ଗ୍ୟାସ୍‌ଟାଙ୍କି ବିସ୍ଫୋରଣ ହୋଇ ଘର ସହ ଜଳିଗଲେ ଭଉଣୀ-ଭାଇ

ରାଜନଗର,୧୫ା୮(କୈଳାସ ସାହୁ): ସ୍ବାଧୀନତା ଦିବସରେ ଅଭାବନୀୟ ତଥା ଦୁଃଖଦ ଘଟଣା ଘଟିଯାଇଛି। ଗ୍ୟାସ୍‌ଟାଙ୍କିରୁ ବିସ୍ଫୋରଣ ହୋଇ ଘର ସହ ଜଳି ଯାଇଛନ୍ତି ଭଉଣୀ-ଭାଇ। କେନ୍ଦ୍ରାପଡ଼ା ଜିଲା ରାଜନଗର ବ୍ଲକ ବଳରାମପୁର ଗାଁରେ ଏଭଳି ଦୁଃଖଦ ଘଟଣା ଘଟିଛି। ଆଜି ସକାଳେ  ଭଉଣୀ-ଭାଇ ସ୍କୁଲରୁ ଫେରି ଘରେ ଥିବା ବେଳେ ନିଆଁ ଲାଗିଯାଇଥିଲା। ସକାଳ ପ୍ରାୟ ୮ଟାରେ ସୁକାନ୍ତ ସାହାଣୀଙ୍କ ଘରେ ଗ୍ୟାସ୍‌ ଟାଙ୍କି ଫାଟିଯିବାରୁ ବିସ୍ଫୋରଣ ହୋଇଥିଲା। ଘର ଭିତରେ ଦୁଇ ଭଉଣୀ-ଭାଇ ଥିବା ବେଳେ ବିସ୍ଫୋରଣରେ ଉଭୟଙ୍କ ସମ୍ପୂର୍ଣ୍ଣ ପୋଡ଼ି ଯାଇଛନ୍ତି। ନିକଟରେ ଥିବା ମା’ ଘରେ ନିଆଁ ଲାଗି ଯିବା ଦେଖି ଉଭୟଙ୍କୁ ଉଦ୍ଧାର କରିବାକୁ ଘର ଭିତରକୁ ଯିବାକୁ ଚେଷ୍ଟା କରିଥିଲେ ମଧ୍ୟ ନିଆଁର କୋପରେ ସେ ଯାଇ ପାରି ନ ଥିଲେ। ବିସ୍ଫୋରଣ ପରେ ନିଆଁ ବ୍ୟାପିବାରୁ ଉଭୟଙ୍କୁ ଉଦ୍ଧାର କରିବା ସମ୍ଭବ ହୋଇ ନ ଥିଲା। ମୃତକ ହେଲେ ୧୧ ବର୍ଷର ଅନୁପମା ସାହାଣୀ ଓ ଭାଇ ରିଷି ସାହାଣୀ। ଖବର ପାଇ ଦମକଳ ବାହିନୀ ପହଞ୍ଚିଥିଲେ ମଧ୍ୟ ଭଉଣୀ ଭାଇଙ୍କୁ ଉଦ୍ଧାର କରିବା ବେଳକୁ ଦୁଇ ଜଣ ସମ୍ପୂର୍ଣ୍ଣ ପୋଡ଼ି ଯାଇଥିଲେ। ସ୍ଥାନୀୟ ବିଧାୟକ ଓ କେନ୍ଦ୍ରାପଡ଼ା ଜିଲାପାଳ ସ୍ମୃତି ରଞ୍ଜନ ପ୍ରଧାନ, ଏସ୍‌ପି ସିଦ୍ଧାର୍ଥ କାଟରିଆ ପହଞ୍ଚି ଆର୍ଥିକ ସହାୟତା ଯୋଗାଇ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପାଟଣାବାସୀଙ୍କ ଦୀର୍ଘଦିନର ଦାବି ହେଲା ପୂରଣ, ମୁଖ୍ୟମନ୍ତ୍ରୀ ଲୋକାର୍ପଣ କଲେ…

ପାଟଣା,୫।୨(ବୀର କିଶୋର ଦାଶ): ଓଡ଼ିଶାରେ ଗୁରୁବାର ୫୭ଟି ନୂତନ ସବ ରେଜିଷ୍ଟ୍ରର କାର୍ଯ୍ୟାଳୟ ଓ “ଆମ ସାଥୀ “ୟୁନିଫାଏଡ ହ୍ବାଟସ ଆପକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ…

‘ମୋଦି, ତୁମର କବର ଖୋଳାଯିବ’, କାହିଁକି ଏପରି ସ୍ଲୋଗାନ ଦେଉଛି କଂଗ୍ରେସ? ରାଜ୍ୟ ସଭାରେ ପ୍ରଧାନମନ୍ତ୍ରୀ ମୋଦି ଦେଲେ…

ନୂଆଦିଲ୍ଲୀ,୫।୨: ରାଜ୍ୟ ସଭାରେ ରାଷ୍ଟ୍ରପତିଙ୍କ ଅଭିଭାଷଣ ଉପରେ ଧନ୍ୟବାଦ ପ୍ରସ୍ତାବ ଉପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତାଙ୍କ ବିବୃତ୍ତିରେ କଂଗ୍ରେସକୁ କଡ଼ା ଟାର୍ଗେଟ କରିଥିଲେ। ସେ କହିଥିଲେ…

ଘରେ କେହି ନଥିବାର ସୁଯୋଗ ନେଇ ଘରେ କଳାକନା ବୁଲାଇଲେ ଚୋର, ନେଇଗଲେ ୧୦ ଭରି ସୁନା ଗହଣା ସହ…

କୋକସରା,୫।୨(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା ଆମପାଣି ଥାନା ଆମପାଣି ଗ୍ରାମର ବ୍ୟବସାୟୀ ସନ୍ତୋଷ କୁମାର ସାହୁ ତାଙ୍କ ପରିବାର ଲୋକଙ୍କ ସହିତ ବୁଧବାର ଘରେ ନ…

ବିବାହ ଚର୍ଚ୍ଚା ଭିତରେ ବେବି ବମ୍ପ ସହ ନଜର ଆସିଲେ ଅଭିନେତ୍ରୀ, ସାଥିରେ ଥିଲେ ବିବାହିତ ଅଭିନେତା

ମୁମ୍ବାଇ: ବଲିଉଡ ଅଭିନେତ୍ରୀ ମୃଣାଲ ଠାକୁର ବର୍ତ୍ତମାନ ଅଭିନେତା ଧନୁଷଙ୍କ ସହ ତାଙ୍କ ସମ୍ପର୍କ ଏବଂ ତାଙ୍କ ବିବାହ ଯୋଜନା ପାଇଁ ଖବରରେ ଅଛନ୍ତି। ଅଭିନେତ୍ରୀ ସମ୍ପ୍ରତି…

ଫେବୃୟାରୀ ୯ ରେ ହେବ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି 

ଭୁବନେଶ୍ୱର,୫।୨: ଆସନ୍ତା ସୋମବାର ଫେବୃଆରୀ ୯ ତାରିଖରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହେବ । ମାନ୍ୟବର ମୁଖ୍ୟମନ୍ତ୍ରୀ ପୂର୍ବାହ୍ନ ୧୦ ଘଟିକାରୁ ୟୁନିଟ-୨, ଅଶୋକ…

IAS ସ୍ତରରେ ବଡ଼ ଧରଣର ଅଦଳବଦଳ: ଅରବିନ୍ଦ ପାଢ଼ୀଙ୍କୁ ରାଜସ୍ୱ ବିଭାଗ

ଭୁବନେଶ୍ୱର,୫।୨: ଓଡିଶା ସରକାର ସଚିବ ସ୍ତରରେ ବଡ଼ ଅଦଳବଦଳ କରିଛନ୍ତି। ଅନେକ ଅଭିଜ୍ଞ IAS ଅଧିକାରୀଙ୍କୁ ଗୁରୁତ୍ୱପୂର୍ଣ୍ଣ ବିଭାଗର ଦାୟିତ୍ୱ ସହ ଅତିରିକ୍ତ କାର୍ଯ୍ୟଭାର ମଧ୍ୟ ଅର୍ପଣ…

ଆସିଲା ନୂଆ ଆଇନ, ମହିଳାଙ୍କୁ ମିଳିଲା ମୋଟରସାଇକେଲ ଚଳାଇବାକୁ ଅନୁମତି

ତେହେରାନ,୫।୨: ଇରାନ ସରକାର ମହିଳାମାନଙ୍କ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛନ୍ତି। ସ୍ଥାନୀୟ ଗଣମାଧ୍ୟମ ଅନୁଯାୟୀ, ଇରାନ ମହିଳାମାନଙ୍କୁ ଆଇନଗତ ଭାବରେ ମୋଟରସାଇକେଲ ଚଲାଇବାକୁ ଅନୁମତି ଦିଆଯାଇଛି।…

IND vs PAK: ‘ଆମର ଫ୍ଲାଇଟ ବୁକ୍‌ ଅଛି…’, କାହିଁକି ଏମିତି କହିଲେ ସୂର୍ଯ୍ୟକୁମାର? ଜାଣନ୍ତୁ ଏହା ପଛର କାରଣ

ନୂଆଦିଲ୍ଲୀ,୫।୨: ପାକିସ୍ତାନ ସରକାର ସ୍ପଷ୍ଟ କରିଛନ୍ତି ଯେ ସେମାନଙ୍କ ଦଳ 2026 T-20 ବିଶ୍ୱକପ ଖେଳିବ, କିନ୍ତୁ କେବଳ ଫେବୃଆରୀ ୧୫ରେ ଭାରତ ବିପକ୍ଷରେ ମ୍ୟାଚ ଖେଳିବ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri