Posted inଖେଳ

ଭାରତକୁ ବ୍ରୋଞ୍ଜ ପଦକ

ଭୁବନେଶ୍ୱର, ୨୩।୮(କ୍ରୀଡ଼ା ପ୍ରତିନିଧି): ଇରାନର ତେହେରାନ୍‌ଠାରେ ଅନୁଷ୍ଠିତ ୧୪ତମ ଏସିଆନ ୧୮ ବର୍ଷରୁ କମ୍‌ ପୁରୁଷ ଭଲିବଲ ଟୁର୍ନାମେଣ୍ଟରେ ଭାରତୀୟ ଦଳ ବ୍ରୋଞ୍ଜ ପଦକ ହାସଲ କରିଛି। ସୋମବାର ଅନୁଷ୍ଠିତ ପ୍ଲେ-ଅଫ୍‌ରେ ଭାରତ ୧୯୯୯ ମସିହାର ଚାମ୍ପିୟନ ଏବଂ ଗତ ସଂସ୍କରଣର ରୌପ୍ୟ ପଦକ ବିଜେତା କୋରିଆକୁ ୩-୨ ସେଟ୍‌ରେ ପରାସ୍ତ କରିଛି। ତୀବ୍ର ସଂଘର୍ଷପୂର୍ଣ୍ଣ ମ୍ୟାଚ୍‌ରେ କୋରିଆ କଡ଼ା ଚ୍ୟାଲେଞ୍ଜ ଦେଇଥିଲେ ହେଁ ଭାରତ ୨୫-୨୦, ୨୫-୨୧, ୨୬-୨୮, ୧୯-୨୫ ଓ ୧୫-୧୨ରେ ବିଜୟୀ ହୋଇଥିଲା। ଭାରତ ପକ୍ଷରୁ ଆଶିଷ ସ୍ବାଇଁ, ଆର୍ଯ୍ୟନ ବଳିୟାନ, ଖୁସ୍‌ ସିଂ ଓ କାର୍ତ୍ତିକ ଶର୍ମା ଆକର୍ଷଣୀୟ ପ୍ରଦର୍ଶନ କରି କୋରିଆକୁ ଚକ୍‌ମା ଦେଇଥିଲେ। ପ୍ରତିଯୋଗିତାର ପ୍ରାରମ୍ଭିକ ଲିଗ୍‌ ପର୍ଯ୍ୟାୟରେ ମଧ୍ୟ ଭାରତ ପ୍ରତିପକ୍ଷ କୋରିଆକୁ ପରାସ୍ତ କରିଥିଲା। ସେମିଫାଇନାଲରେ ଇରାନଠାରୁ ହାରିଯିବା ଫଳରେ ଭାରତ ଅଳ୍ପକେ ଫାଇନାଲ ପ୍ରବେଶରୁ ବଞ୍ଚତ୍ତ ହୋଇଥିଲା। ଭାରତଠାରୁ ହାରିବା ଫଳରେ କୋରିଆକୁ ୪ର୍ଥ ସ୍ଥାନ ମିଳିଥିବାବେଳେ ଗତ ଚାମ୍ପିୟନଶିପ୍‌ର ଦୃଢ଼ ଦାବିଦାର ଚାଇନା ଏଥର ୫ମ ସ୍ଥାନରେ ସନ୍ତୁଷ୍ଟ ରହିଥିଲା। ଚାଇନିଜ୍‌ ତାଇପେକୁ ୬ଷ୍ଠ ସ୍ଥାନ ମିଳିଥିଲା। ଇରାନ ଓ ଜାପାନ ମଧ୍ୟରେ ଟାଇଟଲ ମୁକାବିଲା ହୋଇଥିଲା। ଭଲିବଲ ଫେଡେରେଶନ ଅଫ୍‌ ଇଣ୍ଡିଆ (ଭିଏଫ୍‌ଆଇ) ସଭାପତି ତଥା ଏମ୍‌ପି ଅଚ୍ୟୁତ ସାମନ୍ତ ବ୍ରୋଞ୍ଜ ପଦକ ବିଜୟୀ ଭାରତୀୟ ଦଳକୁ ଅଭିନନ୍ଦନ ଜଣାଇଛନ୍ତି। ପ୍ରକାଶ ଯୋଗ୍ୟ, ଭାରତ ଏହାର ପ୍ରଥମ ମ୍ୟାଚ୍‌ରେ ଜାପାନଠାରୁ ହାରିଯାଇଥିଲେ ହେଁ ପରେ ଥାଇଲାଣ୍ଡକୁ ହରାଇ ସଫଳ ପ୍ରତ୍ୟାବର୍ତ୍ତନ କରିଥିଲା। ଏହାପରେ କୋରିଆକୁ ୩-୦ ଏବଂ ଚାଇନିଜ ତାଇପେକୁ ୩-୧ ସେଟ୍‌ରେ ପରାସ୍ତ କରି ସେମିଫାଇନାଲରେ ପ୍ରବେଶ କରିଥିଲା। ଏଥିସହ ଭାରତ ୨୦୨୩ ଏଫ୍‌ଆଇଭିବି (ଅନ୍ତର୍ଜାତୀୟ ଭଲି ବଲ ଫେଡେରେଶନ) ପୁରୁଷ ୧୯ ବର୍ଷରୁ କମ୍‌ ବିଶ୍ୱ ଚାମ୍ପିୟନଶିପ୍‌ ପାଇଁ ଯୋଗ୍ୟତା ଅର୍ଜନ କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ନାଳରୁ ମିଳିଲା ମୃତଦେହ: କାରଣ ଖୋଜୁଛି ପୋଲିସ

ବଞ୍ଚୋ,୧୪।୬:(ପ୍ରଦୋଷ କୁମାର ବିଶ୍ୱାଳ): କେନ୍ଦୁଝର ଜିଲା ରାମଚନ୍ଦ୍ରପୁର ଥାନା ଅଧୀନ ନାନିକାବାହାଳି ଗ୍ରାମ ନିକଟସ୍ଥ ଗଣ୍ଡନାଳରୁ ପୋଲିସ ଜଣେ ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର କରିଛି। ମୃତକ ହେଲେ…

ଭାରସାମ୍ୟ ହରାଇ ଗଛକୁ ପିଟିଲା ବୁଲେଟ୍, ୩….

ଭଞ୍ଜନଗର,୧୪।(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ସୋରଡ଼ା ରାସ୍ତାର କଣ୍ଟେଇପଲ୍ଲୀ ଛକ ନିକଟରେ ଥିବା ଜଳଭଣ୍ଡାର ଗୋଲେଇ ଠାରେ ବଡ଼ ସଡ଼କ ଦୁର୍ଘଟଣା ହୋଇଛି । ରବିବାର…

ଚାମେଲି ଓଝାଙ୍କ ସମର୍ଥନରେ ବେତାଳିଗାଁ ବଜାରରେ ବିଶାଳ ପ୍ରତିବାଦ ସଭା, ଗର୍ଜିଲେ ଜନସାଧାରଣ

ତିହିଡ଼ି,୧୪।୬(କାଳନ୍ଦୀ ବେହେରା): ଭଦ୍ରକ ଜିଲା ଧାମନଗର ବ୍ଲକ ଅନ୍ତର୍ଗତ ବେତାଳିଗାଁ ବଜାରଠାରେ ପାଳାସାହି ଗ୍ରାମପଞ୍ଚାୟତ ପକ୍ଷରୁ ଏକ ବିଶାଳ ପ୍ରତିବାଦ ସଭା ଅନୁଷ୍ଠିତ ହୋଇଛି । କେନ୍ଦ୍ରାପଡା…

ଶୌଚ ହେବାକୁ ଯାଇଥିବା ବେଳେ ହାତୀ ହାବୁଡ଼ରେ ପଡିଗଲେ ବୃଦ୍ଧ, କଚାଡ଼ି ମାରିଦେଲା

ମୋରଡା,୧୪।୬(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡା ବ୍ଲକରେ ବର୍ଷ ତମାମ ହାତୀ ଉପଦ୍ରଵ ଲାଗି ରହିଥିବା ବେଳେ ଦିନକୁ ଦିନ ଧନଜୀବନ କ୍ଷୟକ୍ଷତି ବୃଦ୍ଧି ପାଉଥିବାର ଦେଖିବାକୁ…

ପୋଖରୀରୁ ମିଳିଲା ଯୁବକଙ୍କ ମୃତଦେହ

କୁଆଁରମୁଣ୍ଡା,୧୪।୬(ମହେନ୍ଦ୍ର କୁମାର ସାହୁ): ସୁନ୍ଦରଗଡ଼ ଜିଲା ବୀରମିତ୍ରପୁର ଥାନା କୁଆଁରମୁଣ୍ଡା ଫାଣ୍ଡି ଅଧୀନ ଦୁମକିଶିହିରିଆ ଗ୍ରାମ ନିକଟସ୍ଥ ଏକ ପୋଖରୀରୁ ପୋଲିସ ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର…

‘ମୋତେ ମୋ ପ୍ରେମିକର କର୍ତ୍ତବ୍ୟ ମଧ୍ୟ ପାଳନ କରିବାକୁ ପଡିବ…’ କାହିଁକି ଏମିତି କହିଲେ ଜଷ୍ଟିନ ଟ୍ରୁଡୋ? ଜାଣନ୍ତୁ ଏହା ପଛର ରହସ୍ୟ

ଓଟାଓ୍ବା,୧୪।୬: ପୂର୍ବତନ କାନାଡା ପ୍ରଧାନମନ୍ତ୍ରୀ ଜଷ୍ଟିନ ଟ୍ରୁଡୋ ବର୍ତ୍ତମାନ ତାଙ୍କ ପ୍ରେମ ଜୀବନ ଏବଂ ଫିଫା ବିଶ୍ୱକପ 2026 ପାଇଁ ଖବରରେ ଅଛନ୍ତି। ବିଶ୍ୱକପ ଉଦଘାଟନୀ ଦିନରେ…

ମଧ୍ୟପ୍ରାଚ୍ୟରେ ପୁଣି ଉତ୍ତେଜନା, ହେଜବୋଲା ଉପରେ ଆକ୍ରମଣ କଲା ଇସ୍ରାଏଲ

ଜେରୁଜେଲମ,୧୪।୬: ଯେତେବେଳେ ଆମେରିକା ଏବଂ ଇରାନ ଶାନ୍ତି ଆଲୋଚନା ବିଷୟରେ ଦାବି କରୁଛନ୍ତି, ସେତେବେଳେ ମଧ୍ୟପ୍ରାଚ୍ୟରେ ପୁଣି ଥରେ ଉତ୍ତେଜନା ଦେଖାଦେଇଛି। ଇସ୍ରାଏଲ ହେଜବୋଲା ପଦାଧିକାରୀମାନଙ୍କ ଉପରେ…

ଦିଦିଙ୍କ ହାତରୁ ଗଲା ଟିଏମସି? କାକୋଲି କହିଲେ, ‘ନୂଆ ଦଳ ପାଇଁ ବାଚସ୍ପତିଙ୍କୁ ଅନୁରୋଧ କରିବୁ’

କୋଲକାତା,୧୪।୬: ୧୫ ବର୍ଷ ଧରି ପଶ୍ଚିମବଙ୍ଗରେ ଶାସନ କରିଥିବା ପୂର୍ବତନ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଏବେ ତାଙ୍କ ଦଳ ତୃଣମୂଳ କଂଗ୍ରେସକୁ ହରାଉଥିବା ଜଣାପଡ଼ିଛି। ୨୦ ରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri