ନିର୍ମାଣର ମାସକ ପରେ ଦବିଲା ରାସ୍ତା

ଚଣ୍ଡିଖୋଲ,୬।୫(ଡି.ଏନ.ଏ.): ମାତ୍ର ୧୦ କି.ମି.୫୦୦ ମିଟର ରାସ୍ତା ନିର୍ମାଣ କାର୍ଯ୍ୟରେ ଖର୍ଚ୍ଚ ହୋଇଛି ୨୨ କୋଟି ଟଙ୍କା। ହେଲେ କାର୍ଯ୍ୟ ଶେଷ ହେବାର ମାସକ ପରେ ରାସ୍ତାରେ ଫାଟ ସୃଷ୍ଟି ହୋଇଛି ଓ ଗୋଟିଏ ପାର୍ଶ୍ୱ ଦବିଯାଇଛି। ଏଭଳି ଘଟଣା ଦେଖିବାକୁ ମିଳିଛି ଚାରବାଟିଆ ପୂର୍ତ୍ତ ବିଭାଗ ଡିଭିଜନ ଅନ୍ତର୍ଗତ ବଡ଼ଚଣା ସବ୍‌ଡିଭିଜନରେ ହୋଇଥିବା ବାଲିଚନ୍ଦ୍ରପୁର-ବେଣୀପୁର ରାସ୍ତାରେ। ଗଜେନ୍ଦ୍ରପୁରଠାରେ ରାସ୍ତାର ଗୋଟିଏ ଅଂଶ ଦବିଯାଇଛି। ପୂର୍ବରୁ ଏହାର ଦେକୁରି ନିକଟରେ ୨ଟି ସ୍ଥାନରେ ଦବିଯିବାରୁ ସେଠାରେ ଠିକାଦାର ମରାମତି କରିଛନ୍ତି।
ସୂଚନା ଅନୁଯାୟୀ, ବାଲିଚନ୍ଦ୍ରପୁର-ବେଣୀପୁର ରାସ୍ତାକୁ ଦୁଇ ଭାଗରେ ବିଭକ୍ତ କରାଯାଇ ଟେଣ୍ଡର କରାଯାଇଥିଲା। ରାସ୍ତାର ଲମ୍ବ ୧୦ କି.ମି.୨୦୦ମିଟର ହୋଇଥିବାବେଳେ ଏହାକୁ ୧୧ କି.ମି. ୨୦୦ ମିଟର କରାଯାଇ ୨୦୨୧ ନଭେମ୍ବରରୁ କାର୍ଯ୍ୟ ଆରମ୍ଭ ହୋଇଥିଲା। କାର୍ଯ୍ୟ ଅବଧି ଶେଷ ହେବାର ବହୁ ଦିନ ପରେ ଗତ ମାର୍ଚ୍ଚ ଶେଷ ସପ୍ତାହରେ କାର୍ଯ୍ୟ ସରିଥିଲା। କାର୍ଯ୍ୟ ଶେଷ ହେବାପୂର୍ବରୁ ୨ଟି ସ୍ଥାନରେ ରାସ୍ତା ଦବିଯିବାରୁ ସେଠାରେ ପୁନର୍ବାର ମରାମତି କରାଯାଇଥିଲା। ଶୁକ୍ରବାର କୌଣସି ଭାରିଯାନ ଯିବାପରେ ରାସ୍ତା ଦବିଯାଇଛି। ବାଲିଚନ୍ଦ୍ରପୁରଠାରୁ କଳାଶ୍ରୀ ପର୍ଯ୍ୟନ୍ତ ୫ କି.ମି. ୫୦୦ମିଟର ରାସ୍ତା ପାଇଁ ୯ କୋଟି ୯୭ ଲକ୍ଷ ଟଙ୍କା ବ୍ୟୟ ଅଟକଳ କରାଯାଇଥିଲାବେଳେ କଳାଶ୍ରୀଠାରୁ ବେଣୀପୁର ପର୍ଯ୍ୟନ୍ତ ୫ କି.ମି. ୫୦୦ ମିଟର ରାସ୍ତା ନିର୍ମାଣ ପାଇଁ ବିଭାଗ ପକ୍ଷରୁ ୧୨ କୋଟି ୮୦ ଲକ୍ଷ ଟଙ୍କା ବ୍ୟୟ ଅଟକଳ କରାଯାଇଥିଲା। ଅଧିକ ବ୍ୟୟ ଅଟକଳ କରାଯାଇ ଥିବା କଳାଶ୍ରୀଠାରୁ ବେଣୀପୁର ରାସ୍ତା ନିର୍ମାଣରେ ବ୍ୟାପକ ଅନିୟମିତତା ହୋଇଥିବା ଅଭିଯୋଗ ଉଠିଛି। ସେଥିପାଇଁ ଏହି ୫ କି.ମି. ୫୦୦ ମିଟର ରାସ୍ତାରେ ୩ଟି ସ୍ଥାନରେ ରାସ୍ତା ଦବିଯାଇଛି ବୋଲି କୁହାଯାଇଛି। ଏ ସମ୍ପର୍କରେ ବିଭାଗୀୟ ସହକାରୀ ଯନ୍ତ୍ରୀ ପ୍ରଫୁଲ୍ଲ କୁମାର ବେହେରାଙ୍କୁ ପଚାରିବାରୁ ସେ କୁହନ୍ତି, କୌଣସି ତ୍ରୁଟି ଯୋଗୁ ଏଭଳି ଘଟି ଥାଇପାରେ। ଏହାର ତୁରନ୍ତ ମରାମତି କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ମାଟିରେ ପ୍ଲାଷ୍ଟିକ୍‌ ପୋତିହୋଇ ଜଳଧାରଣ ହ୍ରାସ

ପଟ୍ଟାମୁଣ୍ଡାଇ,୧ା୪ (କଳ୍ପତରୁ ନାୟକ): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ପୌରାଞ୍ଚଳରେ ପ୍ଲାଷ୍ଟିକର ବ୍ୟବହାର ବହୁଳ ଭାବରେ ବଢ଼ିଚାଲିଛି। ସହର ସାରା କୁଢ଼ କୁଢ଼ ପ୍ଲାଷ୍ଟିକ ଅଳିଆ ଓ ଆବର୍ଜନା…

‘ସ୍ବତନ୍ତ୍ର ଉତ୍କଳ ପ୍ରଦେଶ ଗଠନରେ ମହାମନିଷୀଙ୍କ ଅବଦାନ ଅବିସ୍ମରଣୀୟ’

କେନ୍ଦୁଝର,୧ା୩(ନରେଶ ଚନ୍ଦ୍ର ପଟ୍ଟନାୟକ): ପବିତ୍ର ଓଡ଼ିଶା ଦିବସରେ ଜିଲା ବିଜୁ ଜନତା ଦଳ ପକ୍ଷରୁ କେନ୍ଦୁଝର ଜିଲା ସଦରମହକୁମାଠାରେ ମହାପୁରୁଷଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟ ଅର୍ପଣ ସହ ଜିଲାପାଳଙ୍କ…

‘ଆତ୍ମନିର୍ଭର ଓଡ଼ିଶା ଗଠନ ପାଇଁ ସରକାର ସଂକଳ୍ପବଦ୍ଧ’

ସାକ୍ଷୀଗୋପାଳ,୧ା୩(କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ଓଡ଼ିଶା ପ୍ରଦେଶ ଗଠନର ଅନ୍ୟତମ ସ୍ମୃତିପୀଠ ପୁରୀ ଜିଲାର ସତ୍ୟବାଦୀରେ ରାଜ୍ୟସ୍ତରୀୟ ଓଡ଼ିଶା ଦିବସ ସମାରୋହ ବୁଧବାର ପାଳିତ ହୋଇଛି। ଏହି…

ତୁମୁଡ଼ିବନ୍ଧ ବ୍ଲକ କାର୍ଯ୍ୟାଳୟରେ ଓଡ଼ିଆ ଦିବସ ପାଳନ

ତୁମୁଡ଼ିବନ୍ଧ,୧ା୩(ଦୀପକ କୁମାର ପରାସେଠ୍‌): କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକ କାର୍ଯ୍ୟାଳୟର ସଭା ଗୃହରେ ୯୧ତମ ଓଡ଼ିଆ ଦିବସ ପାଳିତ ହୋଇଛି। ଏହି କାର୍ଯ୍ୟକ୍ରମରେ ତୁମୁଡିବନ୍ଧ ବ୍ଲକ ମଙ୍ଗଳ…

ଜୁଲାଇରେ ଜିମ୍ବାୱେ ଗସ୍ତ କରିବ ଟିମ୍ ଇଣ୍ଡିଆ, ଟି-୨୦ ସିରିଜରେ ବୈଭବ ସୂର୍ଯ୍ୟବଂଶୀଙ୍କୁ ମିଳିବ କି ସୁଯୋଗ ?

ନୂଆଦିଲ୍ଲୀ,୧।୪: ଟିମ୍ ଇଣ୍ଡିଆର ଜିମ୍ବାୱେ ଗସ୍ତର କାର୍ଯ୍ୟସୂଚୀ ପ୍ରକାଶ ପାଇଛି । ଭାରତୀୟ ଦଳର ଏହି ଗସ୍ତ ଜୁଲାଇରେ ହେବାକୁ ଯାଉଛି। ଏହି ଗସ୍ତ ସମୟରେ ତିନି ମ୍ୟାଚ୍…

ନାବାଳିକା ୭ ମାସର ଅନ୍ତଃସତ୍ତ୍ୱା, ଅଭିଯୁକ୍ତ ଗିରଫ

ଚାନ୍ଦବାଲି, ୩୦ା୩(କିଷାନ ପାତ୍ର): ଭଦ୍ରକ ଜିଲା ଚାନ୍ଦବାଲି ଥାନା ଅଞ୍ଚଳର ଜଣେ ନାବାଳିକା ୭ ମାସର ଅନ୍ତଃସତ୍ତ୍ୱା ହେବା ଘଟଣାରେ ପୋଲିସ ଅଭିଯୁକ୍ତଙ୍କୁ ଗିରଫ କରିଛି। ଅଭିଯୁକ୍ତ…

ପ୍ରସ୍ତାବିତ ମେଗା ଷ୍ଟିଲପ୍ଲାଣ୍ଟ ପାଇଁ ଗ୍ରାମସଭା: ଏକର ପିଛା ଏତିକି କୋଟି ଦାବି

ପାଟଣା, ୧।୪(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ତହସିଲ ଅଞ୍ଚଳ ରେ ପ୍ରସ୍ତାବିତ ମେଗା ଷ୍ଟିଲ ପ୍ଲାଣ୍ଟ ପ୍ରତିଷ୍ଠା ପାଇଁ ବୁଧବାର ଚେମଣା ପଞ୍ଚାୟତ ଅଙ୍ଗି…

ରୋଷେଇ କରୁଥିବାବେଳେ ଫାଟିଲା ଗ୍ୟାସ୍‌ ସିଲିଣ୍ଡର, ଆଉ ତା’ ପରେ…

ତୁମୁଡ଼ିବନ୍ଧ,୧ା୩(ଦୀପକ କୁମାର ପରାସେଠ୍‌): କନ୍ଧମାଳ ଜିଲା ତୁମୁଡ଼ିବନ୍ଧ ଥାନା ମୁଖ୍ୟ ବଜାରସ୍ଥିତ ଦୁଷ୍ମନ୍ତ ସାହୁ ନାମକ ବ୍ୟବସାୟୀଙ୍କ ବାସଭବନ ରୋଷେଇ ଘରେ ରନ୍ଧନ ଗ୍ୟାସ ଫାଟି ଯିବାରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri