ତାଲା ଭାଙ୍ଗି ଆର୍ମି ଅଫିସରଙ୍କ ଘରୁ ସବୁ ଲୁଟିନେଲେ ଦୁର୍ବୃତ୍ତ

ବାଲିଗୁଡ଼ା,୧ା୩(ଡି.ଏନ୍‌.ଏ.): କନ୍ଧମାଳ ଜିଲା ବାଲିଗୁଡ଼ା ଥାନା ଅଞ୍ଚଳରେ ଦିନକୁ ଦିନ ଚୋରି, ଡକାୟତି ବୃଦ୍ଧି ପାଇବାରେ ଲାଗିଛି। ମଙ୍ଗଳବାର ରାତିରେ ବାଲିଗୁଡ଼ା ଏନ୍‌ଏସି ଅନ୍ତର୍ଗତ ୨ ନଂ ଓ୍ବାର୍ଡର ଜାମପଦା ସାହିର ଜଣେ ଆର୍ମି ଅଫିସରଙ୍କ ଘରୁ ଚୋରି ହୋଇଥିବା ଜଣାପଡ଼ିଛି।

ସୂଚନାନୁଯାୟୀ, ଜାମପଦା ସାହିର ଆର୍ମି ଜେସିଓ ଚନ୍ଦ୍ର ପ୍ରକାଶ ପ୍ରଧାନଙ୍କ ଘରେ କେହି ନ ଥିବା ବେଳେ ମଙ୍ଗଳବାର ବିଳମ୍ବିତ ରାତିରେ କେହି ଦୁର୍ବୃତ୍ତ ତାଙ୍କ ଘରର ମୁଖ୍ୟ ଓ ଭିତର ଫାଟକ ତାଲା ଭାଙ୍ଗି ଘରେ ପଶି ଆଲମିରା ଭାଙ୍ଗି ସେଥିରେ ଥିବା ପ୍ରାୟ ୪ ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କା ମୂଲ୍ୟର ସୁନା ଅଳଙ୍କାର ଲୁଟି ନେଇଥିବା ଅଭିଯୋଗ ହୋଇଛି। ବୁଧବାର ସମ୍ପୃକ୍ତ ଆର୍ମି ଅଫିସରଙ୍କ ଭାଇ ଘର ନିକଟକୁ ଆସିବା ପରେ ଘରର ତାଲା ଭଙ୍ଗାଯାଇଥିବା ସହ ଆଲମିରା ଭଙ୍ଗା ଯାଇଥିବା ଦେଖି ବାଲିଗୁଡ଼ା ଥାନା ପୋଲିସକୁ ସୂଚନା ଦେଇଥିଲେ। ଖବରପାଇ ଘଟଣାସ୍ଥଳରେ ବାଲିଗୁଡ଼ା ଥାନା ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଥିବା ଜଣାପଡ଼ିଛି। ଗତ ୨୩ ତାରିଖରେ ବାଲିଗୁଡ଼ା ସୁନାପାଙ୍ଗା ସାହିର ସ୍ବପ୍ନେଶ୍ବର ସାହୁଙ୍କ ଘରୁ ମଧ୍ୟ ବଡ଼ ଧରଣର ଲୁଟ୍‌ ହୋଇଥିବା ଅଭିଯୋଗ ହୋଇଥିଲା। ଘଟଣାର ସପ୍ତାହେ ନ ପୂରୁଣୁ ପୁଣି ଗତକାଲି ରାତିରେ ଆଉ ଏକ ଲୁଟ୍‌ ହୋଇଥିବା ଘଟଣାକୁ ନେଇ ଅଞ୍ଚଳବାସୀଙ୍କ ମଧ୍ୟରେ କୋକୁଆ ଭୟ ସୃଷ୍ଟି ହୋଇଛି। ଗୋଟିଏ ପଟେ ଦିନକୁ ଦିନ ବାଲିଗୁଡ଼ା ଅଞ୍ଚଳରେ ଚୋରି, ଡକାୟତି ଘଟଣା ବୃଦ୍ଧି ପାଉଥିବା ବେଳେ ପୂର୍ବରୁ ଜଣଙ୍କୁ ଗିରଫ କରିଥିବା ବେଳେ ଗତକାଲି ଏକ ଡକାୟତି ଗ୍ୟାଙ୍ଗର ଆଉ ଦୁଇଜଣଙ୍କୁ ଗିରଫ କରିବାରେ ସକ୍ଷମ ହୋଇଛି ପୋଲିସ। ଅନ୍ୟପଟେ ଏହି ସବୁ ଘଟଣାରେ ଆଉ କେଉଁ ଗ୍ୟାଙ୍ଗର ସମ୍ପୃକ୍ତି ରହିଛି ତାହା ପୋଲିସ ପାଇଁ ମୁଣ୍ଡ ବିନ୍ଧାର କାରଣ ହୋଇଛି। ସମସ୍ତ ଘଟଣାକୁ ନେଇ ଡକାୟତି ଗ୍ୟାଙ୍ଗକୁ ଧରିବା ଓ ଘଟଣାର ପର୍ଦ୍ଦାଫାଶ କରିବା ପୋଲିସ ପାଇଁ ଏବେ ବଡ଼ ଚ୍ୟାଲେଞ୍ଜ ସୃଷ୍ଟି କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଥୁଆମୂଳ ରାମପୁର ପୋଲିସର କାର୍ଯ୍ୟାନୁଷ୍ଠାନ, ୩ଟି ବାଲି ବୋଝେଇ ହାଇୱା ଜବତ

ଥୁଆମୂଳ ରାମପୁର, ୧୫ା୨ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ପୋଲିସ ପକ୍ଷରୁ ବେଆଇନ ବାଲି ଚୋରା ଚାଲାଣ ବିରୋଧରେ ଏକ ବଡ଼ ଧରଣର…

ଜାତୀୟ ସମ୍ମିଳନୀରେ ଯୋଗ ଦେବେ ଆଇନଜୀବୀ ହରପ୍ରସାଦ

ଦିଗପହଣ୍ଡି,୧୫ା୨(ଅଶେଷ ନାଥ ମିଶ୍ର): ଭାରତୀୟ ସାଂସ୍କୃତିକ ସହଯୋଗ ଓ ମୈତ୍ରୀ ସମିତି (ଇସକଫ)ର ଜାତୀୟ ସମ୍ମିଳନୀରେ ଯୋଗଦେବାକୁ ଆଇନଜୀବୀ ହରପ୍ରସାଦ ରଥ ତାମିଲନାଡୁ ଗସ୍ତ କରିବେ ବୋଲି…

ଜାଗରରେ ବିଭତ୍ସ ହତ୍ୟା, ବଡ଼ ଭାଇକୁ କଟୁରୀରେ ହାଣିଲେ ସାନ ଭାଇ

ପାଲଲହଡା,୧୫ା୨(ଦିବ୍ୟଜ୍ୟୋତି ଦାଶ): ବଡ଼ ଭାଇକୁ ହତ୍ୟା କଲେ ସାନ ଭାଇ । କଟୁରୀରେ ବେକ କାଟି ହତ୍ୟା କଲେ ସାନ ଭାଇ। ମୃତକ ଜଣକ ହେଲେ ଲିପୁ…

IND VS PAK: ଭାରତ-ପାକ୍‌ ମ୍ୟାଚ୍‌ ପୂର୍ବରୁ ପ୍ରେମଦାସା ଷ୍ଟାଡିୟମରେ ସାପ ଆତଙ୍କ; ପାକିସ୍ତାନ ଡଗ୍‌ଆଉଟ୍‌ରେ…

କଲମ୍ବୋ,୧୫।୨: କଲମ୍ବୋର ଆର. ପ୍ରେମଦାସା ଷ୍ଟାଡିୟମରେ ଭାରତ ଏବଂ ପାକିସ୍ତାନ ମଧ୍ୟରେ ହେବାକୁ ଥିବା ମହାନ ମୁକାବିଲା ପୂର୍ବରୁ ଏକ ଅଭାବନୀୟ ଚିତ୍ର ସାମ୍ନାକୁ ଆସିଛି। କ୍ରିକେଟର…

ପ୍ରତିଦିନ ଖାଆନ୍ତୁ ଦୁଇ ପାଖୁଡା ରସୁଣ, ରକ୍ତଚାପ ନିୟନ୍ତ୍ରଣ ସହିତ ଭଲ ରହିବ…

ରସୁଣରେ ଆଲିସିନ୍, ମାଙ୍ଗାନିଜ୍, ଭିଟାମିନ୍ ବି୬, ଭିଟାମିନ୍ ସି, ସେଲେନିୟମ୍, ଫାଇବର, କ୍ୟାଲସିୟମ୍, ପୋଟାସିୟମ୍, ଆଇରନ୍ ଏବଂ କପର ସମେତ ଅନେକ ପୁଷ୍ଟିକର ତତ୍ତ୍ୱ ଯଥେଷ୍ଟ ପରିମାଣରେ…

ନବୀନ ଦେଲେ ଗୁରୁ ଦାୟିତ୍ବ: ସବିତା ପ୍ରଧାନ କଳାହାଣ୍ଡି ବିଜେଡି ମହିଳା ସଭାନେତ୍ରୀ

ଭବାନୀପାଟଣା,୧୫।୨(ଉତ୍ତମ କୁମାର ଦାଶ)-ରାଜ୍ୟ ସଭାପତି ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ରବିବାର ରାଜ୍ୟର ବିଭିନ୍ନ ଜିଲାର ମହିଳା ସଭାନେତ୍ରୀଙ୍କ ନାମ ଘୋଷଣା କରିଛନ୍ତି। ଏହି କ୍ରମରେ…

PM Kisan:  ଆସିଲା ବଡ଼ ଅପଡେଟ୍‌: ଏହି ଦିନ ଚାଷୀଙ୍କ ଖାତାକୁ ଆସିବ ୨୦୦୦ ଟଙ୍କା… 

ନୂଆଦିଲ୍ଲୀ,୧୫।୨: ଦେଶର କ୍ଷୁଦ୍ର ଓ ନାମମାତ୍ର ଚାଷୀଙ୍କୁ ଆର୍ଥିକ ସହାୟତା ଯୋଗାଇବା ପାଇଁ ପ୍ରଧାନମନ୍ତ୍ରୀ ମୋଦୀଙ୍କ ଦ୍ୱାରା ଆରମ୍ଭ କରାଯାଇଥିବା ପିଏମ-କିଷାନ ଯୋଜନାର ପରବର୍ତ୍ତୀ କିସ୍ତି ଖୁବ୍‌ଶୀଘ୍ର…

ପୁରୀ ସମୁଦ୍ର କୂଳରେ ଅଘଟଣ, ସ୍ନାନ ବେଳେ ୫ ପର୍ଯ୍ୟଟକ ବୁଡ଼ି…..

ପୁରୀ,୧୫ା୨(ଅଜିତ୍ କୁମାର ମହାନ୍ତି):  ପୁଣି ପୁରୀ ସମୁଦ୍ରରେ ସ୍ନାନ ବେଳେ ଅଘଟଣ । ସମୁଦ୍ର କୂଳର ସେକ୍ଟର ୨ ଓ ସେକ୍ଟର୧୦ରେ ବୁଡୁବୁଡୁ ପର୍ଯ୍ୟଟକମାନେ ବଞ୍ଚିଯାଇଛନ୍ତି ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri