ଭାଙ୍ଗିଲା ପାର୍କ ପାଚେରି, ଭାସିଲା ବଜାର

କାମାକ୍ଷାନଗର,୨୧।୭(ସୁଧୀର ପରିଡ଼ା): ଲଘୁଚାପଜନିତ ଲଗାଣବର୍ଷାରେ ପଦାରେ ପଡ଼ିଛି ଅବ୍ୟବସ୍ଥା। କେଉଁଠି ନିର୍ମାଣାଧୀନ ପାର୍କ ପାଚେରି ଭାଙ୍ଗିପଡ଼ିଛି ତ ଅନ୍ୟ କେଉଁଠି ନର୍ଦ୍ଦମା ପାଣି ସୁଅରେ ବେହାଲ ହୋଇଛି ଜୀବନଯାତ୍ରା। ବିକାଶମୂଳକ କାର୍ଯ୍ୟରେ ଦୁର୍ନୀତି ଏବଂ ବର୍ଷ ବର୍ଷ ଧରି ଡ୍ରେନେଜ୍‌ ବ୍ୟବସ୍ଥାରେ ସୁଧାର ଆସିପାରୁ ନ ଥିବାରୁ ଏଭଳି ସମସ୍ୟା ସୃଷ୍ଟି ହୋଇଥିବା କାମାକ୍ଷାନଗର ଅଞ୍ଚଳର ବୁଦ୍ଧିଜୀବୀ ଅଭିଯୋଗ କରିଛନ୍ତି।
ସୂଚନାଯୋଗ୍ୟ, ସହର ଉପକଣ୍ଠ କାନପୁରାରେ ସାଢ଼େ ୩ କୋଟି ଟଙ୍କା ବ୍ୟୟ ଅଟକଳରେ ଗ୍ରାମୀଣ ଉଦ୍ୟାନ କାର୍ଯ୍ୟ ଜାରି ରହିଛି। ପ୍ରଥମ ପର୍ଯ୍ୟାୟରେ ପାଚେରି ନିର୍ମାଣ ଲାଗି ପ୍ରାୟ ୪୦ ଲକ୍ଷ ଟଙ୍କା ମଞ୍ଜୁର କରାଯାଇଛି। ତେବେ ନିୟମ ଅନୁଯାୟୀ କାମ ହେଉ ନ ଥିବା ଅଞ୍ଚଳବାସୀ ଅଭିଯୋଗ କରି ଆସୁଥିଲେ, ଯାହାକୁ ବିଭାଗୀୟ ଅଧିକାରୀ ଗୁରୁତ୍ୱ ଦେଇ ନ ଥିଲେ। ଫଳରେ ଲଗାଣ ବର୍ଷାରେ ଗୁରୁବାର ପ୍ରାୟ ୩୫ ମିଟର ପାଚେରି ଭୁଶୁଡ଼ି ପଡ଼ିଛି। ଏହାର ଉଚ୍ଚସ୍ତରୀୟ ତଦନ୍ତ କରିବା ସହ କାମ କରୁଥିବା ଠିକାଦାରଙ୍କଠାରୁ କ୍ଷତିଭରଣା କରିବା ଲାଗି ସାଧାରଣରେ ଦାବି ହୋଇଛି। ଏ ନେଇ ଯନ୍ତ୍ରୀ ରଶ୍ମିତା ମଞ୍ଜରୀ ପ୍ରଧାନ କୁହନ୍ତି, ସେ କାର୍ଯ୍ୟରେ ଯୋଗଦେବା ପୂର୍ବରୁ ପାଚେରି ନିର୍ମାଣ ହୋଇଛି। ପାଚେରି ଭାଙ୍ଗିବା ନଜରକୁ ଆସିଛି। ଏହାର ପୁନଃନିର୍ମାଣ ଲାଗି କାର୍ଯ୍ୟ କରିଥିବା ଠିକାଦାରଙ୍କୁ ନିର୍ଦ୍ଦେଶ ଦିଆଯିବ।
ଅପରପକ୍ଷେ ବର୍ଷାରେ ଡ୍ରେନ୍‌ ଉଛୁଳିବାରୁ କାମାକ୍ଷାନଗର ବଜାରରେ ଆଣ୍ଟୁଏ ଉଚ୍ଚରେ ନର୍ଦ୍ଦମା ପାଣିର ସୁଅ ଛୁଟିଥିଲା। ମୁଣ୍ଡିଦେଉଳି ବଜାର, ଲକ୍ଷ୍ମୀ ବଜାର, ଜଗନ୍ନାଥ ବଜାର ଅଞ୍ଚଳରେ ରାସ୍ତା ଉପରେ ଆବର୍ଜନା ଜଳ ଲହଡ଼ି ମାରିଥିଲା। ସୂଚନାଯୋଗ୍ୟ, ପୂର୍ତ୍ତ ବିଭାଗ ପକ୍ଷରୁ ଠିକାସଂସ୍ଥା ଜରିଆରେ ଆଳତୁମାରୁ ଜିରିଡ଼ାମାଳି ବାଇପାସ୍‌ ଯାଏ ସହର ଦୁଇପାର୍ଶ୍ୱରେ ଡ୍ରେନ୍‌ ନିର୍ମାଣ କରାଯାଉଛି। ବର୍ଷାପୂର୍ବରୁ ଏହି କାମ ଶେଷ କରିବାକୁ ତତ୍କାଳୀନ ଉପଜିଲାପାଳ ନିର୍ଦ୍ଦେଶ ଦେଇଥିଲେ। ହେଲେ କାମରେ ମନ୍ଥରତା ଯୋଗୁ ଏହା ଶେଷ ହୋଇପାରୁନାହିଁ। ତେଣୁ ଉପରମୁଣ୍ଡରୁ ଆସୁଥିବା ବର୍ଷାପାଣି ପ୍ରମୁଖ ବଜାର ଗୁଡ଼ିକୁ ଜଳାର୍ଣ୍ଣବ କରୁଛି। ବ୍ୟବସାୟୀମାନେ ଦୋକାନ ଖୋଲିପାରୁନାହାନ୍ତି। ପୂର୍ତ୍ତ ବିଭାଗ ଅଧିକାରୀ ଏହାର ସମୀକ୍ଷା କରି ତୁରନ୍ତ କାର୍ଯ୍ୟ ଶେଷ କରିବା ଲାଗି ପଦକ୍ଷେପ ନେବାକୁ ସାଧାରଣରେ ଦାବି ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଟି୨୦ ବିଶ୍ୱକପ୍‌: ଫାଇନାଲରେ ପହଞ୍ଚିଲା ଅଷ୍ଟ୍ରେଲିଆ

ଲଣ୍ଡନ,୩୦ା୬: ଆଶ୍‌ଲେ ଗାର୍ଡନରଙ୍କ ଅଲ୍‌ରାଉଣ୍ଡ ପ୍ରଦର୍ଶନ ଓ ବେଥ୍‌ ମୁନିଙ୍କ ଅପରାଜିତ ବିସ୍ଫୋରକ ଅର୍ଦ୍ଧଶତକ ବଳରେ ଅଷ୍ଟ୍ରେଲିଆ ଚଳିତ ମହିଳା ଟି୨୦ ବିଶ୍ୱକପ୍‌ ଫାଇନାଲରେ ପ୍ରବେଶ କରିଛି।…

୧ ଜୁଲାଇରୁ ବଦଳିଗଲା ଏହି ୧୦ଟି ବଡ଼ ନିୟମ! ଆଇଟିଆର୍‌, କ୍ରେଡିଟ୍ କାର୍ଡଠାରୁ ଆରମ୍ଭ କରି ପିଏଫ୍‌ ଉଠାଣ ପର୍ଯ୍ୟନ୍ତ…

ନୂଆଦିଲ୍ଲୀ,୧।୭: ଜୁଲାଇ ଆରମ୍ଭ ହୋଇଯାଇଛି। ଆଇଟିଆର୍ (ITR) ଦାଖଲ ସମୟସୀମାଠାରୁ ଆରମ୍ଭ କରି ୟୁପିଆଇ (UPI) ଭିତ୍ତିକ ପିଏଫ୍ (PF) ଟଙ୍କା ଉଠାଣ ଏବଂ କ୍ରେଡିଟ୍ କାର୍ଡର…

ଧରିତ୍ରୀ’ ପ୍ରଭାବ: ଜଗନ୍ନାଥପ୍ରସାଦ ମୁଖ୍ୟ ବଜାରରୁ ହଟିଲା ଅଳିଆ ପାହାଡ଼, ସ୍ୱଚ୍ଛତା ଅଭିଯାନରେ ନିଜେ ସାମିଲ ହେଲେ ବିଡିଓ

ଜଗନ୍ନାଥପ୍ରସାଦ, ୧।୭(ବିଭୁ ପ୍ରସାଦ ପଟ୍ଟନାୟକ): ଅଞ୍ଚଳର ସମସ୍ୟାକୁ ପ୍ରଶାସନର ସାମ୍ନାକୁ ଆଣିବା ଏବଂ ସମାଜରେ ସକାରାତ୍ମକ ପରିବର୍ତ୍ତନର ସୂତ୍ରଧର ସାଜିବା ହିଁ ଜଣେ ସଚେତନ ଖବରଦାତାଙ୍କ ପ୍ରକୃତ କର୍ତ୍ତବ୍ୟ।…

ମାସର ପ୍ରଥମ ଦିନରେ ଶସ୍ତା ହେଲା ସୁନା; ଏତିକି ଖସିଲା ରେଟ! ଜାଣନ୍ତୁ ୧ ଜୁଲାଇର ନୂଆ ରେଟ୍…

ନୂଆଦିଲ୍ଲୀ,୧।୭:  ୧ ଜୁଲାଇ ୨୦୨୬ରେ ସୁନା ଏବଂ ରୂପା ଉଭୟର ମୂଲ୍ୟରେ ହ୍ରାସ ଦେଖିବାକୁ ମିଳିଛି। କ୍ରମାଗତ ଭାବେ ବଢୁଥିବା ମୂଲ୍ୟ ପରେ ଏବେ ଗ୍ରାହକମାନଙ୍କୁ ସାମାନ୍ୟ…

ତାମିଲନାଡୁଗ୍ୟାସ ଟ୍ରାଜେଡି: ଆଖି ବୁଜିଲେ ଆଉ ଜଣେ ଓଡ଼ିଆ ଯୁବତୀ

ଭୁବନେଶ୍ୱର,୧।୭: ତାମିଲନାଡୁର ତିରୁଭଲ୍ଲୁରଠାରେ ଘଟିଥିବା ଆମୋନିଆ ଗ୍ୟାସ୍‌ ଲିକ୍‌ ଘଟଣାରେ ବୁଧବାର ମୃତ୍ୟୁ ସଂଖ୍ୟା ୧୪କୁ ବୃଦ୍ଧି ପାଇଛି। ଚିକିତ୍ସାଧୀନ ଅବସ୍ଥାରେ ଆଖି ବୁଜିଛନ୍ତି ଆଉ ଜଣେ…

ଦେଶରେ ୫ଟଙ୍କା ଶସ୍ତା ହେଲା ପେଟ୍ରୋଲ, ଜାଣନ୍ତୁ କେଉଁ କମ୍ପାନୀ କଲା ଘୋଷଣା

ନୂଆଦିଲ୍ଲୀ,୧।୭: ଦେଶର କୋଟି କୋଟି ଜନତାଙ୍କ ପାଇଁ ଏକ ବଡ଼ ଖୁସି ଖବର। ଦୀର୍ଘ ଦୁଇ ବର୍ଷ ପରେ ପ୍ରଥମ ଥର ପାଇଁ ଦେଶରେ ଇନ୍ଧନ ମୂଲ୍ୟରେ…

୨୨ ବର୍ଷ ଧରି ବସବାସ ପରେ ବି ମିଳିଲାନି ମୌଳିକ ପରିଚୟ: ଉଚ୍ଛେଦ ଭୟରେ କୁର୍ଲୁପଡ଼ା କଲେକ୍ଟରପଡ଼ାର ୩୨ ପରିବାର

କେସିଙ୍ଗା, ୧।୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅନ୍ତର୍ଗତ କୁର୍ଲୁପଡ଼ା ଗ୍ରାମର କଲେକ୍ଟରପଡ଼ାରେ ବସବାସ କରୁଥିବା ପ୍ରାୟ ୩୨ଟି ଗରିବ ପରିବାର ଗତ ୨୨ ବର୍ଷ…

ଛାତ୍ରୀଛାତ୍ରଙ୍କ ପାଇଁ ଖୁସି ଖବର: ୬ରୁ ୧୯ ଜୁଲାଇ ପର୍ଯ୍ୟନ୍ତ ସବୁ ସ୍କୁଲ ବନ୍ଦ, ଜାଣନ୍ତୁ କେବେ ଖୋଲିବ…

ନୂଆଦିଲ୍ଲୀ,୧।୭: କଶ୍ମୀର ଉପତ୍ୟକାରେ ବଢୁଥିବା ଗରମ ଓ ଗୁଳୁଗୁଳି ମଧ୍ୟରେ ସ୍କୁଲ ପିଲାମାନଙ୍କ ପାଇଁ ଏକ ବଡ଼ ଏବଂ ଆଶ୍ୱସ୍ତିକର ଖବର ଆସିଛି। ଜମ୍ମୁ-କଶ୍ମୀର ସରକାର କଶ୍ମୀର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri