Posted inଜାତୀୟ

ଦିଲ୍ଲୀରେ ବାୟୁ ପ୍ରଦୂଷଣ ଭାଙ୍ଗିଲା ରେକର୍ଡ, ଜଳୁଛି ଆଖି

ନୂଆଦିଲ୍ଲୀ,୩୦।୧୦: ଦୀପାବଳି ପୂର୍ବରୁ ରାଜଧାନୀ ଦିଲ୍ଲୀରେ ବାୟୁ ପ୍ରଦୂଷଣ ଚିନ୍ତାଜନକ ହୋଇଛି। ଶୁକ୍ରବାର ଦିଲ୍ଲୀର ବୱାନା ଅଞ୍ଚଳରେ ବାୟୁ ଗୁଣବତ୍ତର ସୂଚକାଙ୍କ(ଏକ୍ୟୁଆଇ) ଚଳିତ ସିଜିନ୍‌ରେ ରେକର୍ଡ ଭାଙ୍ଗିଛି। ପ୍ରଦୂଷଣ ସ୍ତର ୪୪୭ରେ ପହଞ୍ଚିଛି। ଏଠାରେ ରହୁଥିବା ଏବଂ ଏହି ଅଞ୍ଚଳ ଦେଇ ଯାଉଥିବା ଲୋକମାନେ କହୁଛନ୍ତି, ପ୍ରଦୂଷଣ ଯୋଗୁ ଆଖି ଜଳୁୁଛି। ଏଥି ସହିତ ସ୍ବାସ୍ଥ୍ୟ ବିଶେଷଜ୍ଞ କହିଛନ୍ତି ଯେ, ୪୦୦ରୁ ଅଧିକ ପ୍ରଦୂଷଣ ସ୍ତର ହୃଦୟ ଏବଂ ଫୁସଫୁସ ପାଇଁ ଅତ୍ୟନ୍ତ ମାରାତ୍ମକ ଅଟେ। ଦିଲ୍ଲୀ-ଏନସିଆରରେ ବୃଦ୍ଧି ପାଉଥିବା ପ୍ରଦୂଷଣକୁ ନେଇ ସୁପ୍ରିମକୋର୍ଟ ଏକ ବଡ ମନ୍ତବ୍ୟ ଦେଇଛନ୍ତି। ନଡାପାଳ ପୋଡିବା ଯୋଗୁ ଦିଲ୍ଳୀ ଏବଂ ପଡୋଶୀ ରାଜ୍ୟଗୁଡିକରେ ପ୍ରଦୂଷଣ ବଢିବା ସଂକ୍ରାନ୍ତରେ ଶୁଣାଣି କରି ପ୍ରଧାନ ବିଚାରପତି ଜଷ୍ଟିସ ଏସ. ବୋବଡେ କହିଛନ୍ତି ଯେ କେତେକ ବିଶେଷଜ୍ଞ ମୋତେ କହିଛନ୍ତି ଯେ ପ୍ରଦୂଷଣର କାରଣ କେବଳ ନଡାପାଳ ପୋଡିବା ଯୋଗୁ ନୁହେଁ, ଯାନବାହନ ଧୂଆ ଯୋଗୁ ମଧ୍ୟ ପରିବେଶ ପ୍ରଦୂଷଣ ହେଉଛି। ଲୋକମାନେ ଲମ୍ବା ସୁନ୍ଦର ଯାନରେ ବୁଲିବା ବନ୍ଦ କରି ସାଇକେଲ ଚଲାଇବାରେ ଅଭ୍ୟସ୍ତ ହେବାକୁ ପଡିବ। ପ୍ରଧାନ ବିଚାରପତି ଆସନ୍ତା ଶୁକ୍ରବାର ପର୍ଯ୍ୟନ୍ତ ଶୁଣାଣି ସ୍ଥଗିତ ରଖିଛନ୍ତି। ପ୍ରଦୂଷଣର ମୁକାବିଲା ପାଇଁ କେନ୍ଦ୍ର ସରକାର ମଧ୍ୟ ଏକ ନିର୍ଦ୍ଦେଶନାମା ଜାରି କରିଛନ୍ତି। ସମସ୍ତ ପକ୍ଷ ଏହି ନିୟମକୁ ସଠିକ ଭାବରେ ପଢିବ ଉଚିତ୍‌। ଯାହା ପରେ ଶୁଣାଣି ହେବ ବୋଲି କୋର୍ଟ କହିଛନ୍ତି। ସୂଚନାଯୋଗ୍ୟ, ଦିଲ୍ଲୀ-ଏନ୍‌ସିଆର୍‌ରେ ବାୟୁ ପ୍ରଦୂଷଣ ସମସ୍ୟାକୁ ମୁକାବିଲା କରିବା ପାଇଁ କେନ୍ଦ୍ର ସରକାର ଅଧ୍ୟାଦେଶ ମାଧ୍ୟମରେ ଏକ ନୂଆ ଆଇନ ଆଣିଛନ୍ତି। ନୂଆ ଆଇନ ଅଧୀନରେ ପ୍ରଦୂଷଣକାରୀଙ୍କୁ ୫ ବର୍ଷ ଜେଲ୍‌ ଦଣ୍ଡ ଏବଂ ୧ କୋଟି ଟଙ୍କା ଜରିମାନା କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ଭାରତରେ ୭୨.୪ କୋଟି ଏଆଇ ୟୁଜର୍ସ

ନୂଆଦିଲ୍ଲୀ, ୨୬।୪:ଭାରତରେ ଏବେ କୃତ୍ରିମ ବୁଦ୍ଧିମତ୍ତା(ଏଆଇ) ବହୁଳ ଭାବେ ବ୍ୟବହାର ହେଉଛି। ଦେଶର ୯୦ ଭାଗ ଇଣ୍ଟରନେଟ ବ୍ୟବହାରକାରୀଙ୍କ ଜୀବନରେ ଏଆଇ ସ୍ପର୍ଶ କରିସାରିଛି। ମାର୍କେଟିଂ...

ମାଧବୀଲତାଙ୍କ ମୋଟ ସମ୍ପତ୍ତି ଜାଣିଲେ ହେବେ ଆଶ୍ଚର୍ଯ୍ୟ

ହାଇଦ୍ରାବାଦ, ୨୬।୪:ତେଲଙ୍ଗାନାର ହାଇଦ୍ରାବାଦ ଲୋକ ସଭା ଆସନରୁ ଭାଜପା ଟିକେଟରେ ପ୍ରାର୍ଥୀ ହୋଇଥିବା କେ. ମାଧବୀଲତାଙ୍କର ୨୨୧ କୋଟି ଟଙ୍କାର ପାରିବାରିକ ସମ୍ପତ୍ତି ରହିଛି। ମାଧବୀ,...

ମୋଦିଙ୍କୁ ନିମନ୍ତ୍ରଣ କଲେ ମେଲୋନି

ନୂଆଦିଲ୍ଲୀ, ୨୬ା୪:ଜୁନ୍‌ରେ ହେବାକୁ ଥିବା ଜି-୭ ସମ୍ମିଳନୀରେ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଇଟାଲୀ ପ୍ରଧାନମନ୍ତ୍ରୀ ଜିୟୋର୍ଜିଆ ମେଲୋନି ଟେଲିଫୋନ ଯୋଗେ ଗୁରୁବାର ନିମନ୍ତ୍ରଣ କରିଛନ୍ତି।...

ଦ୍ୱିତୀୟ ପର୍ଯ୍ୟାୟ ମତଦାନ ଆରମ୍ଭ

ନୂଆଦିଲ୍ଲୀ,୨୬ା୪: ଶୁକ୍ରବାର ଲୋକ ସଭା ନିର୍ବାଚନର ଦ୍ୱିତୀୟ ପର୍ଯ୍ୟାୟ ମତଦାନ ଅନୁଷ୍ଠିତ ହେଉଛି। ଆଜି ସକାଳ ୭ଟାରୁ ୧୩ ଲୋକ ସଭା ଏବଂ ଗୋଟିଏ କେନ୍ଦ୍ର...

ସ୍ତ୍ରୀ ସମ୍ପତ୍ତି ଉପରେ ସ୍ବାମୀଙ୍କ ନିୟନ୍ତ୍ରଣ ନାହିଁ: ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୨୬ା୪:ସ୍ତ୍ରୀଙ୍କ ସମ୍ପତ୍ତି ଉପରେ ସ୍ବାମୀଙ୍କର ନିୟନ୍ତ୍ରଣ ନାହିଁ। ଅସୁବିଧା ସମୟରେ ସ୍ବାମୀ ସ୍ତ୍ରୀଙ୍କ ସମ୍ପତ୍ତିକୁ ବ୍ୟବହାର କରିପାରନ୍ତି। କିନ୍ତୁ ତାହାକୁ ଫେରାଇବା ସ୍ବାମୀଙ୍କର ନୈତିକ ଦାୟିତ୍ୱ...

ଆଉ ଏକ ପ୍ରାର୍ଥୀ ତାଲିକା ଜାରି କଲା କଂଗ୍ରେସ

ଚଣ୍ଡିଗଡ଼,୨୫।୪: ହରିୟାଣାର ୮ଟି ଲୋକ ସଭା ଆସନ ପାଇଁ କଂଗ୍ରେସ ପ୍ରାର୍ଥୀ ଘୋଷଣା କରିଛି। କୁମାରୀ ଶୈଳଜାଙ୍କୁ ସିରସା, ରୋହତକରୁ ଦିପେନ୍ଦ୍ର ସିଂ ହୁଡା, ଅମ୍ବାଲାରୁ...

କେଜରିଓ୍ବାଲ ଜେଲରୁ ନ ଆସିବା ପର୍ଯ୍ୟନ୍ତ ହେବ ନାହିଁ ମେୟର ନିର୍ବାଚନ? ଏଲଜି ଦେଲେ ଏହି ନିର୍ଦ୍ଦେଶ

ନୂଆଦିଲ୍ଲୀ,୨୫।୪: ଅନୁମାନ କରାଯାଉଛି ଯେ ଦିଲ୍ଲୀର ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲ ଜେଲରୁ ବାହାରିବା ପର୍ଯ୍ୟନ୍ତ ଏମସିଡି ମେୟର ଏବଂ ଡେପୁଟି ମେୟରଙ୍କ ପାଇଁ ନିର୍ବାଚନ ହୋଇ...

ସ୍ଥଗିତ ରହିଲା ଏମସିଡି ମେୟର, ଡେପୁଟି ମେୟର ନିର୍ବାଚନ

ନୂଆଦିଲ୍ଲୀ,୨୫।୪: ଏପ୍ରିଲ ୨୬ରେ ଦିଲ୍ଲୀରେ ଅନୁଷ୍ଠିତ ହେବାକୁ ଥିବା ମ୍ୟୁନିସିପାଲିଟି କର୍ପୋରେସନ ମେୟର ଏବଂ ଡେପୁଟି ମେୟରଙ୍କ ପାଇଁ ନିର୍ବାଚନ ସ୍ଥଗିତ ରଖାଯାଇଛି। ଏହାର କାରଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri