ଘରୋଇ ଡାକ୍ତରଖାନାକୁ ରୋଗୀଙ୍କୁ ପଠାଉଛନ୍ତି ଦଲାଲ

ଭୁବନେଶ୍ୱର, ୨୮ା୧୦(ବ୍ୟୁରୋ): ବହୁ ଦୂରଦୂରାନ୍ତରୁ ସରକାରୀ ହସ୍ପିଟାଲକୁ ଆସୁଥିବା ରୋଗୀଙ୍କୁ ପ୍ରଲୋଭିତ କରି ଦଲାଲମାନେ ଘରୋଇ ହସ୍ପିଟାଲକୁ ପଠାଉଛନ୍ତି। ଫଳରେ ରୋଗୀମାନେ ଖର୍ଚ୍ଚାନ୍ତ ହେବା ସହ ସରକାରୀ ସୁବିଧା ପାଇବାରୁ ବଞ୍ଚିତ ହେଉଛନ୍ତି। ସାହାଯ୍ୟ କରିବା ବାହାନରେ ଦଲାଲମାନେ ରୋଗୀଙ୍କୁ ସରକାରୀ ଡାକ୍ତରଖାନାରୁ ଘରୋଇ ଡାକ୍ତରଖାନାକୁ ପଠାଇ ଦେଉଛନ୍ତି। ଆଉଟ ପେସେଣ୍ଟ ଡିପାର୍ଟମେଣ୍ଟ (ଓପିଡି)ରୁ ରୋଗୀମାନଙ୍କୁ ଘରୋଇ ହସ୍ପିଟାଲକୁ ପଠାଯାଉଥିବା ନେଇ ବିଭିନ୍ନ ସମୟରେ ଅଭିଯୋଗ ହେଉଛି। ସରକାରୀ ଡାକ୍ତରଖାନାରେ ଭଲ ଚିକିତ୍ସା ହେଉ ନାହିଁ। ଘରୋଇ ହସ୍ପିଟାଲରେ ମାଗଣା ଚିକିତ୍ସା ଯୋଗାଇ ଦେବାର ମିଥ୍ୟା ପ୍ରତିଶ୍ରୁତି ଦେଇ ରୋଗୀଙ୍କ ପରିବାରଠାରୁ ଦଲାଲମାନେ ଟଙ୍କା ଆଦାୟ କରୁଛନ୍ତି। ରୋଗୀଙ୍କୁ ଏହି ଦଲାଲମାନଙ୍କ କବଳରୁ ରକ୍ଷା କରିବା ପାଇଁ ସମସ୍ତ ଡାକ୍ତର, ସ୍ବାସ୍ଥ୍ୟ କର୍ମୀ ଏବଂ ହସ୍ପିଟାଲର ଅନ୍ୟ କର୍ମଚାରୀମାନଙ୍କୁ ଏ ନେଇ ସତର୍କ ରହିବାକୁ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ପରାମର୍ଶ ଦିଆଯାଇଛି। ବିଭାଗୀୟ ସଚିବ ଶାଳିନୀ ପଣ୍ଡିତ ଏ ନେଇ ଗୁରୁବାର ରାଜ୍ୟର ସମସ୍ତ ମେଡିକାଲ କଲେଜ ଡିନ୍‌, ଅଧ୍ୟକ୍ଷ, ସୁପରିଣ୍ଟେଣ୍ଡେଣ୍ଟ, ଜିଲା ଚିକିତ୍ସା ଅଧିକାରୀ, ସ୍ବାସ୍ଥ୍ୟ ଅଧିକାରୀଙ୍କୁ ଚିଠି ଲେଖିଛନ୍ତି। ଦଲାଲଙ୍କ ଉପରେ କଡ଼ା ନଜର ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି। ଏହାକୁ ପ୍ରତିହତ କରିବା ପାଇଁ ହସ୍ପିଟାଲର ପ୍ରବେଶ ଦ୍ୱାର ଏବଂ ଅନ୍ୟାନ୍ୟ ଉପଯୁକ୍ତ ସ୍ଥାନରେ ଓଡ଼ିଆ ଏବଂ ଇଂଲିଶରେ ସାଇନବୋର୍ଡ ଲଗାଇ ରୋଗୀଙ୍କ ପରିବାରଙ୍କୁ ସଚେତନ କରିବାକୁ କୁହାଯାଇଛି। ଏହାକୁ ଅତି ଗୁରୁତର ସହ ନେବାକୁ ନିର୍ଦ୍ଦେଶ ଦିଆଯାଇଛି। ଯେଉଁ ସ୍ବାସ୍ଥ୍ୟ ଅଧିକାରୀ ଏହାର ଖିଲାପ କରିବେ ସେମାନଙ୍କ ବିରୋଧରେ ମଧ୍ୟ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବା ନେଇ ଚିଠିରେ ଉଲ୍ଲେଖ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପୂର୍ବତନ ବିଧାୟିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କ ଅବସ୍ଥା ଗୁରୁତର

ସମ୍ବଲପୁର,୧୬।୨(ପ୍ରମୋଦ ବହିଦାର): ସମ୍ବଲପୁରର ବିଧାୟିକା ତଥା ସମାଜସେବୀ ଓ ବିଶିଷ୍ଟ ଚିକିତ୍ସକ ଡା. ରାସେଶ୍ୱରୀ ପାଣିଗ୍ରାହୀଙ୍କ ଅବସ୍ଥା ଗୁରୁତର । ସୋମବାର ସକାଳେ ତାଙ୍କୁ ଠିକ୍ ଭାବେ…

ପରିବା ଖାଇବାକୁ ଆସି କୂଅରେ ପଡ଼ିଗଲେ ବାରହା, ତାପରେ….

କେନ୍ଦୁଝର,୧୬ା୨ (ନରେଶ ଚନ୍ଦ୍ର ପଟ୍ଟନାୟକ): ଚମ୍ପୁଆ ରେଞ୍ଜ ଉଖୁଣ୍ଡା ସେକ୍ସନ ଅଧିନସ୍ଥ ଜ୍ୟୋତିପୁର ବାଉଟିଆପଦା ଗ୍ରାମରେ ଆଜି ଅଭାବନୀୟ ଘଟଣା ଘଟିଛି । ଉକ୍ତ ଗ୍ରାମରେ ଜଣେ…

ଲକ୍ଷାଧିକ ଟଙ୍କା ନେଇ ବାଇକରେ ଯାଉଥିଲେ ଧାନ ବ୍ୟବସାୟୀ, ଅଧାବାଟରେ ବନ୍ଧୁକ ଦେଖାଇ ଲୁଟେରା….

କେନ୍ଦୁଝର,୧୬ା୨ (ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସଦର ଥାନା କେନ୍ଦୁଝର – ପାଟଣା ରାସ୍ତାର ମଇଦାନକେଲ ନିକଟରେ ବଡ଼ ଧରଣର ଲୁଟ୍ । ସୋମବାର ସକାଳେ ପ୍ରାୟ…

କାଲି CBSE ଦଶମ-ଦ୍ବାଦଶ ପରୀକ୍ଷା, ସକାଳ ୧୦ ପୂର୍ବରୁ ପରୀକ୍ଷା କେନ୍ଦ୍ରରେ ପହଞ୍ଚିବାକୁ CBSEର ନିର୍ଦ୍ଦେଶ

ଭୁବନେଶ୍ବର,୧୬ା୨: ମଙ୍ଗଳବାର ଠାରୁ ଆରମ୍ଭ ହେବାକୁ ଯାଉଛି CBSE ଦଶମ, ଦ୍ବାଦଶ ପରୀକ୍ଷା । ୪୬ ଲକ୍ଷରୁ ଊର୍ଦ୍ଧ୍ବ ପରୀକ୍ଷାର୍ଥୀ ଏଥର ଦେବେ ଦଶମ ଓ ଦ୍ବାଦଶ…

ଶିକ୍ଷକଙ୍କ ମାଡ଼ ପରେ ହଷ୍ଟେଲରୁ ଫେରାର ହୋଇଗଲେ ଛାତ୍ର, କାର୍ଯ୍ୟାନୁଷ୍ଠାନ ନେବାକୁ ଦାବି

ପାଟଣାଗଡ଼, ୧୬।୨(ସଚ୍ଚିଦାନନ୍ଦ ମହାକୁର): ପାଟଣାଗଡ଼ ବ୍ଳକ ବନେଇମୁଣ୍ଡା ସରକାରୀ ଉଚ୍ଚ ବିଦ୍ୟାଳୟ ଆଶ୍ରମରେ ନିର୍ଯାତନାର ଶିକାର ହୋଇ ଶନିବାର ୭ ଜଣ ଛାତ୍ର ହଷ୍ଟେଲ ଛାଡ଼ି ଫେରାର…

ପ୍ରେମ ପାଇଁ ନିଆରା ପ୍ରୟାସ, ପ୍ରେମିକା ପାଇଁ ୪ କି.ମି ରାସ୍ତାରେ ଗଡ଼ିଗଡ଼ି ମନ୍ଦିର ଗଲେ ପ୍ରେମିକ

ମୁନିଗୁଡା,୧୬।୨(ନନ୍ଦ କିଶୋର ପଟ୍ଟନାୟକ): ରାୟଗଡା ଜିଲା ମୁନିଗୁଡା ବ୍ଲକ ଅନ୍ତର୍ଗତ ଅମ୍ବାଦଳାର ଅମ୍ଳାଭଟା ଅଞ୍ଚଳରେ ଜାଗର ଦିନ ଏକ ଅନନ୍ୟ ଦୃଶ୍ୟ ଦେଖିବାକୁ ମିଳିଛି । ଜଣେ…

ମାଳମାଳ ଅଭିଯୋଗ, ଫଳ ଶୂନ, ଏହି ବ୍ୟବସ୍ଥାକୁ ନେଇ…

ଦାରିଙ୍ଗବାଡ଼ି,୧୬ା୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସଭାଗୃହ ପରିସରରେ ସୋମବାର କନ୍ଧମାଳ ଜିଲାପାଳ ବେଦଭୂଷଣ ଲୋକଙ୍କ ଅଭିଯୋଗ ଶୁଣିଛନ୍ତି। ଏହି ସମୟରେ ପ୍ରତ୍ୟେକ ଅଭିଯୋଗ ଶୁଣାଣିରେ…

ଆଜି ଶଙ୍ଖଭବନରେ ବସିବ ବୈଠକ, ନବୀନ ନେବେ ବଡ଼ ନିଷ୍ପତ୍ତି

ଭୁବନେଶ୍ୱର,୧୬ା୨: ସୋମବାର ଅର୍ଥାତ୍‌ ଆଜି ଶଙ୍ଖଭବନରେ ବିଜେଡି ବିଧାୟକ ଦଳ ବୈଠକ ବସିବ। ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିରୋଧୀଦଳ ନେତା ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଉକ୍ତ ବୈଠକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri