ଜଟଣୀ ତହସିଲରେ ଚାଲିଛି ଦଲାଲଙ୍କ ରାଜ୍‌: ହାତଗୁଞ୍ଜା ନ ଦେଲେ ଘୁଞ୍ଚୁନି ଫାଇଲ

ଖୋର୍ଦ୍ଧା ଅଫିସ,୨।୧: ସରକାରୀ କାର୍ଯ୍ୟାଳୟରେ ପିସି କାରବାର ରୋକିବାକୁ ସରକାର ଗୁରୁତ୍ୱାରୋପ କରୁଛନ୍ତି। ତେବେ ସରକାରୀ କାର୍ଯ୍ୟାଳୟରେ ହାତ ଗୁଞ୍ଜା ନ ଦେଲେ ଫାଇଲ ଗୋଟିଏ ଟେବୁଲରୁ ଅନ୍ୟ ଏକ ଟେବୁଲକୁ ଘୁଞ୍ଚୁନି। ବିଶେଷତଃ ତହସିଲ ଏବଂ ସବ ରେଜିଷ୍ଟ୍ରାର ଅଫିସରେ ଦଲାଲଙ୍କ ରାଜ ଚାଲିଛି। ଖୋର୍ଦ୍ଧା ଜିଲା ଜଟଣୀ ତହସିଲରେ ଦେଖିବାକୁ ମିଳିଛି। କୌଣସି କାମରେ ତହସିଲକୁ ଆସୁଥିବା ଲୋକେ ନାହିଁ ନ ଥିବା ହଇରାଣ ହେଉଥିବା କେତେଜଣ ସ୍ଥାନୀୟ ଲୋକେ କହିଛନ୍ତି। ଜମିପଟ୍ଟା ପାଇବା ଲାଗି ଲୋକେ ବାରମ୍ବାର କାର୍ଯ୍ୟାଳୟକୁ ଦୌଡୁଛନ୍ତି। ତହସିଲ ଭିତରେ ଦଲାଲଙ୍କ ରାଜୁତି ଚାଲିଛି। ଦଲାଲଙ୍କ ଜରିଆରେ ଆସୁଥିବା ଲୋକଙ୍କ କାର୍ଯ୍ୟ ହେଉଥିବା ବେଳେ କୌଣସି ପ୍ରମାଣପତ୍ର ପାଇବା ଲାଗି ଆବେଦନ କରୁଥିବା ଲୋକଙ୍କୁ ବିଭିନ୍ନ ଆଳ ଦେଖାଇ କର୍ମଚାରୀ ଫେରାଇ ଦେଉଛନ୍ତି। ତଳୁ ଉପର ପର୍ଯ୍ୟନ୍ତ ଚାଲିଛି ଲାଞ୍ଚ କାରବାର। ଜମିପଟ୍ଟା ପାଇବା ଲାଗି ଜଣଙ୍କଠାରୁ ୨ରୁ ୫ହଜାର ଟଙ୍କା ଆଦାୟ କରାଯାଉଛି। ଟଙ୍କା ନ ଦେଲେ ଏଠାରେ କୌଣସି ସେବା ମିଳୁନି ବୋଲି ସ୍ଥାନୀୟ ବାସିନ୍ଦା କହିଛନ୍ତି। ଏନେଇ ତହସିଲଦାର ତପନ ମହାପାତ୍ରଙ୍କ ପ୍ରତିକ୍ରିୟା ମିଳିପାରିନାହିଁ। ଅନ୍ୟପଟେ ଭୁବନେଶ୍ୱର ଉପଜିଲାପାଳ ଦେବବ୍ରତ ସାହୁ କହିଛନ୍ତି, ଗଣମାଧ୍ୟମରୁ ଏଭଳି ଖବର ପାଇଛି। ଘଟଣାର ତଦନ୍ତ କରାଯିବ। ପ୍ରମାଣିତ ହେଲେ ଦୃଢ଼ କାର୍ଯ୍ୟାନୁଷ୍ଠାନ ନିଆଯିବ।


Enter your email to get our daily news in your inbox.

All Right Reserved By Dharitri.Com

ମଝି ରାସ୍ତାରେ ଓଲୋଟିଲା ଯାତ୍ରା ପାର୍ଟି ଟ୍ରକ

ଧାମନଗର,୪।୪( ସନ୍ତୋଷ କୁମାର ମହାପାତ୍ର): ଧାମନଗର ଥାନା ଭଣ୍ଡାରି ପଦି ଛକ ନିକଟସ୍ଥ ଏସଡିପିଓ ଅଫିସ ସାମ୍ନାରେ ଧାମନଗର ଭଦ୍ରକ  ମୁଖ୍ୟ ରାସ୍ତାରେ ଶନିବାର ଅପରାହ୍ନରେ ଏକ…

ମହଙ୍ଗା ପଡ଼ିଲା କର୍ତ୍ତବ୍ୟରେ ଅବହେଳା: ବିଏଲ୍‌ଓ ନିଲମ୍ବିତ

ଗଜପତ/ମୋହନା,୪।୪(ଗିରିଧାରୀ ପରିଛା/ମନ୍ମଥ ମିଶ୍ର): ଗଜପତି ଜିଲା ୧୩୭-ପାରଳାଖେମୁଣ୍ଡି ବିଧାନସଭାର କାଶୀନଗର ବ୍ଲକ ଅନ୍ତର୍ଗତ ଭୋଟଗ୍ରହଣ କେନ୍ଦ୍ରର ବୁଥସ୍ତରୀୟ ଅଧିକାରୀ ଦାୟିତ୍ୱରେ ଥିବା ସହକାରୀ ଶିକ୍ଷକଙ୍କୁ ଜିଲା ନିର୍ବାଚନ…

ବ୍ଲକସ୍ତରୀୟ ପ୍ରବେଶ ଉତ୍ସବରେ ଖଡ଼ିଛୁଇଁଲେ ଶିଶୁ

କର୍ଲାମୁଣ୍ଡା:୪।୪(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ସଦର ନୋଡାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟଠାରେ ଶନିବାର ବ୍ଲକସ୍ତରୀୟ ପ୍ରବେଶ ଉତ୍ସବ ଏବଂ ଖଡ଼ିଛୁଆଁ କାର୍ଯ୍ୟକ୍ରମ ଅନୁଷ୍ଠିତ…

ଇସ୍ତଫା ଦେଲେ ପେଣ୍ଡିଲି ସରପଞ୍ଚ, କାରଣ କହିଲେ…

ଗୁଡାରି,୪।୪(ପ୍ରମୋଦ କୁମାର ପତି ): ଗୁଡାରି ବ୍ଲକର ପେଣ୍ଡିଲି ପଞ୍ଚାୟତ ସରପଞ୍ଚ ରେଣୁକା ଶବର ନିଜ ପଦବୀରୁ ଶନିବାର ଅପରାହ୍ନରେ ଇସ୍ତଫା ଦେଇଛନ୍ତି। ସେ ନିଜ ଇସ୍ତଫା…

ଚାଲିଛି ଆଇପିଏଲ ସିଜନ୍‌: ଯୁବ ଗୋଷ୍ଠୀଙ୍କୁ ଲୋଭ ଦେଖାଇ ଆକୃଷ୍ଟ କରୁଛନ୍ତି ଦଲାଲ

ଗଞ୍ଜାମ,୪।୪(ବିଦ୍ୟାଧର ସାହୁ ): ବର୍ତ୍ତମାନ ଆରମ୍ଭ ହୋଇଯାଇଛି ଆଇପିଏଲ ସିଜନ । ପ୍ରତ୍ୟେକ ଦିନ ବିଭିନ୍ନ ଫ୍ରାଞ୍ଚାଇଜ ଦଳ ସହ ଅନୁଷ୍ଠିତ ହେଉଛି ୨୦-୨୦ ମ୍ୟାଚ ।…

ପୁରୀ ବିମାନବନ୍ଦର ଜଙ୍ଗଲ ଜମି ଅନୁମତି ପ୍ରସଙ୍ଗରେ ପ୍ରତିକ୍ରିୟା ରଖିଲେ ଭକ୍ତ, କହିଲେ…

ଭୁବନେଶ୍ୱର,୪ା୪: ପୁରୀ ବିମାନବନ୍ଦର ପାଇଁ ଜଙ୍ଗଲ ଜମି ଅନୁମତି ପ୍ରସଙ୍ଗରେ ପ୍ରତିକ୍ରିୟା ରଖିଛନ୍ତି ପିସିସି ସଭାପତି ଭକ୍ତ ଚରଣ ଦାସ। ପିସିସି ସଭାପତି ଭକ୍ତ ଶନିବାର ଗଣମାଧ୍ୟକୁ…

ନିଜ ପଢ଼ା ସମୟର କଥା କହିଲେ ଉପଜିଲାପାଳ: କେମିତି ପଢ଼ିଲେ…

ତୁମୁଡିବନ୍ଧ,୪।୪(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡିବନ୍ଧସ୍ଥିତ ନେତାଜୀ ସୁଭାଷ ବୋଷ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ନୂତନ ଭାବେ ନିର୍ମିତ ହୋଇଥିବା କୋଠା ଗୃହକୁ ବାଲିଗୁଡା ଉପଜିଲାପାଳ …

ଶପଥ ନେଇ ନିଜ ନିଜର ଦାୟିତ୍ୱ ଗ୍ରହଣ କଲେ ଓକିଲ ସଂଘର ନବନିର୍ବାଚିତ କର୍ମକର୍ତ୍ତା

ପୁରୁଷୋତ୍ତମପୁର,୪ା୪(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଓକିଲ ସଂଘର ନବନିର୍ବାଚିତ କର୍ମକର୍ତ୍ତାମାନେ ଶନିବାର ଶପଥ ନେଇ ନିଜନିଜର ଦାୟିତ୍ୱ ଗ୍ରହଣ କରିଛନ୍ତି। ଓକିଲ ସଂଘ କକ୍ଷରେ ଆୟୋଜିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri