ଜୟନ୍ତୀ ପୂର୍ବରୁ ବିଜୁଙ୍କ ପ୍ରତିମୂର୍ତ୍ତିରୁ ମୁଣ୍ଡ ଭାଙ୍ଗି ନେଲେ

ନିଶ୍ଚିନ୍ତକୋଇଲି, ୫।୩(ଅଶୋକ କୁମାର ମହାପାତ୍ର): ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ ପୂର୍ବରୁ ରାଜନୈତିକ ଛକାପଞ୍ଝା ଆରମ୍ଭ ହୋଇଯାଇଛି। ଏଭଳିସ୍ଥିତିରେ କଟକ ଜିଲା ମାହାଙ୍ଗା ନିର୍ବାଚନମଣ୍ଡଳୀ ଅଧୀନ ଉମର ପଞ୍ଚାୟତ ହନୁମାନ ଛକ ନିକଟରେ ଥିବା ତାଙ୍କ ପ୍ରତିମୂର୍ତ୍ତିରୁ କୌଣସି ଦୁର୍ବୃତ୍ତ ମଙ୍ଗଳବାର ମୁଣ୍ଡ ଭାଙ୍ଗି ନେଇଥିବା ଦେଖାଦେଇଛି। ଏହି ଘଟଣା ମାହାଙ୍ଗା ଅଞ୍ଚଳରେ ହଟଚମଟ ସୃଷ୍ଟି କରିଛି।
ସରକାର ବିଜୁ ଜୟନ୍ତୀ ଓ ପଞ୍ଚାୟତିରାଜ ଦିବସ କିପରି ପାଳନ ହେବ ସେନେଇ ସ୍ପଷ୍ଟ କରିଥିଲେ ମଧ୍ୟ ବିଜେଡି ପକ୍ଷରୁ ତୀବ୍ର ବିରୋଧ କରାଯାଇଛି। ଏହି ଘଟଣାକୁ ନେଇ ରାଜ୍ୟ ଓ କେନ୍ଦ୍ର ସରକାରଙ୍କୁ ଉଭୟ ବିଜେଡି ଓ କଂଗ୍ରେସ ଟାର୍ଗେଟ କରୁଥିବାବେଳେ ମାହାଙ୍ଗା ନିର୍ବାଚନମଣ୍ଡଳୀରେ ବିଜୁବାବୁଙ୍କ ପ୍ରତିମୂର୍ତ୍ତିକୁ ଅସମ୍ମାନ କରାଯାଇଛି। ବିଜୁ ବାବୁ କେବଳ ଓଡ଼ିଶାରେ ନୁହେଁ, ସମଗ୍ର ଭାରତ ବର୍ଷରେ ଜଣେ ଖ୍ୟାତିସମ୍ପନ୍ନ ବ୍ୟକ୍ତିତ୍ୱ ଥିଲେ। ତାଙ୍କ ପ୍ରତିମୂର୍ତ୍ତିକୁ ଅସମ୍ମାନ କରାଯାଇଥିବାରୁ ବୁଦ୍ଧିଜୀବୀମାନେ ଅସନ୍ତୋଷ ବ୍ୟକ୍ତ କରିଛନ୍ତି।
ଏ ସମ୍ପର୍କରେ ବିଜୁପ୍ରେମୀ ଜ୍ୟୋତି ପ୍ରକାଶ ସ୍ବାଇଁ କୁହନ୍ତି, ବିଜୁବାବୁଙ୍କ ବ୍ୟକ୍ତିତ୍ୱ ନିଆରା ଥିଲା। ଦେଶ ତଥା ବାହାରେ ତାଙ୍କର ସ୍ବତନ୍ତ୍ର ସମ୍ମାନ ଥିଲା । ତାଙ୍କୁ ଭାରତ ରନତ୍ ଦିଆଯାଇ ନଥିବାବେଳେ ରାଜ୍ୟ ସରକାର ହୀନ ଚକ୍ରାନ୍ତ କରି ତାଙ୍କ ଜୟନ୍ତୀଙ୍କୁ ମଧ୍ୟ ବନ୍ଦ କରିବାକୁ ପ୍ରୟାସ କରୁଛନ୍ତି। ଏବେ ବିଜୁବାବୁଙ୍କ ପ୍ରତିମୂର୍ତ୍ତିରୁ ମୁଣ୍ଡ ଅଲଗା କରିବା ଭଳି ଘଟଣା ଘଟିଛି। ଏହା ଅତ୍ୟନ୍ତ ନିନ୍ଦନୀୟ ବୋଲି କହି ଜ୍ୟୋତି କ୍ଷୋଭ ପ୍ରକାଶ କରିଛନ୍ତି। ଏ ସମ୍ପର୍କରେ ପୂର୍ବତନ ସରପଞ୍ଚ କ୍ଷୀରୋଦ ପଣ୍ଡା କୁହନ୍ତି, ପ୍ରବାଦ ପୁରୁଷ ବିଜୁବାବୁ ସବୁବର୍ଗର ଲୋକଙ୍କ ହୃଦୟରେ ରହିଛନ୍ତି। ତାଙ୍କ ପ୍ରତିମୂର୍ତ୍ତି ପ୍ରତି ଏପରି ହୀନ ଆକ୍ରୋଶ ଆଦୌ ଗ୍ରହଣୀୟ ନୁହେଁ। ଏଭଳି କାର୍ଯ୍ୟ କରିଥିବା ବ୍ୟକ୍ତିଙ୍କ ବିରୋଧରେ ଦୃଢ କାର୍ଯ୍ୟାନୁଷ୍ଠାନ ହେବା ଦରକାର ବୋଲି କ୍ଷୀରୋଦ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

IND vs WI: ତୃତୀୟ ଦିନିକିଆ ପୂର୍ବରୁ ବଡ଼ ଝଟ୍‌କା, ବାଦ୍ ପଡ଼ିଲେ ଷ୍ଟାର୍ ଅଲରାଉଣ୍ଡର, ମାରିଥିଲେ ଦମଦାର୍ ଶତକ!

ନୂଆଦିଲ୍ଲୀ,୨।୧୦: ଭାରତ ଏବଂ ୱେଷ୍ଟଇଣ୍ଡିଜ୍ ମଧ୍ୟରେ ଖେଳାଯାଉଥିବା ୩ ମ୍ୟାଚ୍ ବିଶିଷ୍ଟ ଦିନିକିଆ (ODI) ସିରିଜ୍‌ରେ ଭାରତୀୟ ଦଳ ୨-୦ ରେ ଅଗ୍ରଣୀ ସହ ସିରିଜ୍ କବ୍‌ଜା…

ତୁଳା ରାଶିରେ ଶୁକ୍ରଙ୍କ ଓଲଟା ଚାଲି: ଅକ୍ଟୋବର ୩ରୁ ଏହି ୫ଟି ରାଶିର ଲୋକଙ୍କୁ ରହିବାକୁ ପଡ଼ିବ ସାବଧାନ!

୨୦୨୬ ଅକ୍ଟୋବର ୩ ତାରିଖରୁ ଶୁକ୍ର ନିଜର ସ୍ୱରାଶି ତୁଳାରେ ବକ୍ରୀ ଅର୍ଥାତ୍ ଓଲଟା ଚାଲି ଚାଲିବାକୁ ଯାଉଛନ୍ତି। ଶୁକ୍ରଙ୍କର ଏହି ଚଳନ ହେତୁ ସମ୍ପର୍କ, ଭାଗୀଦାରୀ,…

SRHର ଅଧିନାୟକ ନିଷ୍ପତ୍ତିକୁ ନେଇ ଝଡ଼! କ୍ଷୁବ୍ଧ ଅଭିଷେକ ଶର୍ମା, ଛାଡ଼ିପାରନ୍ତି ଦଳ

ନୂଆଦିଲ୍ଲୀ,୨।୧୦: ଇଣ୍ଡିଆନ୍ ପ୍ରିମିୟର ଲିଗ୍ (IPL) ୨୦୨୭ ସଂସ୍କରଣ ପୂର୍ବରୁ ସନ୍‌ରାଇଜର୍ସ ହାଇଦ୍ରାବାଦ (SRH) ଶିବିରରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଗଣମାଧ୍ୟମ ରିପୋର୍ଟ ଅନୁଯାୟୀ,…

ଧାମୁଣିପଙ୍ଗା ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ କ୍ଲଷ୍ଟର ସ୍ତରୀୟ ‘ସୁରଭି’ ମହୋତ୍ସବ ଅନୁଷ୍ଠିତ

କଲ୍ୟାଣସିଂହପୁର, ୨/୧୦ (ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ ଧାମୁଣିପଙ୍ଗା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’…

ଚୋରାରେ କଟାଯାଇଥିବା ୪ ଶାଳ ଗଛର ଗଣ୍ଡି ଜବତ

ପାଟଣା, ୨।୧୦ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ଅନ୍ତର୍ଗତ ପାଟଣା ସେକ୍ସନର ମଲ୍ଲିପୋଷି ବିଟ୍‌ ଅଧୀନ ନୂଆପଡ଼ା ଗ୍ରାମ ହୁଡ଼ିରୁ ଚୋରାରେ କଟାଯାଇ…

କଙ୍କାଳ ଜବତ, ନିଖୋଜ ମହିଳାଙ୍କ କଙ୍କାଳ ବୋଲି ଅନୁମାନ

ରିଆମାଳ,୨|୧୦(ବଦ୍ରିନାରାୟଣ ଅଗ୍ରୱାଲା): ଦେବଗଡ଼ ଜିଲା ରିଆମାଳ ଥାନା ଗୁଣ୍ଡିଆପାଲି ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ସାନଡଙ୍ଗାଘାଟର ମୁଣ୍ଡା ସାହି ଗୋହିରା ନାଳ ପାଖରୁ ରିଆମାଳ ଥାନା ପୁଲିସ ଏକ…

ଅନ୍ତରବା ଛକରେ ଦୁର୍ଘଟଣା, ୩ ଗୁରୁତର, ୨ ଆହତ

ମୋହନା, ୨।୧୦ (ମନ୍ମଥ ମିଶ୍ର): ଗଜପତି ଜିଲା ଅଡ଼ବା ଥାନା ଅନ୍ତରବା ଛକରେ ଗୁରୁବାର ଏକ ସଡ଼କ ଦୁର୍ଘଟଣା ଘଟି ୩ ଜଣ ଗୁରୁତର ଓ ୨…

ଭାରତ-ପାକିସ୍ତାନ ମହାମୁକାବିଲା: ଓପନର ବୈଭବ ସୂର୍ଯ୍ୟବଂଶୀଙ୍କୁ ନେଇ ବଢ଼ିଲା ଚିନ୍ତା, ସାମ୍ନାକୁ ଆସିଲା…

ନୂଆଦିଲ୍ଲୀ,୨।୧୦: ଏସିଆନ୍ ଗେମ୍ସ କ୍ରିକେଟ୍ ପ୍ରତିଯୋଗିତାର ଫାଇନାଲ୍‌ରେ ଆସନ୍ତା ଅକ୍ଟୋବର ୩ ତାରିଖରେ ଭାରତ ଓ ପାକିସ୍ତାନ ମୁହାଁମୁହିଁ ହେବାକୁ ଯାଉଛନ୍ତି। ଏହି ହାଇ-ଭୋଲ୍ଟେଜ୍ ସ୍ୱର୍ଣ୍ଣ ପଦକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?