ଖେଳ ପଡିଆରେ ଭଙ୍ଗା ବୋତଲ, କ୍ରୀଡ଼ାପ୍ରେମୀଙ୍କ ମଧ୍ୟରେ ଅସନ୍ତୋଷ

ଦାରିଙ୍ଗବାଡି, ୧୨।୧୦, (ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ଠାରେ ରହିଥିବା ଏକମାତ୍ର ଖେଳ ପଡିଆର ସ୍ଥିତି ଦିନକୁ ଦିନ ବିଗିଡିବାରେ ଲାଗିଛି। ଉକ୍ତ ପଡ଼ିଆଟି ସଂଧ୍ୟା ହେଲେ ଅସାମାଜିକ ଯୁବକଙ୍କ ଆଡ୍ଡା ପାଲଟୁଛି। ନିଶାସକ୍ତ ଦୁର୍ବୁତ୍ତମାନେ ଖାଲି ବୋତଲ ଗୁଡିକୁ ଏଣେ ତେଣେ ଫିଙ୍ଗୁଛନ୍ତି ଫଳରେ ଭୋର ସମୟରେ ପର୍ଯ୍ୟଟକ ହୁଅନ୍ତୁ କି ସ୍ଥାନୀୟ ଲୋକ ଖେଳକୁଦ ପ୍ରାତଃ ଭ୍ରମଣ ଆଦି କରିବାକୁ ଯାଇ ଭଙ୍ଗା କାଚରେ ଆଘାତ ପାଇବା ସହ ଖେଳକୁଦ କାଟିପାରୁନଥିବା ଅଭିଯୋଗ ହେଉଛି। ପ୍ରାତଃ ଭ୍ରମଣରେ ଯାଉଥିବା ଲୋକମାନେ ଦୈନିକ ଉକ୍ତ ପଡିଆରୁ ସେହି ଭଙ୍ଗା କାଚ ସଫା କରିବାକୁ ପଡୁଛି ଫଳରେ ଅସନ୍ତୋଷ ଦେଖାଯିବା ସହ ଚାପା ଉତ୍ତେଜନା ଦେଖାଯାଇଛି ପୋଲିସ ଏହାର କାର୍ଯ୍ୟାନୁଷ୍ଠାନ ନେବାକୁ ଅଞ୍ଚଳର କ୍ରୀଡା ପ୍ରେମୀ ମାନେ ଦାବି କରିଛନ୍ତି। ଏବେ ପର୍ଯ୍ୟଟନ ଋତୁ ଆସିଥିବା ବେଳେ ପର୍ଯ୍ୟଟକ ମାନେ ରାତ୍ରୀ ଯାପନ କରିବା ସହ ପ୍ରାତଃ ଭ୍ରମଣରେ ଉକ୍ତ ପଡିଆକୁ ଯାଉଛନ୍ତି ଓ ଅସନ୍ତୋଷ ପ୍ରକାଶ କରି ଫେରୁଛନ୍ତି। ଏହା ଦୀର୍ଘ ଦିନ ହୋଇଥିଲେ ମଧ୍ୟ ସ୍ଥାନୀୟ ପ୍ରଶାସନ କିମ୍ବା ପୋଲିସ ପ୍ରଶାସନ କୌଣସି ପଦକ୍ଷେପ ନେଉନଥିବା ଭାଜପା ମଣ୍ଡଳ ସଭାପତି ମିଟୁ ସାହୁ ଉଦବେଗ ପ୍ରକାଶ କରିଛନ୍ତି ତୁରନ୍ତ ପୋଲିସ ସନ୍ଧ୍ୟା ସମୟରେ ଖେଳ ପଡିଆ ଅଞ୍ଚଳରେ ପାଟ୍ରୋଲିଂ କରିବାକୁ ସେ ଦାବି କରିଛନ୍ତି । ସେହିପରି ଖେଳ ପଡିଆର ଉନ୍ନତିକରଣ ଓ ପାଚେରୀ ନିର୍ମାଣ କରାଗଲେ ହୁଏତ ଏଭଳି ଅସାମାଜିକ କାର୍ଯ୍ୟକଳାପ ରହିବ ନାହିଁ ବୋଲି ଭାଜପା ମଣ୍ଡଳ ସଭାପତିଙ୍କ ସମେତ ଅନ୍ୟ ମାନେ କହିଛନ୍ତି।

 

Dharitri – Odisha’s No.1 Odia Daily


Enter your email to get our daily news in your inbox.

All Right Reserved By Dharitri.Com

ଭାରତରେ ପ୍ରବେଶ କରିବ ଆପଲ ପେ’

ନୂଆଦିଲ୍ଲୀ,୨୦ା୯: ଭାରତରେ ସର୍ୱାଧିକ ପ୍ରଚଳିତ ୟୁପିଆଇ ପେମେଣ୍ଟ ବ୍ୟବସ୍ଥା ଫୋନ୍‌ ପେ’ ଭଳି ଆମେରିକାରେ ଆପଲ ପେ’ ମଧ୍ୟ ଗ୍ରାହକ ମହଲରେ ବେଶ୍‌ ପରିଚିତ। ତେବେ ଆମେରିକାରେ…

ପେଟ୍ରୋଲିୟମ ମନ୍ତ୍ରଣାଳୟର ବଡ଼ ଘୋଷଣା, ଅକ୍ଟୋବର ୧ରୁ ଏମାନଙ୍କୁ ମିଳିବନି LPG ସିଲିଣ୍ଡର

ନୂଆଦିଲ୍ଲୀ,୨୦ା୯: ନିୟନ୍ତ୍ରିତ ଖୁଚୁରା ବିକ୍ରୟ ମୂଲ୍ୟରେ ଉପଯୁକ୍ତ ସବ୍‌ସିଡି ସହ ସିଲିଣ୍ଡର ରିଫିଲ ପାଇବାକୁ ଚାହୁଁଥିବା ଘରୋଇ ଏଲ୍‌ପିଜି ଗ୍ରାହକମାନଙ୍କ ପାଇଁ ଆସନ୍ତା ଅକ୍ଟୋବର ୧ରୁ ବାୟୋମେଟ୍ରିକ୍‌…

ବୁଧ-ଗୁରୁଙ୍କ ଯୁତିରେ ୪ ରାଶିଙ୍କ ଫିଟିବ ଭାଗ୍ୟ, ଟଙ୍କାରେ ଭରିଯିବ ସିନ୍ଦୁକ, ଚାକିରିରେ ବଡ଼ ପଦବୀ…

ବୈଦିକ ଜ୍ୟୋତିଷରେ ବୁଧ ଏବଂ ବୃହସ୍ପତି (ଗୁରୁ) ଉଭୟ ଅତ୍ୟନ୍ତ ଶୁଭ ଗ୍ରହ, କାରଣ ଶୁକ୍ରଙ୍କ ତୁଳନାରେ ଏମାନଙ୍କ ମଧ୍ୟରେ ଦେବତ୍ୱ ରହିଛି। ଯେତେବେଳେ ବୁଧ-ଗୁରୁଙ୍କ ଯୁତି,…

ବିଫଳତାର ସ୍ମାରକୀ

ଚଳିତ ମାସରୁ ୱାଶିଂଟନ ଡିସିରେ ଡୋନାଲ୍ଡ ଟ୍ରମ୍ପ୍‌ ଏକ ତୋରଣାକୃତି ବିଜୟ ସ୍ମାରକୀ କାମ ଆରମ୍ଭ କରିବାକୁ ଯାଉଛନ୍ତି। ପ୍ୟାରିସ୍‌ର ‘ଆର୍କ ଡି ଟ୍ରାୟୋମ୍ଫ’ ଢାଞ୍ଚାରେ ଏହାକୁ…

ସକାଳୁ ସକାଳୁ ବର୍ଷାକୁ ନେଇ ବଡ଼ ଅପଡେଟ୍‌: ଜାରି ହେଲା ଆଲର୍ଟ, ଓଡ଼ିଶାର ଏହି ଜିଲାରେ…

ଭୁବନେଶ୍ୱର,୨୦ା୯(ସୌମ୍ୟରଞ୍ଜନ ରାଉତ): ଉତ୍ତର ଆଣ୍ଡାମାନ ସାଗର ଓ ତା’ର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ସୃଷ୍ଟ ଘୂର୍ଣ୍ଣିବଳୟ ଶନିବାର ସାରେ ଲଘୁଚାପର ରୂପ ନେଇଛି। ପଶ୍ଚିମ ଓ ଉତ୍ତର ପଶ୍ଚିମ…

ବୁରୁଡ଼ି ଗ୍ରାମକୁ ନିର୍ମାଣ ହେବ ସ୍ଥାୟୀ ପକ୍କା ରାସ୍ତା: ସ୍ଥିତି ପରଖିଲେ ବିଡ଼ିଓ, ଖୁସି ପ୍ରକାଶ କଲେ…

ଗୁଡ଼ାରି, ୧୯/୯ (ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲା ଗୁଡ଼ାରି ବ୍ଲକ୍ ଅନ୍ତର୍ଗତ କଦମା ଗ୍ରାମପଞ୍ଚାୟତର ଆଦିବାସୀ ଅଧ୍ୟୁଷିତ ବୁରୁଡ଼ି ଗ୍ରାମବାସୀଙ୍କ ଦୀର୍ଘଦିନର ସମସ୍ୟାର ସମାଧାନ ହେବାକୁ…

ଚାଲାଣ ବେଳେ ଧରାପଡ଼ିଲା ୧୧୪୦ କେଜି ଗଞ୍ଜେଇ

ତୁମୁଡିବନ୍ଧ,୧୯ା୯(ଦୀପକ କୁମାର ପରାସେଠ): ଏକ ବଡ଼ ଧରଣର ଗଞ୍ଜେଇ ଚୋରା ଚାଲାଣକୁ ପଣ୍ଡ କରିଛି କନ୍ଧମାଳ ଜିଲା ତୁମୁଡିବନ୍ଧ ପୋଲିସ। ଚୋରା ଚାଲାଣ ହେବାକୁ ଥିବା ଗଞ୍ଜେଇ…

ମୁଜାଗଡ଼ରେ ବ୍ଲକ୍ ସ୍ତରୀୟ କ୍ରୀଡ଼ା ମହୋତ୍ସବ: ଚମକିଲେ ଯୁବ କ୍ରୀଡ଼ାବିତ୍‌, କୃତୀ ପ୍ରତିଯୋଗୀଙ୍କୁ ପୁରସ୍କାର

ମୁଜାଗଡ଼, ୧୯/୯ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ୍ ସ୍ତରୀୟ କ୍ରୀଡ଼ା ପ୍ରତିଯୋଗିତା ଶନିବାର ମୁଜାଗଡ଼ସ୍ଥିତ ପି.ଏମ୍. ଶ୍ରୀ ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?