ଛାଡ଼ପତ୍ର ଦେଲେନି ବୋଲି…ବୋହୂଙ୍କ ଗୋଡ଼ ଭାଙ୍ଗିଦେଲେ

ଢେଙ୍କାନାଳ ଅଫିସ, ୨।୩: କୁହାଯାଏ ବିବାହ ଏକ ପବିତ୍ର ବନ୍ଧନ। ଦାମ୍ପତ୍ୟ ଜୀବନ ଆରମ୍ଭ ହେଲେ ଅଜାଡ଼ି ହୋଇପଡ଼େ ଗୁରୁଜନଙ୍କ ଆଶୀର୍ବାଦ। ନବଦମ୍ପତିଙ୍କ ସୁଖମୟ ଜୀବନ କାମନା କରନ୍ତି ସଭିଏଁ। ହେଲେ ଢେଙ୍କାନାଳ ଜିଲା କଙ୍କଡ଼ାହାଡ଼ ଥାନା କେରଜୋଳି ପଞ୍ଚାୟତର ସରବେରେଣି ଗ୍ରାମରୁ ଆସିଛି ଏହାର ବିପରୀତ ଚିତ୍ର। ଛାଡ଼ପତ୍ର ଦେବାକୁ ଅମଙ୍ଗ ହେବାରୁ ପୁତ୍ର ଏବଂ ପୁତ୍ରବଧୂଙ୍କ ଉପରେ ମରଣାନ୍ତକ ଆକ୍ରମଣ ହୋଇଛି। ଏଥିରେ ମହିଳାଙ୍କ ଦୁଇ ଗୋଡ଼ ଭାଙ୍ଗିଯାଇଥିବାବେଳେ ସ୍ବାମୀ ମଧ୍ୟ ଆହତ ହୋଇଛନ୍ତି। ଏଭଳି ଅମାନୁଷିକ ଘଟଣା ସାରା ଜିଲାରେ ଚର୍ଚ୍ଚାର ବିଷୟ ପାଲଟିଥିବାବେଳେ ପୋଲିସ ତନାଘନା ଆରମ୍ଭ କରିଛି।

ପୋଲିସ ସୂଚନା ଅନୁଯାୟୀ, ସରବେରେଣୀ ଗ୍ରାମର ଅଶୋକ କୁମାର ମହାନ୍ତଙ୍କ ସହ ନିର୍ମଳା ମହାନ୍ତଙ୍କ ବୈଦିକ ରୀତିରେ ବିବାହ ହୋଇଥିଲା। ତେବେ ଶାଶୁଘର ଲୋକେ ଯୌତୁକ ଦାବି କରି ତାଙ୍କୁ ନିର୍ଯାତନା ଦେଉଥିଲେ। ଏପରି କି ଛାଡ଼ପତ୍ର ଦେବାକୁ ପୁଅ-ବୋହୂଙ୍କ ଉପରେ ଚାପ ପକାଉଥିଲେ। ହେଲେ ଏଥିରେ ଅଶୋକ ରାଜି ହେଉ ନ ଥିଲେ। ବୁଧବାର ସକାଳେ ୩ ଜଣ ବ୍ୟକ୍ତି ହଠାତ୍‌ ପହଞ୍ଚତ୍ ଦମ୍ପତିଙ୍କୁ ଷ୍ଟିଲ୍‌ ରଡ୍‌ରେ ମରଣାନ୍ତକ ଆକ୍ରମଣ କରି ଫେରାର ହୋଇଯାଇଥିଲେ। ଗୁରୁତର ଅବସ୍ଥାରେ ଘରେ ପଡ଼ିଥିବାବେଳେ ପାଖପଡ଼ୋଶୀ ପହଞ୍ଚତ୍ ସେମାନଙ୍କୁ ଉଦ୍ଧାର କରି ୧୦୮ ଆମ୍ବୁଲାନ୍ସରେ ପ୍ରଥମେ କାମାକ୍ଷାନଗର ଉପଖଣ୍ଡ ଚିକିତ୍ସାଳୟରେ ଭର୍ତ୍ତି କରାଇଥିଲେ। ଆକ୍ରମଣରେ ନିର୍ମଳାଙ୍କ ଉଭୟ ଗୋଡ଼ ଭାଙ୍ଗିଯାଇଛି। ଅବସ୍ଥା ସଙ୍କଟାପନ୍ନ ଥିବାରୁ ତାଙ୍କୁ ଜିଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଛି। ସୂଚନା ପାଇ କଙ୍କଡ଼ାହାଡ଼ ପୋଲିସ କାମାକ୍ଷାନଗର ଉପଖଣ୍ଡ ଚିକିତ୍ସାଳୟରେ ପହଞ୍ଚତ୍ ତଦନ୍ତ କରିଛି। ଏହି ଘଟଣାରେ କାହାରିକୁ ଗିରଫ କରାଯାଇନାହିଁ। ପୋଲିସ ନିଜ ଆଡୁ ମାମଲା (ନଂ. ୩୦/୨୩) ରୁଜୁ କରି ତଦନ୍ତ ଚଳାଇଥିବା ଥାନାଧିକାରୀ ନିର୍ମଳା ଗୋଚ୍ଛାୟତ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କୁରୁକୁଟି ମୌଜାରେ ଜମି ବିବାଦ ଅସମାହିତ: ଜିଲାପାଳ-ଏସପିଙ୍କ ବୁଝାଶୁଝା ସତ୍ତ୍ୱେ ହଟିଲେନି ଆନ୍ଦୋଳନକାରୀ

ଥୁଆମୂଳ ରାମପୁର, ୩ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କୁରୁକୁଟି ମୌଜାରେ ପ୍ରସ୍ତାବିତ ଥଇଥାନ କଲୋନୀ ନିର୍ମାଣକୁ ନେଇ ଚାଲିଥିବା ବିବାଦ ଆଜି…

୬ ଘଣ୍ଟା ଧରି ପୂର୍ତ୍ତ ବିଭାଗ କର୍ମଚାରୀଙ୍କ ହାତଗୋଡ଼ ବାନ୍ଧି ମାଡ଼ ମାରି ଲୁଟ୍‌, ମହିଳାଙ୍କ ସମେତ ୫ଜଣଙ୍କୁ ବାନ୍ଧିଲା…

ରାୟଗଡ଼ା, ୩।୪ (ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ସହରରେ ଜଣେ ସରକାରୀ କର୍ମଚାରୀଙ୍କୁ ବନ୍ଧୁକ ଦେଖାଇ ମରଣାନ୍ତକ ଆକ୍ରମଣ ଓ ଲୁଟ କରିବା ଘଟଣାର ପର୍ଦ୍ଦାଫାଶ କରିଛି…

କୁଆପଥର ବର୍ଷା: ଗଛ ଉପୁଡ଼ିବା ସହ ଉଡ଼ିଲା ଛପର

ନନ୍ଦପୁର,୩ା୪(ତୁଷାର କାନ୍ତ ମହାନ୍ତି)-କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳରେ କୁଆପଥର ବର୍ଷା ପବନ ପ୍ରଭାବରେ ମାଳିବେଲଗାଁ ପଞ୍ଚାୟତ ରାସ୍ତାରେ ୨ଗଛ ଉପୁଡ଼ି ପଡ଼ିଥିବାରୁ ଯାତାୟାତ ବାଧାପ୍ରାପ୍ତ ହୋଇଛି।…

ରିଲ୍ସ ପାଇଁ ବନ୍ଧୁକ ଧରି ଯୁବକଙ୍କ ଫାଙ୍କା ଗୁଳିଚାଳନା ଭିଡିଓ ଭାଇରାଲ, ଏସ୍‌ପି କହିଲେ ତଦନ୍ତ ଚାଲିଛି

ପୁରୀ,୩ା୪(ଅଜିତ୍‌ କୁମାର ମହାନ୍ତି): ରିଲ୍ସ ପାଇଁ ଜଣେ ଯୁବକ ବନ୍ଧୁକ ଧରି ଫାଙ୍କା ଗୁଳିଚାଳନା କରୁଥିବାର ଏକ ଭିଡିଓ ଶୁକ୍ରବାର ସୋସିଆଲ ମିଡିଆରେ ଦେଖିବାକୁ ମିଳିଛି। ଏହି…

ପୋଖରୀରେ ବୁଡ଼ିଲେ ଜଣଙ୍କ ପରେ ଜଣେ …

ଦିଗପହଣ୍ଡି,୩ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ଗ୍ରାମ ନିକଟସ୍ଥ ଏକ ପୋଖରୀରେ ଶୁକ୍ରବାର ୩ଜଣ ମହିଳା ବୁଡି ଯାଉଥିବା ବେଳେ ସେମାନଙ୍କୁ ଉଦ୍ଧାର…

ଛେଳି ଖାଇଲା ଟମାଟୋ ଗଛ: ମାଡ଼ ଖାଇଲେ ଦମ୍ପତି, ମାମଲା ଏବେ…

ଦିଗପହଣ୍ଡି,୩।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ବଜାପଲ୍ଲୀ ଗ୍ରାମ ନିକଟରେ ଜି.ଦୁର୍ଯ୍ୟ ରେଡ୍ଡୀଙ୍କ ଜମିରେ ଲାଗିଥିବା ଟମାଟୋ ଗଛ ଗୁଡ଼ିକୁ ଶୁକ୍ରବାର ମଧ୍ୟାହ୍ନରେ କିଛି…

ଆଦେଶ ପାଳନ କଲେ ଜିଲାପାଳ, ପିଛିଲା ତାରିଖ ପକାଇ ୨୧ ଦିନ ପରେ ଅର୍ଡର ପ୍ରେରଣ

କେନ୍ଦୁଝର/ହାଟଡିହୀ,୩l୪(ନରେଶ ଚନ୍ଦ୍ର ପଟ୍ଟନାୟକ/ଶୁଭକାନ୍ତ ନାୟକ):ଓଡ଼ିଶା ହାଇକୋର୍ଟଙ୍କ ନିର୍ଦ୍ଦେଶ ଧାର୍ଯ୍ୟ ସମୟରେ ପାଳନ ନ କରିବା ଫଳରେ ଅଦାଲତ ଅବମାନନା ମାମଲା ଦାୟର ହେବା ଏବଂ ଏ ନେଇ…

କାଳବୈଶାଖୀ ତାଣ୍ଡବ: ଭାଙ୍ଗିଲା ଗଛ, ଉଡ଼ିଲା ଆଜ୍‌ବେଷ୍ଟସ୍‌

କୋରାପୁଟ,୩।୪(ଅମିତାଭ ବେହେରା): କୋରାପୁଟ ସହରରେ ଶୁକ୍ରବାର ସନ୍ଧ୍ୟାରେ କାଳବୈଶାଖୀ ତାଣ୍ଡବ ରଚିଛି। କାଳବୈଶାଖୀ ପ୍ରଭାବରେ ଅଞ୍ଚଳର ବିଭିନ୍ନ ସ୍ଥାନରେ ଝଡ଼ତୋଫାନ ହୋଇଛି। ଝଡ଼ତୋଫାନରେ କୋରାପୁଟ-ରାୟଗଡ଼ା ସଂଯୋଗ କରୁଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri