Posted inଖେଳ

ଅମନଙ୍କୁ ବ୍ରୋଞ୍ଜ ପଦକ

ଜାଗ୍ରେବ୍‌ (କ୍ରୋଏସିଆ),୩ା୨ (ପି.ଟି.): ଭାରତର ଅମନ ଶେରାଓ୍ବତ ଏଠାରେ ଚାଲିଥିବା ଜାଗ୍ରେବ୍‌ ଓପନ ରେସ୍‌ଲିଂ ଚାମ୍ପିୟନଶିପ୍‌ରେ ଏକ ବ୍ରୋଞ୍ଜ ପଦକ ଲାଭ କରିଛନ୍ତି। ୧୭ ବର୍ଷୀୟ ଅମନ ଯୁକ୍ତରାଷ୍ଟ୍ର ଆମେରିକା (ୟୁଏସ୍‌ଏ)ର ଜେନି ରେ ରୋଡ୍ସ ରିଚାଡର୍‌ସଙ୍କୁ ୧୦-୪ରେ ପରାସ୍ତ କରି ଏହି ର଼୍ୟାଙ୍କିଙ୍ଗ ଟୁର୍ନାମେଣ୍ଟରେ ଏକ ବ୍ରୋଞ୍ଜ ପଦକ ଲାଭ କରିଛନ୍ତି। ଆଜରବୈଜାନର ଆଲିବାବାସ୍‌ ଆର୍‌ଜାଜାଦେ ଫାଇନାଲରେ ଜାପାନର ୟୁତୋ ନିଶିଉଚିଙ୍କୁ ୨-୦ରେ ପରାସ୍ତ କରି ସ୍ବର୍ଣ୍ଣ ଜିତିଛନ୍ତି। ଅନ୍ୟ ବ୍ରୋଞ୍ଜ ପଦକ ଜର୍ଜିିଆର ବେକା ବୁଜିଆଶଭିଲି ହାସଲ କରିଛନ୍ତି। ଅମନ ସେମିଫାଇନାଲ୍‌ରେ ନିଶିଉଚିଙ୍କଠାରୁ ପରାଜିତ ହେବା ପୂର୍ବରୁ କ୍ୱାର୍ଟରଫାଇନାଲରେ ଜର୍ଜିଆର ରବର୍ଟି ଡିଙ୍ଗାସଭିଲିଙ୍କଠାରୁ ହାରିଯାଇଥିଲେ। ମାତ୍ର ତାଙ୍କ ଜାପାନିଜ ପ୍ରତିଦ୍ୱନ୍ଦ୍ୱୀ ଫାଇନାଲରେ ପ୍ରବେଶ କରିବାରୁ ସେ ରିପିଚେଜ୍‌ ଗ୍ରାଉଣ୍ଡକୁ ଉନ୍ନୀତ ହୋଇଥିଲେ। ଅନ୍ୟ ଜଣେ ଭାରତୀୟ ପୃଥ୍ବୀରାଜ ବାବାସାହେବ ପାଟିଲ (ପୁରୁଷ ୯୨କେଜି) ବ୍ରୋଞ୍ଜ ପଦକ ଦୌଡ଼ରେ ରହିଛନ୍ତି। ରିପିଚେଜ ଗ୍ରାଉଣ୍ଡରେ ସେ ମଙ୍ଗୋଲିଆର ଗାନ୍‌ଖୁୟାଗ୍‌ ଗାନ୍‌ବାଟାରଙ୍କୁ ଭେଟିବେ। ପାଟିଲ ସେମିଫାଇନାଲରେ ଜର୍ଜିଆର ମିରିଆନି ମେସୁରାଜ୍‌ଙ୍କ ନିକଟରୁ ୧୦-୦ରେ ହାରିଯାଇଥିଲେ। ପୂର୍ବରୁ ସେ କ୍ୱାର୍ଟରଫାଇନାଲରେ ପୋଲାଣ୍ଡର ରାଡୋସ୍ଲା ମାର୍ସିନ୍‌କ୍ୱିଜ୍‌ଙ୍କୁ ୫-୨ରେ ପରାସ୍ତ କରିଛନ୍ତି। ମହିଳା ୫୦ କେଜି ଶ୍ରେଣୀରେ ଭାରତର ଶିବାନୀ ପାଓ୍ବାର ୟୁଏସ୍‌ଏର ଏରିନ୍‌ ସିମୋନ୍‌ ଗଲ୍‌ଷ୍ଟୋନ୍‌ଙ୍କଠାରୁ ୪-୦ରେ ପରାଜିତ ହେବା ପରେ କ୍ୱାର୍ଟରଫାଇନାଲରୁ ବିଦାୟ ନେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଆଉଟ୍‌ ହେବା ପରେ ଶ୍ରୀଲଙ୍କା ବୋଲରଙ୍କ ସହ ଜୟସ୍ବାଲ ମୁହାଁମୁହିଁ, ମଇଦାନ ମଝିରେ ଧକ୍କାମୁକ୍କି, ଅଧିନାୟକ ମଝିରେ ପଶି-Video

କୋଲମ୍ବୋ,୨୩: ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ଖେଳାଯାଉଥିବା ଦ୍ୱିତୀୟ ଟେଷ୍ଟ ମ୍ୟାଚ୍‌ର ପ୍ରଥମ ଦିନରେ ମଇଦାନରେ ଉତ୍ତେଜନା ଦେଖିବାକୁ ମିଳିଛି। ଭାରତର ଯୁବ ଓପନିଂ ବ୍ୟାଟ୍ସମ୍ୟାନ ଯଶସ୍ବୀ…

ସଠିକ୍‌ ପରଚୟ ଯାଞ୍ଚ ନ କରି ଦିଆଯାଉଛି ଘରଭଡ଼ା, ବଢୁଛି ଆପରାଧିକ କାର୍ଯ୍ୟକଳାପ

ଅମରପାଲି,୨୩ା୮(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲାର ବୀରମହାରାଜପୁର ଓ ଉଲୁଣ୍ଡା ଅଞ୍ଚଳରେ ବିନା ପୋଲିସ ଭେରିଫିକେଶନ ଏବଂ ସଠିକ୍‌ ପରିଚୟ ଯାଞ୍ଚ ନ କରି ଘରଭଡ଼ା ଦିଆଯାଉଥିବାରୁ ଆପରାଧିକ…

‘ମା କହିଥିଲେ ଭଲ ପୁଅ ବାଛିବାକୁ; ମୁଁ ରାହୁଲକୁ ବାଛିଲି’ – ରାହୁଲ ଗାନ୍ଧୀଙ୍କ ଜଣେ ‘ଫ୍ୟାନଗର୍ଲ’ଙ୍କ ପୋଷ୍ଟର ଭାଇରାଲ

ପୁଣେ,୨୩।୮: କଂଗ୍ରେସ ସାଂସଦ ଏବଂ ଲୋକ ସଭାରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ଶନିବାର (୨୨ ଅଗଷ୍ଟ, ୨୦୨୬) ପୁଣେରେ ଅନୁଷ୍ଠିତ ‘ଛାତ୍ରୋଁ କି ଗୁଞ୍ଜ’…

ରେଭନ୍ତ ରେଡ୍ଡୀଙ୍କୁ ଆମେରିକା ଯିବା ପାଇଁ ମିଳିଲା ନାହିଁ ଅନୁମତି, ଜାଣନ୍ତୁ ସରକାରୀ ଅନୁମତି କିପରି ମିଳିଥାଏ

ନୂଆଦିଲ୍ଲୀ,୨୩।୮: ତେଲଙ୍ଗାନା ମୁଖ୍ୟମନ୍ତ୍ରୀ ରେବନ୍ତ ରେଡ୍ଡୀ ଏବେ ୟୁକେରୁ ସିଧାସଳଖ ଭାରତ ଫେରିବେ; ସରକାରୀ ଅନୁମୋଦନ ଅଭାବରୁ ତାଙ୍କର ଆମେରିକା ଗସ୍ତ ବାତିଲ କରାଯାଇଛି। ସେ ଇଂଲଣ୍ଡ…

ଖୁଦୁରୁକୁଣୀ ପୂଜା ପାଇଁ ନଦୀକୁ ଯାଇ ବୁଡ଼ିଗଲେ ଜଣେ ଯୁବତୀ, ୩ ଅଳ୍ପକେ ରକ୍ଷା

ଧାମନଗର,୨୩ା୮(ସନ୍ତୋଷ କୁମାର ମହାପାତ୍ର): ଖୁଦୁରୁକୁଣୀ ପୂଜା ପାଇଁ ନିକଟସ୍ଥ ନଦୀକୁ ଯାଇ ଏକ ଦୁଃଖଦ ଘଟଣା ଘଟିଛି। ରବିବାର ସକାଳେ ୪ ଜଣ ଝିଅ ନଦୀକୁ ଯାଇଥିବାବେଳେ…

ପୋଲିସ କର୍ମଚାରୀଙ୍କୁ ଲାଠିରେ ମାଡ଼; ଆଖିରେ ପକାଇଲେ ଲଙ୍କା ଗୁଣ୍ଡ, ହେଲେ କାହିଁକି? ଜାଣନ୍ତୁ…

ନୂଆଦିଲ୍ଲୀ,୨୩।୮: ଭାଲସ୍ବା ଡାଏରୀ ଅଞ୍ଚଳରୁ ଦିଲ୍ଲୀ ପୋଲିସ କର୍ମଚାରୀଙ୍କ ଉପରେ ଆକ୍ରମଣ ହୋଇଥିବା ଏକ ଘଟଣା ସାମ୍ନାକୁ ଆସିଛି। ମୁକୁନ୍ଦପୁରର ଜନତା ବିହାର ଅଞ୍ଚଳରେ ବିନା କାଗଜପତ୍ରରେ…

ମୁଖ୍ୟମନ୍ତ୍ରୀ ବସ୍‌ ଧକ୍କାରେ ୨ ଭାଇ ଗୁରୁତର, ବସ୍‌କୁ ଜବତ କରି…

ଦିଗପହଣ୍ଡି,୨୩ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଟି.ଗୋବିନ୍ଦପୁର ପଞ୍ଚାୟତ ସାମନ୍ତରାପୁର ଗ୍ରାମ ରାଜଘାଇ ମହୁଲଘୋଡଣି ବୁଲାଣି ନିକଟରେ ରବିବାର ସକାଳେ ମୁଖ୍ୟମନ୍ତ୍ରୀ ସରକାରୀ ବସ୍‌…

‘କଂଗ୍ରେସର ହିନ୍ଦୁ ବିରୋଧୀ କାହାଣୀ’: ମନୁ-ସ୍ମୃତିକୁ ନେଇ ରାହୁଲଙ୍କୁ ଟାର୍ଗେଟ କରିଛି ଭାଜପା

ନୂଆଦିଲ୍ଲୀ,୨୩।୮: ପୁଣେରେ ରାହୁଲ ଗାନ୍ଧୀ ଦାବି କରିଥିଲେ ଯେ ମନୁ-ସ୍ମୃତିରେ ମହିଳାମାନଙ୍କୁ ଅବମାନନା କରୁଥିବା ଶ୍ଳୋକ ଅଛି। ସେ କହିଛନ୍ତି ଯେ ପାଠ୍ୟରେ ମହିଳାମାନେ ଜୀବନର ପ୍ରତ୍ୟେକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri