ଓଡ଼ିଶାରେ ରହି ରାଜ୍ୟ ବିରୋଧରେ ଷଡ଼ଯନ୍ତ୍ର କରୁଥିବା ଦଲାଲଙ୍କୁ ଜାତୀୟ ସୁରକ୍ଷା ଅଧିନିୟମରେ ଗିରଫ କରାଯାଉ: ରାଜ୍ୟ ବିହନ ନିଗମ ଅଧ୍ୟକ୍ଷ

କୋରାପୁଟ, ୧୪।୧୦(ସ୍ବ.ପ୍ର.): ଓଡ଼ିଶାରେ ରହି ରାଜ୍ୟ ବିରୋଧରେ ଷଡ଼ଯନ୍ତ୍ର କରୁଥିବା ଦଲାଲମାନଙ୍କୁ ଜାତୀୟ ସୁରକ୍ଷା ଅଧିନିୟମରେ ଗିରଫ କରାଯାଉ ବୋଲି ଗୁରୁବାର ରାଜ୍ୟ ବିହନ ନିଗମ ଅଧ୍ୟକ୍ଷ ତଥା କୋରାପୁଟ ଜିଲା ବିଜେଡି ସଭାପତି ଇଂ. ଈଶ୍ୱର ଚନ୍ଦ୍ର ପାଣିଗ୍ରାହୀ ଦାବି କରିଛନ୍ତି। ଆନ୍ଧ୍ରପ୍ରଦେଶର ଅଧିକାରୀ ଓ ରାଜନେତାମାନଙ୍କ ବାରମ୍ବାର କୋଟିଆରେ ଅନୁପ୍ରବେଶକୁ ସେ ବିରୋଧ କରିଛନ୍ତି।
ଆନ୍ଧ୍ରପ୍ରଦେଶ ପାର୍ବତୀପୁରମ୍‌ ଆଇଟିଡିଏ ଅଧିକାରୀ ଓ କର୍ମଚାରୀ ବୁଧବାର କୋଟିଆରେ ଅନୁପ୍ରବେଶ କରିଥିଲେ। ଏହାକୁ ପଟ୍ଟାଙ୍ଗି ବିଧାୟକ ପିତମ ପାଢ଼ୀ ଦୃଢ଼ ବିରୋଧ କରିବା ସହିତ ଅଧିକାରୀମାନଙ୍କୁ ଏଠାରୁ ତୁରନ୍ତ ଚାଲିଯିବାକୁ ତାଗିଦା କରିଥିଲେ। ଏହି ଘଟଣାକୁ ନେଇ ବିଧାୟକ ଓ ଅଧିକାରୀଙ୍କ ମଧ୍ୟରେ ବହୁ ସମୟ କଥା କଟାକଟି ହୋଇଥିଲା। ଓଡ଼ିଶା ମାଟିର ସୁରକ୍ଷା ଦାୟିତ୍ୱ ସମସ୍ତଙ୍କର। ଏହି ବିବାଦର ସମାଧାନ ନିମନ୍ତେ କାର୍ଯ୍ୟପନ୍ଥା ନିର୍ଦ୍ଧାରଣ କରିବାର ଆବଶ୍ୟକତା ରହିଛି ବୋଲି ରାଜ୍ୟ ବିହନ ନିଗମ ଅଧ୍ୟକ୍ଷ ପ୍ରକାଶ କରିଛନ୍ତି। ଓଡ଼ିଶା ସରକାର କୋଟିଆ ପଞ୍ଚାୟତର ଲୋକଙ୍କ କଲ୍ୟାଣ ସହିତ ଅଞ୍ଚଳର ବିକାଶ ପାଇଁ ଜୀବନଜୀବିକା କାର୍ଯ୍ୟକ୍ରମ, ଶିକ୍ଷା, ଗମନାଗମନ ଓ ବିଭିନ୍ନ ସାମାଜିକ ବିକାଶ ଯୋଜନା କରୁଛନ୍ତି। ଓଡ଼ିଶାରେ ରହି ରାଜ୍ୟ ବିରୋଧରେ ଷଡ଼ଯନ୍ତ୍ର କରୁଥିବା ଦଲାଲମାନଙ୍କୁ ଚିହ୍ନଟ କରାଯାଇ ଜାତୀୟ ସୁରକ୍ଷା ଅଧିନିୟମରେ ଗିରଫ କରିବାକୁ ସେ ଦାବି କରିଛନ୍ତି। ଯଦି ଗିରଫ କରାନଯାଏ, ତେବେ ଦଲାଲମାନଙ୍କ ଦ୍ୱାରା ଓଡ଼ିଶା ଲୋକେ ପ୍ରଭାବିତ ହୋଇ ଆନ୍ଧ୍ର ପ୍ରତି ଆକୃଷ୍ଟ ହେବାର ସମ୍ଭାବନା ରହିଥିବା ସେ ସୂଚନା ଦେଇଛନ୍ତି। ଆନ୍ଧ୍ର ଅଧିକାରୀ ଅନୁପ୍ରବେଶ କରି ବିଭ୍ରାନ୍ତ ସୃଷ୍ଟି କରୁଛନ୍ତି। ଆନ୍ଧ୍ରକୁ ରାଜ୍ୟ ସରକାର ଉଚିତ ଜବାବ ଦେବେ ବୋଲି କୋରାପୁଟ ବିଧାୟକ ତଥା ଜିଲା ଯୋଜନା କମିଟି ଅଧ୍ୟକ୍ଷ ରଘୁରାମ ପଡାଲ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନୂଆଦିଲ୍ଲୀ ଗସ୍ତରେ ନବୀନ; ଭେଟିପାରନ୍ତି କିଛି…

ଭୁବନେଶ୍ୱର,୧୩।୭(ସୁନିତ୍‌ ମିଶ୍ର): ବିରୋଧୀ ଦଳ ନେତା ତଥା ବିଜେଡି ସଭାପତି ନବୀନ ପଟ୍ଟନାୟକ ମଙ୍ଗଳବାର ନୂଆଦିଲ୍ଲୀ ଗସ୍ତରେ ଯାଇଛନ୍ତି। ତେବେ ସେ କେତେଦିନ ଲାଗି ଗସ୍ତ କରିଛନ୍ତି…

ମା’ ସୁଭଦ୍ରାଙ୍କୁ ‘ଶ୍ରୀମତୀ’ ବୋଲି ସମ୍ବୋଧନ କଲା ଇସ୍କନ, ବାଲୁକାଶିଳ୍ପୀ ସୁଦର୍ଶନ କହିଲେ…

ପୁରୀ, ୧୪।୭: ଇସ୍କନ (ISKCON) ପକ୍ଷରୁ ପ୍ରକାଶିତ ରଥଯାତ୍ରା ବାର୍ତ୍ତାକୁ ନେଇ ଆନ୍ତର୍ଜାତିକ ଖ୍ୟାତିସମ୍ପନ୍ନ ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକ ଏକ ଗୁରୁତ୍ୱପୂର୍ଣ୍ଣ ପରାମର୍ଶ ଦେଇଛନ୍ତି। ଇସ୍କନ…

ଜଣେ ସାଙ୍ଗ ସିନା ବଞ୍ଚିଗଲେ, ହେଲେ ଆଉ ଜଣେ ଫେରିଲେନି: ଭୀମକୁଣ୍ଡରେ ବୁଡ଼ି କେନ୍ଦ୍ରାପଡ଼ା ଯୁବକଙ୍କ ମୃତ୍ୟୁ

ପାଟଣା, ୧୪।୭ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକର ପ୍ରସିଦ୍ଧ ପର୍ଯ୍ୟଟନ ସ୍ଥଳୀ ଭୀମକୁଣ୍ଡରେ ଆଜି ସନ୍ଧ୍ୟାରେ ଏକ ଅଭାବନୀୟ ଘଟଣା ଘଟିଛି। ଗାଧୋଉଥିବା…

କାଲି ଭଦ୍ରକର ସମସ୍ତ ସ୍କୁଲ ଛୁଟି, ଜାଣନ୍ତୁ କାହିଁକି ହେଲା ଏଭଳି…

ଭଦ୍ରକ, ୧୪।୭: ରାଜ୍ୟରେ ଜାରି ରହିଥିବା ଲଗାଣ ବର୍ଷାକୁ ଦୃଷ୍ଟିରେ ରଖି ଭଦ୍ରକ ଜିଲା ପ୍ରଶାସନ ପକ୍ଷରୁ ଏକ ବଡ଼ ନିଷ୍ପତ୍ତି ନିଆଯାଇଛି। ବର୍ଷା ଯୋଗୁ ଛାତ୍ରଛାତ୍ରୀଙ୍କ…

ଆନନ୍ଦପୁରରେ ପୁଣି ହାତୀ: ଫକୀରପୁର-ସିଙ୍ଗଡୋଭ ସୀମାରେ ଗତିବିଧି, ସତର୍କ ରହିବାକୁ …

ବଞ୍ଚୋ, ୧୪।୭ (ପ୍ରଦୋଷ ବିଶ୍ୱାଳ): ଆନନ୍ଦପୁର ଉପଖଣ୍ଡ ଅନ୍ତର୍ଗତ ଫକୀରପୁର–ସିଙ୍ଗଡୋଭ ସୀମାନ୍ତ ଅଞ୍ଚଳରେ ପୁଣି ଏକ ହାତୀର ଗତିବିଧି ଦେଖାଯିବା ପରେ ସ୍ଥାନୀୟ ଲୋକଙ୍କ ମଧ୍ୟରେ ଆତଙ୍କ…

ନବଯୌବନ ବେଶରେ ଦର୍ଶନ ଦେଲେ ଶ୍ରୀ ଦଧିବାମନ, ଦର୍ଶନ କରିବା ପାଇଁ…

ବରଗଡ଼, ୧୪।୭ (ପ୍ରେମାନନ୍ଦ ଖମାରୀ): ଦିନକ ପରେ ପବିତ୍ର ରଥଯାତ୍ରା ଥିବାରୁ ବରଗଡ଼ ଜିଲା ଭଟଲି ଅଞ୍ଚଳ ଚଳଚଞ୍ଚଳ ହୋଇପଡ଼ିଛି। ଶ୍ରୀ ଶ୍ରୀ ଦଧିବାମନ ମହାପ୍ରଭୁଙ୍କ ରଥଯାତ୍ରା…

ଦିନ ଦ୍ବିପହରରେ ସଶସ୍ତ୍ର ଡକାୟତି ଉଦ୍ୟମ: ବନ୍ଧୁକ ମୁନରେ ଭୟଭୀତ କଲେ; ହେଲେ ଗ୍ରାମବାସୀଙ୍କ ସାହସିକତା ଯୋଗୁ…

କୋକସରା,୧୪।୭(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ଥାନା ଅନ୍ତର୍ଗତ ବାଙ୍କିମୁଣ୍ଡା ଗ୍ରାମରେ ମଙ୍ଗଳବାର ଦିନ ଦ୍ବିପ୍ରହରରେ ଏକ ସାଂଘାତିକ ସଶସ୍ତ୍ର ଡକାୟତି ଉଦ୍ୟମ ବିଫଳ ହୋଇଛି।…

ଗ୍ୟାସ ସିଲିଣ୍ତରକୁ ନେଇ ବଡ଼ ଖବର! ମାତ୍ର ୬୭୩ ଟଙ୍କାରେ ମିଳିବ ସିଲିଣ୍ତର? ଜାଣନ୍ତୁ କିପରି କରିବେ ବୁକିଂ..

ନୂଆଦିଲ୍ଲୀ,୧୪ା୭: LPG ଗ୍ରାହକଙ୍କ ପାଇଁ ଆସିଲା ଖୁସି ଖବର । ଗ୍ୟାସକୁ ନେଇ ଆସିଛି ବଡ଼ ଅପଡେଟ୍ । କିଣିବାକୁ ଚାହୁଁଥିଲେ ଜାଣନ୍ତୁ ପୂରା ଖବର ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri