ଜୟନ୍ତୀ ପୂର୍ବରୁ ବିଜୁଙ୍କ ପ୍ରତିମୂର୍ତ୍ତିରୁ ମୁଣ୍ଡ ଭାଙ୍ଗି ନେଲେ

ନିଶ୍ଚିନ୍ତକୋଇଲି, ୫।୩(ଅଶୋକ କୁମାର ମହାପାତ୍ର): ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ ପୂର୍ବରୁ ରାଜନୈତିକ ଛକାପଞ୍ଝା ଆରମ୍ଭ ହୋଇଯାଇଛି। ଏଭଳିସ୍ଥିତିରେ କଟକ ଜିଲା ମାହାଙ୍ଗା ନିର୍ବାଚନମଣ୍ଡଳୀ ଅଧୀନ ଉମର ପଞ୍ଚାୟତ ହନୁମାନ ଛକ ନିକଟରେ ଥିବା ତାଙ୍କ ପ୍ରତିମୂର୍ତ୍ତିରୁ କୌଣସି ଦୁର୍ବୃତ୍ତ ମଙ୍ଗଳବାର ମୁଣ୍ଡ ଭାଙ୍ଗି ନେଇଥିବା ଦେଖାଦେଇଛି। ଏହି ଘଟଣା ମାହାଙ୍ଗା ଅଞ୍ଚଳରେ ହଟଚମଟ ସୃଷ୍ଟି କରିଛି।
ସରକାର ବିଜୁ ଜୟନ୍ତୀ ଓ ପଞ୍ଚାୟତିରାଜ ଦିବସ କିପରି ପାଳନ ହେବ ସେନେଇ ସ୍ପଷ୍ଟ କରିଥିଲେ ମଧ୍ୟ ବିଜେଡି ପକ୍ଷରୁ ତୀବ୍ର ବିରୋଧ କରାଯାଇଛି। ଏହି ଘଟଣାକୁ ନେଇ ରାଜ୍ୟ ଓ କେନ୍ଦ୍ର ସରକାରଙ୍କୁ ଉଭୟ ବିଜେଡି ଓ କଂଗ୍ରେସ ଟାର୍ଗେଟ କରୁଥିବାବେଳେ ମାହାଙ୍ଗା ନିର୍ବାଚନମଣ୍ଡଳୀରେ ବିଜୁବାବୁଙ୍କ ପ୍ରତିମୂର୍ତ୍ତିକୁ ଅସମ୍ମାନ କରାଯାଇଛି। ବିଜୁ ବାବୁ କେବଳ ଓଡ଼ିଶାରେ ନୁହେଁ, ସମଗ୍ର ଭାରତ ବର୍ଷରେ ଜଣେ ଖ୍ୟାତିସମ୍ପନ୍ନ ବ୍ୟକ୍ତିତ୍ୱ ଥିଲେ। ତାଙ୍କ ପ୍ରତିମୂର୍ତ୍ତିକୁ ଅସମ୍ମାନ କରାଯାଇଥିବାରୁ ବୁଦ୍ଧିଜୀବୀମାନେ ଅସନ୍ତୋଷ ବ୍ୟକ୍ତ କରିଛନ୍ତି।
ଏ ସମ୍ପର୍କରେ ବିଜୁପ୍ରେମୀ ଜ୍ୟୋତି ପ୍ରକାଶ ସ୍ବାଇଁ କୁହନ୍ତି, ବିଜୁବାବୁଙ୍କ ବ୍ୟକ୍ତିତ୍ୱ ନିଆରା ଥିଲା। ଦେଶ ତଥା ବାହାରେ ତାଙ୍କର ସ୍ବତନ୍ତ୍ର ସମ୍ମାନ ଥିଲା । ତାଙ୍କୁ ଭାରତ ରନତ୍ ଦିଆଯାଇ ନଥିବାବେଳେ ରାଜ୍ୟ ସରକାର ହୀନ ଚକ୍ରାନ୍ତ କରି ତାଙ୍କ ଜୟନ୍ତୀଙ୍କୁ ମଧ୍ୟ ବନ୍ଦ କରିବାକୁ ପ୍ରୟାସ କରୁଛନ୍ତି। ଏବେ ବିଜୁବାବୁଙ୍କ ପ୍ରତିମୂର୍ତ୍ତିରୁ ମୁଣ୍ଡ ଅଲଗା କରିବା ଭଳି ଘଟଣା ଘଟିଛି। ଏହା ଅତ୍ୟନ୍ତ ନିନ୍ଦନୀୟ ବୋଲି କହି ଜ୍ୟୋତି କ୍ଷୋଭ ପ୍ରକାଶ କରିଛନ୍ତି। ଏ ସମ୍ପର୍କରେ ପୂର୍ବତନ ସରପଞ୍ଚ କ୍ଷୀରୋଦ ପଣ୍ଡା କୁହନ୍ତି, ପ୍ରବାଦ ପୁରୁଷ ବିଜୁବାବୁ ସବୁବର୍ଗର ଲୋକଙ୍କ ହୃଦୟରେ ରହିଛନ୍ତି। ତାଙ୍କ ପ୍ରତିମୂର୍ତ୍ତି ପ୍ରତି ଏପରି ହୀନ ଆକ୍ରୋଶ ଆଦୌ ଗ୍ରହଣୀୟ ନୁହେଁ। ଏଭଳି କାର୍ଯ୍ୟ କରିଥିବା ବ୍ୟକ୍ତିଙ୍କ ବିରୋଧରେ ଦୃଢ କାର୍ଯ୍ୟାନୁଷ୍ଠାନ ହେବା ଦରକାର ବୋଲି କ୍ଷୀରୋଦ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିଜେଡିକୁ ଶକ୍ତ ଝଟ୍‌କା: ଭାଜପାରେ ଯୋଗଦେଲେ ପ୍ରଫୁଲଙ୍କ ଦୁଇ ପୁଅ

ଭୁବନେଶ୍ୱର/ଭଦ୍ରକ,୬।୧୨(ସନାତନ ରାଉତ): ଭଦ୍ରକ ବିଜେଡି କନ୍ଦଳ ନେଇ ରାଜନୀତି ସରଗରମ ଥିବାବେଳେ ଶେଷରେ ବିଜେଡିକୁ ଶକ୍ତ ଝଟ୍‌କା । ଭାଜପାରେ ମିଶିଲେ ପ୍ରଫୁଲ୍ଲ ସାମଲଙ୍କ ୨...

ଚୁଲି ଜାଳି ନିଆଁ ପୁଇଁ ହେଉଥିଲେ ମହିଳା, ଶାଢ଼ିରେ ଲାଗିଗଲା ନିଆଁ, ଆଉ ତା’ ପରେ…

ଆନନ୍ଦପୁର,୬ା୧୨(ସୁଶାନ୍ତ କୁମାର ସାହୁ): ଚୁଲିନିଆଁରେ ପୋଡ଼ି ହୋଇ ଜଣେ ମହିଳା ଗୁରୁତର ହୋଇଛନ୍ତି। ଆନନ୍ଦପୁର ଉପଖଣ୍ଡ ନନ୍ଦିପଦା ଥାନା କରଗୋଳା ଗାଁରେ ଘଟିଛି ଏଭଳି ଏକ...

ଜିରୋ ବାଲାନ୍ସ ଆକାଉଣ୍ଟଧାରୀଙ୍କ ପାଇଁ ଖୁସି ଖବର, ଏବେ ସେମାନେ ପାଇବେ…

ନୂଆଦିଲ୍ଲୀ,୬।୧୨: ଭାରତୀୟ ରିଜର୍ଭ ବ୍ୟାଙ୍କ (RBI) ସାଧାରଣ ଗ୍ରାହକଙ୍କୁ ଆଶ୍ୱସ୍ତି ପ୍ରଦାନ କରି ମୌଳିକ ସଞ୍ଚୟ ବ୍ୟାଙ୍କ ଜମା (BSBD) ଆକାଉଣ୍ଟରେ ଗୁରୁତ୍ୱପୂର୍ଣ୍ଣ ପରିବର୍ତ୍ତନ କରିଛି।...

ଘରଦ୍ୱାର ଭାଙ୍ଗିଲେ ହାତୀପଲ, ବାଡ଼ିରେ ପଶି ଖାଇଗଲେ…

ଗଜପତି,୬ା୧୨(ଗିରିଧାରୀ ପରିଛା): ଗଜପତି ଜିଲା ଗୁମ୍ମାବ୍ଲକରେ ହାତୀଙ୍କ ଉପଦ୍ରବ ଲାଗି ରହିଛି। ଗତ ୪ ଦିନ ହେଲା ୪ ଟିକିଆ ହାତୀପଲ ଗୁମ୍ମା ବ୍ଲକର ଗାଁକୁ...

ଯନ୍ତ୍ରୀଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଗ୍ରାମବାସୀଙ୍କ ସହ ଧାରଣାରେ ବସିଲେ ପୂର୍ବତନ ଏମ୍‌ପି, କହିଲେ ବିନା ପିସିରେ..

ବଲାଙ୍ଗୀର,୬ା୧୨(ସୁନିଲ କୁମାର ମହାନ୍ତି): ଲୋଇସିଂହା ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ପିପିଲି – ଜାମୁଟିଆ ରାସ୍ତାକାମ ନିମ୍ନମାନର ତିଆରି ହେଉଥିବା ଅଭିଯୋଗ ନେଇ ପିପିଲି ଗ୍ରାମବାସୀଙ୍କ ସହ...

୪୪% ବଢିବ ଦରମା! ସରକାରଙ୍କ ହାତରୁ ଯିବ ଏତେ କୋଟି ଟଙ୍କା

ନୂଆଦିଲ୍ଲୀ,୬।୧୨: ଅଷ୍ଟମ ବେତନ କମିଶନକୁ ନେଇ ବଡ଼ ଅପଡେଟ୍‌ ଆସିଛି । କେନ୍ଦ୍ର ସରକାର ଦେଶର ଲକ୍ଷ ଲକ୍ଷ ସରକାରୀ କର୍ମଚାରୀ ଏବଂ ପେନସନ୍‌ଭୋଗୀଙ୍କୁ ବଡ଼...

ପାର୍‌ ହେଉହେଉ ଭାଙ୍ଗିପଡ଼ିଲା ପୋଲ

ଆନନ୍ଦପୁର,୬ା୧୨(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ବ୍ଲକ ତରତରା କଣ୍ଟିପାଳ ମୁଖ୍ୟ ରାସ୍ତାର କୁକୁରିଆନାଳ ହୋଇଥିବା ପୋଲଟି ଭାଙ୍ଗିଯାଇଛି। ସୂଚନାରୁ ଜଣାପଡ଼ିଛି, ଏହି ପୋଲ...

ପୁଣି ଫସିଲେ କିଙ୍ଗ ଖାନଙ୍କ ପୁଅ ଆର୍ଯ୍ୟନ ଖାନ, ଭିଡିଓ ଭାଇରାଲ ପରେ ବଢିଲା ଅଡୁଆ

ମୁମ୍ବାଇ,୬।୧୨: ଶାହରୁଖ ଖାନଙ୍କ ପୁଅ ଆର୍ଯ୍ୟନ ଖାନ ବିବାଦରେ ଗଭୀର ଭାବରେ ଜଡିତ। ପ୍ରଥମେ ଡ୍ରଗ୍ସ ମାମଲା, ତା’ପରେ ‘ବ୍ୟାଡ୍ସ ଅଫ ବଲିଉଡ’ରେ ତାଙ୍କ ଭୂମିକାକୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri