ଦାନବାକ୍ସ ଭାଙ୍ଗି ନେଇଗଲେ ଟଙ୍କା

ବିନିକା, ୨୩ା୧୦(ଡି.ଏନ.ଏ.): ସୁବର୍ଣ୍ଣପୁର ଜିଲା ବିନିକା ଅଞ୍ଚଳର ପ୍ରସିଦ୍ଧ ଶୈବପୀଠ ଚରଦା କପିଳେଶ୍ୱର ମନ୍ଦିରରେ ଥିବା ୩ ଦାନବାକ୍ସ ଭାଙ୍ଗି କେତେକ ଦୁର୍ବୃତ୍ତ ଲୁଟ୍‌ପାଟ୍‌ କରିଥିବା ବିନିକା ଥାନାରେ ଅଭିଯୋଗ ହୋଇଛି। ରବିବାର ଅନୁସନ୍ଧାନକାରୀ କୁକୁର ସହାୟତାରେ ପୋଲିସ ଘଟଣାର ତନାଘନା ଚଳାଇଥିଲେ ହେଁ ଚୋରଙ୍କ ପତ୍ତା ପାଇ ପାରିନାହିଁ।

ସିସି ଟିଭି ଫୁଟେଜରୁ ମିଳିଥିବା ତଥ୍ୟ ଅନୁସାରେ ଶନିବାର ବିଳମ୍ବିତ ରାତିରେ ୩ଜଣ ମୁଖାପିନ୍ଧା ବ୍ୟକ୍ତି ମନ୍ଦିର ପଛ କବାଟ ଭାଙ୍ଗି ଭିତରକୁ ପଶିଥିଲେ। ସେଠାରୁ ସିଂହଦ୍ୱାର, ମହାଦେବ ବାବାଙ୍କ ସମ୍ମୁଖ ଓ ଚରଦେଇ ମନ୍ଦିର ସମ୍ଭୁଖରେ ଥିବା ଦାନବାକ୍ସକୁ ଭାଙ୍ଗି ସେଥିରେ ଥିବା ଟଙ୍କା ଚୋରି କରି ନେଇଛନ୍ତି । ଟ୍ରଷ୍ଟ ବୋର୍ଡ ସଭାପତିଙ୍କଠାରୁ ଖବର ପାଇ ବିନିକା ଥାନା ଅଧିକାରୀ ପବିତ୍ର ସାହୁଙ୍କ ନେତୃତ୍ୱରେ ଏକ ଟିମ୍‌ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଥିଲେ। ପରେ ସୋନପୁର ଏସ୍‌ଡିପିଓ ପୁଷ୍ପାଞ୍ଜଳି ମିଙ୍ଗ ଅନୁସନ୍ଧାନକାରୀ କୁକୁର ସହାୟତାରେ ତଦନ୍ତ କରିଥିଲେ। କୁକୁର ପ୍ରଥମେ ମହାପ୍ରଭୁଙ୍କ ରୋଷେଇ ଶାଳା, ପାର୍ବତୀ ମନ୍ଦିର ପଛପଟ ବାବାମଠ, ବାମ୍ପି ରାସ୍ତାଦେଇ ଚାଷ ଜମିରେ ଶନିଶ୍ଚର ମନ୍ଦିର ପର୍ଯ୍ୟନ୍ତ ଯାଇଥିଲା। ୨୦୧୧ରେ ମଧ୍ୟ ଏହି ମନ୍ଦିରରୁ ସୁନା ଅଳଙ୍କାର ଚୋରି ହୋଇଥିଲା। ଅଦ୍ୟାବଧି ଚୋର ଧରା ପଡିନାହିଁ କି, ଚୋରି ସାମଗ୍ରୀ ଉଦ୍ଧାର ହୋଇନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ଶୁକ୍ର ପୁଷ୍କରାଂଶ ଯୋଗରେ ମିଥୁନରୁ ତୁଳା ସମେତ ଏହି ୪ ରାଶିଙ୍କ ଲାଭ; ଇନକମ୍‌ ହେଇଯିବ ଡବଲ୍‌, ସୁଧୁରିବ ଭାଙ୍ଗିଯାଇଥିବା ସମ୍ପର୍କ…

ଜନ୍ମକୁଣ୍ଡଳୀରେ ଯେକୌଣସି ଗ୍ରହର ‘ପୁଷ୍କରାଂଶ’ ସ୍ଥିତିକୁ ଅତ୍ୟନ୍ତ ଶୁଭ ବୋଲି ମନେକରାଯାଏ, କାରଣ ଏହାର ପ୍ରଭାବ ସଦାସର୍ବଦା ସକାରାତ୍ମକ ଏବଂ ଫଳଦାୟୀ ହୋଇଥାଏ। ବିଶେଷକରି ଶୁକ୍ରଙ୍କର ପୁଷ୍କରାଂଶ…

ଭାରତ ଗସ୍ତରେ ଆସିବେ ଇରାନୀ ରାଷ୍ଟ୍ରପତି; ପ୍ରଧାନମନ୍ତ୍ରୀ ମୋଦିଙ୍କ ସହ ସାକ୍ଷାତ ଉପରେ ସମସ୍ତଙ୍କ ନଜର? ଜାଣନ୍ତୁ ସମ୍ପୂର୍ଣ୍ଣ ଖବର

ନୂଆଦିଲ୍ଲୀ/ତେହରାନ,୧୪।୮: ଇରାନ ରାଷ୍ଟ୍ରପତି ମାସୁଦ ପେଜେସ୍କିଆନ ଆସନ୍ତା ମାସରେ ଭାରତ ଗସ୍ତରେ ଆସୁଛନ୍ତି। ସେ ସେପ୍ଟେମ୍ବର 12-13 ରେ ଦିଲ୍ଲୀରେ ଅନୁଷ୍ଠିତ ହେବାକୁ ଥିବା BRICS ସମ୍ମିଳନୀରେ…

ପାନୀୟ ଜଳ ପାଇଁ ଯିବାକୁ ପଡୁଛି ୨ କିମି, ଏସ୍‌ଡିପିଓ କହିଲେ ଯୁଦ୍ଧକାଳୀନ ଭିତ୍ତିରେ ଆଜି…

କେସିଙ୍ଗା,୧୪ା୮(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର ମଖାପଳା ଗ୍ରାମରେ ଦୀର୍ଘଦିନରୁ ପାନୀୟଜଳ ସମସ୍ୟା ରହିଛି। ଏହି ଅଞ୍ଚଳରେ ନଳକୂପ ଖୋଳିଲେ ମଧ୍ୟ ପାଣି ବାହାରୁନାହିଁ। ଗ୍ରାମରୁ…

‘ତୁମର ଜାତି କ’ଣ, ତୁମେ କୋଭିଡ ଟିକା କେଉଁଠାରୁ ନେଇଛ…’; ଜନଗଣନାରେ ପଚରାଯିବ ଏମିତି ୪୦ ପ୍ରଶ୍ନ, ବିଜ୍ଞପ୍ତି ଜାରି

ନୂଆଦିଲ୍ଲୀ,୧୪।୮: କେନ୍ଦ୍ର ସରକାର ୨୦୨୭ ଜନଗଣନାର ଦ୍ୱିତୀୟ ପର୍ଯ୍ୟାୟ ପାଇଁ ୪୦ଟି ପ୍ରଶ୍ନ ଚୂଡ଼ାନ୍ତ କରିଛନ୍ତି। ଏହି ପ୍ରକ୍ରିୟା ସମୟରେ, ଅନୁସୂଚିତ ଜାତି (SC), ଅନୁସୂଚିତ ଜନଜାତି…

ତାଳଚେର-ପୁରୀ ମେମୁ ପାସେଞ୍ଜର ଲାଇନ୍‌ଚ୍ୟୁତ

ପୁରୀ,୧୪ା୮(ଅଜିତ କୁମାର ମହାନ୍ତି): ପୁରୀ ଷ୍ଟେଶନ ନିକଟରେ ତାଳଚେରରୁ ପୁରୀ ଆସୁଥିବା ମେମୁ ପାସେଞ୍ଜର ଟ୍ରେନ ପୁରୀ ଷ୍ଟେଶନରୁ ମାତ୍ର ୫୦୦ ମିଟର ଦୂରରେ ଲାଇନଚ୍ୟୁତ ହୋଇଛି।…

କାଲିଠୁ ୩ହଜାର ଟଙ୍କାରେ କିଣିବେ ସିଲିଣ୍ଡର! ଆଜି ରାତି ୧୨ଟା ପୂର୍ବରୁ କରନ୍ତୁ ଏହି କାମ; ନହେଲେ…

ଯଦି ଆପଣ ଏପର୍ଯ୍ୟନ୍ତ ନିଜର ଏଲ୍‌ପିଜି (LPG) କନେକ୍ସନର ଇ-କେୱାଇସି (e-KYC) କରିନାହାନ୍ତି, ତେବେ ୧୬ ଅଗଷ୍ଟ ୨୦୨୬ ପୂର୍ବରୁ ଏହି କାମ ନିଶ୍ଚୟ ଶେଷ କରିନିଅନ୍ତୁ।…

ବରାଳ ବାଲୁଙ୍କେଶ୍ୱର ମନ୍ଦିର ବିକାଶ ପାଇଁ ୮୫ ଲକ୍ଷ ଟଙ୍କା ମଞ୍ଜୁର

ସାକ୍ଷୀଗୋପାଳ,୧୪ା୮(କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ପୁରୀ ଜିଲା ସତ୍ୟବାଦୀ ବ୍ଲକର ବରାଳ ଗ୍ରାମର ପୁରାଣ ପ୍ରସିଦ୍ଧ ବାଲୁଙ୍କେଶ୍ୱର ଦେବ ମନ୍ଦିରକୁ ଦିନକୁ ଦିନ ଶ୍ରଦ୍ଧାଳୁମାନଙ୍କ ସମାଗମ ବୃଦ୍ଧି…

କମାଲ କଲେ ସନ୍ନି-ପ୍ରୀତି ଯୋଡ଼ି: ଦର୍ଶକଙ୍କୁ ଲୁହରେ ଭିଜାଇଲା ବିଭାଜନର ଯନ୍ତ୍ରଣା

ସ୍ବାଧୀନତା ଦିବସର ବିଶେଷ ଅବସରରେ ନିର୍ଦ୍ଦେଶକ ରାଜକୁମାର ସନ୍ତୋଷୀଙ୍କ ବହୁ ପ୍ରତୀକ୍ଷିତ ଚଳଚ୍ଚିତ୍ର ‘ବଣ୍ଟୱାରା ୧୯୪୭’ ସିନେମା ଘରେ ମୁକ୍ତିଲାଭ କରିଛି। ଭାରତ ବିଭାଜନର କଷ୍ଟକର ଏବଂ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri