ଘରୋଇ ଡାକ୍ତରଖାନାକୁ ରୋଗୀଙ୍କୁ ପଠାଉଛନ୍ତି ଦଲାଲ

ଭୁବନେଶ୍ୱର, ୨୮ା୧୦(ବ୍ୟୁରୋ): ବହୁ ଦୂରଦୂରାନ୍ତରୁ ସରକାରୀ ହସ୍ପିଟାଲକୁ ଆସୁଥିବା ରୋଗୀଙ୍କୁ ପ୍ରଲୋଭିତ କରି ଦଲାଲମାନେ ଘରୋଇ ହସ୍ପିଟାଲକୁ ପଠାଉଛନ୍ତି। ଫଳରେ ରୋଗୀମାନେ ଖର୍ଚ୍ଚାନ୍ତ ହେବା ସହ ସରକାରୀ ସୁବିଧା ପାଇବାରୁ ବଞ୍ଚିତ ହେଉଛନ୍ତି। ସାହାଯ୍ୟ କରିବା ବାହାନରେ ଦଲାଲମାନେ ରୋଗୀଙ୍କୁ ସରକାରୀ ଡାକ୍ତରଖାନାରୁ ଘରୋଇ ଡାକ୍ତରଖାନାକୁ ପଠାଇ ଦେଉଛନ୍ତି। ଆଉଟ ପେସେଣ୍ଟ ଡିପାର୍ଟମେଣ୍ଟ (ଓପିଡି)ରୁ ରୋଗୀମାନଙ୍କୁ ଘରୋଇ ହସ୍ପିଟାଲକୁ ପଠାଯାଉଥିବା ନେଇ ବିଭିନ୍ନ ସମୟରେ ଅଭିଯୋଗ ହେଉଛି। ସରକାରୀ ଡାକ୍ତରଖାନାରେ ଭଲ ଚିକିତ୍ସା ହେଉ ନାହିଁ। ଘରୋଇ ହସ୍ପିଟାଲରେ ମାଗଣା ଚିକିତ୍ସା ଯୋଗାଇ ଦେବାର ମିଥ୍ୟା ପ୍ରତିଶ୍ରୁତି ଦେଇ ରୋଗୀଙ୍କ ପରିବାରଠାରୁ ଦଲାଲମାନେ ଟଙ୍କା ଆଦାୟ କରୁଛନ୍ତି। ରୋଗୀଙ୍କୁ ଏହି ଦଲାଲମାନଙ୍କ କବଳରୁ ରକ୍ଷା କରିବା ପାଇଁ ସମସ୍ତ ଡାକ୍ତର, ସ୍ବାସ୍ଥ୍ୟ କର୍ମୀ ଏବଂ ହସ୍ପିଟାଲର ଅନ୍ୟ କର୍ମଚାରୀମାନଙ୍କୁ ଏ ନେଇ ସତର୍କ ରହିବାକୁ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ପରାମର୍ଶ ଦିଆଯାଇଛି। ବିଭାଗୀୟ ସଚିବ ଶାଳିନୀ ପଣ୍ଡିତ ଏ ନେଇ ଗୁରୁବାର ରାଜ୍ୟର ସମସ୍ତ ମେଡିକାଲ କଲେଜ ଡିନ୍‌, ଅଧ୍ୟକ୍ଷ, ସୁପରିଣ୍ଟେଣ୍ଡେଣ୍ଟ, ଜିଲା ଚିକିତ୍ସା ଅଧିକାରୀ, ସ୍ବାସ୍ଥ୍ୟ ଅଧିକାରୀଙ୍କୁ ଚିଠି ଲେଖିଛନ୍ତି। ଦଲାଲଙ୍କ ଉପରେ କଡ଼ା ନଜର ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି। ଏହାକୁ ପ୍ରତିହତ କରିବା ପାଇଁ ହସ୍ପିଟାଲର ପ୍ରବେଶ ଦ୍ୱାର ଏବଂ ଅନ୍ୟାନ୍ୟ ଉପଯୁକ୍ତ ସ୍ଥାନରେ ଓଡ଼ିଆ ଏବଂ ଇଂଲିଶରେ ସାଇନବୋର୍ଡ ଲଗାଇ ରୋଗୀଙ୍କ ପରିବାରଙ୍କୁ ସଚେତନ କରିବାକୁ କୁହାଯାଇଛି। ଏହାକୁ ଅତି ଗୁରୁତର ସହ ନେବାକୁ ନିର୍ଦ୍ଦେଶ ଦିଆଯାଇଛି। ଯେଉଁ ସ୍ବାସ୍ଥ୍ୟ ଅଧିକାରୀ ଏହାର ଖିଲାପ କରିବେ ସେମାନଙ୍କ ବିରୋଧରେ ମଧ୍ୟ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବା ନେଇ ଚିଠିରେ ଉଲ୍ଲେଖ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଏହି ୯ ଷ୍ଟେସନରେ ସୁଲଭ ମୂଲ୍ୟରେ ଖାଦ୍ୟ ପ୍ରଦାନ କରିବ ଇଷ୍ଟକୋଷ୍ଟ ରେଲୱେ

ଭୁବନେଶ୍ୱର,୨୪ା୪: କମ୍ ଖର୍ଚ୍ଚରେ ଯାତ୍ରା କରୁଥିବା ଯାତ୍ରୀମାନଙ୍କ ପାଇଁ ଏକ ବଡ଼ ଖବର। ଭାରତୀୟ ରେଳବାଇ ସହିତ ଭାରତୀୟ ରେଳ କ୍ୟାଟରିଂ ଆଣ୍ଡ ଟୁରିଜିମ୍ କର୍ପୋରେସନ୍...

ଦିଗପହଣ୍ଡି ବିଧାନସଭା ପ୍ରାର୍ଥୀ ବଦଳାଇଲା କଂଗ୍ରେସ

ଭୁବନେଶ୍ୱର,୨୪ା୪: ଗଞ୍ଜାମ ଜିଲାର ଦିଗପହଣ୍ଡି ବିଧାନସଭା ଆସନରୁ କଂଗ୍ରେସ ପ୍ରାର୍ଥୀ ଭାବେ ବୁଧବାର ମଧ୍ୟାହ୍ନ ପ୍ରାୟ ୧୨ଟାରେ ନାମାଙ୍କନ ଦାଖଲ କରିଥିବା ଶ୍ରୀଧର ଦେବଙ୍କ ଟିକେଟ...

ମାଓବାଦୀ କ୍ୟାମ୍ପ୍‌ ଧ୍ୱଂସ: ବିପୁଳ ସାମଗ୍ରୀ ଜବତ

ମାଲକାନଗିରି,୨୪ା୪(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ସୀମାନ୍ତ ଛତିଶଗଡ଼ ନାରାୟଣପୁର ଜିଲା ପୋଲିସ ଫୋର୍ସ, ଡିଆର୍‌ଜି, ବସ୍ତର ଫାଇଟର୍ସ ଓ ସିଏଏଫ୍‌ର ଯବାନମାନେ ବୁଧବାର ମିଳିତ ତଲାସି ବେଳେ...

ଅଶ୍ୱିନୀ ବୈଷ୍ଣବଙ୍କ ବିରୋଧରେ ମାମଲା ଖାରଜ: ଆବେଦନକାରୀ ଗଣିବେ ୫ ଲକ୍ଷ ଜରିମାନା

କଟକ,୨୪ା୪(କାର୍ତ୍ତିକ ସାହୁ): କେନ୍ଦ୍ରମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ବିରୋଧରେ ତଥ୍ୟ ଲୁଚାଇବା ଅଭିଯୋଗ ନେଇ ଦାୟର ମାମଲାକୁ ହାଇକୋର୍ଟ ଖାରଜ କରିଛନ୍ତି। ରାଜନୈତିକ ଉଦ୍ଦେଶ୍ୟ ରଖି ମାମଲା...

ଓଡ଼ିଶା ରାଜନୀତିରେ ରାଜପରିବାର: ଜାଣନ୍ତୁ କେଉଁ ଆସନରୁ ଲଢ଼ୁଛନ୍ତି କେଉଁ ରାଜପରିବାର

ଭୁବନେଶ୍ୱର,୨୨ା୪: ଭାରତ ସ୍ୱାଧୀନ ହେବା ପରେ ଦେଶରେ ରାଜତନ୍ତ୍ର ଶେଷ ହୋଇଥିଲା। ଏହାପରେ ରାଜା ପରିବାର ସଦସ୍ୟମାନେ ଗଣତାନ୍ତ୍ରିକ ପ୍ରକ୍ରିୟାରେ ମଧ୍ୟ ଲୋକଙ୍କ ଦ୍ୱାରା ନିର୍ବାଚିତ...

କାଳବୈଶାଖୀର ତାଣ୍ଡବ, ଭାଙ୍ଗିଲା ବିଜୁ ପଟ୍ଟନାୟକ ଇନ୍‌ଡୋର ଷ୍ଟାଡିୟମ

ପୁରୁଷୋତ୍ତମପୁର,୨୪ା୪(ସୀମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁରରେ ବୁଧବାର ଅପରାହ୍ନରେ କାଳବୈଶାଖୀ ତାଣ୍ଡବ ରଚିଛି। ମାତ୍ର ୧୦ ମିନିଟ୍‌ ମଧ୍ୟରେ ସହରକୁ ଛିନ୍‌ଭିନ୍‌ କରିପକାଇଛି। ବିଭିନ୍ନ ସ୍ଥାନରେ...

ବାକିରେ ନେଇ ଖାଇଲେ, ଟଙ୍କା ମାଗିବାରୁ ଦୋକାନରେ ନିଆଁ ଲଗାଇଦେଲେ

ଭୁବନେଶ୍ୱର,୨୪।୪: ବାକିରେ ନେଇ ଖାଇଲେ, ଟଙ୍କା ମାଗିବାରୁ ଦୋକାନରେ ନିଆଁ ଲଗାଇଦେଲେ। ଏଭଳି ଏକ ଅଭାବନୀୟ ଘଟଣା ଘଟିଛି ରାଜଧାନୀ ଚନ୍ଦକା ଅଞ୍ଚଳରେ। ଗତକାଲି ରାତିରେ...

ଆସନ୍ତା ୩ ଘଣ୍ଟା ପାଇଁ କାଳବୈଶାଖୀ, ବଜ୍ରପାତ ସୂଚନା

ଭୁବନେଶ୍ୱର,୨୪ା୪: ଦିନ ସାରା ପ୍ରଚଣ୍ଡ ଖରା ଏବଂ ଗୁଳୁଗୁଳିରେ ଲୋକେ ଆଉଟୁପାଉଟୁ ହେଉଥିବା ବେଳେ ଅପରାହ୍ନରେ କାଳବୈଶାଖୀ ବର୍ଷା ସାମାନ୍ୟ ଆଶ୍ୱସ୍ତି ଆଣିଛି। ଅପରାହ୍ନ ସାଢ଼େ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri