ଭାଙ୍ଗିଦେଲେ, ଗଢ଼ୁନାହାନ୍ତି

ବଇଣ୍ଡା,୨୦।୪ (ପରିକ୍ଷିତ ସାହୁ) – ରାଜପଥ ସମ୍ପ୍ରସାରଣ ନିମନ୍ତେ ୪ ବର୍ଷ ତଳୁ ଭଙ୍ଗାଯାଇଛି ରାଜ୍ୟ ସରକାରଙ୍କ ଏକାଧିକ କାର୍ଯ୍ୟାଳୟ। ଏପରି କି ଶିକ୍ଷାନୁଷ୍ଠାନ ମଧ୍ୟ ଏହି ଉଚ୍ଛେଦରୁ ବାଦ୍‌ ପଡ଼ିନାହିଁ। ନୂତନ ସ୍ଥାନରେ ଏସବୁ ଅଫିସ କୋଠା ଗଢ଼ାଯିବାର ଥିଲେ ହେଁ ଦୀର୍ଘବର୍ଷ ମଧ୍ୟରେ ତାହା ହୋଇପାରି ନାହିଁ। ଜାଗା ଅଭାବ ଥିବା ପ୍ରଶାସନ ସଫେଇ ଦେଉଥିଲେ ହେଁ ଏହାକୁ ନେଇ ତୀବ୍ର ଅସନ୍ତୋଷ ପ୍ରକାଶ କରିଛନ୍ତି କିଶୋରନଗର ବ୍ଲକ ନୁନୁକାପଶି ପଞ୍ଚାୟତର ବଇଣ୍ଡା ଅଞ୍ଚଳବାସୀ। ପ୍ରଶାସନର ଏପରି ବିଫଳତା ଯୋଗୁ ଛତ୍ରୀଛାତ୍ରମାନେ ବିପଦସଙ୍କୁଳ ଗୃହରେ ବସି ପଢ଼ୁଥିବାବେଳେ ଜନସାଧାରଣ ସେମାନଙ୍କ ଆପତ୍ତି, ଅଭିଯୋଗ ଓ ସମସ୍ୟାର ସମାଧାନ ପାଇଁ ଆଉ କେତେ ବର୍ଷ ଅପେକ୍ଷା କରିବେ ବୋଲି ପ୍ରଶ୍ନ କରିଛନ୍ତି।
ଅନୁଗୋଳ ଜିଲା ଦେଇ ଯାଇଥିବା କଟକ-ସମ୍ବଲପୁର ୫୫ ନମ୍ବର ଜାତୀୟ ରାଜପଥର କିଶୋରନଗର ବ୍ଲକ ଜାମୁନାଳୀଠାରୁ ଭାଙ୍ଗମୁଣ୍ଡା ପର୍ଯ୍ୟନ୍ତ ରାସ୍ତାର ଦୁଇ ପାର୍ଶ୍ୱରେ ଉଚ୍ଛେଦ କାର୍ଯ୍ୟ ସମ୍ପୂର୍ଣ୍ଣ ସରିଯାଇଛି। ୨୦୧୮ ମସିହା ମେ ୧୭ ତାରିଖରେ ବଇଣ୍ଡା ଛକରୁ ଉଚ୍ଛେଦ କାର୍ଯ୍ୟ ଆରମ୍ଭ ହୋଇଥିଲା। ସେହି ସମୟରେ ବଇଣ୍ଡା ଠାରେ ଥିବା ରାଜସ୍ବ କାର୍ଯ୍ୟାଳୟ, ପ୍ରାଣୀ ଚିକିତ୍ସାଳୟ, ପୂର୍ତ୍ତ ବିଭାଗ ବଙ୍ଗଳା, କିଶୋରଗଞ୍ଜ ପ୍ରାଥମିକ ବିଦ୍ୟାଳୟ, ନୁନୁକାପଶି ପଞ୍ଚାୟତର ରାଜୀବ ସେବାକେନ୍ଦ୍ର, ବଇଣ୍ଡା ଫାଣ୍ଡି, ବଇଣ୍ଡା କଲେଜ, ବଇଣ୍ଡା ଛକ ଯାତ୍ରୀ ବିଶ୍ରାମାଗାରକୁ ଭାଙ୍ଗି ଦିଆଯାଇଥିଲା। ଇତିମଧ୍ୟରେ ୪ ବର୍ଷ ବିତିଯାଇଥିଲେ ମଧ୍ୟ ଏସବୁ ସରକାରୀ କାର୍ଯ୍ୟାଳୟ ପୁନଃ ନିର୍ମାଣ ଦିଗରେ ପ୍ରଶାସନ କିମ୍ବା ଠିକାସଂସ୍ଥା ଗୁରୁତ୍ୱ ଦେଉ ନ ଥିବା ବଇଣ୍ଡା ଗ୍ରାମବାସୀ ଅଭିଯୋଗ କରିଛନ୍ତି। ବଇଣ୍ଡା ରାଜସ୍ବ କାର୍ଯ୍ୟାଳୟର ନୂତନ କୋଠା ତିଆରି ୨୦୨୦ ମସିହାରୁ ଆରମ୍ଭ ହୋଇଥିଲେ ମଧ୍ୟ ସମ୍ପୂର୍ଣ୍ଣ ହୋଇପାରିନାହିଁ। ଫଳରେ ଏକ ଭଡ଼ା ଘରେ ତାହା ଚାଲୁଛି। ସେହିପରି ବିଦ୍ୟାଳୟ କୋଠା ନିର୍ମାଣ ହେଉ ନ ଥିବା ଯୋଗୁ ଛାତ୍ରୀଛାତ୍ରମାନେ ବିପଦସଙ୍କୁଳ ଅବସ୍ଥାରେ ଥିବା ଗୃହ ବାରଣ୍ଡାରେ ବସି ପଢିବାକୁ ବାଧ୍ୟ ହେଉଛନ୍ତି। ପୂର୍ତ୍ତ ଡାକବଙ୍ଗଳା ନିର୍ମାଣ ହେଉ ନ ଥିବାରୁ ଅତିଥିମାନେ ବାମୁର ବଙ୍ଗଳା ଉପରେ ନିର୍ଭର କରୁଛନ୍ତି। ପ୍ରାଣୀ ଚିକିତ୍ସାଳୟ କୋଠା ତିଆରି ହେଉ ନ ଥିବାରୁ ନୁନୁକାପଶି ପଞ୍ଚାୟତବାସୀ ଗୃହପାଳିତ ପ୍ରାଣୀଙ୍କ ଚିକିତ୍ସା ପାଇଁ ୭ କିଲୋମିଟର ଦୂର ହଣ୍ଡପା ପ୍ରାଣୀ ଚିକିତ୍ସାଳୟକୁ ଯାଉଛନ୍ତି। ରାଜୀବ ଭବନ, ଫାଣ୍ଡି, ଯାତ୍ରୀ ବିଶ୍ରାମାଗାର ଆଦି ତିଆରି ପାଇଁ ଏଯାଏ ଜମି ଚିହ୍ନଟ ହୋଇପାରି ନାହିଁ। ଏହି ସମସ୍ତ ସରକାରୀ କାର୍ଯ୍ୟାଳୟ ନିର୍ମାଣ ନିମନ୍ତେ ବଇଣ୍ଡା ଗ୍ରାମବାସୀ ୧୨ ମେ ୨୦୧୯, ୨୫ ମାର୍ଚ୍ଚ ୨୦୨୦ ଓ ୩୦ ଜୁଲାଇ ୨୦୨୧ରେ ମୁଖ୍ୟମନ୍ତ୍ରୀ, ଅନୁଗୋଳ ଜିଲାପାଳ, ଉପଜିଲାପାଳ, ତହସିଲଦାର, ଆଠମଲ୍ଲିକ ବିଧାୟକ, ସମ୍ବଲପୁର ଏମ୍‌ପିଙ୍କୁ ଅଭିଯୋଗ କରିଥିଲେ ମଧ୍ୟ ସୁଫଳ ମିଳୁନାହଁି। ତୁରନ୍ତ ଏଥିପ୍ରତି ବିଭାଗୀୟ ଅଧିକାରୀମାନେ ଦୃଷ୍ଟି ଦେବାକୁ ବଇଣ୍ଡା ଗ୍ରାମବାସୀ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମହାନଦୀରୁ ମୃତଦେହ ଉଦ୍ଧାର ଘଟଣା: ମିଳିଲା ଜଣଙ୍କର ପରିଚୟ, ଅନ୍ୟଜଣଙ୍କ ଅନ୍ତିମ ସଂସ୍କାର କଲା ପୋଲିସ

ଅମରପାଲି,୨୭।୯(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ଉପଖଣ୍ଡ ଅନ୍ତର୍ଗତ ସୁବଳୟା ମହାନଦୀ ଫେରିଘାଟ ନିକଟରୁ ମଙ୍ଗଳବାର ଉଦ୍ଧାର ହୋଇଥିବା ୨ ଅଜଣା ମୃତଦେହ ମଧ୍ୟରୁ ଜଣଙ୍କର ପରିଚୟ…

ଗୁଣିଗାରେଡ଼ି ସନ୍ଦେହରେ ମୋହନାରେ ବିଭତ୍ସ ହତ୍ୟାକାଣ୍ଡ: ପାହାଡ଼ ଉପରେ କୁଡ଼ିଆରେ ହାଣି ପୋଡ଼ିଦେଲେ!

ମୋହନା,୨୭।୯( ମନ୍ମଥ ମିଶ୍ର ): ଗୁଣିଗାରେଡ଼ି ସନ୍ଦେହରେ ଗାଁଠାରୁ ଅଢ଼େଇ କିଲୋମିଟର ଦୂର ପାହାଡ଼ ଉପରେ କୁଡ଼ିଆ ଘରେ ରହୁଥିବା ଜଣେ ବ୍ୟକ୍ତିଙ୍କୁ ଧାରୁଆ ଅସ୍ତ୍ରରେ ହତ୍ୟା…

ଚିଖିଲିକୁ ପଶିଲା ଜଳଭଣ୍ଡାରର ବନ୍ୟା ପାଣି, ଶହ ଶହ ଏକର ଚାଷଜମି ଜଳମଗ୍ନ

ବରଗଡ଼,୨୭।୯(ପ୍ରେମାନନ୍ଦ ଖମାରୀ): ଛତିଶଗଡ଼ ରାଜ୍ୟର ବିଭିନ୍ନ ଅଞ୍ଚଳରେ ଲଗାଣ ବର୍ଷା ହୋଇଛି। ଏହାର ପ୍ରଭାବ ସୀମାବର୍ତ୍ତୀ ବରଗଡ଼ ଜିଲାର ଅମ୍ବାଭୋନା ବ୍ଲକ ଅଞ୍ଚଳରେ ଦେଖିବାକୁ ମିଳିଛି। ଉପରମୁଣ୍ଡରେ…

ପିକ୍‌ଅପ୍‌ ଧକ୍କାରେ ଶିଶୁ ମୃତ୍ୟୁ ଘଟଣା: ସହାୟତା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ପୁରୁଷୋତ୍ତମପୁର,୨୭।୯(ସବିତା ମିଶ୍ର): ଏକ ପିକ୍‌ଅପ୍‌ ଭ୍ୟାନ୍‌ ଧକ୍କାରେ ୪ ବର୍ଷର ଶିଶୁର ମୃତ୍ୟୁ ଘଟିଥିଲା। ଏନେଇ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ସହରରେ ରବିବାର ସନ୍ଧ୍ୟାରେ ଉତ୍ତେଜନା ପରିସ୍ଥିତି…

ଚାଷୀଙ୍କୁ ଆଶ୍ବସ୍ତି, ବିଧାୟକଙ୍କ ହସ୍ତକ୍ଷେପ ପରେ ପୋଡ଼ାପଦର ଚାଷଜମିରୁ ଜଳ ନିଷ୍କାସନ ଆରମ୍ଭ

ଛତ୍ରପୁର,୨୭।୯(ଦିଲ୍ଲୀପ ସାମଲ /ଦ୍ଵାରିକା ପଟନାୟକ): ଲଗାଣ ବର୍ଷା ଯୋଗୁଁ ଛତ୍ରପୁର ପୌର ପରିଷଦ ଅନ୍ତର୍ଗତ ପୋଡ଼ାପଦର ଅଞ୍ଚଳର ବ୍ୟାପକ ଚାଷଜମି ଜଳମଗ୍ନ ହୋଇପଡ଼ିଥିଲା। ଚାଷଜମିରେ ଦୀର୍ଘ ସମୟ…

ବନ୍ଧକ ସୁନା ମାଗିବାରୁ ମରଣାନ୍ତକ ଆକ୍ରମଣ, ୩ ମାସ ପରେ ତାମିଲନାଡୁରୁ ଅଭିଯୁକ୍ତ ଗିରଫ

କେନ୍ଦୁଝର/ହାଟଡିହୀ/ଛେନାପଦୀ,୨୭।୯(ନରେଶ ଚନ୍ଦ୍ର ପଟ୍ଟନାୟକ/ଶୁଭକାନ୍ତ ନାୟକ/ନିରାକାର ପରିଡା): କେନ୍ଦୁଝର ଜିଲା ନନ୍ଦିପଦା ଥାନା ନୂଆରମ୍ପାସ ଗ୍ରାମରେ ଗତ ଜୁନ ୨୩ ମଙ୍ଗଳବାର ବନ୍ଧକ ସୁନା ଫେରସ୍ତ ମାଗି ମରଣାନ୍ତକ…

କ୍ୟାଣ୍ଡଲ ଜାଳି ଶିକ୍ଷକ ସୁନୀଲଙ୍କୁ ଶ୍ରଦ୍ଧାଞ୍ଜଳି

ଗଞ୍ଜାମ,୨୭।୯(ଅନାଥ ତରାଇ): ଗଞ୍ଜାମ ସହରର ଜଣାଶୁଣା ଶିକ୍ଷକ ସ୍ବର୍ଗତ ସୁନୀଲ ସାମଲଙ୍କ ଦ୍ୱାଦଶ ଅବସରରେ ରବିବାର କ୍ୟାଣ୍ଡଲ ଯାତ୍ରା ସହ ଏକ ଶୋକସଭା ଅନୁଷ୍ଠିତ ହୋଇଯାଇଛି। ଜୟଶ୍ରୀ…

ସ୍କୁଟିକୁ ଧକ୍କା ଦେଲା ଟ୍ରକ: ଚାଲିଗଲା ମତ୍ସ୍ୟଜୀବୀଙ୍କ ଜୀବନ, ଉତ୍ତେଜନା

ଛତ୍ରପୁର,୨୭।୯:(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଛତ୍ରପୁର ପୌରପରିଷଦ ଅନ୍ତର୍ଗତ ଡିଆର୍‌ଡିଏ ଛକ ନିକଟ ୧୬ ନମ୍ବର ଜାତୀୟ ରାଜପଥରେ ରବିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?