ନ୍ୟାୟ ଦାବିରେ ଉତ୍ତ୍ୟକ୍ତ ଲୋକଙ୍କ ଉନ୍ମତ୍ତକାଣ୍ଡ: ତହସିଲଦାରଙ୍କ ଗାଡ଼ି ଭାଙ୍ଗିଲେ, ପୋଲିସକୁ ମରଣାନ୍ତକ ଆକ୍ରମଣ

ବାରିପଦା,୧୩ା୩(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବହଳଦା ଥାନା ଅଞ୍ଚଳରେ ଜଣେ ନାବାଳିକାକୁ ଅସଦାଚରଣକୁ ନେଇ ଅଭାବନୀୟ ଘଟଣା ଘଟିଛି। ଅଞ୍ଚଳବାସୀ ନ୍ୟାୟ ଦାବିରେ ଜାତୀୟ ରାଜପଥ ୨୨୦କୁ ଅବରୋଧ କରିବା ସହିତ ଉତ୍ତେଜନା ପ୍ରକାଶ ପାଇଥିଲା। ଖବରପାଇ ବହଳଦା ତହସିଲଦାର ଓ ପୋଲିସ ଘଟଣାସ୍ଥଳରେ ପହଞ୍ଚି ବୁଝାଶୁଝା କରିବା ସମୟରେ ଲୋକଙ୍କ ଆକ୍ରୋଶର ଶିକାର ହୋଇଥିଲେ। ତହସିଲଦାରଙ୍କ ଗାଡ଼ି ଭାଙ୍ଗିବା ସହ ପୋଲିସ କର୍ମଚାରୀଙ୍କ ଉପରେ ଅତର୍କିତ ଆକ୍ରମଣ କରିଛନ୍ତି। ଯାହା ଫଳରେ ୯ରୁ ଊର୍ଦ୍ଧ୍ୱ କର୍ମଚାରୀ ଆହତ ହୋଇଥିବା ବେଳେ ଦୁଇଜଣଙ୍କ ଅବସ୍ଥା ଗୁରୁତର ରହିଛି। ସେମାନଙ୍କୁ ବାରିପଦା ପିଆରଏମ୍‌ ମେଡିକାଲକୁ ସ୍ଥାନାନ୍ତର କରାଯାଇଛି।

ରିପୋର୍ଟ ଲେଖା ହେବା ପର୍ଯ୍ୟନ୍ତ ଉତ୍ତେଜନା ଜାରି ରହିଥିବା ବେଳେ ରାସ୍ତା ଅବରୋଧ ବଳବତ୍ତର ରହିଛି। ଏହାକୁ ନେଇ ଜିଲାପାଳ ହେମକାନ୍ତ ସୟ ଓ ଏସ୍‌ପି ବରୁଣ ଗୁଣଣ୍ଠୁପାଲି ପହଞ୍ଚି ପରିସ୍ଥିତି ନିୟନ୍ତ୍ରଣ କରିବାକୁ ପ୍ରୟାସ ଜାରି ରଖିଛନ୍ତି ।

ସୂଚନାଯୋଗ୍ୟ, ଗୁରୁବାର ଅପରାହ୍ନରେ ତିରିଂ ଥାନା ଅଞ୍ଚଳରେ ଜଣେ ନାବାଳିକା ସାଇକେଲରୁ ଘରକୁ ଯାଉଥିଲେ। ଏହି ସମୟରେ ଏକ ଭିନ୍ନ ସମ୍ପ୍ରଦାୟର ଯୁବକ ନାବାଳିକାଙ୍କ ଧକ୍କା ଦେବାରୁ ଉତ୍ତେଜନା ପ୍ରକାଶ ପାଇଥିଲା। ଏହାକୁ ନେଇ ନାବାଳିକାଙ୍କ ପରିବାର ଲୋକେ ଥାନାରେ ଅଭିଯୋଗ କରିଥିଲେ ହେଁ ପୋଲିସ ଅଭିଯୁକ୍ତଙ୍କୁ ଗିରଫ କରି ନ ଥିଲେ। ଯାହାକୁ ନେଇ ତିରିଂ-ବହଳଦା ସଂଯୋଗ କରୁଥିବା ଜାତୀୟ ରାଜପଥ ଉପରେ ଅଞ୍ଚଳବାସୀଙ୍କ ପକ୍ଷରୁ ନ୍ୟାୟ ଦାବିରେ ରାସ୍ତାରୋକୋ କରିଥିଲେ। ଏହି ଘଟଣାକୁ ନେଇ ପୋଲିସ ଓ ତହସିଲଦାର ପହଞ୍ଚି ଉତ୍ତ୍ୟକ୍ତ ଲୋକଙ୍କୁ ବୁଝାଶୁଝା କରିବାକୁ ଚେଷ୍ଟା କରିବା ସମୟରେ ଲୋକେ ଅତର୍କିତ ଆକ୍ରମଣ କରିଥିଲେ। ରିପୋର୍ଟ ଲେଖା ହେବା ପର୍ଯ୍ୟନ୍ତ ରାସ୍ତାରୋକୋ ଜାରି ରହିଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଦିଲ୍ଲୀର ପୁନରାବୃତ୍ତି ଓଡ଼ିଶା ନ ହେଉ: ମିଳିମିଶି…

ଭଞ୍ଜନଗର, ୧୩।୩(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡ ଗାଲେରୀ ରେଞ୍ଜରେ ଶୁକ୍ରବାର ବନାଗ୍ନି ପ୍ରଶମନ ଓ ପରିଚାଳନା ନିମନ୍ତେ ଏକ ସଚେତନତା ସଭା ହୋଇଥିଲା।…

କ୍ରିକେଟ ଟୁର୍ନାମେଣ୍ଟ: ଧରାକୋଟ ଟିମ୍‌ ଚାମ୍ପିୟନ

ଧରାକୋଟ,୧୩ା୩(ବିଷ୍ଣୁ କେଶରୀ ଆଚାର୍ଯ୍ୟ): ସୋରଡା ଋଷିକୁଲ୍ୟା କ୍ରିକେଟ କ୍ଲବ ପକ୍ଷରୁ ଶଶିଭୂଷଣ ମିନି ଷ୍ଟାଡିୟମରେ ଚାଲିଥିବା ୧୬ତମ ଋଷିକୁଲ୍ୟା କ୍ରିକେଟ ଟର୍ନାମେଣ୍ଟ ଉଦ୍‌ଯାପିତ ହୋଇଯାଇଛି । ଫାଇନାଲ…

ରାଗ କେମିତି ନିୟନ୍ତ୍ରଣ କରିବି ଜାଣିପାରୁନାହିଁ…ସଂସଦରେ ଭାବପ୍ରବଣ ହୋଇପଡ଼ିଲେ ଅର୍ଥମନ୍ତ୍ରୀ

ନୂଆଦିଲ୍ଲୀ,୧୩।୩: ସଂସଦର ଉଭୟ ଗୃହରେ ବିରୋଧୀଙ୍କ ହଟ୍ଟଗୋଳ ଜାରି ରହିଛି। ଆଜି ଲୋକ ସଭାର ଦୃଶ୍ୟ ଅତ୍ୟନ୍ତ ଉତ୍ତେଜନାପୂର୍ଣ୍ଣ ଥିଲା। ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ Supplementary Demands…

କଂଗ୍ରେସ ବିଧାୟକ ବେଙ୍ଗାଲୁରୁରେ ଥିବା ସ୍ପଷ୍ଟ କଲେ ଶିବକୁମାର

ବେଙ୍ଗାଲୁରୁ,୧୩।୩: ଓଡ଼ିଶା କଂଗ୍ରେସର ୮ଜଣ ବିଧାୟକ ବେଙ୍ଗାଲୁରୁରେ ଥିବା ସ୍ପଷ୍ଟ କରିଛନ୍ତି କର୍ନାଟକ ଉପମୁଖ୍ୟମନ୍ତ୍ରୀ ଡି.କେ ଶିବକୁମାର। ଏହି ଅବସରରେ ଶିବକୁମାର ପ୍ରତିକ୍ରିୟା ଦେଇ କହିଛନ୍ତି, ଘୋଡ଼ା…

ଆତ୍ମସମର୍ପଣ କରିବ ଇରାନ: ରାଷ୍ଟ୍ରପତି ଟ୍ରମ୍ପଙ୍କ ସାହସିକ ଦାବି

ଓ୍ବାଶିଂଟନ୍‌,୧୩।୩:ଆମେରିକୀୟ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ G7 ନେତାଙ୍କ ସହ ଏକ ଭର୍ଚୁଆଲ ବୈଠକ କରିଛନ୍ତି। ଏହି ବୈଠକ ସମୟରେ ଇରାନ ଏବେ ଆତ୍ମସମର୍ପଣ କରିବାକୁ ଯାଉଛି। ଇରାନର…

‘IPL ଖେଳିବା ଛାଡିଦେବେ…’,ଧୋନିଙ୍କ ଅବସରକୁ ନେଇ ବଡ଼ ଭବିଷ୍ୟବାଣୀ, ସଭିଏଁ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୧୩।୩: ୨୦୨୬ IPL ସିଜିନ ୨୮ ମାର୍ଚ୍ଚରେ ଆରମ୍ଭ ହେବାକୁ ଯାଉଛି, ଯେଉଁଥିରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ଏବଂ ସନରାଇଜର୍ସ ହାଇଦ୍ରାବାଦ (ଆରସିବି ବନାମ ଏସଆରଏଚ) ମଧ୍ୟରେ…

ପେଟ୍ରୋଲ, ଗ୍ୟାସକୁ ନେଇ ଆସିଲା ବଡ଼ ଅପ୍‌ଡେଟ୍‌: ପେଟ୍ରୋଲିୟମ ମନ୍ତ୍ରଣାଳୟ ଯୁଗ୍ମ ସଚିବ କହିଲେ…

ନୂଆଦିଲ୍ଲୀ,୧୩।୩: ଏଣିକି ପେଟ୍ରେଲ୍‌ ଏବଂ ଗ୍ୟାସ କଳାବଜାର କରୁଥିଲେ ହୋଇଯାନ୍ତୁ ସାବଧାନ। ନିଆଯିବ କଠୋର କାର୍ଯ୍ୟାନୁଷ୍ଠାନ। କଳାବଜାର ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ହେବ ବୋଲି ସୂଚନା ଦେଇଛନ୍ତି,ପେଟ୍ରୋଲିୟମ…

ଚପଲ ଭିତରେ ଛକିଥିଲା ସାପ, ମାରିଲା ଚୋଟ: ପରୀକ୍ଷାର ଶେଷ ଦିନରେ ଘଟିଗଲା..

ପୁରୁଷୋତ୍ତମପୁର,୧୩।୩ (ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବ୍ଲକ ଅନ୍ତର୍ଗତ ଶୋଳଘର ଗ୍ରାମରେ ଏକ ଦୁଃଖଦ ଘଟଣା ଘଟିଛତ। ଶୁକ୍ରବାର ସାପ କାମୁଡି ଜଣେ ଚତୁର୍ଥ ଶ୍ରେଣୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri