ବିଦ୍ୟାଳୟ ପରିସରରେ ଭଙ୍ଗା ଘର

କେନ୍ଦୁଝର,୩ା୧୨(ସ୍ବ.ପ୍ର.): କେନ୍ଦୁଝର ସହର ଶିରିପୁର ସାହି ନିକଟରେ ଥିବା ପ୍ରାଥମିକ ବିଦ୍ୟାଳୟ ତଦାରଖ ଅଭାବରୁ ଅସୁରକ୍ଷିତ ହୋଇପଡ଼ିଛି। ପରିସରରେ ଭଙ୍ଗା ଦଦରା ଘର ରହିଥିବା ବେଳେ ତାହା ଭଙ୍ଗାଯାଉନାହିଁ। ଫଳରେ ଛୋଟ ପିଲାମାନେ ଅସୁରକ୍ଷିତ ପରିବେଶରେ ଖେଳକୁଦ କରୁଛନ୍ତି। ଏଥିସହ ସଫେଇ ହେଉ ନ ଥିବାରୁ ଜଙ୍ଗଲରେ ପରିପୂର୍ଣ୍ଣ ହୋଇ ସରୀସୃପଙ୍କ ବାସସ୍ଥଳୀ ପାଲଟିଛି। ସ୍କୁଲ ପ୍ରତି ଶିକ୍ଷା ବିଭାଗର ଦୃଷ୍ଟି ପଡୁ ନ ଥିବାରୁ ପିଲାଙ୍କ ସୁରକ୍ଷାକୁ ନେଇ ଅଭିଭାବକ ଚିନ୍ତା ପ୍ରକଟ କରିଛନ୍ତି।
ପରିସରରେ ଥିବା ଏକ ପୁରୁଣା ଟାଇଲ ଶ୍ରେଣୀ କକ୍ଷ ଓ ରୋଷେଇ ଘର ଦୀର୍ଘ ବର୍ଷ ହେଲା ଅସୁରକ୍ଷିତ ଅବସ୍ଥାରେ ରହିଛି। ଶିକ୍ଷା ବିଭାଗର ଅଧିକାରୀମାନେ ଗସ୍ତ ବେଳେ ଆସି ଦେଖିଯାଉଥିଲେ ହେଁ ଭାଙ୍ଗିବା ପାଇଁ କାୈଣସି ପଦକ୍ଷେପ ନେଉନାହାନ୍ତି। କେତେବେଳେ ଘରଟି ଭୁଶୁଡ଼ି ପଡ଼ିବ କହି ହେବ ନାହିଁ। ସେହିପରି ଭଙ୍ଗାଦଦରା ଘର ହୋଇଥିବାରୁ ସାପ, ବିଛା ଆଦି ସରୀସୃପଙ୍କ ଆଶ୍ରୟ ସ୍ଥଳୀ ପାଲଟିଛି। ପରିସର ମଧ୍ୟରେ ମୁଖ୍ୟମନ୍ତ୍ରୀ କର୍ମତପତ୍ର ଯୋଜନାରେ ନିର୍ମାଣ ହୋଇଥିବା ଦୁଇଟି ଜଳସଂରକ୍ଷଣ ପ୍ରକଳ୍ପ ପରିତ୍ୟକ୍ତ ଅବସ୍ଥାରେ ରହି ପିଲାଙ୍କ ପାଇଁ ବିପଦ ସୃଷ୍ଟି କରୁଛି। ଏଥିସହ ଉକ୍ତ ବିଦ୍ୟାଳୟଟି ବ୍ୟସ୍ତବହୁଳ ରାସ୍ତାକଡ଼ରେ ରହିଥିବାରୁ ସବୁବେଳେ ଦୁର୍ଘଟଣା ଆଶଙ୍କା ରହୁଛି। ଏଣୁ ବିଭାଗ ପକ୍ଷରୁ ତୁରନ୍ତ ପଦକ୍ଷେପ ନେବାକୁ ଅଭିଭାବକ ତଥା ସ୍ଥାନୀୟ ଅଧିବାସୀ ଦାବି କରିଛନ୍ତି। ଜିଲା ଶିକ୍ଷାଧିକାରୀ ପୂର୍ଣ୍ଣଚନ୍ଦ୍ର ସେଠୀ କହିଛନ୍ତି, ଅସୁରକ୍ଷିତ ଘରଗୁଡ଼ିକୁ ଭାଙ୍ଗିଦେବାକୁ ନିର୍ମାଣ ସଂସ୍ଥାକୁ ଜଣାଇ ଦିଆଯାଇଛି। ଏ ସମ୍ପର୍କରେ ବ୍ଲକ୍‌ ଶିକ୍ଷାଧିକାରୀଙ୍କୁ ସୂଚନା ମଧ୍ୟ ଦିଆଯାଇଛି। ଆଗାମୀ ଦିନରେ ପଦକ୍ଷେପ ନିଆଯିବ ବୋଲି ସେ କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବାଇକ୍‌ଆରୋହୀଙ୍କଠାରୁ ଲକ୍ଷାଧିକ ଟଙ୍କା ଜବତ, ନିର୍ବାଚନ ସମୟରେ ଏତେ ଟଙ୍କା କେଉଁଠୁ ଆସିଲା ଚାଲିଛି ତନାଘନା

ଝାରବନ୍ଧ,୧୯ା୪(ଦେବେନ୍ଦ୍ର ସାହୁ): ବରଗଡ଼ ଜିଲା ଝାରବନ୍ଧ ଥାନା ପୋଲିସ ଗୁରୁବାର ରାତିରେ ଡଭାଛକଠାରେ ଚେକିଂ କରୁଥିବା ସମୟରେ ୨ ବାଇକ୍‌ଆରୋହୀଙ୍କଠାରୁ ୬ଲକ୍ଷ ୫୨ହଜାର ୮୦୦ ଟଙ୍କା...

ବିଜେଡି ଛାଡ଼ି ପାରନ୍ତି ପୂର୍ବତନ ଏମପି ପ୍ରସନ୍ନ ପାଟ୍ଟଶାଣୀ!

ଭୁବନେଶ୍ୱର,୧୯।୪: ଓଡ଼ିଶା ରାଜନୀତିରେ ଏବେ କେବଳ ଦଳ ବଦଳ ଚାଲିଛି। ଦଳରେ ଅନେକ ଦିନରୁ ଥିବା ବରିଷ୍ଠ ନେତାମାନେ ମଧ୍ୟ ଟିକେଟ ନ ମିଳିବାରୁ ଓ...

‘କ୍ରୁଜ୍‌’ କ୍ଷେପଣାସ୍ତ୍ରର ସଫଳ ପରୀକ୍ଷଣ

ବାଲେଶ୍ୱର, ୧୯।୪(ମାନସ ବିଶ୍ୱାଳ):ବାଲେଶ୍ୱର ଚାନ୍ଦିପୁରସ୍ଥିତ ପ୍ରତିରକ୍ଷା ଗବେଷଣା ଓ ବିକାଶ ସଙ୍ଗଠନ (ଡିଆରଡିଓ) ପକ୍ଷରୁ ଇଣ୍ଟିଗ୍ରେଟେଡ୍‌ ଟେଷ୍ଟ ରେଞ୍ଜ (ଆଇଟିଆର୍‌)ରୁ ସ୍ବଦେଶୀ ଜ୍ଞାନକୌଶଳରେ ନିର୍ମିତ ‘କ୍ରୁଜ୍‌’...

ବହୁ ପୁରାତନ ବଗିବନ୍ଧ କାର୍ଯ୍ୟାରମ୍ଭ

ରାଜକନିକା,୧୯।୪(ସଞ୍ଜୟ କୁମାର ଦାଶ): ରାଜକନିକା ବ୍ଲକର ମରହଟ୍ଟା ବନ୍ଧ ବା ବଗିବନ୍ଧ ଭାବେ ଜଣାଶୁଣା କନିକା ଉପଖଣ୍ଡ ସାଲାଇନ୍‌ ଏମବାଗମେଣ୍ଟର କାର୍ଯ୍ୟ ଆରମ୍ଭ ହୋଇଛି। ୨୫ ଲକ୍ଷ...

ମାଲକାନଗିରି ଜିଲା ସୀମାରେ ହାଇ ଆଲର୍ଟ

ମାଲକାନଗିରି,୧୯ା୪(ଦୁର୍ଯ୍ୟୋଧନ ପାତ୍ର):ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡ଼ରେ ଶୁକ୍ରବାର ପ୍ରଥମ ପର୍ଯ୍ୟାୟ ନିର୍ବାଚନ ଅନୁଷ୍ଠିତ ହେବ। ମାଓବାଦୀମାନେ ସୀମାନ୍ତ ଛତିଶଗଡ଼ରେ ସେମାନଙ୍କର କାୟା ବିସ୍ତାରକରି ନିର୍ବାଚନକୁ ଭଣ୍ଡୁର...

ଉନ୍ନୟନମୂଳକ କାର୍ଯ୍ୟରେ ବ୍ୟାପକ ଦୁର୍ନୀତି ଅଭିଯୋଗ

ପଟ୍ଟାମୁଣ୍ଡାଇ,୧୯।୪(କଳ୍ପତରୁ ନାୟକ): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ପୌରପରିଷଦ ପକ୍ଷରୁ କରାଯାଇଥିବା ଉନ୍ନୟନମୂଳକ କାର୍ଯ୍ୟରେ ବ୍ୟାପକ ଦୁର୍ନୀତିର ଗନ୍ଧ ସ୍ପଷ୍ଟ ବାରି ହେଉଥିବା ନେଇ ଅଭିଯୋଗ ଆସୁଥିଲେ...

ଭିଟାମାଟି ଛାଡ଼ି ଅନୁତପ୍ତ ବୁଡ଼ଇଞ୍ଚଳ ବିସ୍ଥାପିତ

ବଲାଙ୍ଗୀର, ୧୯ା୪(ବୀରେନ୍ଦ୍ର କୁମାର ଝାଙ୍କର):ଲୋୟର ସୁକ୍‌ତେଲ ଡ୍ୟାମ୍‌ ହେଲେ ଚିର ମରୁଡି ପ୍ରପୀଡିତ ବଲାଙ୍ଗୀର ଜିଲା ଜଳପ୍ଳାବିତ ହେବ। ହଜାର ଏକର କୃଷିକ୍ଷେତ୍ରକୁ ପାଣି ମାଡ଼ିବ।...

ଭାଜପାରେ ବଢୁଛି ଗୋଷ୍ଠୀ କନ୍ଦଳ

ପାଟଣା,୧୯ା୪(ବୀର କିଶୋର ଦାଶ):କେନ୍ଦୁଝର ଜିଲା ପାଟଣା ବିଧାନସଭା କ୍ଷେତ୍ର ପାଇଁ ମଙ୍ଗଳବାର ଭାଜପା ଅବସରପ୍ରାପ୍ତ ପ୍ରଶାସନିକ ଅଧିକାରୀ ଅଖିଳ ଚନ୍ଦ୍ର ନାୟକଙ୍କ ନାମ ଘୋଷଣା କରିଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri