ସିରିଜ୍‌ ଚୋରି: ମାର୍କେଟ୍‌ କମ୍ପ୍ଲେକ୍ସର ସିସିଟିଭି ଭାଙ୍ଗି ୪ ଦୋକାନରୁ ଲୁଟିନେଲେ ଦୁର୍ବୃତ୍ତ

ଦିଗପହଣ୍ଡି,୨୨ା୧୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଖେମୁଣ୍ଡି କଲେଜ ସାମ୍ନା ଅଶୋକ ସ୍ବାଇଁଙ୍କ ମାର୍କେଟ କମ୍ପ୍ଲେକ୍ସରେ ଥିବା ୪ ଦୋକାନର ତାଲା ଭାଙ୍ଗି ଦୁର୍ବୃତ୍ତମାନେ ଲକ୍ଷାଧିକ ଟଙ୍କା ମୂଲ୍ୟର ବିଭିନ୍ନ ସାମଗ୍ରୀ ଲାପଟପ୍‌ ଏବଂ ପ୍ରାୟ ୨୦ ହଜାର ଟଙ୍କା ଲୁଟି ନେଇଛନ୍ତି।

ଗୁରୁବାର ବିଳମ୍ବିତ ରାତିରେ ଏହି ଚୋରି ହୋଇଛି। ସନିଆ ଡାକୁଆଙ୍କ ସେଲୁନ, ଜନାର୍ଦ୍ଦନ ନାୟକଙ୍କ ହୋଟେଲ, ଅଜୟ ପ୍ରଧାନ ଓ ସୁମିତ ପଟ୍ଟନାୟକଙ୍କ ବେକେରୀ ଏବଂ ମନୋରଞ୍ଜନ ରାଉତଙ୍କ କୋଲ୍ଡ ବାର୍‌ର ତାଲା ଭାଙ୍ଗି ଦୁର୍ବୃତ୍ତମାନେ ଲୁଟ୍‌ପାଟ୍‌ କରିଛନ୍ତି। ସୁମିତ୍‌ଙ୍କ ଲାପ୍‌ଟପ୍‌ ସମେତ ଅନ୍ୟାନ୍ୟ ମୂଲ୍ୟବାନ ସାମଗ୍ରୀ ଲୁଟି ନେଇଛନ୍ତି। ସେହିପରି ମନୋରଞ୍ଜନଙ୍କ ଦୋକାନରୁ ବହୁ ପରିମାଣର ଖାଦ୍ୟ ସାମଗ୍ରୀ ସମେତ ୮ ହଜାର ଟଙ୍କା, ସନିଆଙ୍କ ସେଲୁନରୁ ୭ ହଜାର ଟଙ୍କା ସମେତ ବିଭିନ୍ନ ସାମଗ୍ରୀ ସମେତ ଅନ୍ୟାନ୍ୟ ଦୋକାନରୁ ଟଙ୍କା ପଇସା ଲୁଟ୍‌ ହୋଇଥିବା ଅଭିଯୋଗ ହୋଇଛି।

ମାର୍କେଟ କମ୍ପ୍ଲେକ୍ସରେ ଲଗାଯାଇଥିବା ସମସ୍ତ ସିସିଟିଭି କ୍ୟାମେରାକୁ ଦୁର୍ବୃତ୍ତମାନେ ମୋଡ଼ି ଭାଙ୍ଗି ଦେଇଛନ୍ତି। ମାର୍କେଟ କମ୍ପ୍ଲେକ୍ସ ପଛ ପଟେ ଦୁର୍ବୃତ୍ତମାନେ ଖାଲି ମନିପର୍ସ ଓ କିଛି ସାମଗ୍ରୀ ଫୋପାଡି ଫେରାର ହୋଇଯାଇଛନ୍ତି। ଦିଗପହଣ୍ଡି ଥାନା ପୋଲିସ ଟିମ୍‌ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ କରିବା ସହ କମ୍ପ୍ଲେକ୍ସରେ ଥିବା ସିସିଟିଭି ହାର୍ଡ ଡିସ୍କ ଥାନାକୁ ନେଇ ଛାନ୍‌ଭିନ୍‌ ଚଳାଇଛି। ଏନେଇ ଥାନାରେ ଏତଲା ଦିଆଯାଇଛି। ଦିଗପହଣ୍ଡି ଅଞ୍ଚଳରେ ଦିନକୁ ଦିନ ଚୋରି ଘଟଣା ବଢ଼ିବାରେ ଲାଗିଛି।


Enter your email to get our daily news in your inbox.

All Right Reserved By Dharitri.Com

ନିଟ୍‌ ପରୀକ୍ଷାରେ ସାଇ ସୋହମ ବଡ଼ ସଫଳତା: ଅଞ୍ଚଳ ପାଇଁ ଆଣିଲେ ଗୌରବ

ସାକ୍ଷୀଗୋପାଳ,୨୨।୭(କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ଚଳିତବର୍ଷ ପ୍ରକାଶିତ ନିଟ୍‌ (ୟୁଜି) ପରୀକ୍ଷା ଫଳରେ ସତ୍ୟବାଦୀ ଅଞ୍ଚଳର ସାଇ ସୋହମ ପ୍ରଧାନ ସର୍ବଭାରତୀୟ ସ୍ତରରେ ୫୨୬୫ ସ୍ଥାନରେ ସଫଳତାର…

ପ୍ରଶାସନର ବିସ୍ଥାପନ ଉଦ୍ୟମ ଅଟକିଲା: ଭିଟାମାଟି ଛାଡ଼ିଲେ ନାହିଁ କୁମିଆପାଲି ଗ୍ରାମବାସୀ

ବଲାଙ୍ଗୀର/ଲୋଇସିଂହା,୨୨ା୭(ବୀରେନ୍ଦ୍ର କୁମାର ଝାଙ୍କର/ସୁଶାନ୍ତ ବାରିକ):ଲୋୟର ସୁକତେଲ ଜଳସେଚନ ପ୍ରକଳ୍ପ ପ୍ରଭାବିତ କୁମିଆପାଲି ଗାଁରେ ମଙ୍ଗଳବାର ବିସ୍ଥାପନକୁ ନେଇ ଗ୍ରାମବାସୀ ଏବଂ ଜିଲା ପ୍ରଶାସନ ମୁହଁାମୁହିଁ ହୋଇଥିଲେ। ପ୍ରଶାସନ…

ଉପକୂଳରେ ଘୂର୍ଣ୍ଣିବଳୟ, ଦୁଇଟି ଟ୍ରଫ୍‌: ଆସନ୍ତା ୫ ଦିନ ଯାଏ ଏସବୁ ଜିଲାରେ ପ୍ରବଳ ବର୍ଷା, ଓ୍ବାର୍ନିଂ ଜାରି କଲା…

ଭୁବନେଶ୍ୱର, ୨୧ା୭ (ବନ୍ଦନା ସେଠୀ)- ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଓ ଏହା ସଂଲଗ୍ନ ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏଥିସହ ଦୁଇଟି ଟ୍ରଫ୍‌…

ଦକ୍ଷିଣମୋଡ଼ ହେଲା ଦର୍ପଦଳନ, ଅଧାରେ ଅଟକିଲା ତାଳଧ୍ୱଜ: ନନ୍ଦିଘୋଷ… 

ପୁରୀ,୨୧ା୭(ଅଜିତ୍‌ କୁମାର ମହାନ୍ତି): ମହାପ୍ରଭୁ ଶ୍ରୀଜଗନ୍ନାଥ ବଡ଼ଭାଇ ବଳଭଦ୍ର ଏବଂ ଭଉଣୀ ସୁଭଦ୍ରାଙ୍କୁ ସାଙ୍ଗରେ ଧରି ରଥାରୂଢ଼ ହୋଇ ଆସି ଶ୍ରୀଗୁଣ୍ଡିଚା ମନ୍ଦିରରେ ଅବସ୍ଥାନ କରିଛନ୍ତି। ରଥଯାତ୍ରାର…

ଛାତ୍ରଙ୍କ ଉପରେ ଲାଠିଚାର୍ଜକୁ ନେଇ କ୍ଷୁବ୍ଧ ଅରିଜିତ, କହିଲେ– ‘ନିଜକୁ ଭଗବାନ ଭାବୁଛନ୍ତି କି?’

ନୂଆଦିଲ୍ଲୀ,୨୧।୭: ଦିଲ୍ଲୀରେ ୨୦ ଜୁଲାଇରେ କକରୋଚ୍ ଜନତା ପାର୍ଟି (CJP)ର ଆହ୍ୱାନରେ ଆୟୋଜିତ ସଂସଦ ମାର୍ଚ୍ଚ ସମୟରେ ଛାତ୍ର ଓ ପୋଲିସ ମଧ୍ୟରେ ଉତ୍ତେଜନା ସୃଷ୍ଟି ହୋଇଥିଲା।…

କୋର୍ଟରେ ହୋଇ ନ ଥିଲେ ହାଜର, ୩ ୱାରେଣ୍ଟିଙ୍କୁ ବାନ୍ଧିଲା ପାଟପୁର ପୋଲିସ 

ଦିଗପହଣ୍ଡି,,୨୧।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ପୋଲିସ ବିଭିନ୍ନ ମାମଲାରେ ଫେରାର ଥିବା ୩ ଜଣ ଜାମିନବିହୀନ ୱାରେଣ୍ଟିଙ୍କୁ ଗିରଫ କରି…

ଜାଗିରି ସମ୍ପତ୍ତିକୁ ନେଇ ବିବାଦ, ଚାରି କୋର୍ଟ ଚାଲାଣ

ବାଲିପାଟଣା ୨୨।୭(ଅଭିମନ୍ୟୁ ନାୟକ): ବାଲିପାଟଣା ଥାନା ଅନ୍ତର୍ଗତ ଗାରେଡିପାଞ୍ଚଣ ଗ୍ରାମରେ ଏକ ଜାଗିରି ଜମି ଦଖଲକୁ ନେଇ ଦୁଇ ପରିବାର ମଧ୍ୟରେ ଗଣ୍ଡଗୋଳ ହୋଇଛି। ଯେଉଁଥିରେ ଜଣେ…

ଦିଗପହଣ୍ଡିରେ ଖେମୁଣ୍ଡି ଲୋକ ମହୋତ୍ସବ ଉଦଯାପିତ: ଜିଲାପାଳ କହିଲେ- ସହରରେ ନିର୍ମାଣ ହେବ ସଂସ୍କୃତି ଭବନ

ଦିଗପହଣ୍ଡି,୨୧।୭(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବଜାର ଗାନ୍ଧୀ ଛକଠାରେ ସୋମବାରଠାରୁ ଦୁଇ ଦିନ ଧରି ଚାଲିଥିବା ଖେମୁଣ୍ଡି ଲୋକ କଳା ମହୋତ୍ସବ ମଙ୍ଗଳବାର ରାତିରେ ସଫଳତାର ସହ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri