କଥା ଥିଲା ସାତ ଜନ୍ମର, ହେଲେ କେଇ ମାସ ବି ଚାଲିଲାନି; ଅଲଗା ହୋଇଗଲେ ଏସବୁ କଳାକାର ଦମ୍ପତି

ବମ୍ବେ: କଥା ଥିଲା ସାତ ଜନ୍ମର। ହେଲେ କିଛି ଦିନରେ ହିଁ ଭାଙ୍ଗିଗଲା ସମ୍ପର୍କ। ବୋଲ୍ଡ ଅଭିନେତ୍ରୀ ପୁନମ୍‌ ପାଣ୍ଡେ ମାତ୍ର ଚଉଦ ଦିନ ପରେ ନିଜ ବିବାହ ଭାଙ୍ଗିବାକୁ ନେଇ ଚର୍ଚ୍ଚାରେ ରହିଥିଲେ। ସ୍ବାମୀ ସାମ୍‌ ବମ୍ବେ ମାରପିଟ୍‌ କରିଥିବାରୁ ସେ ଆଉ ବିବାହ ବନ୍ଧନରେ ରହିବେ ନାହିଁ ବୋଲି ରୋକଠୋକ ଶୁଣାଇଦେଇଥିଲେ। ଅପରପକ୍ଷେ ଏହା ପ୍ରଥମ ଥର ନୁହେଁ ଯେଉଁଠି ଏତେ କମ୍‌ ଦିନରେ କେଉଁ ଅଭିନେତ୍ରୀଙ୍କ ବିବାହ ଭାଙ୍ଗିଛି। କାରଣ ଏହି ତାଲିକା ବେଶ୍‌ ଲମ୍ବା।

ସାରା ଖାନ୍‌ ଏବଂ ଅଲୀ ମର୍ଚାଣ୍ଟ:
ଅଭିନେତ୍ରୀ ସାରା ଖାନ୍‌ ଏବଂ ଅଲୀ ବିଗ୍‌ବସ୍‌-୪ ଘରେ ଉଭୟଙ୍କୁ ଭେଟିଥିଲେ। ସେଠାରେ ହିଁ ସେମାନଙ୍କ ବିବାହ ହୋଇଥିଲା। ୨୦୧୦ରେ ବିବାହ ପରେ ୨୦୧୧ରେ ଉଭୟ ଅଲଗା ହୋଇଯାଇଥିଲେ।

ମନିଷା କୋଇରାଲା-ସମ୍ରାଟ ଦହାଲ:
୨୦୧୦ରେ ମନିଷା ସମ୍ରାଟଙ୍କୁ ବିବାହ କରିଥିଲେ। ନେପାଳରେ ଉଭୟଙ୍କ ବିବାହ ହୋଇଥିଲା। ହେଲେ ବିବାହର କିଛି ମାସ ପରେ ଉଭୟଙ୍କ ଭିତରେ ମନୋମାଳିନ୍ୟ ନେଇ ଖବର ଶୁଣିବାକୁ ମିଳିଥିଲା। ଦୁଇ ବର୍ଷ ପରେ ସେମାନେ ଅଲଗା ହୋଇଯାଇଥିଲେ।

କରନ୍‌ ସିଂ ଗ୍ରୋଭର-ଶ୍ରଦ୍ଧା ନିଗମ:
ଟେଲି ପରଦାର ସୁପରଷ୍ଟାର କୁହାଯାଉଥିବା କରନ୍‌ ସିଂ ଗ୍ରୋଭର ଦୁଇଟି ବିବାହ କରିଛନ୍ତି। ବିପାଶାଙ୍କୁ ବିବାହ କରିବା ପୂର୍ବରୁ ସେ ଦୁଇଜଣ ଅଭିନେତ୍ରୀଙ୍କୁ ଛାଡ଼ପତ୍ର ଦେଇଛନ୍ତି। ପ୍ରଥମେ କିନ୍ତୁ ସେ ଶ୍ରଦ୍ଧା ନିଗମଙ୍କୁ ବିବାହ କରିଥିଲେ। ମାତ୍ର ୧୦ ମାସ ମଧ୍ୟରେ ଉଭୟଙ୍କ ସମ୍ପର୍କରେ ଫାଟ ସୃଷ୍ଟି ହୋଇଥିଲା। କରନ୍‌ଙ୍କ ଅନ୍ୟ ଝିଅଙ୍କ ସହ ସମ୍ପର୍କ ଯୋଗୁ ଏଭଳି ହୋଇଥିବା କୁହାଯାଇଥିଲା। ଶେଷରେ ସେମାନେ ଅଲଗା ହୋଇଯାଇଥିଲେ।

କିଶୋର କୁମାର-ୟୋଗିତା ବାଲି:
ଗାୟକ ତଥା ଅଭିନେତା କିଶୋର କୁମାରଙ୍କ ପ୍ରେମ ଜୀବନ ଚକିତ କରିଦେଲା ଭଳି। ସେ ତିନୋଟି ବିବାହ କରିଥିଲେ। ସେଥିରୁ ତୃତୀୟ ସ୍ତ୍ରୀଙ୍କ ନାମ ଥିଲା ୟୋଗିତା। ହେଲେ ସେମାନଙ୍କ ବିବାହ ମାତ୍ର ୨ ବର୍ଷ ଚାଲିଥିଲା। କାରଣ ୟୋଗିତା ମିଥୁନ ଚକ୍ରବର୍ତ୍ତୀଙ୍କ ପ୍ରେମରେ ପଡ଼ିଯାଇଥିଲେ। କିଶୋରଙ୍କଠାରୁ ଅଲଗା ହୋଇ ଉଭୟ ବିବାହ କରିନେଇଥିଲେ।

ପୁଲକିତ ସମ୍ରାଟ-ଶ୍ୱେତା ରୋହିରା:
୨୦୧୪ ମସିହାରେ ପୁଲକିତ ସମ୍ରାଟ ଶ୍ୱେତା ରୋହିରାଙ୍କୁ ବିବାହ କରିଥିଲେ। ହେଲେ ୧୧ ମାସ ପରେ ଉଭୟ ଅଲଗା ହୋଇଯାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?