Posted inଖେଳ

ସାଲ୍‌ମିଙ୍କୁ ବ୍ରୋଞ୍ଜ ପଦକ

ଭୁବନେଶ୍ୱର, ୧୮।୫(କ୍ରୀଡ଼ା ପ୍ରତିନିଧି): ଝାଡ଼ଖଣ୍ଡର ରାଞ୍ଚତ୍ଠାରେ ଚାଲିଥିବା ୨୬ତମ ଜାତୀୟ ଫେଡେରେଶନ କପ୍‌ ସିନିୟର ଆଥ୍‌ଲେଟିକ୍ସ ଚାମ୍ପିୟନଶିପ୍‌ର ମହିଳା ଡିସ୍‌କସ୍‌ ଥ୍ରୋରେ ଓଡ଼ିଶାର ସାଲ୍‌ମି କିସ୍‌ପୋଟାଙ୍କୁ ବ୍ରୋଞ୍ଜ ପଦକ ମିଳିଛି। ବୁଧବାର ଅନୁଷ୍ଠିତ ପ୍ରତିଯୋଗିତାରେ ସାଲ୍‌ମି ୪୬.୩୧ ମିଟର ଦୂରତାକୁ ଥ୍ରୋ କରି ତୃତୀୟ ସ୍ଥାନ ହାସଲ କରିଛନ୍ତି। ମଧ୍ୟପ୍ରଦେଶର ଶାଳିନୀ ଚୌଧାରୀ (୪୯.୩୫) ସ୍ବର୍ଣ୍ଣ ଓ ପଞ୍ଜାବର ପରମଜ୍ୟୋତି କୌର (୪୮.୭୬) ରୌପ୍ୟ ପଦକ ପାଇଛନ୍ତି। ୧୦୦ ମିଟର ହର୍ଡଲ୍ସରେ ଭାଗ ନେଇଥିବା ଅନ୍ୟତମ ଓଡ଼ିଆ ଆଥ୍‌ଲେଟ ପ୍ରଜ୍ଞା ପ୍ରଶାନ୍ତି ସାହୁ ୪ର୍ଥ ସ୍ଥାନରେ ସନ୍ତୁଷ୍ଟ ହୋଇଛନ୍ତି। ପ୍ରତିଯୋଗିତାରେ ଏ ପର୍ଯ୍ୟନ୍ତ ଓଡ଼ିଶାକୁ ୨ ସ୍ବର୍ଣ୍ଣ ଓ ୩ ବ୍ରୋଞ୍ଜ ପଦକ ମିଳିଛି। ଶ୍ରାବଣୀ ନନ୍ଦ ଓ ଅମିୟ ମଲିକ ଯଥାକ୍ରମେ ୧୦୦ ମିଟର ମହିଳା ଓ ପୁରୁଷ ରେସ୍‌ରେ ସ୍ବର୍ଣ୍ଣ ପଦକ ପାଇଥିବାବେଳେ ଡି.ଏମ୍‌. ଜୟରାମଙ୍କୁ ବ୍ରୋଞ୍ଜ ପଦକ ମିଳିଥିଲା। ସେହିପରି ଓଡ଼ିଶା ହାଇଜମ୍ପର ସ୍ବାଧୀନ କୁମାର ମାଝି ବ୍ରୋଞ୍ଜ ପଦକ ପାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆକ୍ରମଣ ମାମଲା: ବାପ-ପୁଅଙ୍କୁ ବାନ୍ଧିଲା ପୋଲିସ

ଦିଗପହଣ୍ଡି,୨୪।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଖଜୁରୀପଦା ଗ୍ରାମର ରବୀନ୍ଦ୍ର ସାହୁଙ୍କୁ ଆକ୍ରମଣ ଘଟଣାରେ ପାଟପୁର ପୋଲିସ ସୋମବାର ଅଭିଯୁକ୍ତ ବାବୁ ସାହୁ…

ପୁଷ୍ୟ ନକ୍ଷତ୍ରରେ ପ୍ରବେଶ କରିବେ ମଙ୍ଗଳ: ୪ ରାଶିର କ୍ୟାରିୟରରେ ହେବ ବଡ଼ ଉନ୍ନତି, ବ୍ୟବସାୟରେ…

ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ଆସନ୍ତା ୨୪ ସେପ୍ଟେମ୍ବର ୨୦୨୬, ଗୁରୁବାର ସକାଳ ୫ଟା ୫୦ ମିନିଟରେ ମଙ୍ଗଳ ଗ୍ରହ ପୁଷ୍ୟ ନକ୍ଷତ୍ରରେ ପ୍ରବେଶ କରିବେ। ଶନିଙ୍କ ନକ୍ଷତ୍ର…

ମା’ଙ୍କୁ ମାରି ଘରେ ପ୍ଲାଷ୍ଟର କରିଦେଲେ ସଇତାନ ପୁଅ! କୁମ୍ଭାରପଡ଼ାରେ ହଇଚଇ

ପୁରୀ,୨୪।୮(ଅଜିତ କୁମାର ମହାନ୍ତି): ପୁରୀ ଜିଲାରେ ଏକ ଅଭାବନୀୟ ଘଟଣା ଘଟିଛି। ନିଜ ମା’ଙ୍କୁ ମାରି ଘରେ ପ୍ଲାଷ୍ଟର କରିଦେଇଛନ୍ତି ଜଣେ ସଇତାନ ପୁଅ! ପୁରୀ କୁମ୍ଭାରପଡ଼ାରେ…

ଆରକ୍ଷଣକୁ ନେଇ ଅଭିଜିତ ଦୀପକେଙ୍କ ବଡ଼ ବୟାନ, କହିଲେ- ‘ମୁଁ ଦଳିତ ପରିବାରରୁ ଆସିଛି, ମୋ ବାପା …’

ନୂଆଦିଲ୍ଲୀ,୨୪।୮: ଦେଶର ବିଭିନ୍ନ ସ୍ଥାନରେ ଏବେ ଆରକ୍ଷଣ ବ୍ୟବସ୍ଥା ଏବଂ ବିଶ୍ୱବିଦ୍ୟାଳୟ ଅନୁଦାନ ଆୟୋଗ (UGC)ର ଇକ୍ୱିଟି ନିୟମକୁ ନେଇ ପ୍ରଦର୍ଶନ ଚାଲିଛି। ପ୍ରଦର୍ଶନକାରୀମାନେ ଜାତିଭିତ୍ତିକ ଆରକ୍ଷଣ…

ଛାତ୍ରୀ ନିବାସକୁ ନାହିଁ ରାସ୍ତା: ସମସ୍ୟା ଭୋଗୁଛନ୍ତି ୨୩୦ ଆଦିବାସୀ ଛାତ୍ରୀ

ମୋହନା,୨୪।୮(ମନ୍ମଥ ମିଶ୍ର): ଛାତ୍ରୀ ନିବାସ ଅଛି। ଛାତ୍ରୀ ଅଛନ୍ତି। ପାଠପଢ଼ା ପାଇଁ ସବୁ ବ୍ୟବସ୍ଥା ଅଛି। ହେଲେ ବିଦ୍ୟାଳୟରେ ପହଞ୍ଚିବା ପାଇଁ ନାହିଁ ଭଲ ରାସ୍ତା। ଫଳରେ…

ବିବାଦରେ ଫସିଲେ କ୍ରିତି ସାନନ, ସୋସିଆଲ ମିଡିଆରେ ଉଠିଲା ଝଡ଼

ମୁମ୍ବାଇ: ଗୋଟିଏ ପର୍ବ, ଦାମୀ ବିଜ୍ଞାପନ, ବଲିଉଟର ଜଣେ ବଡ଼ ଚେହେରା ଏବଂ ସୋସିଆଲ ମିଡିଆରେ ବିବାଦ। ରକ୍ଷାବନ୍ଧନ ପାଇଁ ତିଆରି ହୋଇଥିବା ଏକ ଜୁଏଲାରୀ ବିଜ୍ଞାପନକୁ…

ବିଶ୍ୱକପ୍‌ ଜିତିବା ସ୍ବପ୍ନ ଧୂଳିସାତ୍‌! ଆର୍ଜେଣ୍ଟିନାଠାରୁ ଲଜ୍ଜାଜନକ ପରାଜୟ ପରେ ବିଶ୍ୱକପ୍‌ରୁ ବାଦ୍‌ ପଡ଼ିଲା ଟିମ ଇଣ୍ଡିଆ

ନୂଆଦିଲ୍ଲୀ,୨୪।୮: ଭାରତୀୟ ଦଳ ୨୦୨୬ ହକି ବିଶ୍ୱକପ୍‌ରେ ସୋମବାର (୨୪ ଅଗଷ୍ଟ) ଆର୍ଜେଣ୍ଟିନା ବିପକ୍ଷ ମ୍ୟାଚରେ ୫-୩ ଗୋଲ୍‌ରେ ଲଜ୍ଜାଜନକ ପରାଜୟର ସାମ୍ନା କରିଛି। ଆମ୍ସଟେଲଭିନର ୱାଗନର୍‌…

ଆନ୍ଦୋଳନକୁ ଓହ୍ଲାଇଲେ ଚାଷୀ: ୨୪ ଘଣ୍ଟାରେ ଦାବି ପୂରଣ ନ ହେଲେ…

ଝାରବନ୍ଧ,୨୪।୮(ଦେବେନ୍ଦ୍ର ସାହୁ): ଧାନ ବିକ୍ରି ପାଇଁ ଆଟ କିସମ ଜମି ପଞ୍ଜିକରଣ ହେଉ ନ ଥିବାରୁ ଚାଷୀ ଆନ୍ଦୋଳନକୁ ଓହ୍ଲାଇଛନ୍ତି l ଆଟ କିସମକୁ ପଞ୍ଜିକରଣ କରା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri