Posted inଖେଳ

ବ୍ରୁକ୍‌, ଗାର୍ଡନର ଆଇସିସି ପ୍ଲେୟର ଅଫ୍‌ ଦି ମନ୍ଥ୍‌

ଦୁବାଇ, ୧୪ା୩: ଭାରତର ରବୀନ୍ଦ୍ର ଜାଡେଜା ଓ ଓ୍ବେଷ୍ଟଇଣ୍ଡିଜ୍‌ର ଗୁଡାକେଶ ମୋତିଙ୍କୁ ପଛରେ ପକାଇ ଇଂଲଣ୍ଡର ହ୍ୟାରି ବ୍ରୁକ୍‌ ଫେବୃୟାରୀ ମାସ ପାଇଁ ଅନ୍ତର୍ଜାତୀୟ କ୍ରିକେଟ ପରିଷଦ(ଆଇସିସି)ଦ୍ୱାରା ପ୍ଲେୟର ଅଫ୍‌ ଦି ମନ୍ଥ୍‌ ବିବେଚିତ ହୋଇଛନ୍ତି। ସେହିପରି ମହିଳା ବିଭାଗରେ ମଧ୍ୟ ଆଶ୍‌ଲେ ଗାର୍ଡନର ଏହି ପୁରସ୍କାର ଲାଭ କରିଛନ୍ତି। ନ୍ୟୁଜିଲାଣ୍ଡ ଟେଷ୍ଟ ସିରିଜ୍‌ରେ ପ୍ରଭାବୀ ପ୍ରଦର୍ଶନ ପରେ ବ୍ରୁକ୍‌ ଦ୍ୱିତୀୟଥର ପ୍ଲେୟର ଅଫ୍‌ ଦି ମନ୍ଥ୍‌ ପୁରସ୍କାର ହାସଲ କରିପାରିଛନ୍ତି। ଦୁଇଥର ଏହି ପୁରସ୍କାର ଜିତିବାରେ ପାକିସ୍ତାନର ବାବର ଆଜମ୍‌ଙ୍କ ପରେ ବ୍ରୁକ୍‌ ହେଉଛନ୍ତି ଦ୍ୱିତୀୟ ପୁରୁଷ କ୍ରିକେଟର। ନିକଟରେ ଦକ୍ଷିଣ ଆଫ୍ରିକାରେ ଅଷ୍ଟ୍ରେଲିଆର ଆଇସିସି ମହିଳା ଟି୨୦ ବିଶ୍ୱକପ୍‌ ଅଭିଯାନରେ ଉଲ୍ଲେଖନୀୟ ପ୍ରଦର୍ଶନ ପାଇଁ ଗାର୍ଡନର ଆଇସିସି ପୁରସ୍କାର ହାସଲ କରିପାରିଛନ୍ତି। ଗାର୍ଡନରଙ୍କ କ୍ଷେତ୍ରରେ ମଧ୍ୟ ଏହା ଦ୍ୱିତୀୟ। ପୂର୍ବରୁ ଗତ ଡିସେମ୍ବରରେ ସେ ଏହି ପୁରସ୍କାର ପାଇଥିଲେ। କୌତୂହଳର କଥା, ସେହିମାସରେ ବ୍ରୁକ୍ସ ମଧ୍ୟ ପ୍ରଥମଥର ପ୍ଲେୟର ଅଫ୍‌ ଦି ମନ୍ଥ ପୁରସ୍କାର ଜିତିଥିଲେ। ମହିଳା ଟି୨୦ ବିଶ୍ୱକପ୍‌ରେ ଗାର୍ଡନର ନିୟମିତ ଭାବେ ଉଇକେଟ୍‌ ଅକ୍ତିଆର କରିବା ସହ ମୂଲ୍ୟବାନ୍‌ ରନ୍‌ ମଧ୍ୟ ସଂଗ୍ରହ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

‘ମା କହିଥିଲେ ଭଲ ପୁଅ ବାଛିବାକୁ; ମୁଁ ରାହୁଲକୁ ବାଛିଲି’ – ରାହୁଲ ଗାନ୍ଧୀଙ୍କ ଜଣେ ‘ଫ୍ୟାନଗର୍ଲ’ଙ୍କ ପୋଷ୍ଟର ଭାଇରାଲ

ପୁଣେ,୨୩।୮: କଂଗ୍ରେସ ସାଂସଦ ଏବଂ ଲୋକ ସଭାରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ଶନିବାର (୨୨ ଅଗଷ୍ଟ, ୨୦୨୬) ପୁଣେରେ ଅନୁଷ୍ଠିତ ‘ଛାତ୍ରୋଁ କି ଗୁଞ୍ଜ’…

ରେଭନ୍ତ ରେଡ୍ଡୀଙ୍କୁ ଆମେରିକା ଯିବା ପାଇଁ ମିଳିଲା ନାହିଁ ଅନୁମତି, ଜାଣନ୍ତୁ ସରକାରୀ ଅନୁମତି କିପରି ମିଳିଥାଏ

ନୂଆଦିଲ୍ଲୀ,୨୩।୮: ତେଲଙ୍ଗାନା ମୁଖ୍ୟମନ୍ତ୍ରୀ ରେବନ୍ତ ରେଡ୍ଡୀ ଏବେ ୟୁକେରୁ ସିଧାସଳଖ ଭାରତ ଫେରିବେ; ସରକାରୀ ଅନୁମୋଦନ ଅଭାବରୁ ତାଙ୍କର ଆମେରିକା ଗସ୍ତ ବାତିଲ କରାଯାଇଛି। ସେ ଇଂଲଣ୍ଡ…

ଖୁଦୁରୁକୁଣୀ ପୂଜା ପାଇଁ ନଦୀକୁ ଯାଇ ବୁଡ଼ିଗଲେ ଜଣେ ଯୁବତୀ, ୩ ଅଳ୍ପକେ ରକ୍ଷା

ଧାମନଗର,୨୩ା୮(ସନ୍ତୋଷ କୁମାର ମହାପାତ୍ର): ଖୁଦୁରୁକୁଣୀ ପୂଜା ପାଇଁ ନିକଟସ୍ଥ ନଦୀକୁ ଯାଇ ଏକ ଦୁଃଖଦ ଘଟଣା ଘଟିଛି। ରବିବାର ସକାଳେ ୪ ଜଣ ଝିଅ ନଦୀକୁ ଯାଇଥିବାବେଳେ…

ପୋଲିସ କର୍ମଚାରୀଙ୍କୁ ଲାଠିରେ ମାଡ଼; ଆଖିରେ ପକାଇଲେ ଲଙ୍କା ଗୁଣ୍ଡ, ହେଲେ କାହିଁକି? ଜାଣନ୍ତୁ…

ନୂଆଦିଲ୍ଲୀ,୨୩।୮: ଭାଲସ୍ବା ଡାଏରୀ ଅଞ୍ଚଳରୁ ଦିଲ୍ଲୀ ପୋଲିସ କର୍ମଚାରୀଙ୍କ ଉପରେ ଆକ୍ରମଣ ହୋଇଥିବା ଏକ ଘଟଣା ସାମ୍ନାକୁ ଆସିଛି। ମୁକୁନ୍ଦପୁରର ଜନତା ବିହାର ଅଞ୍ଚଳରେ ବିନା କାଗଜପତ୍ରରେ…

ମୁଖ୍ୟମନ୍ତ୍ରୀ ବସ୍‌ ଧକ୍କାରେ ୨ ଭାଇ ଗୁରୁତର, ବସ୍‌କୁ ଜବତ କରି…

ଦିଗପହଣ୍ଡି,୨୩ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଟି.ଗୋବିନ୍ଦପୁର ପଞ୍ଚାୟତ ସାମନ୍ତରାପୁର ଗ୍ରାମ ରାଜଘାଇ ମହୁଲଘୋଡଣି ବୁଲାଣି ନିକଟରେ ରବିବାର ସକାଳେ ମୁଖ୍ୟମନ୍ତ୍ରୀ ସରକାରୀ ବସ୍‌…

‘କଂଗ୍ରେସର ହିନ୍ଦୁ ବିରୋଧୀ କାହାଣୀ’: ମନୁ-ସ୍ମୃତିକୁ ନେଇ ରାହୁଲଙ୍କୁ ଟାର୍ଗେଟ କରିଛି ଭାଜପା

ନୂଆଦିଲ୍ଲୀ,୨୩।୮: ପୁଣେରେ ରାହୁଲ ଗାନ୍ଧୀ ଦାବି କରିଥିଲେ ଯେ ମନୁ-ସ୍ମୃତିରେ ମହିଳାମାନଙ୍କୁ ଅବମାନନା କରୁଥିବା ଶ୍ଳୋକ ଅଛି। ସେ କହିଛନ୍ତି ଯେ ପାଠ୍ୟରେ ମହିଳାମାନେ ଜୀବନର ପ୍ରତ୍ୟେକ…

ହାତୀ ନଦୀରେ ଛଡ଼ାଗଲା ଚଳିତ ବର୍ଷର ପ୍ରଥମ ବନ୍ୟାଜଳ

ଭବାନୀପାଟଣା,୨୩।୮(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲାରେ ଗତ ୨ ଦିନ ଧରି ଲଗାଣ ବର୍ଷା ଯୋଗୁଁ ନଦୀ ଗୁଡିକର ଜଳ ସ୍ତର ବଢ଼ିବାରେ ଲାଗିଛି। ଏପରି ସ୍ଥଳେ ଜିଲାରେ…

ସମାଜସେବା ସହ ଆଧ୍ୟାତ୍ମିକ ଜ୍ଞାନ: ରକ୍ତ ଦାନ ମହତ ଦାନ

ଭଞ୍ଜନଗର, ୨୩।୮ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ ପ୍ରଜାପିତା ବ୍ରହ୍ମାକୁମାରୀ ଈଶ୍ୱରୀୟ ବିଶ୍ୱବିଦ୍ୟାଳୟ (ଓମ୍ ଶାନ୍ତି)ର ଶାନ୍ତି ସ୍ରୋତ ଭବନ ପରିସରରେ ରବିବାର ଏକ ରକ୍ତଦାନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri