ଗ୍ରୀଲ୍‌ ଭାଙ୍ଗି ଲକ୍ଷାଧିକ ଟଙ୍କା, ସୁନା ଅଳଙ୍କାର ଲୁଟିନେଲେ ଦୁର୍ବୃତ୍ତ

ନିରାକାରପୁର,୧୩ା୩(ମାନସ ଚନ୍ଦ୍ର ପଟ୍ଟନାୟକ): ରାତିରେ ସମସ୍ତେ ଘରେ ଶୋଇଥିବା ସମୟରେ ଗ୍ରୀଲ୍‌ ଭାଙ୍ଗି କେହି ଦୁର୍ବୃତ୍ତ ଲକ୍ଷାଧିକ ଟଙ୍କା ସମେତ ସୁନା ଅଳଙ୍କାର ଲୁଟ୍‌ କରି ନେଇଥିବା ନେଇ ନିରାକାରପୁର ଥାନାରେ ଲିଖିତ ଅଭିଯୋଗ ହୋଇଛି। ଏଭଳି ଅଭିଯୋଗ କରିଛନ୍ତି ଖୋର୍ଦ୍ଧା ଜିଲା ନିରାକାରପୁରଥାନା ରାମେଶ୍ୱର ପଞ୍ଚାୟତ ଅଧିନସ୍ଥ ମଧୁବନ-ତଳସାହିର ବୀର ରଣସିଂ। ତାଙ୍କ ଅଭିଯୋଗ ଅନୁଯାୟୀ, ରିବାରବର୍ଗ ମଙ୍ଗଳବାର ରାତିରେ ଖାଇପିଇ ଶୋଇଥିବା ଅବସ୍ଥାରେ କେହି ଦୁର୍ବୃତ୍ତ ଗ୍ରୀଲ୍‌ ଭାଙ୍ଗି ଟ୍ରଙ୍କରେ ଥିବା ନଗଦ ୧ଲକ୍ଷ ଟଙ୍କା ଓ ସୁନା ଅଳଙ୍କାର ଲୁଟି ନେଇଥିବା ନେଇ ଚତୁଃପାର୍ଶ୍ୱ ଖୋଜାଖୋଜି କରିଥିଲେ। ବହୁ ଖୋଜାଖୋଜି ପରେ ସ୍ଥାନୀୟ ଗହିର ବିଲରେ ଟ୍ରଙ୍କଟି ଖୋଲା ହୋଇପଡ଼ିଛି। ସେଥିରେ ଟଙ୍କା କିମ୍ବା ଗହଣା ନ ଥିବା ବେଳେ କେବଳ ଲୁଗାପଟା ଖେଳେଇ ହୋଇ ପଡ଼ିଥିବା ଦେଖିବାକୁ ପାଇ ଥାନାରେ ଲିଖିତ ଅଭିଯୋଗ କରିଛନ୍ତି। ଖବରପାଇ ଘଟଣାସ୍ଥଳରେ ନିରାକାରପୁର ଥାନା ଅଧିକାରୀ ବିଶ୍ୱଜିତ୍‌ ରାଉତରାୟ ପହଞ୍ଚି ଛାନ୍‌ଭିନ୍‌ ଆରମ୍ଭ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଟି୨୦ ବିଶ୍ୱକପ୍‌: ବାଂଲାଦେଶକୁ ହରାଇ ଭାରତର ତୃତୀୟ ବିଜୟ

ମାଞ୍ଚେଷ୍ଟର,୨୫ା୬: ଶେଫାଳି ବର୍ମାଙ୍କ ବିସ୍ଫୋରକ ଅର୍ଦ୍ଧଶତକ ବଳରେ ଗୁରୁବାର ଖେଳାଯାଇଥିବା ବାଂଲାଦେଶ ବିପକ୍ଷ ମହିଳା ଟି୨୦ ବିଶ୍ୱକପ୍‌ ମ୍ୟାଚ୍‌କୁ ଭାରତ ୫ ଉଇକେଟରେ ଜିତି ନେଇଛି। ବାଂଲାଦେଶ…

ଭଞ୍ଜନଗର ରୋଟାରୀ କ୍ଲବର ୧୮ ତମ ବାର୍ଷିକ ଉତ୍ସବ: ଜନହିତକର କାର୍ଯ୍ୟ ପାଇଁ ସଂକଳ୍ପ, ଜୁଲାଇ ୧ରୁ ଦାୟିତ୍ୱ ନେବେ…

ଭଞ୍ଜନଗର, ୨୫।୬(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ରୋଟାରୀ କ୍ଲବର ୧୮ ତମ ବାର୍ଷିକ ଉତ୍ସବ ଗୁରୁବାର ରାତିରେ ବେଶ୍‌ ଉତ୍ସାହର ସହ ଅନୁଷ୍ଠିତ ହୋଇଯାଇଛି। ଏହି…

ସାଇକେଲରେ ଶବ ବୋହିବା ଘଟଣା: ପ୍ରଶାସନିକ ତତ୍ପରତା,ଶୋକସନ୍ତପ୍ତ ପରିବାରକୁ ଭେଟି…

ପାଇକମାଳ,୨୫।୬(ବଡ଼ ଶତପଥୀ)- ବରଗଡ଼ ଜିଲା ପାଇକମାଳ ବ୍ଲକ ଅନ୍ତର୍ଗତ କଣ୍ଟାପଡ଼ା ଗ୍ରାମରେ ଘଟିଥିବା ଏକ ଅଭାବନୀୟ ଘଟଣାରେ ଜିଲା ଓ ବ୍ଲକ ପ୍ରଶାସନ ପକ୍ଷରୁ ତୁରନ୍ତ ସହାୟତାର…

ଅଭିନବ ବିକାଶ ମେଳାରେ ଚରମ ଅବ୍ୟବସ୍ଥା: ପ୍ରକୃତ ହିତାଧିକାରୀ ବଞ୍ଚିତ, ଅଧାରୁ ସଭା ଛାଡ଼ିଲେ…

ଥୁଆମୂଳ ରାମପୁର, ୨୫।୬ (ଦୁର୍ଗା କୀର୍ତ୍ତି): ରାଜ୍ୟ ସରକାରଙ୍କ ଦୁଇ ବର୍ଷ ପୂର୍ତ୍ତି ଉପଲକ୍ଷେ “ବିକାଶର ଧାରା ଓଡ଼ିଶା ସାରା” ଅଭିଯାନର ବ୍ଲକ ସ୍ତରୀୟ ସମ୍ବୀଳନୀ ଗୁରୁବାର…

ସ୍କୁଲକୁ ବିଳମ୍ବରେ ଆସିବା ପଡ଼ିଲା ମହଙ୍ଗା

ଉମରକୋଟ, ୨୫।୬(ସନ୍ତୋଷ ଶତପଥୀ): ଜଣେ ଶିକ୍ଷକ ସ୍କୁଲକୁ ପ୍ରତିଦିନ ବିଳମ୍ବରେ ଆସୁଥିବା ଅଭିଯୋଗ ହେବା ପରେ ଗୁରୁବାର ଉମରକୋଟ ବିଇଓ ତାଙ୍କର ଦରମା ବନ୍ଦ କରିଛନ୍ତି। ଏଥିସହ…

ଇଚ୍ଛାମୃତ୍ୟୁ ଆବେଦନ ପରେ ଚେତିଲା ପ୍ରଶାସନ: ଯୁବଚାଷୀ ଗୋପାଳକୃଷ୍ଣଙ୍କ ପରିବାରକୁ ୨୦ ହଜାର ଟଙ୍କାର ଚିକିତ୍ସା ସହାୟତା

ବରଗଡ଼,୨୫।୬(ପ୍ରେମାନନ୍ଦ ଖମାରୀ)- ଧାନବିକ୍ରି ଟୋକନ ପାଇବାରୁ ବଞ୍ଚିତ ହେବା ପରେ ବରଗଡ଼ ଜିଲା ପଦ୍ମପୁର ଉପଖଣ୍ଡ ମେଲଛାମୁଣ୍ଡା ଗ୍ରାମର ଯୁବଚାଷୀ ଗୋପାଳକୃଷ୍ଣ ସାହୁ ଇଚ୍ଛାମୃତ୍ୟୁ ପାଇଁ ଆବେଦନ…

ମେଡିକାଲରୁ ଚମ୍ପଟ ମାରିଲେ ଅଭିଯୁକ୍ତ

ମାଲକାନଗିରି,୨୫।୬(ଦୁର୍ଯ୍ୟୋଧନ ପାତ୍ର): ଗଞ୍ଜେଇ ଚୋରା ଚାଲାଣ ମାମଲାରେ ଗିରଫ ହୋଇଥିବା ଜଣେ ଅଭିଯୁକ୍ତଙ୍କୁ ପୋଲିସ ଗୁରୁବାର ମେଡିକାଲ ଚେକ୍‌ଅପ୍‌ ପାଇଁ ନେଉଥିବା ବେଳେ ଚିକିତ୍ସାଳୟ ନିକଟରୁ ସେ…

Ketan Murder Case:ପିତାଙ୍କ ଗୁହାରି, କହିଲେ ଝିଅକୁ ଦିଆଯାଉ ଫାଶୀ!

ପୁଣେ,୨୫।୬: ପୁଣେରେ ହାଇପ୍ରୋଫାଇଲ କେତନ ଅଗ୍ରୱାଲ ହତ୍ୟା ମାମଲାର ତଦନ୍ତ ଆଗକୁ ବଢ଼ିବା ସହିତ, ମାମଲାର ନୂତନ ଦିଗ ସାମ୍ନାକୁ ଆସୁଛି। ଏବେ, ମାମଲାର ମୁଖ୍ୟ ଅଭିଯୁକ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri