କାଳବୈଶାଖୀ ତାଣ୍ଡବ: ଗରମ, ଗୁଳୁଗୁଳିରୁ ମିଳିଲା ଆଶ୍ୱସ୍ତି

ବନ୍ଧମୁଣ୍ଡା,୨୫।୩(ସୁବ୍ରତ ଦେ): ରେଲନଗରୀ ବନ୍ଧମୁଣ୍ଡାରେ କାଳବୈଶାଖୀ ତାଣ୍ଡବ ରଚିଛି। ସୋମବାର ସାରେ ରାଉରକେଲା, ବନ୍ଧମୁଣ୍ଡା ସମେତ ଆଖପାଖ ଅଞ୍ଚଳରେ କାଳବୈଶାଖୀ ପ୍ରଭାବରେ ବର୍ଷା ସାଙ୍ଗକୁ ଝଡ଼ ତୋଫାନ ଘଟିଛି। ଝଡ଼ ତୋଫାନ ଯୋଗୁ ବନ୍ଧମୁଣ୍ଡା-ରାଉରକେଲା ମୁଖ୍ୟ ରାସ୍ତାର କୁମାରପଢ଼ା, ଉତ୍ତମବସ୍ତି, ଶିତଲନଗର ସମେତ ବିଭିନ୍ନ ସ୍ଥାନରେ ଗଛ ଭାଙ୍ଗି ଉପୁଡି ପଡିଛି। ଏପରିକି କେତେକ ସ୍ଥାନରେ ବିଦ୍ୟୁତ୍‌ ତାର ଛିଣ୍ଡି ଯାଇଛି। ଏନେଇ ଅଞ୍ଚଳରେ ବିଦ୍ୟୁତ୍‌ ସରବରାହ ବ୍ୟାହତ ହୋଇଛି।

ଅନ୍ୟପକ୍ଷେ ଭାଙ୍ଗି ପଡିଥିବା ଗଛଗୁଡିକ ସ୍ଥାନୀୟ ଲୋକଙ୍କ ସାହାଯ୍ୟରେ କଟା ଯାଉଛି। ପ୍ରବଳ ବର୍ଷା ହେତୁ ରାସ୍ତାର ଅନେକ ସ୍ଥାନରେ ବର୍ଷା ଜଳ ଜମା ହୋଇରହିଛି। ଏନେଇ ଲୋକଙ୍କ ଯାତାୟାତରେ ଅସୁବିଧାର ସମ୍ମୁଖୀନ ହୋଇଛନ୍ତି। ଅନ୍ୟପକ୍ଷେ ଦିନରେ ଅସହ୍ୟ ଗରମ ଓ ଗୁଳୁଗୁଳି ପରେ ସାରେ କାଳବୈଶାଖୀ ବର୍ଷା ଲୋକଙ୍କୁ ଟିକେ ଆଶ୍ୱସ୍ତି ଆଣି ଦେଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଦିଗପହଣ୍ଡିରେ ଜନଗଣନାର ପ୍ରଥମ ପର୍ଯ୍ୟାୟ ପ୍ରଶିକ୍ଷଣ ଶିବିର ଉଦ୍‌ଘାଟିତ: ଏହି ତାରିଖ ଯାଏ…

ଦିଗପହଣ୍ଡି,୨୩।୩(ଅଶେଷ ନାଥ ମିଶ୍ର): ରାଜ୍ୟ ନିର୍ବାଚନ କମିଶନଙ୍କ ନିର୍ଦ୍ଦେଶ କ୍ରମେ ଦିଗପହଣ୍ଡି ଏନଏସି ପ୍ରଶାସନ ପକ୍ଷରୁ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ଜାତୀୟ ଜନଗଣନା ୨୦୨୭ର ପ୍ରଥମ ପର୍ଯ୍ୟାୟ…

ଗଞ୍ଜାମରେ ଜୋରଦାର ଧରପକଡ: ୩ ଦିନରେ ଗାଡି ଚାଳକଙ୍କଠୁ ଆଦାୟ ହେଲାଣି ୩୯ ଲକ୍ଷରୁ ଅଧିକ ଜରିମାନା

ଛତ୍ରପୁର,୨୩।୩ (ଦିଲ୍ଲୀପ ସାମଲ): ଏଣିକି ବେପରୁଆଓ ନିୟମ ଉଲ୍ଲଙ୍ଘନ କରୁଥିବା ଗାଡି ଚାଳକଙ୍କୁ ସାବାଡ କରାଯିବ । ସଡ଼କ ଦୁର୍ଘଟଣା ଓ ମୃତ୍ୟୁସଂଖ୍ୟା ହ୍ରାସ ଲକ୍ଷ୍ୟରେ ସ୍ବତନ୍ତ୍ର…

ଇସ୍ତଫା ଦେଲେ ପ୍ରଦେଶ କଂଗ୍ରେସ କମିଟି ସଦସ୍ୟ, କଲେ ବଡ଼ ଖୁଲାସା, ଏହି କାରଣରୁ…

ଦିଗପହଣ୍ଡି,୨୩।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକର ପୂର୍ବତନ ଜିଲା ପରିଷଦ ସଦସ୍ୟ ତଥା ପ୍ରଦେଶ କଂଗ୍ରେସ କମିିଟି ସଦସ୍ୟ ଅରବିନ୍ଦ ନାହାକ ସୋମବାର ସନ୍ଧ୍ୟାରେ…

ଜମି ଅଧିଗ୍ରହଣକୁ ନେଇ ଗ୍ରାମବାସୀ-ପ୍ରଶାସନ ମୁହାଁମୁହିଁ, ଅନୁମତି ଅପେକ୍ଷାରେ…

ଥୁଆମୂଳ ରାମପୁର,୨୩ା୩(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ତହସିଲ ଅନ୍ତର୍ଗତ କୁରୁକୁଟି ମୌଜାରେ ପ୍ରସ୍ତାବିତ ଥଇଥାନ କଲୋନୀ ନିର୍ମାଣ ଓ ଜମି ଅଧିଗ୍ରହଣକୁ ନେଇ ପ୍ରଶାସନ…

‘ସରୁନି ଗପ କି ସରୁନି ପାପ ‘ନାଟକ ମଞ୍ଚସ୍ଥ… 

ଦିଗପହଣ୍ଡି,୨୩|୩(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ପଡିଆ ପୁରୁଷୋତ୍ତମପୁର ଗ୍ରାମ ପ୍ରକଳ୍ପ ଉଚ୍ଚ  ପ୍ରଥମିକ ବିଦ୍ୟାଳୟର ବାର୍ଷିକୋତ୍ସବ ସୋମବାର ଅନୁଷ୍ଠିତ ହୋଇଯାଇଛି।…

୨୨ ବସ୍ତା ଚାଉଳ ସହ ଜିପ୍‌ ଜବତ, ଡ୍ରାଇଭର ଅଟକ

କୋରାପୁଟ,୨୩ା୩(ଅମିତାଭ ବେହେରା): କୋରାପୁଟ ସଦର ଥାନା ପୋଲିସ ସୋମବାର ଅପରାହ୍ନରେ ଏକ  ଜିପ୍‌ ସହ ୨୨ ବସ୍ତା (୧୧ କ୍ୱିଣ୍ଟାଲ) ସରକାରୀ ଚାଉଳ ଜବତ କରିଥିବା ବେଳେ…

ମାଟ୍ରିକ ଛାତ୍ରୀଙ୍କ ସନ୍ଦେହଜନକ ମତ୍ୟୁ; ଶୋକାକୁଳ ପରିବେଶରେ…

ଦିଗପହଣ୍ଡି,୨୩।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବଡ଼ଡୁମ୍ବୁଳା ଗ୍ରାମର ମାଟ୍ରିକ ପରୀକ୍ଷା ଦେଇଥିବା ଜଣେ ଛାତ୍ରୀଙ୍କ ସନ୍ଦେହଜନକ ମୃତ୍ୟୁ ଘଟିଛି। ମୃତକ ଜଣକ ହେଲେ…

୧୫ଦିନରେ ଚାଷୀଙ୍କ ଧାରଣା, ବିକ୍ରି ହେଲାନି ଧାନ: ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ଚାଷୀ

ବରଗଡ଼,୨୩।୩(ପ୍ରେମାନନ୍ଦ ଖମାରୀ): ରବି ଧାନବିକ୍ରି ପାଇଁ ଚାଷୀ ପଞ୍ଜୀକରଣ ଚାଲିଛି । କିନ୍ତୁ ଏପର୍ଯ୍ୟନ୍ତ ବରଗଡ଼ ଜିଲାର ଅନେକ ଚାଷୀ ଗତ ଖରିଫରେ ଅମଳ ଧାନ ବିକ୍ରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri