ ମଧ୍ୟରେ ସର୍ବାଧିକ ସ୍କୋର କରିବାର ରେକର୍ଡ କରିଛି। ହାଇଦ୍ରାବାଦ ପାଇଁ...

ଧୋନୀଙ୍କ ପ୍ରଶଂସକଙ୍କ ପାଇଁ ଖରାପ ଖବର, କୋଚ୍‌ କଲେ ବଡ଼ ଖୁଲାସା

ନୂଆଦିଲ୍ଲୀ,୨୦।୪: କ୍ରିକେଟର ମହେନ୍ଦ୍ର ସିଂ ଧୋନୀଙ୍କ ପ୍ରଶଂସକଙ୍କ ଲାଗି ଖରାପ ଖବର। ଗୋଟିଏ ପଟେ ଥାଲାଙ୍କ ବ୍ୟାଟିଂ ଦେଖି ପ୍ରଶଂସକ ତାଙ୍କୁ ବିଶ୍ୱକପ୍‌ ଟିମ୍‌ରେ ଦେଖିବାକୁ...

ପୁଣି ପଡ଼ିଆରେ ମୁହାଁମୁହିଁ ହେଲେ ବିରାଟ-ଗମ୍ଭୀର, କିନ୍ତୁ ଅନ୍ଦାଜ ଥିଲା ଅଲଗା

କୋଲକାତା,୨୦।୪: ଆଇପିଏଲ୍ ୨୦୨୩ ରେ କଥା ଭାରତର ଦୁଇ ଷ୍ଟାର ବ୍ୟାଟର ଗୌତମ ଗମ୍ଭୀର ଏବଂ ବିରାଟ କୋହଲି ସାମାନ୍ୟ କିଛି କଥାକୁ ନେଇ ମୁହାଁମୁହିଁ...

Video: କେବଳ ଗୋଟିଏ ବଲ୍‌ରେ ବଡ଼ କାମ କରିଦେଲେ ଧୋନୀ

ନୂଆଦିଲ୍ଲୀ,୨୦।୪: କ୍ରିକେଟ ଇତିହାସରେ ମହେନ୍ଦ୍ର ସିଂ ଧୋନୀଙ୍କ ପ୍ରଶଂସକ କାହିଁରେ କେତେ। ଅନେକଙ୍କର ସେ ପ୍ରେରଣା। ଏଣୁ ସେମାନେ ତାଙ୍କ ଭଳି ହେବାକୁ ଚାହାନ୍ତି। ଅନ୍ତର୍ଜାତୀୟ...

ଲାଇଭ୍‌ ମ୍ୟାଚ୍‌ରେ IPL ନିୟମ ଉଲ୍ଲଂଘନ; ୪୮ ଘଣ୍ଟା ପରେ ମୁମ୍ବାଇ ଟିମ୍‌ର କୋଚ୍‌-ବ୍ୟାଟ୍ସମ୍ୟାନ୍‌ଙ୍କ ଉପରେ ବଡ଼ କାର୍ଯ୍ୟାନୁଷ୍ଠାନ

ନୂଆଦିଲ୍ଲୀ,୨୦।୪: ଆଇପିଏଲ୍‌ ନିୟମ ଉଲ୍ଲଂଘନ କରିବା ପଡ଼ିଲା ମହଙ୍ଗା। ମୁମ୍ବାଇ ଇଣ୍ଡିଆନ୍ସ ବ୍ୟାଟିଂ କୋଚ୍‌ କିରନ୍‌ ପୋଲାର୍ଡ ଏବଂ ବ୍ୟାଟ୍ସମ୍ୟାନ୍‌ ଟିମ୍‌ ଡେଭିଡ୍‌ଙ୍କୁ ଲାଇଭ୍‌ ମ୍ୟାଚ୍‌ରେ...

ଆକାଶ ଅମ୍ବାନୀଙ୍କ ନିଷ୍ପତ୍ତି ଯୋଗୁ ମୁମ୍ବାଇ ଟିମ୍‌ ଦୁଇ ଫାଳ! ରୋହିତ-ହାର୍ଦ୍ଦିକଙ୍କୁ ଏଭଳି ଦେଖି ହେବେ ଚକିତ…

ଭୁବନେଶ୍ୱର,୨୦।୪: ଆଇପିଏଲ୍‌ ୨୦୨୪ରେ ମୁମ୍ବାଇ ଇଣ୍ଡିଆନ୍ସର ସେତେଟା ଆଖିଦୃଶିଆ ପ୍ରଦର୍ଶନ ହୋଇନାହିଁ। ପ୍ରଥମେ ଦଳ ୧୦ ନଂରେ ରହୁଥିବା ବେଳେ ଏବେ ୭ନଂରେ ପହଞ୍ଚିଛି। ଦଳ...

ବିବାହ ପୂର୍ବରୁ ଏହି ଅଭିନେତ୍ରୀଙ୍କୁ ଡେଟ୍‌ କରୁଥିଲେ ଧୋନୀ, ଜାଣିଲେ…

ନୂଆଦିଲ୍ଲୀ,୨୦।୪: ମହେନ୍ଦ୍ର ସିଂ ଧୋନି ଆଜିକାଲି ଆଇପିଏଲ୨୦୨୪ରେ ଖେଳୁଥିବା ନଜର ଆସିଛନ୍ତି । ଧୋନୀ ଚଳିତ ସିଜନରେ ଚେନ୍ନାଇ ପାଇଁ ଅଧିନାୟକ ଭାବରେ ନୁହେଁ ବରଂ...

ଋତୁରାଜ-ରାହୁଲଙ୍କ ଉପରେ ବିସିସିଆଇର କାର୍ଯ୍ୟାନୁଷ୍ଠାନ, ଗୋଟିଏ ଭୁଲ ଯୋଗୁ ଦେବାକୁ ପଡ଼ିଲା ଜରିମାନା

ନୂଆଦିଲ୍ଲୀ,୨୦।୪: ଆଇପିଏଲ ୨୦୨୪ ଦିନକୁ ଦିନ ଅଧିକ ରୋମାଞ୍ଚକର ହୋଇଯାଉଛି। ଟୁର୍ନାମେଣ୍ଟର ୩୪ତମ ମ୍ୟାଚ ଚେନ୍ନାଇ ସୁପର କିଙ୍ଗସ ଏବଂ ଲକ୍ଷ୍ନୌ ସୁପର ଜାଏଣ୍ଟସ ମଧ୍ୟରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri