ତାଲା ଭାଙ୍ଗି ଆର୍ମି ଅଫିସରଙ୍କ ଘରୁ ସବୁ ଲୁଟିନେଲେ ଦୁର୍ବୃତ୍ତ

ବାଲିଗୁଡ଼ା,୧ା୩(ଡି.ଏନ୍‌.ଏ.): କନ୍ଧମାଳ ଜିଲା ବାଲିଗୁଡ଼ା ଥାନା ଅଞ୍ଚଳରେ ଦିନକୁ ଦିନ ଚୋରି, ଡକାୟତି ବୃଦ୍ଧି ପାଇବାରେ ଲାଗିଛି। ମଙ୍ଗଳବାର ରାତିରେ ବାଲିଗୁଡ଼ା ଏନ୍‌ଏସି ଅନ୍ତର୍ଗତ ୨ ନଂ ଓ୍ବାର୍ଡର ଜାମପଦା ସାହିର ଜଣେ ଆର୍ମି ଅଫିସରଙ୍କ ଘରୁ ଚୋରି ହୋଇଥିବା ଜଣାପଡ଼ିଛି।

ସୂଚନାନୁଯାୟୀ, ଜାମପଦା ସାହିର ଆର୍ମି ଜେସିଓ ଚନ୍ଦ୍ର ପ୍ରକାଶ ପ୍ରଧାନଙ୍କ ଘରେ କେହି ନ ଥିବା ବେଳେ ମଙ୍ଗଳବାର ବିଳମ୍ବିତ ରାତିରେ କେହି ଦୁର୍ବୃତ୍ତ ତାଙ୍କ ଘରର ମୁଖ୍ୟ ଓ ଭିତର ଫାଟକ ତାଲା ଭାଙ୍ଗି ଘରେ ପଶି ଆଲମିରା ଭାଙ୍ଗି ସେଥିରେ ଥିବା ପ୍ରାୟ ୪ ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କା ମୂଲ୍ୟର ସୁନା ଅଳଙ୍କାର ଲୁଟି ନେଇଥିବା ଅଭିଯୋଗ ହୋଇଛି। ବୁଧବାର ସମ୍ପୃକ୍ତ ଆର୍ମି ଅଫିସରଙ୍କ ଭାଇ ଘର ନିକଟକୁ ଆସିବା ପରେ ଘରର ତାଲା ଭଙ୍ଗାଯାଇଥିବା ସହ ଆଲମିରା ଭଙ୍ଗା ଯାଇଥିବା ଦେଖି ବାଲିଗୁଡ଼ା ଥାନା ପୋଲିସକୁ ସୂଚନା ଦେଇଥିଲେ। ଖବରପାଇ ଘଟଣାସ୍ଥଳରେ ବାଲିଗୁଡ଼ା ଥାନା ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଥିବା ଜଣାପଡ଼ିଛି। ଗତ ୨୩ ତାରିଖରେ ବାଲିଗୁଡ଼ା ସୁନାପାଙ୍ଗା ସାହିର ସ୍ବପ୍ନେଶ୍ବର ସାହୁଙ୍କ ଘରୁ ମଧ୍ୟ ବଡ଼ ଧରଣର ଲୁଟ୍‌ ହୋଇଥିବା ଅଭିଯୋଗ ହୋଇଥିଲା। ଘଟଣାର ସପ୍ତାହେ ନ ପୂରୁଣୁ ପୁଣି ଗତକାଲି ରାତିରେ ଆଉ ଏକ ଲୁଟ୍‌ ହୋଇଥିବା ଘଟଣାକୁ ନେଇ ଅଞ୍ଚଳବାସୀଙ୍କ ମଧ୍ୟରେ କୋକୁଆ ଭୟ ସୃଷ୍ଟି ହୋଇଛି। ଗୋଟିଏ ପଟେ ଦିନକୁ ଦିନ ବାଲିଗୁଡ଼ା ଅଞ୍ଚଳରେ ଚୋରି, ଡକାୟତି ଘଟଣା ବୃଦ୍ଧି ପାଉଥିବା ବେଳେ ପୂର୍ବରୁ ଜଣଙ୍କୁ ଗିରଫ କରିଥିବା ବେଳେ ଗତକାଲି ଏକ ଡକାୟତି ଗ୍ୟାଙ୍ଗର ଆଉ ଦୁଇଜଣଙ୍କୁ ଗିରଫ କରିବାରେ ସକ୍ଷମ ହୋଇଛି ପୋଲିସ। ଅନ୍ୟପଟେ ଏହି ସବୁ ଘଟଣାରେ ଆଉ କେଉଁ ଗ୍ୟାଙ୍ଗର ସମ୍ପୃକ୍ତି ରହିଛି ତାହା ପୋଲିସ ପାଇଁ ମୁଣ୍ଡ ବିନ୍ଧାର କାରଣ ହୋଇଛି। ସମସ୍ତ ଘଟଣାକୁ ନେଇ ଡକାୟତି ଗ୍ୟାଙ୍ଗକୁ ଧରିବା ଓ ଘଟଣାର ପର୍ଦ୍ଦାଫାଶ କରିବା ପୋଲିସ ପାଇଁ ଏବେ ବଡ଼ ଚ୍ୟାଲେଞ୍ଜ ସୃଷ୍ଟି କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଅମରେନ୍ଦ୍ରଙ୍କୁ ଖୋଲା ଚ୍ୟାଲେଞ୍ଜ କଲେ ଚିରଞ୍ଜୀବ

ଜଗତ୍‌ସିଂହପୁର, ୨୫ା୪(ପ୍ରମୋଦ କୁମାର ନାୟକ)ବରିଷ୍ଠ କଂଗ୍ରେସ ନେତା ଚିରଞ୍ଜୀବ ବିଶ୍ୱାଳ ଦଳ ଛାଡ଼ି ବିଜେଡିରେ ମିଶିଥିଲେ ସୁଦ୍ଧା ୨୦୨୪ ସାଧାରଣ ନିର୍ବାଚନରେ ପ୍ରାର୍ଥୀ ହୋଇନାହାନ୍ତି। କିନ୍ତୁ...

ସୁରକ୍ଷାକର୍ମୀଙ୍କ ଏନ୍‌କାଉଣ୍ଟରେ ଟଳିପଡିଲେ ୨ ମାଓବାଦୀ

ଘଣ୍ଟାପଡ଼ା, ୨୫।୪: (ପ୍ରଭାତ କୁମାର ସାହୁ): କଣ୍ଟାମାଳ ଥାନା ଅନ୍ତର୍ଗତ ବରଗାଁ ପଞ୍ଚାୟତର ପାଢ଼େଲ ଡ୍ୟାମ ନିକଟ ଜଙ୍ଗଲରେ ଗୁରୁବାର ଏସଓଜିଓ ଡିଭିଏଫ ମିଳିତ କମ୍ବିଂ...

‘କେନ୍ଦ୍ର ପାଇଁ ଓଡ଼ିଶା କେବଳ ଏକ ବିନ୍ଦୁ’

ଛେଣ୍ଡିପଦା, ୨୫।୪ (ଅଜିତ ଧଳ)/ ଅନୁଗୋଳ, (ଅମିତ କୁମାର ସାମଲ)ସମ୍ବଲପୁର ବିଜେଡି ଏମ୍‌ପି ପ୍ରାର୍ଥୀ ତଥା ବିଜେଡି ରାଜ୍ୟ ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ...

ବାରବାଟୀ-କଟକ ନଚେତ ସାଲେପୁରରୁ ପ୍ରାର୍ଥୀ ହୋଇପାରନ୍ତି ଅରିନ୍ଦମ

କଟକ, ୨୫ା୪(ଶିଳ୍ପା ପ୍ରିୟଦର୍ଶିନୀ)ଆସନ୍ତା ନିର୍ବାଚନ ପାଇଁ ଭାଜପା ପକ୍ଷରୁ ଷ୍ଟାର୍‌ ପ୍ରଚାରକ ତାଲିକା ପ୍ରକାଶ ପାଇବା ପରେ ଏବେ ରୋଚକ ମୋଡ ନେବାରେ ଲାଗିଛି କଟକ...

ରୋଚକ ସ୍ଥିତିରେ ତ୍ରିମୁଖୀ ଲଢ଼େଇ

ନୟାଗଡ଼,୨୫।୪(ଲୋକନାଥ ମିଶ୍ର)ନୟାଗଡ଼ ବିଧାନସଭା କ୍ଷେତ୍ରରେ ବିଧାୟକ ଅରୁଣ କୁମାର ସାହୁଙ୍କ ଅପରାଜେୟ ରେକର୍ଡ ଭାଙ୍ଗିବାକୁ ଭାଜପା ଓ କଂଗ୍ରେସ ପକ୍ଷରୁ ଉଦ୍ୟମ ଆରମ୍ଭ ହୋଇଛି। ଅରୁଣ...

ଭାଜପାରୁ ପ୍ରାର୍ଥୀ ହେବେ ସୌମ୍ୟରଞ୍ଜନ!

ଘସିପୁରା(ନିରଞ୍ଜନ ସାହୁ)/ରାମଚନ୍ଦ୍ରପୁର (ଗଣେଶ୍ୱର ସା),୨୫।୪: କେନ୍ଦୁଝର ଜିଲା ଘଷିପୁରା ବିଧାନସଭା ନିର୍ବାଚନମଣ୍ଡଳୀରେ ବିଜେଡି ପୂର୍ବତନ ମନ୍ତ୍ରୀ ତଥା ବିଧାୟକ ବଦ୍ରି ନାରାୟଣ ପାତ୍ରଙ୍କୁ ପ୍ରାର୍ଥୀ କରିଥିବା...

ଖେଳିବା ବୟସରେ ହାତରେ ଭିକ୍ଷାଥାଳ

ରାଉରକେଲା,୨୫ା୪(ବିପ୍ଲବ ରଞ୍ଜନ ଦାଶ)ରାଉରକେଲାର ପ୍ରସିଦ୍ଧ ବେଦବ୍ୟାସ ପୀଠରେ କୋମଳମତି ପିଲାମାନେ ଭିକ୍ଷାଥାଳ ଧରି ଭିକ୍ଷାବୃତ୍ତି କରୁଛନ୍ତି। ଚିନ୍ତାର ବିଷୟ, ଯେଉଁ କୋମଳମତି ଶିଶୁମାନେ ଭିକ୍ଷାବୃତ୍ତି କରୁଛନ୍ତି...

ମେ ୧୦ରୁ ରବିଧାନ ସଂଗ୍ରହ

ସମ୍ବଲପୁର,୨୫ା୪(ପ୍ରମୋଦ ବହିଦାର)ଆସନ୍ତା ମେ ୧୦ରୁ ସମ୍ବଲପୁର ଜିଲାରେ ଚଳିତବର୍ଷ ରବିଧାନ ସଂଗ୍ରହ ପ୍ରକ୍ରିୟା ଆରମ୍ଭ ହେବ। ଜିଲାପାଳଙ୍କ ସମ୍ମିଳନୀ କକ୍ଷରେ ବୁଧବାର ଅନୁଷ୍ଠିତ ଧାନ ସଂଗ୍ରହ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri