Posted inଜାତୀୟ

ଦିଲ୍ଲୀରେ ବାୟୁ ପ୍ରଦୂଷଣ ଭାଙ୍ଗିଲା ରେକର୍ଡ, ଜଳୁଛି ଆଖି

ନୂଆଦିଲ୍ଲୀ,୩୦।୧୦: ଦୀପାବଳି ପୂର୍ବରୁ ରାଜଧାନୀ ଦିଲ୍ଲୀରେ ବାୟୁ ପ୍ରଦୂଷଣ ଚିନ୍ତାଜନକ ହୋଇଛି। ଶୁକ୍ରବାର ଦିଲ୍ଲୀର ବୱାନା ଅଞ୍ଚଳରେ ବାୟୁ ଗୁଣବତ୍ତର ସୂଚକାଙ୍କ(ଏକ୍ୟୁଆଇ) ଚଳିତ ସିଜିନ୍‌ରେ ରେକର୍ଡ ଭାଙ୍ଗିଛି। ପ୍ରଦୂଷଣ ସ୍ତର ୪୪୭ରେ ପହଞ୍ଚିଛି। ଏଠାରେ ରହୁଥିବା ଏବଂ ଏହି ଅଞ୍ଚଳ ଦେଇ ଯାଉଥିବା ଲୋକମାନେ କହୁଛନ୍ତି, ପ୍ରଦୂଷଣ ଯୋଗୁ ଆଖି ଜଳୁୁଛି। ଏଥି ସହିତ ସ୍ବାସ୍ଥ୍ୟ ବିଶେଷଜ୍ଞ କହିଛନ୍ତି ଯେ, ୪୦୦ରୁ ଅଧିକ ପ୍ରଦୂଷଣ ସ୍ତର ହୃଦୟ ଏବଂ ଫୁସଫୁସ ପାଇଁ ଅତ୍ୟନ୍ତ ମାରାତ୍ମକ ଅଟେ। ଦିଲ୍ଲୀ-ଏନସିଆରରେ ବୃଦ୍ଧି ପାଉଥିବା ପ୍ରଦୂଷଣକୁ ନେଇ ସୁପ୍ରିମକୋର୍ଟ ଏକ ବଡ ମନ୍ତବ୍ୟ ଦେଇଛନ୍ତି। ନଡାପାଳ ପୋଡିବା ଯୋଗୁ ଦିଲ୍ଳୀ ଏବଂ ପଡୋଶୀ ରାଜ୍ୟଗୁଡିକରେ ପ୍ରଦୂଷଣ ବଢିବା ସଂକ୍ରାନ୍ତରେ ଶୁଣାଣି କରି ପ୍ରଧାନ ବିଚାରପତି ଜଷ୍ଟିସ ଏସ. ବୋବଡେ କହିଛନ୍ତି ଯେ କେତେକ ବିଶେଷଜ୍ଞ ମୋତେ କହିଛନ୍ତି ଯେ ପ୍ରଦୂଷଣର କାରଣ କେବଳ ନଡାପାଳ ପୋଡିବା ଯୋଗୁ ନୁହେଁ, ଯାନବାହନ ଧୂଆ ଯୋଗୁ ମଧ୍ୟ ପରିବେଶ ପ୍ରଦୂଷଣ ହେଉଛି। ଲୋକମାନେ ଲମ୍ବା ସୁନ୍ଦର ଯାନରେ ବୁଲିବା ବନ୍ଦ କରି ସାଇକେଲ ଚଲାଇବାରେ ଅଭ୍ୟସ୍ତ ହେବାକୁ ପଡିବ। ପ୍ରଧାନ ବିଚାରପତି ଆସନ୍ତା ଶୁକ୍ରବାର ପର୍ଯ୍ୟନ୍ତ ଶୁଣାଣି ସ୍ଥଗିତ ରଖିଛନ୍ତି। ପ୍ରଦୂଷଣର ମୁକାବିଲା ପାଇଁ କେନ୍ଦ୍ର ସରକାର ମଧ୍ୟ ଏକ ନିର୍ଦ୍ଦେଶନାମା ଜାରି କରିଛନ୍ତି। ସମସ୍ତ ପକ୍ଷ ଏହି ନିୟମକୁ ସଠିକ ଭାବରେ ପଢିବ ଉଚିତ୍‌। ଯାହା ପରେ ଶୁଣାଣି ହେବ ବୋଲି କୋର୍ଟ କହିଛନ୍ତି। ସୂଚନାଯୋଗ୍ୟ, ଦିଲ୍ଲୀ-ଏନ୍‌ସିଆର୍‌ରେ ବାୟୁ ପ୍ରଦୂଷଣ ସମସ୍ୟାକୁ ମୁକାବିଲା କରିବା ପାଇଁ କେନ୍ଦ୍ର ସରକାର ଅଧ୍ୟାଦେଶ ମାଧ୍ୟମରେ ଏକ ନୂଆ ଆଇନ ଆଣିଛନ୍ତି। ନୂଆ ଆଇନ ଅଧୀନରେ ପ୍ରଦୂଷଣକାରୀଙ୍କୁ ୫ ବର୍ଷ ଜେଲ୍‌ ଦଣ୍ଡ ଏବଂ ୧ କୋଟି ଟଙ୍କା ଜରିମାନା କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ବିଲକୁ ଯାଇଥିବାବେଳେ ଅତର୍କିତ ଆକ୍ରମଣ କଲା ଭାଲୁ, ୨ ଜଣ…

ନୀଳଗିରି, ୧୩।୮ (ପ୍ରଶାନ୍ତ କୁମାର ବିଶ୍ବାଳ): ଗୁରୁବାର ସକାଳେ ବିଲକୁ ଯାଇଥିବା ବେଳେ ଭାଲୁ ଆକ୍ରମଣରେ ୨ ଗୁରୁତର ହୋଇଛନ୍ତି। ନୀଳଗିରି ଉପଖଣ୍ଡ ଶ୍ୟାମସୁନ୍ଦରପୁର ପଞ୍ଚାୟତର ଦ୍ବାରିକା…

କେନ୍ଦ୍ରମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ପାଣ୍ଠିରେ ନୀଳଗିରି ମେଡିକାଲର ହେବ ଉନ୍ନତି, ଖର୍ଚ୍ଚ ହେବ ଏତିକି କୋଟି…

ନୀଳଗିରି,୧୩ା୮(ପ୍ରଶାନ୍ତ କୁମାର ବିଶ୍ୱାଳ): କେନ୍ଦ୍ରରେଳ, ପ୍ରଯୁକ୍ତିବିଦ୍ୟା ମନ୍ତ୍ରୀ ତଥା ରାଜ୍ୟ ସଭା ଏମ୍‌ପି ଅଶ୍ୱିନୀ କୁମାର ବୈଷ୍ଣବ ମନ୍ତ୍ରିମଣ୍ଡଳର ଜଣେ ଦକ୍ଷ ଏବଂ ସଚ୍ଚୋଟ ମନ୍ତ୍ରୀଭାବେ ପ୍ରଧାନମନ୍ତ୍ରୀଙ୍କ…

ଖର୍ଗେଙ୍କ ମଞ୍ଚ ‘ଶୁଦ୍ଧିକରଣ’ ପ୍ରସଙ୍ଗକୁ ନେଇ ସଂସଦରେ ସରଗରମ ରାଜନୀତି, କଡ଼ା ଜବାବ ଦେଲେ ନଡ୍ଡା!

ନୂଆଦିଲ୍ଲୀ,୧୩।୮: ସଂସଦର ମୌସୁମୀ ଅଧିବେଶନର ଶେଷ ଦିନରେ ରାଜ୍ୟ ସଭାରେ ଏକ ବଡ଼ ଏବଂ ଗମ୍ଭୀର ପ୍ରସଙ୍ଗକୁ ନେଇ ଶାସକ ଓ ବିରୋଧୀ ଦଳ ମଧ୍ୟରେ ତୀବ୍ର…

ବିଡ଼ିଓର ପରିଚୟ କଲେ ଫୋନ୍‌, କଲେଜରେ ସୋଲାର ପ୍ରୋଜେକ୍ଟ ବସାଇବାର ସ୍ବପ୍ନ ଦେଖାଇ ଲୁଟିନେଲେ ଟଙ୍କା

ଉଦଳା, ୧୩।୮ (ସନ୍ତୋଷ ବାଛିନୀ): ନିଜକୁ ବିଡ଼ିଓର ପରିଚୟ ଦେଲେ ଆଉ କଲେଜରେ ସୋଲାର ପ୍ରୋଜେକ୍ଟ ବସାଇବାର ସ୍ବପ୍ନ ଦେଖାଇ ପ୍ରିନ୍ସିପାଲଙ୍କ ନିକଟରୁ ଟଙ୍କା ଲୁଟିନେଲେ ସାଇବର…

୧୭ ଅଗଷ୍ଟରେ ମଘା ନକ୍ଷତ୍ରରେ ପ୍ରବେଶ କରିବେ ସୂର୍ଯ୍ୟ, ମେଷ ସମେତ ୩ ରାଶିରେ ଧନବର୍ଷା

୧୭ ଅଗଷ୍ଟ ସକାଳେ ସୂର୍ଯ୍ୟ କେତୁଙ୍କ ଦ୍ୱାରା ଶାସିତ ମଘା ନକ୍ଷତ୍ରରେ ପ୍ରବେଶ କରିବେ। ସୂର୍ଯ୍ୟଙ୍କ ପାଇଁ ନକ୍ଷତ୍ରର ଏହି ପରିବର୍ତ୍ତନ ସକାଳ ୮:୦୩ ରେ ଘଟିବ।…

ତ୍ରିରଙ୍ଗା ଅଭିଯାନରେ ସାମିଲ ହେଲେ ଜିଲାପାଳ, ସ୍ବାଧୀନତା ସଂଗ୍ରାମୀ ତ୍ୟାଗ ଓ ବଳିଦାନକୁ ମନେ ପକାଇ…

ଛତ୍ରପୁର,୧୩ା୮(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ସ୍ବାଧୀନତା ଦିବସ ପୂର୍ବରୁ ଦେଶବ୍ୟାପୀ ‘ହର୍‌ଘର ତ୍ରିରଙ୍ଗା’ ଅଭିଯାନକୁ ସଫଳ କରିବା ଲକ୍ଷ୍ୟରେ ଗଞ୍ଜାମ ଜିଲାପାଳ ଭି. କୀର୍ତ୍ତି ଭାସନ ନିଜ ବାସଭବନରେ…

ଦାରିଙ୍ଗବାଡିରେ ହର୍‌ ଘର୍‌ ତ୍ରିରଙ୍ଗା: ଯୋଗଦେଲେ ଶହ ଶହ ଛାତ୍ରୀଛାତ୍ର

ଦାରିଙ୍ଗବାଡି, ୧୩।୮(ଅରୁଣ ସାହୁ): ଆଉ ମାତ୍ର ଗୋଟିଏ ଦିନ ପରେ ଦେଶ ପାଳିବ ସ୍ବାଧୀନତା ଦିବସ। ଏହି ଅବସରରେ ସାରା ଦେଶ ଉତ୍ସବ ମୁଖର ହୋଇଥିବାବେଳେ ଏଥିରେ…

ଆହୁରି ସକ୍ରିୟ ହେଲା ଲଘୁଚାପ, ଏହି ଜିଲାକୁ ରେଡ୍ ଓ୍ବାର୍ନିଂ ଜାରି କଲା IMD

ଭୁବନେଶ୍ବର,୧୩।୮: ପଶ୍ଚିମବଙ୍ଗ ଉପକୂଳରେ ଅବପାତରେ ପରିଣତ ହେଲା ଲଘୁଚାପ । ଏହାର ପ୍ରଭାବରେ ସାରା ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri