Posted inଖେଳ

ଓଡ଼ିଶାର ତରୁଣଙ୍କୁ ବ୍ରୋଞ୍ଜ ପଦକ

ଭୁବନେଶ୍ୱର, ୧୩ା୧୨ (ସ୍ପୋଟର୍‌ସ ବ୍ୟୁରୋ): ଥାଇଲାଣ୍ଡର ଫୁକେଟଠାରେ ୧୩ତମ ଓ୍ବାଲର୍‌ଡ ବଡି ବିଲ୍‌ଡିଂ ଓ ଫିଜିକ୍‌ ସ୍ପୋଟର୍‌ସ ଚାମ୍ପିୟନଶିପ୍‌-୨୦୨୨ ଅନୁଷ୍ଠିତ ହୋଇଯାଇଛି। ଏଥିରେ ରାଜ୍ୟ ସୁନ୍ଦରସ୍ବାସ୍ଥ୍ୟ ସଂଘର ସଭାପତି ସୁମିତ୍ରା ତ୍ରିପାଠୀଙ୍କ ନେତୃତ୍ୱରେ ଓଡ଼ିଶାର ଏକ ୬ ଜଣିଆ ଦଳ ଅଂଶଗ୍ରହଣ କରିଥିଲା। ସିନିୟର ପୁରୁଷ ବିଭାଗରେ ଜଗନ୍ନାଥ ଖୁଣ୍ଟିଆ (୭୫କେଜି), ବିଚିତ୍ର କୁମାର ନାୟକ (୭୦କେଜି) ପୁପୁନ୍‌ ସ୍ବାଇଁ (ଫିଜିକ୍‌ ସ୍ପୋଟର୍‌ସ) ଏବଂ ତରୁଣ କୁମାର ଚାଟାର୍ଜୀ ୬୦ରୁ ଊର୍ଦ୍ଧ୍ୱ ବୟସ ବର୍ଗରେ ଅଂଶଗ୍ରହଣ କରିଥିଲେ। ସୁମିତ୍ରା ତ୍ରିପାଠୀ ଓ ଉମାଚରଣ ଶତପଥୀ (ଉଭୟେ ଅନ୍ତର୍ଜାତୀୟ ବିଚାରକ) ଅଫିସିଆଲ ଭାବେ ଯୋଗ ଦେଇଥିଲେ। ତରୁଣ ଚାଟାର୍ଜୀ ତାଙ୍କ ବିଭାଗରେ ତୃତୀୟ ସ୍ଥାନ ଅଧିକାର କରିବା ସହ ବ୍ରୋଞ୍ଜ ପାଇଛନ୍ତି। ଅନ୍ୟପକ୍ଷରେ ଜଗନ୍ନାଥ ଓ ବିଚିତ୍ର ସେମାନଙ୍କ ବିଭାଗରେ ଯଥାକ୍ରମେ ୪ର୍ଥ ଓ ୫ମ ସ୍ଥାନ ଅଧିକାର କରିଥିଲେ। ସୂଚନାଯୋଗ୍ୟ, ତରୁଣ ପୂର୍ବରୁ ଏସିଆନ ବଡ଼ି ବିଲ୍‌ଡିଂ ଚାମ୍ପିୟନଶିପ୍‌-୨୦୨୨ରେ ସ୍ବର୍ଣ୍ଣ ପଦକ ଲାଭ କରିଥିଲେ। ଥାଇଲାଣ୍ଡରେ ସଫଳତା ପାଇଁ ରାଜ୍ୟ ସୁନ୍ଦରସ୍ବାସ୍ଥ୍ୟ ସଂଘର ଉପଦେଷ୍ଟା ମାନସରଞ୍ଜନ ମହାପାତ୍ର, ଏକ୍‌ଜ୍ୟୁଟିଭ୍‌ ଭାଇସ୍‌ ପ୍ରେସିଡେଣ୍ଟ ବାବୁଲି ସ୍ବାଇଁ ଓ ସାଧାରଣ ସମ୍ପାଦକ ପ୍ରସନ୍ନ ମହାସୁଆର ପ୍ରତିଯୋଗୀଙ୍କୁ ଅଭିନନ୍ଦନ ଜଣାଇବା ସହ ସେମାନଙ୍କ ଶୁଭକାମନା କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗୋ-ହତ୍ୟା ଅଭିଯୋଗକୁ ନେଇ ବିଷମ କଟକ ଥାନାରେ ଉତ୍ତେଜନା, ମାଂସ ଧରି ଥାନା ସମ୍ମୁଖରେ ଧାରଣା…

ବିଷମକଟକ,୨୦।୨(ପ୍ରସନ୍ନ କୁମାର ପଣ୍ଡା):ରାୟଗଡ଼ା ଜିଲା ବିଷମ କଟକ ଥାନା ଅଞ୍ଚଳରେ ଗୋ-ହତ୍ୟା ଅଭିଯୋଗକୁ କେନ୍ଦ୍ର କରି ପ୍ରବଳ ଉତ୍ତେଜନା ପ୍ରକାଶ ପାଇଛି। ଦୁର୍ଗୀ ଅଞ୍ଚଳରେ ଗୋ-ମାଂସ ଚାଲାଣ…

ସାଇକେଲରେ ଭାରତ ଭ୍ରମଣ କରୁଛନ୍ତି ଅମିତ

ମୋରଡ଼ା,୨୦ା୨(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ ଅଧୀନ ଚଢ଼େଇଗଁା ଗ୍ରାମର ଅମିତ କୁମାର ଦାସ(୧୭) ସମାଜ ପରିବର୍ତ୍ତନର ସଂକଳ୍ପ ନେଇ ସାଇକେଲରେ ଭାରତ ଭ୍ରମଣ କରୁଛନ୍ତି।…

ଘୋଡାହାଡ଼ ନଦୀ ଗଣ୍ଡରୁ ମିଳିଲା ନିଖୋଜ ବୃଦ୍ଧାଙ୍କ ମୃତଦେହ 

ଦିଗପହଣ୍ଡି,୨୦|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କଇଠଖଣ୍ଡି ଗ୍ରାମ ଦେଇ ପ୍ରବାହିତ ଘୋଡ଼ାହାଡ଼ ନଦୀର ଗଣ୍ଡରେ ବୁଡ଼ିଯାଇ ଜଣେ ବୃଦ୍ଧା ମୃତ୍ୟୁବରଣ କରିଛନ୍ତି। ବୃଦ୍ଧା…

ତପ୍ତପାଣି ଘାଟିରେ ଓଲଟିଲା ମକା ବୋଝେଇ ଟ୍ରକ

ଦିଗପହଣ୍ଡି,୨୦|୨(ଅଶେଷ ନାଥ ମିଶ୍ର) ଗଞ୍ଜାମ – ଗଜପତି ସୀମାନ୍ତ ତପ୍ତପାଣି ଘାଟି ରାସ୍ତାର ପାଳୁଖଳା ଗ୍ରାମ ନିକଟ ଘାଟି ରାସ୍ତାରେ ଏକ ମକା ବୋଝେଇ ଟ୍ରକ୍ (ନଂ.…

ମୋହନାରେ ନୂତନ ଥାନା ଅଧିକାରୀ

ମୋହନା,୨୦ା୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ଥାନାରେ ନୂତନ ଥାନା ଅଧିକାରୀ ଭାବେ ଓମ ନାରାୟଣ ପାତ୍ର ଦାୟିତ୍ୱ ଗ୍ରହଣ କରିଛନ୍ତି। ପୂର୍ବରୁ ରହିଥିବା ଥାନା ଅଧିକାରୀ…

କିଡ୍‌ନୀ, ହାର୍ଟ ଦାନକରି ଅମର ହେଲେ ଶୁଭମ୍‌

ବଞ୍ଚୋ/ବଉଳା/ଛେନାପଦି,୨୦ା୨(ପ୍ରଦୋଷ କୁମାର ବିଶ୍ୱାଳ/ଦୁର୍ଗା ପ୍ରସାଦ ଆୟଚ/ ନିରାକାର ପରିଡା): କେନ୍ଦୁଝର ଜିଲା ହାଟଡ଼ିହୀ ବ୍ଲକ୍‌ ଜମ୍ଭିରା ଗ୍ରାମର ଉପେନ୍ଦ୍ର ଆୟଚଙ୍କ ପୁତ୍ର ଶୁଭମ୍‌ ଆୟଚ(୧୨) ଦୁର୍ଘଟଣାରେ ମୃତ୍ୟୁ…

୨୧୮ ଛାତ୍ରୀଛାତ୍ରଙ୍କ ଚକ୍ଷୁ ପରୀକ୍ଷା

ଦିଗପହଣ୍ଡି/ପାଟପୁର,୨୦ା୨(ଅଶେଷ ନାଥ ମିଶ୍ର/ସିମାଞ୍ଚଳ ସାହୁ): ଗଞ୍ଜାମ ଜିଲା ସମଗ୍ର ଶିକ୍ଷା ଅଭିଯାନ ଓ ଜିଲା ଦୃଷ୍ଟି ବାଧିତ ନିୟନ୍ତ୍ରଣ କାର୍ଯ୍ୟାଳୟ ଆନୁକୂଲ୍ୟରେ ରାଜ୍ୟ ସରକାରଙ୍କ ସୁରେନ୍ଦ୍ର ସାଏ…

ଏଣିକି ନିଜ ଲଢ଼େଇ ନିଜର

ଦିଗପହଣ୍ଡି,୨୦ା୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ସ୍ଥିତ ଖେମୁଣ୍ଡି କଲେଜରେ ଛାତ୍ରୀ ଆତ୍ମ ସୁରକ୍ଷା ପ୍ରଶିକ୍ଷଣ ଶିବିର ଉଦଘାଟିତ ହୋଇଛି। ଅଧ୍ୟାପିକା ଅଞ୍ଜଳୀ ମଣ୍ଡଳଙ୍କ ସଂଯୋଜନାରେ ଅନୁଷ୍ଠିତ ଉଦଘାଟନୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri